Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମନୁଷ୍ୟ-ବନ୍ୟପ୍ରାଣୀ ସଂଘର୍ଷରେ ମୃତାହତ ବ୍ୟକ୍ତିଙ୍କ ପାଇଁ ଅନୁକମ୍ପା ରାଶିରେ ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ମନୁଷ୍ୟ-ବନ୍ୟପ୍ରାଣୀ ସଂଘର୍ଷରେ ମୃତାହତ ବ୍ୟକ୍ତିଙ୍କ ପାଇଁ ଅନୁକମ୍ପା ରାଶିରେ ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

May 3, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
Naveen

ଭୁବନେଶ୍ଵର: ମନୁଷ୍ୟ ଓ ବନ୍ୟପ୍ରାଣୀ ମଧ୍ୟରେ ସଂଘର୍ଷରେ ପ୍ରତିବର୍ଷ ରାଜ୍ୟରେ ବହୁ ଲୋକ ମୃତାହତ ହେଉଛନ୍ତି। ଏହାସହିତ ଘରଦ୍ବାରା ଭାଙ୍ଗିବା ଓ ଫସଲ ନଷ୍ଟ ହେବା ସହିତ ଗୃହପାଳିତ ପ୍ରାଣୀମାନେ ମଧ୍ୟ ମୃତ୍ୟୁବରଣ କରୁଛନ୍ତି। ଏହି କ୍ଷତିଗ୍ରସ୍ତ ଲୋକଙ୍କ ପରିବାର ପାଇଁ କେବଳ ଏକ ଅପୂରଣୀୟ କ୍ଷତି ନୁହେଁ, ବରଂ ସେମାନଙ୍କ ପ୍ରିୟଜନମାନଙ୍କୁ ହରାଇ ଗଭୀର ମାନସିକ ଚାପରେ ମଧ୍ୟ ରହିଥାନ୍ତି।

ତେଣୁ ବନ୍ୟପ୍ରାଣୀ ଆକ୍ରମଣରେ ମୃତାହତ ବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ଅନୁକମ୍ପା ରାଶି ତଥା ସଂପତ୍ତି କ୍ଷୟକ୍ଷତି ପାଇଁ ସହାୟତା ରାଶିରେ ବୃଦ୍ଧି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି।

ଏହି ନୂତନ ନିଷ୍ପତ୍ତି ଅନୁଯାୟୀ ବନ୍ୟାପ୍ରାଣୀ ଆକ୍ରମଣରେ ମନୁଷ୍ୟ ମୃତ୍ୟୁ କ୍ଷେତ୍ରରେ ଅନୁକମ୍ପାମୂଳକ ରାଶିର ପରିମାଣ ୪ ଲକ୍ଷ ଟଙ୍କାରୁ ୬ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇଛି।

ସେହିପରି ଗୁରୁତର ଆହତଙ୍କ (Permanent Injury) କ୍ଷେତ୍ରରେ ସହାୟତା ପରିମାଣ ମଧ୍ୟ ବୃଦ୍ଧି ପାଇଛି। ୬୦ ପ୍ରତିଶତରୁ କମ୍‌ ଅକ୍ଷମତା କ୍ଷେତ୍ରରେ ସହାୟତା ପରିମାଣ ୧ ଲକ୍ଷ ଟଙ୍କାରୁ ୧.୫୦ ଲକ୍ଷ ଟଙ୍କା ଏବଂ ୬୦ ପ୍ରତିଶତରୁ ଅଧିକ ଅକ୍ଷମତା କ୍ଷେତ୍ରରେ ସହାୟତା ପରିମାଣ ୨.୫୦ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇଛି।

