Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମନୁଷ୍ୟ-ବନ୍ୟପ୍ରାଣୀ ସଂଘର୍ଷରେ ମୃତାହତ ବ୍ୟକ୍ତିଙ୍କ ପାଇଁ ଅନୁକମ୍ପା ରାଶିରେ ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ମନୁଷ୍ୟ-ବନ୍ୟପ୍ରାଣୀ ସଂଘର୍ଷରେ ମୃତାହତ ବ୍ୟକ୍ତିଙ୍କ ପାଇଁ ଅନୁକମ୍ପା ରାଶିରେ ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

May 3, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
Naveen

ଭୁବନେଶ୍ଵର: ମନୁଷ୍ୟ ଓ ବନ୍ୟପ୍ରାଣୀ ମଧ୍ୟରେ ସଂଘର୍ଷରେ ପ୍ରତିବର୍ଷ ରାଜ୍ୟରେ ବହୁ ଲୋକ ମୃତାହତ ହେଉଛନ୍ତି। ଏହାସହିତ ଘରଦ୍ବାରା ଭାଙ୍ଗିବା ଓ ଫସଲ ନଷ୍ଟ ହେବା ସହିତ ଗୃହପାଳିତ ପ୍ରାଣୀମାନେ ମଧ୍ୟ ମୃତ୍ୟୁବରଣ କରୁଛନ୍ତି। ଏହି କ୍ଷତିଗ୍ରସ୍ତ ଲୋକଙ୍କ ପରିବାର ପାଇଁ କେବଳ ଏକ ଅପୂରଣୀୟ କ୍ଷତି ନୁହେଁ, ବରଂ ସେମାନଙ୍କ ପ୍ରିୟଜନମାନଙ୍କୁ ହରାଇ ଗଭୀର ମାନସିକ ଚାପରେ ମଧ୍ୟ ରହିଥାନ୍ତି।

ତେଣୁ ବନ୍ୟପ୍ରାଣୀ ଆକ୍ରମଣରେ ମୃତାହତ ବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ଅନୁକମ୍ପା ରାଶି ତଥା ସଂପତ୍ତି କ୍ଷୟକ୍ଷତି ପାଇଁ ସହାୟତା ରାଶିରେ ବୃଦ୍ଧି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି।

ଏହି ନୂତନ ନିଷ୍ପତ୍ତି ଅନୁଯାୟୀ ବନ୍ୟାପ୍ରାଣୀ ଆକ୍ରମଣରେ ମନୁଷ୍ୟ ମୃତ୍ୟୁ କ୍ଷେତ୍ରରେ ଅନୁକମ୍ପାମୂଳକ ରାଶିର ପରିମାଣ ୪ ଲକ୍ଷ ଟଙ୍କାରୁ ୬ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇଛି।

ସେହିପରି ଗୁରୁତର ଆହତଙ୍କ (Permanent Injury) କ୍ଷେତ୍ରରେ ସହାୟତା ପରିମାଣ ମଧ୍ୟ ବୃଦ୍ଧି ପାଇଛି। ୬୦ ପ୍ରତିଶତରୁ କମ୍‌ ଅକ୍ଷମତା କ୍ଷେତ୍ରରେ ସହାୟତା ପରିମାଣ ୧ ଲକ୍ଷ ଟଙ୍କାରୁ ୧.୫୦ ଲକ୍ଷ ଟଙ୍କା ଏବଂ ୬୦ ପ୍ରତିଶତରୁ ଅଧିକ ଅକ୍ଷମତା କ୍ଷେତ୍ରରେ ସହାୟତା ପରିମାଣ ୨.୫୦ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇଛି।

ସେହିପରି ସାମାନ୍ୟ ଆହତଙ୍କ (Temporary Injury) କ୍ଷେତ୍ରରେ ପୂର୍ବରୁ ସହାୟତା ପରିମାଣ ୫ ହଜାର ଟଙ୍କା ଥିଲା। ବର୍ତ୍ତମାନ ଏକ ସପ୍ତାହରୁ ଅଧିକ ସମୟ ଧରି ଚିକିତ୍ସାର ଆବଶ୍ୟକତା ଥିଲେ, ସେ କ୍ଷେତ୍ରରେ ସରକାରୀ ହସ୍‌ପିଟାଲରେ ସଂପୂର୍ଣ୍ଣ ମାଗଣା ଚିକିତ୍ସା ସହିତ ୧୦ ହଜାର ଟଙ୍କା ସହାୟତା ଦିଆଯିବ। ଚିକିତ୍ସାର ସମୟ ଏକ ସପ୍ତାହରୁ କମ୍‌ ହେଲେ, ସରକାରୀ ହସ୍‌ପିଟାଲରେ ସଂପୂର୍ଣ୍ଣ ମାଗଣା ଚିକିତ୍ସା ସହିତ ୫ ହଜାର ଟଙ୍କା ସହାୟତା ଦିଆଯିବ।

