Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»୫-ଟି ସ୍କୁଲ ରୂପାନ୍ତରଣର ତୃତୀୟ ପର୍ଯ୍ୟାୟର ଚତୁର୍ଥ ଦିନ: ୩୫୯ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

୫-ଟି ସ୍କୁଲ ରୂପାନ୍ତରଣର ତୃତୀୟ ପର୍ଯ୍ୟାୟର ଚତୁର୍ଥ ଦିନ: ୩୫୯ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

May 4, 2023No Comments4 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ସ୍କୁଲ ରୂପାନ୍ତରର ପ୍ରତ୍ୟେକ ସ୍ତରରେ ଜନସାଧାରଣ ସାମିଲ ହୋଇଛନ୍ତି। ସ୍କୁଲ ପରିଚାଳନା କମିଟିର ସଦସ୍ୟ, ଅଭିଭାବକ ଓ ସ୍ଥାନୀୟ ଜନସାଧାରଣ ରୂପାନ୍ତରିତ ସ୍କୁଲର ପରିକଳ୍ପନା ଠାରୁ ଆରମ୍ଭ କରି ରୂପାୟନର ସବୁ ସ୍ତରରେ ସଂଶ୍ଲିଷ୍ଟ ହୋଇଛନ୍ତି। କେଉଁ କାର୍ଯ୍ୟରେ କେତେ ଖର୍ଚ୍ଚ ହେଉଛି, ସେ ବିଷୟରେ ମଧ୍ୟ ସେମାନେ ଜାଣନ୍ତି। ତେଣୁ ସ୍କୁଲ ରୂପାନ୍ତର ହେଉଛି, ଜନ ଭାଗିଦାରୀର ଏକ ପ୍ରକୃଷ୍ଟ ଉଦାହରଣ। ଆଜି ସ୍କୁଲ ରୂପାନ୍ତରର ତୃତୀୟ ପର୍ଯ୍ୟାୟର ଚତୁର୍ଥ ଦିନରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି।

ଆଜି ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ତୃତୀୟ ପର୍ଯ୍ୟାୟର ଚତୁର୍ଥ ଦିନରେ ଆଜି ୫ଟି ଜିଲ୍ଲାର ୩୫୯ଟି ରୂପାନ୍ତରିତ ହାଇସ୍କୁଲକୁ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଛନ୍ତି। ଏଥିରେ ଭଦ୍ରକ ଜିଲ୍ଲାର ୧୨୪ଟି ହାଇସ୍କୁଲ, କନ୍ଧମାଳ ଜିଲ୍ଲାର ୭୭ଟି, ଢେଙ୍କାନାଳ ଜିଲ୍ଲାର ୩୫ଟି, ଗଜପତି ଜିଲ୍ଲାର ୮୦ଟି ହାଇସ୍କୁଲ ଏବଂ ସୁବର୍ଣ୍ଣପୁର ଜିଲ୍ଲାର ୪୩ଟି ହାଇସ୍କୁଲ ଅନ୍ତର୍ଭୁକ୍ତ। ଏହାଦ୍ବାରା ତୃତୀୟ ପର୍ଯ୍ୟାୟରେ ଚତୁର୍ଥ ଦିନରେ ସମୁଦାୟ ୧୪୯୩ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେଲା। ସୂଚନାଯୋଗ୍ୟ ଯେ ଗତ ଦୁଇଟି ପର୍ଯ୍ୟାୟରେ ରାଜ୍ୟରେ ୩୯୮୧ଟି ସ୍କୁଲ ରୂପାନ୍ତରିତ ହୋଇଛି। ତିନୋଟି ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୬୧୩୨ଟି ସ୍କୁଲ ରୂପାନ୍ତରିତ ହେବ।

କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ବିଧାୟକଗଣ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟିର ସଦସ୍ୟ, ଶିକ୍ଷକ ଶିକ୍ଷୟତ୍ରୀ ଓ ଅଭିଭାବକ ମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ୫-ଟି କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରିଥିଲେ। ସେ କହିଥିଲେ ଯେ ୫-ଟି ହେଉଛି ଟେକ୍‌ନୋଲୋଜି, ଟିମ୍‌ୱାର୍କ, ଟ୍ରାନସ୍‌ପରେନ୍‌ସି ବା ସ୍ବଚ୍ଛତା ଏବଂ ଟାଇମ ବା ସମୟ। ଏସବୁର ପ୍ରୟୋଗରେ ଟ୍ରାନ୍‌ସଫରମେସନ ବା ରୂପାନ୍ତର ଆସିଥାଏ। ମୁଖ୍ୟମନ୍ତ୍ରୀ କହିଲେ ଯେ ଟେକ୍‌ନୋଲୋଜିର ପ୍ରୟୋଗରେ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍‌, କମ୍ପ୍ୟୁଟର ଓ ଆଧୁନିକ ଲାବୋରେଟୋରୀର ବିକାଶ କରାଯାଇଛି। ସେହିପରି ଏହି ରୂପାନ୍ତର କାମକୁ ସମସ୍ତଙ୍କ ମିଳିତ ଉଦ୍ୟମରେ କରାଯାଇଛି, ଯାହା ଟିମ୍‌ୱାର୍କର ପ୍ରତୀକ। ସମୟକୁ ଗୁରୁତ୍ବ ଦିଆଯାଇ ସମସ୍ତ କାମ ମଧ୍ୟ ଠିକ୍‌ ସମୟରେ ଶେଷ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏସବୁ କାମରେ ପ୍ରତି ସ୍ତରରେ ସ୍ବଚ୍ଛତା ବା ଟ୍ରାନ୍‌ସପରେନ୍‌ସି ରକ୍ଷା କରାଯାଇଛି। ସ୍ଥାନୀୟ ଅଞ୍ଚଳର ଲୋକମାନଙ୍କ ସହିତ ଆଲୋଚନା କରାଯାଇ କାମ କରାଯାଉଛି। ଭିଜନ ଡକ୍ୟୁମେଣ୍ଟ ଠାରୁ ଆରମ୍ଭ କରି ପ୍ରତ୍ୟେକ କାର୍ଯ୍ୟ ପାଇଁ ହେଉଥିବା ଖର୍ଚ୍ଚ ସଂପର୍କରେ ସମସ୍ତେ ସବୁ ବିଷୟରେ ଜାଣନ୍ତି। ସ୍ବଚ୍ଛତା ହେଉଛି ୫-ଟିର ସବୁଠାରୁ ବଡ ଶକ୍ତି। ଏସବୁ ଦ୍ବାରା ଆସିଛି ରୂପାନ୍ତର। ଯାହାକୁ ଆମେ ସବୁ ଦେଖିପାରୁଛୁ ଓ ଅନୁଭବ କରିପାରୁଛୁ।

ଏହି ଅବସରରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଯୋଡି ହୋଇଥିବା ସ୍କୁଲ ଗୁଡିକରେ ଉପସ୍ଥିତ ଥିବା ଛାତ୍ରଛାତ୍ରୀ ମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ୫-ଟିର ଉପଯୋଗ ସଂପର୍କରେ ବୁଝାଇ କହିଲେ ଯେ ବର୍ତ୍ତମାନ ଯୁଗ ହେଉଛି ଟେକ୍‌ନୋଲୋଜିର ଯୁଗ। ଜୀବନର ସବୁ କ୍ଷେତ୍ରକୁ ଟେକ୍‌ନୋଲୋଜି ପ୍ରଭାବିତ କରୁଛି। ତେଣୁ ପିଲାମାନେ ନୂଆ ନୂଆ ଟେକ୍‌ନୋଲୋଜି ବିଷୟରେ ଜାଣିବାକୁ ଚେଷ୍ଟା କରିବା ଆବଶ୍ୟକ। ଏହାଦ୍ବାରା ସେମାନେ ଆଧୁନିକ ଯୁଗରେ ସବୁ କ୍ଷେତ୍ରରେ ଆଗରେ ରହିପାରିବେ।