ସେହିପରି ସାମାନ୍ୟ ଆହତଙ୍କ (Temporary Injury) କ୍ଷେତ୍ରରେ ପୂର୍ବରୁ ସହାୟତା ପରିମାଣ ୫ ହଜାର ଟଙ୍କା ଥିଲା। ବର୍ତ୍ତମାନ ଏକ ସପ୍ତାହରୁ ଅଧିକ ସମୟ ଧରି ଚିକିତ୍ସାର ଆବଶ୍ୟକତା ଥିଲେ, ସେ କ୍ଷେତ୍ରରେ ସରକାରୀ ହସ୍‌ପିଟାଲରେ ସଂପୂର୍ଣ୍ଣ ମାଗଣା ଚିକିତ୍ସା ସହିତ ୧୦ ହଜାର ଟଙ୍କା ସହାୟତା ଦିଆଯିବ। ଚିକିତ୍ସାର ସମୟ ଏକ ସପ୍ତାହରୁ କମ୍‌ ହେଲେ, ସରକାରୀ ହସ୍‌ପିଟାଲରେ ସଂପୂର୍ଣ୍ଣ ମାଗଣା ଚିକିତ୍ସା ସହିତ ୫ ହଜାର ଟଙ୍କା ସହାୟତା ଦିଆଯିବ।

ଗୋମହିଷାଦି ପ୍ରାଣୀଙ୍କ ମୃତ୍ୟୁ କ୍ଷେତ୍ରରେ ମଧ୍ୟ ସହାୟତା ରାଶି ବୃଦ୍ଧି ପାଇଛି। ଗାଈ ବା ମଇଁଷିଙ୍କ ମୃତ୍ୟୁ କ୍ଷେତ୍ରରେ ସହାୟତା ରାଶି ପରିମାଣ ୩୭,୫୦୦ ଟଙ୍କା ଏବଂ ବଳଦର ମୃତ୍ୟୁ କ୍ଷେତ୍ରରେ ସହାୟତା ୩୨,୦୦୦ ଟଙ୍କାକୁ ବୃଦ୍ଧି ପାଇଛି । ପୂର୍ବରୁ ଏହା ୫ ହଜାର ଟଙ୍କା ଥିଲା । ବାଛୁରୀ ମୃତ୍ୟୁ ପାଇଁ ସହାୟତା ପରିମାଣ ୨୫୦୦ ଟଙ୍କାରୁ ୫୦୦୦ ଟଙ୍କା, ଛେଳିମେଣ୍ଢାଙ୍କ ମୃତ୍ୟୁ କ୍ଷେତ୍ରରେ ୨୦୦୦ ଟଙ୍କାରୁ ୪୦୦୦ ଟଙ୍କା ଓ ମେଣ୍ଢା ଛୁଆ ମୃତ୍ୟୁ କ୍ଷେତ୍ରରେ ୭୫୦ ଟଙ୍କାରୁ ୧୫୦୦ ଟଙ୍କାକୁ ବୃଦ୍ଧି ପାଇଛି ।

ଫସଲ କ୍ଷୟକ୍ଷତି କ୍ଷେତ୍ରରେ ମଧ୍ୟ ସହାୟତା ପରିମାଣ ବଢିଛି। ଧାନ ଓ ଅନ୍ୟାନ୍ୟ ଖାଦ୍ୟଶସ୍ୟ (Cereal) ଫସଲ କ୍ଷତିରେ ସହାୟତା ପରିମାଣ ଏକର ପିଚ୍ଛା ୧୦ ହଜାର ଟଙ୍କାରୁ ୨୦ ହଜାର ଟଙ୍କାକୁ ବୃଦ୍ଧି ପାଇଛି । ଅର୍ଥକରୀ ଫସଲ କ୍ଷତି କ୍ଷେତ୍ରରେ ସହାୟତା ପରିମାଣ ୧୨ ହଜାର ଟଙ୍କାରୁ ୨୫ ହଜାର ଟଙ୍କାକୁ ବଢିଛି ।