ଗୋମହିଷାଦି ପ୍ରାଣୀଙ୍କ ମୃତ୍ୟୁ କ୍ଷେତ୍ରରେ ମଧ୍ୟ ସହାୟତା ରାଶି ବୃଦ୍ଧି ପାଇଛି। ଗାଈ ବା ମଇଁଷିଙ୍କ ମୃତ୍ୟୁ କ୍ଷେତ୍ରରେ ସହାୟତା ରାଶି ପରିମାଣ ୩୭,୫୦୦ ଟଙ୍କା ଏବଂ ବଳଦର ମୃତ୍ୟୁ କ୍ଷେତ୍ରରେ ସହାୟତା ୩୨,୦୦୦ ଟଙ୍କାକୁ ବୃଦ୍ଧି ପାଇଛି । ପୂର୍ବରୁ ଏହା ୫ ହଜାର ଟଙ୍କା ଥିଲା । ବାଛୁରୀ ମୃତ୍ୟୁ ପାଇଁ ସହାୟତା ପରିମାଣ ୨୫୦୦ ଟଙ୍କାରୁ ୫୦୦୦ ଟଙ୍କା, ଛେଳିମେଣ୍ଢାଙ୍କ ମୃତ୍ୟୁ କ୍ଷେତ୍ରରେ ୨୦୦୦ ଟଙ୍କାରୁ ୪୦୦୦ ଟଙ୍କା ଓ ମେଣ୍ଢା ଛୁଆ ମୃତ୍ୟୁ କ୍ଷେତ୍ରରେ ୭୫୦ ଟଙ୍କାରୁ ୧୫୦୦ ଟଙ୍କାକୁ ବୃଦ୍ଧି ପାଇଛି ।

ଫସଲ କ୍ଷୟକ୍ଷତି କ୍ଷେତ୍ରରେ ମଧ୍ୟ ସହାୟତା ପରିମାଣ ବଢିଛି। ଧାନ ଓ ଅନ୍ୟାନ୍ୟ ଖାଦ୍ୟଶସ୍ୟ (Cereal) ଫସଲ କ୍ଷତିରେ ସହାୟତା ପରିମାଣ ଏକର ପିଚ୍ଛା ୧୦ ହଜାର ଟଙ୍କାରୁ ୨୦ ହଜାର ଟଙ୍କାକୁ ବୃଦ୍ଧି ପାଇଛି । ଅର୍ଥକରୀ ଫସଲ କ୍ଷତି କ୍ଷେତ୍ରରେ ସହାୟତା ପରିମାଣ ୧୨ ହଜାର ଟଙ୍କାରୁ ୨୫ ହଜାର ଟଙ୍କାକୁ ବଢିଛି ।

ସେହିପରି ଘର ଗୁଡିକର ଆଂଶିକ କ୍ଷତି କ୍ଷେତ୍ରରେ ସହାୟତା ପରିମାଣ ୨୦୦୦ ଟଙ୍କରୁ ୧୦,୦୦୦ ଟଙ୍କାକୁ ବୃଦ୍ଧି ପାଇଛି । ଘର ସଂପୂର୍ଣ୍ଣ ଭାଙ୍ଗିଥିଲେ, ବିଜୁ ପକ୍‌କା ଘର କିମ୍ବା ସେହି ମୂଲ୍ୟର ଅର୍ଥ ସହିତ ଆହୁରି ୨୦ ହଜାର ଟଙ୍କା ସହାୟତା ଆକାରରେ ପ୍ରଦାନ କରାଯିବ। ପୂର୍ବରୁ ଏହି ସହାୟତା ପରିମାଣ ୧୦,୦୦୦ ଟଙ୍କା ଥିଲା ।

ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ପୁରୀ ରଥଯାତ୍ରାକୁ ବିଶ୍ବ ସାଂସ୍କୃତିକ ଐତିହ୍ୟ ଭାବେ ମାନ୍ୟତା ଦେବାକୁ କେନ୍ଦ୍ରକୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

August 4, 2026

କଟକରେ ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟ ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026

ବନ୍ୟା ସହାୟତା ଘୋଷଣା, ପ୍ରଥମ ପର୍ଯ୍ୟାୟରେ ୧୧୦ କୋଟି ଟଙ୍କା, ଜାଣନ୍ତୁ କାହାକୁ ଦିଆଯିବ କେତେ 

August 3, 2026

Bankipur Byepoll Result: ବିଜେପି ରାଷ୍ଟ୍ରୀୟ ସଭାପତି ନୀତିନ ନବୀନଙ୍କ ଗଡରେ ଜିତିଲେ ପ୍ରଶାନ୍ତ କିଶୋର

August 3, 2026
Latest News

ପୁରୀ ରଥଯାତ୍ରାକୁ ବିଶ୍ବ ସାଂସ୍କୃତିକ ଐତିହ୍ୟ ଭାବେ ମାନ୍ୟତା ଦେବାକୁ କେନ୍ଦ୍ରକୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

August 4, 2026

ଭୁବନେଶ୍ବର ରେଳ ଷ୍ଟେସନ୍ରୁ ବ୍ରହ୍ମପୁର ଅଭିମୁଖେ ଯାତ୍ରା ଆରମ୍ଭ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 4, 2026

ଅଙ୍ଗଦାନକୁ ପ୍ରୋତ୍ସାହନ ଦେବାକୁ ସରକାରଙ୍କ ନୂଆ ପଦକ୍ଷେପ, ଲଞ୍ଚ ହେଲା ‘ଇ-ଟ୍ରାନ୍ସପ୍ଲାଣ୍ଟ’ ପ୍ଲାଟଫର୍ମ

August 4, 2026

ଇଗ୍ନୋରେ ନୁତନ ନାମ ଲେଖା ଓ ପୁନଃ ପଞ୍ଜିକରଣ ଅବଧି ଚଳିତ ମାସ ୧୬ ତାରିଖକୁ ବୃଦ୍ଧି

August 4, 2026

ଆଜି ଅଗଷ୍ଟ 4 ତାରିଖ ମଙ୍ଗଳବାରରେ ଏହି 7ଟି ରାଶିର ବ୍ୟକ୍ତି ହେବେ ମାଲେମାଲ୍

August 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.