Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ପୀଠର ବିକାଶ ପାଇଁ ୧୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ପୀଠର ବିକାଶ ପାଇଁ ୧୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

May 4, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଅଲଚିକି ଲିପିର ଉଦ୍‌ଭାବକ ଗୁରୁ ଗମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ପୀଠର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୦ କୋଟି ଟଙ୍କା ମଂଜୁର କରିଛନ୍ତି।

ସାନ୍ତାଳି ସମାଜ ଓ ସାନ୍ତାଳୀ ଭାଷା ଓ ସାହିତ୍ୟ ପ୍ରତି ଗୁରୁ ଗମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଅବଦାନ ସର୍ବଜନ ବିଦିତ। ପଣ୍ଡିତ ମୁର୍ମୁ ଅଲଚିକି ଲିପି ଉଦ୍‌ଭାବନ କରି ସାନ୍ତାଳି ସମାଜର ସାଂସ୍କୃତିକ ପରିଚୟକୁ ସୁଦୃଢ କରିଯାଇଛନ୍ତି। ସାନ୍ତାଳି ଲିପି ଏକ ବିଜ୍ଞାନ ସମ୍ମତ ଲିପି ଭାବରେ ମଧ୍ୟ ସ୍ବୀକୃତି ପାଇଛି। ସାନ୍ତାଳି ଭାଷାରେ ଅଲିଚିକି ଲିପିରେ ସେ ଅନେକ କାଳଜୟୀ ସାହିତ୍ୟ ସୃଷ୍ଟି କରିଛନ୍ତି। ତାଙ୍କର କାଳଜୟୀ କୃତୀ ପାଇଁ ସେ କେବଳ ସାନ୍ତାଳି ସମାଜ ନୁହେଁ, ସମଗ୍ର ଭାରତୀୟ ସାହିତ୍ୟ ଜଗତରେ ସ୍ମରଣୀୟ ହୋଇ ରହିଛନ୍ତି। ସାନ୍ତାଳି ସମାଜ ପାଇଁ ତାଙ୍କର ମହାନ ଅବଦାନ ତାଙ୍କୁ ସବୁବେଳେ ପୂଜନୀୟ କରି ରଖିଛି। ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସ୍ମୃତିରେ ରାଜ୍ୟ ସରକାର ବାରିପଦା ମେଡିକାଲ କଲେଜକୁ ତାଙ୍କ ନାମରେ ନାମିତ କରିଛନ୍ତି। ସାନ୍ତାଳି ଜାତି ପ୍ରତି ପଣ୍ଡିତ ମୁର୍ମୁଙ୍କ ଅବଦାନକୁ ସମ୍ମାନ ଜଣାଇ ରାଜ୍ୟ ସରକାର ତାଙ୍କ ଜୟନ୍ତୀ ବୁଦ୍ଧ ପୂର୍ଣ୍ଣିମାକୁ ମଧ୍ୟ ସରକାରୀ ଛୁଟି ଭାବରେ ଘୋଷଣା କରିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଗତ ମାର୍ଚ୍ଚ ୨ ଓ ୩ ଦୁଇ ଦିନ ଧରି ମୟୁରଭଂଜ ଗସ୍ତରେ ଯାଇଥିବା ବେଳେ ଦାଣ୍ଡବୋସ ଯାଇ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ପରିଦର୍ଶନ କରିଥିଲେ ଏବଂ ବାରିପଦାସ୍ଥିତ ପଣ୍ଡିତ ମୁର୍ମୁଙ୍କ ବାସଭବନକୁ ମଧ୍ୟ ଯାଇଥିଲେ। ତାଙ୍କ ସ୍ମୃତି ପୀଠର ବିକାଶ ପାଇଁ ରାଜ୍ୟ ସରକାର ପଦକ୍ଷେପ ନେବେ ବୋଲି ସେ ସାନ୍ତାଳି ଭାଇଭଉଣୀଙ୍କ ସହ ଆଲୋଚନା ବେଳେ ଶ୍ରୀ ପାଣ୍ଡିଆନ ପ୍ରତିଶୃତି ଦେଇଥିଲେ। ତଦ୍‌ନୁଯାୟୀ ସେଥିପାଇଁ ଏକ ବିସ୍ତୁତ ଯୋଜନା ପ୍ରସ୍ତୁତ କରିବା ପାଇଁ ସେ ପ୍ରଶାସନକୁ ପରାମର୍ଶ ଦେଇଥିଲେ।

ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ଅଞ୍ଚଳର ବିକାଶ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଦିଆଯାଇଥିବା ଯୋଜନାକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ପ୍ରଦାନ କରିଛନ୍ତି। ତଦନୁଯାୟୀ ଦାଣ୍ଡବୋସ-କାପିବୁରୁ ଠାରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କର ସମାଧୀ ପୀଠର ବିକାଶ ପାଇଁ ୭୫ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ। ସେହିପରି ଆଉ ୭୫ ଲକ୍ଷ ଟଙ୍କା ଖର୍ଚ୍ଚରେ ସେଠାରେ ଧ୍ୟାନକେନ୍ଦ୍ର ମଧ୍ୟ ସ୍ଥାପନ କରାଯିବ। ଏତଦ୍‌ବ୍ୟତୀତ କାପିବୁରୁର ପାଚେରୀ ଓ ସଂଯୋଗ ରାସ୍ତାର ବିକାଶ ପାଇଁ ୩ କୋଟି ଟଙ୍କା ଖର୍ଚ୍ଚ କରିବାର ଯୋଜନା ଥିବାବେଳେ, ସେଠାରେ ଏକ ଅଡିଟୋରିମ ଓ ଗବେଷଣା କେନ୍ଦ୍ର ପାଇଁ ୨ କୋଟି ଟଙ୍କା ଖର୍ଚ୍ଚ କରାଯିବ। ସେଠାରୁ ଆସୁଥିବା ପର୍ଯ୍ୟଟକ ମାନଙ୍କ ସୁବିଧା ପାଇଁ Dormitory ଓ ଅନ୍ୟାନ୍ୟ ସୁବିଧା ପାଇଁ ୧ କୋଟି ଟଙ୍କା ଖର୍ଚ୍ଚ କରାଯିବ। କାପିବୁରୁର ସୌନ୍ଦର୍ଯ୍ୟକରଣ ଓ ସ୍ବାଗତତୋରଣ ପାଇଁ ୭୦ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ। ଦାଣ୍ଡବୋସ, ବିଦୁ ଚାନ୍ଦାନ ବାହାଗାଳର ବିକାଶ ତଥା ମାରାଙ୍ଗ-ଆହାରା ପୁଷ୍କରିଣୀ ପାଇଁ ୧ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏତଦ୍‌ବ୍ୟତୀତ ପାନୀୟ ଜଳ, ବିଦ୍ୟୁତକରଣ ପାଇଁ ୮୦ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ ବୋଲି ସ୍ଥିର କରାଯାଇଛି।

୫-ଟି ଉପକ୍ରମରେ ଏ ସମସ୍ତ କାର୍ଯ୍ୟ ପୂର୍ତ୍ତ ବିଭାଗ ଦ୍ବାରା ସଂପାଦନ କରାଯିବ। ଖୁବଶୀଘ୍ର କାମ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।

ନବୀନ ପଟ୍ଟନାୟକ ପଣ୍ଡିତ ରଘୁନାଥ ମୁର୍ମୁ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟରେ ସାର ସମସ୍ୟା ନେଇ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା, ଦେଲେ ଏହି ନିର୍ଦ୍ଦେଶ

September 20, 2025

ଝାରପଡ଼ା ଜେଲରୁ ବାହାରିଲେ ପୂର୍ବତନ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ

September 20, 2025

ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି, ପ୍ରସ୍ତୁତି ବୈଠକ କଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କଣ ରହିଛି କାର୍ଯ୍ୟକ୍ରମ

September 20, 2025

ପାକିସ୍ତାନକୁ ଝଟକା ଦେଲା ଆମେରିକା: BLA କୁ ବିଶ୍ୱ ଆତଙ୍କବାଦୀ ଘୋଷଣା ପ୍ରସ୍ତାବ ଜାତିସଂଘରେ ଖାରଜ

September 20, 2025
Latest News

କେବେ ଭାବନ୍ତୁ ନାହିଁ ଯେ, ସବୁ ସ୍ଥାନରେ ଭଲ ଲୋକ ଥିବେ: ଆଚାର୍ଯ୍ୟ ଚାଣକ୍ୟ

September 20, 2025

ରାଜ୍ୟରେ ସାର ସମସ୍ୟା ନେଇ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା, ଦେଲେ ଏହି ନିର୍ଦ୍ଦେଶ

September 20, 2025

ବିଶିଷ୍ଠ ଆଦିବାସୀ ନେତା ତଥା ୪ଥରର ବିଧାୟକ ଜର୍ଜ ତିର୍କୀଙ୍କର ପରଲୋକ

September 20, 2025

ଅକ୍ଟୋବର ୨ ରୁ ୩୧ ପର୍ଯ୍ୟନ୍ତ ଆରମ୍ଭ ହେବ ସ୍ୱତନ୍ତ୍ର ଅଭିଯାନ ୫.୦

September 20, 2025

ଝାରପଡ଼ା ଜେଲରୁ ବାହାରିଲେ ପୂର୍ବତନ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ

September 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.