ସେହିପରି ଘର ଗୁଡିକର ଆଂଶିକ କ୍ଷତି କ୍ଷେତ୍ରରେ ସହାୟତା ପରିମାଣ ୨୦୦୦ ଟଙ୍କରୁ ୧୦,୦୦୦ ଟଙ୍କାକୁ ବୃଦ୍ଧି ପାଇଛି । ଘର ସଂପୂର୍ଣ୍ଣ ଭାଙ୍ଗିଥିଲେ, ବିଜୁ ପକ୍‌କା ଘର କିମ୍ବା ସେହି ମୂଲ୍ୟର ଅର୍ଥ ସହିତ ଆହୁରି ୨୦ ହଜାର ଟଙ୍କା ସହାୟତା ଆକାରରେ ପ୍ରଦାନ କରାଯିବ। ପୂର୍ବରୁ ଏହି ସହାୟତା ପରିମାଣ ୧୦,୦୦୦ ଟଙ୍କା ଥିଲା ।

BJP Ads
ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ସୁଭଦ୍ରା ଯୋଜନା ନେଇ ଆସିଲା ବଡ ଖବର, ଆଜିଠାରୁ ଖୋଲିଲା ନୂଆ ପଂଜୀକରଣ, ଶିଘ୍ର କରନ୍ତୁ

November 1, 2025

ଜଳ ସମ୍ପଦ ବିଭାଗକୁ ଆହୁରି ସୁଦକ୍ଷ ଓ ସ୍ମାର୍ଟ କରାଯିବ: ମୁଖ୍ୟମନ୍ତ୍ରୀ

October 31, 2025

ଶୁଳ୍କ ଯୁଦ୍ଧ ମଧ୍ୟରେ ସ୍ୱର ବଦଳାଇଲା ଆମେରିକା: ଭାରତ ସହିତ ସ୍ୱାକ୍ଷର କଲା ଏକ ପ୍ରମୁଖ ପ୍ରତିରକ୍ଷା ଚୁକ୍ତି

October 31, 2025

ନୂଆପଡା ଉପନିର୍ବାଚନରେ କିଏ ଜିତିବ? ବୁଦ୍ଧିଜୀବି, ସାଧାରଣ ଜନତାଙ୍କୁ ପଚାରିବା ପରେ ମିଳିଲା ଆଶ୍ଚର୍ଯ୍ୟ ଉତ୍ତର

October 31, 2025
BJP Ads
Latest News

ଦ୍ୱିତୀୟ ଟି-୨୦ ପରେ ଉଠିଲା ଅନେକ ପ୍ରଶ୍ନ: ଭାରତର ଏହି ନିଷ୍ପତ୍ତିକୁ ନେଇ ମଧ୍ୟ ଆଶ୍ଚର୍ଯ୍ୟ ହେଲେ ଫିଞ୍ଚ

November 1, 2025

Indian IPO Market: ଅକ୍ଟୋବର ମାସରେ ପାଣ୍ଠି ସଂଗ୍ରହ ₹46,000 କୋଟିରେ ପହଞ୍ଚିଛି ସୃଷ୍ଟି କରିଛି ରେକର୍ଡ

November 1, 2025

ଆରଏସଏସ ଉପରେ ପ୍ରତିବନ୍ଧକ ଲଗାଇବାକୁ ଦାବି କଲେ କଂଗ୍ରେସ ଅଧ୍ୟକ୍ଷ, ବିଜେପି ଦେଲା ଜବାବ

November 1, 2025

ସୁଭଦ୍ରା ଯୋଜନା ନେଇ ଆସିଲା ବଡ ଖବର, ଆଜିଠାରୁ ଖୋଲିଲା ନୂଆ ପଂଜୀକରଣ, ଶିଘ୍ର କରନ୍ତୁ

November 1, 2025

ରୋହିତ ଶର୍ମାଙ୍କ ବିଶ୍ୱ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ବାବର ଆଜମ, ହେଲେ ନମ୍ବର-୧ ବ୍ୟାଟର

November 1, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.