Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି: ୨୮୩୬ ମିନି ଅଙ୍ଗନବାଡି କେନ୍ଦ୍ର ହେଲା ଅଙ୍ଗନବାଡି କେନ୍ଦ୍ର
ବିଶେଷ ଖବର

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି: ୨୮୩୬ ମିନି ଅଙ୍ଗନବାଡି କେନ୍ଦ୍ର ହେଲା ଅଙ୍ଗନବାଡି କେନ୍ଦ୍ର

May 2, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି: ୨୮୩୬ ମିନି ଅଙ୍ଗନବାଡି କେନ୍ଦ୍ର ହେଲା ଅଙ୍ଗନବାଡି କେନ୍ଦ୍ର

ଭୁବନେଶ୍ବର: ରାଜ୍ୟର ୨୮୩୬ ମିନି ଅଙ୍ଗନବାଡି କୁ ଉନ୍ନୀତ (upgrade) କରାଯାଇ ଅଙ୍ଗନବାଡି କେନ୍ଦ୍ରରେ ରାଜ୍ୟ ସରକାର ପରିଣତ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏ ସଂପର୍କୀତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ ରାଜ୍ୟରେ ଶିଶୁ ଓ ମହିଳା ମାନଙ୍କ ସ୍ବାସ୍ଥ୍ୟ ଓ ସଚେତନତା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟ ସରକାର ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି।

ସୂଚନାଯୋଗ୍ୟ ଯେ ରାଜ୍ୟରେ ବର୍ତ୍ତମାନ 74154 ଅଙ୍ଗନବାଡି କେନ୍ଦ୍ର ମଧ୍ୟରୁ 10416 ମିନି ଅଙ୍ଗନବାଡି ଥିଲା। ତନ୍ମଧ୍ୟରୁ 2836 ମିନି ଅଙ୍ଗନବାଡି ଏବେ ଉନ୍ନୀତ ହେଲା।

ଏହାସହିତ ଏହି ଅଙ୍ଗନବାଡି କେନ୍ଦ୍ର ଗୁଡିକର ବିଭିନ୍ନ କାର୍ଯ୍ୟ ପରିଚାଳନା ପାଇଁ ଯଥା – ଔଷଧ, ଆସବାବପତ୍ର ଓ ପ୍ରଶାସନିକ ଖର୍ଚ୍ଚ ତୁଲାଇବା ପାଇଁ ଅଧିକ ପାଣ୍ଠିର ବ୍ୟବସ୍ଥା ମଧ୍ୟ କରାଯିବ। ଏଥିପାଇଁ ସାରା ରାଜ୍ୟରେ ୧୧୪ଟି ସୁପର ଭାଇଜର ପଦବୀ ସୃଷ୍ଟି କରାଯାଇଛି।

ଏହି ଅପଗ୍ରେଡେସନ ସହିତ ପ୍ରତ୍ୟେକ ଅଙ୍ଗନବାଡି କେନ୍ଦ୍ରରେ ଅଙ୍ଗନବାଡି କର୍ମୀଙ୍କୁ (Anganwadi Worker) ସହାୟତା କରିବା ପାଇଁ ଜଣେ ଜଣେ ଅଙ୍ଗନବାଡି ସହାୟକ (Anganwadi Helper) ନିଯୁକ୍ତ କରାଯିବ।

ଏହିପରି ୨୮୩୬ ଅଙ୍ଗନବାଡି ସହାୟକଙ୍କୁ ନିଯୁକ୍ତ କରାଯିବ ଏବଂ ଏହାସହିତ, ୨୮୩୬ ମିନି ଅଙ୍ଗନବାଡି କର୍ମୀ ପଦବୀକୁ ଉନ୍ନୀତ (upgrade) କରାଯାଇ ଅଙ୍ଗନବାଡି କର୍ମୀ ପଦବୀ ସୃଷ୍ଟି କରାଯିବ। ଏଥିପାଇଁ ରାଜ୍ୟ ସରକାର ବାର୍ଷିକ ଅତିରିକ୍ତ ୧୮,୭୫,୪୧,୪୪୦ ଟଙ୍କା ଖର୍ଚ୍ଚ କରିବେ।

ଅଙ୍ଗନବାଡି
Share. Facebook Twitter LinkedIn Email WhatsApp Copy Link

Related Posts

ନିଶୁଳ୍କ ଚକ୍ଷୁ ପରୀକ୍ଷା ଶିବିର ଆୟୋଜନ

July 11, 2026

“ଆମ ଦଳକୁ ବିଭାଜିତ କରିବାକୁ ଚେଷ୍ଟା, ବିଧାୟକଙ୍କୁ ୩୦ କୋଟି ଅଫର”: ଓମାର ଅବଦୁଲ୍ଲାଙ୍କ ଦାବି

July 11, 2026

ନ୍ୟୁଜିଲାଣ୍ଡର ପ୍ରଧାନମନ୍ତ୍ରୀଙ୍କ ସହ ଆନୁଷ୍ଠାନିକ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

July 11, 2026

ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ଡିଜିପି ଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

July 11, 2026
Latest News

ଆଜି ଜୁଲାଇ ୧୨ ତାରିଖ ରବିବାରରେ ଏହି ରାଶି ପାଇଁ ରହିଛି ଲାଭର ଯୋଗ: ଜାଣନ୍ତୁ ରାଶିଫଳ

July 12, 2026

ନିଶୁଳ୍କ ଚକ୍ଷୁ ପରୀକ୍ଷା ଶିବିର ଆୟୋଜନ

July 11, 2026

ମେଧା ବଗି କାରଖାନାରେ ଇଞ୍ଜିନିୟର ଓ ଉତ୍ପାଦନ ଦଳ ସହ ମତ ବିନିମୟ କଲେ ରେଳମନ୍ତ୍ରୀ

July 11, 2026

‘ଜୟପ୍ରକାଶ ନାରାୟଣ ପୁସ୍ତକାଳୟ’ର ଉଦ୍‌ଘାଟନ କଲେ ଅମିତ ଶାହ

July 11, 2026

“ଆମ ଦଳକୁ ବିଭାଜିତ କରିବାକୁ ଚେଷ୍ଟା, ବିଧାୟକଙ୍କୁ ୩୦ କୋଟି ଅଫର”: ଓମାର ଅବଦୁଲ୍ଲାଙ୍କ ଦାବି

July 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.