ସେହିପରି ସମୟ ଉପରେ ଗୁରୁତ୍ବ ଦେବକୁ ପରାମର୍ଶ ଦେଇ ସେ କହିଲେ ଯେ ସମୟର ଗୁରୁତ୍ବ ସଂପର୍କରେ ସମସ୍ତେ ଜାଣିଛନ୍ତି। ତେଣୁ ପିଲାମାନେ ସମୟର ଉପଯୋଗ ଠିକ୍‌ ଭାବରେ କରିପାରିଲେ, ସବୁକ୍ଷେତ୍ରରେ ନିଶ୍ଚୟ ଆଗରେ ରହିବେ। ନିଜ ନିଜ ଜୀବନରେ ୫-ଟିର ଉପଯୋଗ ପାଇଁ ପିଲାଙ୍କୁ ପରାମର୍ଶ ଦେଇ ସେ କହିଲେ ଯେ ଏହାଦ୍ବାରା ସେମାନେ ଜୀବନର ସବୁ କ୍ଷେତ୍ରରେ ସଫଳ ହୋଇପାରିବେ। ଦ୍ବିତୀୟ ବିଷୟଟି ହେଉଛି ଟିମ୍‌ୱାର୍କ । ପିଲାମାନେ ମିଳିମିଶି କାମ କଲେ, ସଫଳତାର ସମ୍ଭାବନା ବଢିବ। କ୍ରୀଡ଼ା କ୍ଷେତ୍ରରେ ଟିମ୍‌ୱାର୍କ ଅତି ଜରୁରୀ ବୋଲି ସେ କହିଥିଲେ। ସେହିପରି ଜୀବନରେ ସାଧୁତା (Transparency ) ହେଉଛି ଏକ ଜରୁରୀ ଆବଶ୍ୟକତା। ସାଧୁତା ଦ୍ବାରା ମଣିଷର ବିଶ୍ବସନୀୟତା ବୃଦ୍ଧି ପାଏ। ଏସବୁର ପ୍ରୟୋଗ ଦ୍ବାରା ସେମାନଙ୍କ ଜୀବନରେ ଆସିବ ରୂପାନ୍ତର ବା ସଫଳତା।

ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ ଛାତ୍ରଛାତ୍ରୀ ମାନଙ୍କ ସଫଳତା ହେଉଛି ଓଡିଶାର ସଫଳତା। ୫-ଟି ସ୍କୁଲ ଗୁଡିକରେ ପିଲାମାନଙ୍କୁ ସବୁ ପ୍ରକାର ଆଧୁନିକ ସୁବିଧା ଦେବା ପାଇଁ ପ୍ରଚେଷ୍ଟା କରାଯାଇଛି। ପିଲାମାନେ ଏହାର ସୁଯୋଗ ନେଇ ନିଜ ପ୍ରତିଭାର ପରିଚୟ ପ୍ରଦାନ କରିପାରିଲେ, ସେମାନଙ୍କ ନିଜର ଓ ପରିବାରର ଗୌରବ ବୃଦ୍ଧି ହେବା ସହିତ ସାରା ଓଡିଶାର ଗୌରବ ବୃଦ୍ଧି ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

କାର୍ଯ୍ୟକ୍ରମରେ ୫-ଟି ସ୍କୁଲ ରୂପାନ୍ତର ସଂପର୍କରେ ନିଜର ଅଭିଜ୍ଞତା ବର୍ଣ୍ଣନା କରି ଭଦ୍ରକର ଛାତ୍ରୀ ଆୟୁଷା ମଲ୍ଲିକ, କନ୍ଧମାଳର ଛାତ୍ରୀ ପ୍ରମୋଦିନୀ ନାୟକ, ଢେଙ୍କାନାଳର ଭାଗ୍ୟଶ୍ରୀ ବେହେରା, ଗଜପତିର ମମତା ଗମାଙ୍ଗୋ ଓ ସୁବର୍ଣ୍ଣପୁରର ବର୍ଷା ସାହୁ ପ୍ରମୁଖ କହିଲେ ଯେ ୫-ଟି ସ୍କୁଲ ରୂପାନ୍ତର କେବଳ ଆମ ବିଦ୍ୟାଳୟର ଭୌତିକ ଓ ଶୈକ୍ଷିକ ପରିବେଶକୁ ଉନ୍ନତ କରିନାହିଁ, ତା ସହିତ ଆମର ଆତ୍ମବିଶ୍ବାସ ଉପରେ ମଧ୍ୟ ଗଭୀର ପ୍ରଭାବ ପକାଇଛି। ନିଜ ଉପରେ ଆମର ଭରସା ବଢିଛି। ଆମ ପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ସ୍ବପ୍ନ ରହିଛି ଓଡିଶାକୁ ସବୁ କ୍ଷେତ୍ରରେ ଶ୍ରେଷ୍ଠ କରିବା ପାଇଁ। ଆମେ ଆଜି କଥା ଦେଉଛୁ ଯେ ଆମେ ପଢିବୁ, ବଢିବୁ ଓ ସବୁ କ୍ଷେତ୍ରରେ ଶ୍ରେଷ୍ଠ ହୋଇ ମୁଖ୍ୟମନ୍ତ୍ରୀଙ୍କ ସ୍ବପ୍ନକୁ ସାକାର କରିବୁ।

ଏହାସହିତ ସରକାରୀ ସ୍କୁଲର ଛାତ୍ରଛାତ୍ରୀ ମାନଙ୍କ ପାଇଁ ମେଡିକାଲ ଓ ଇଂଜିନିଅରିଂ କଲେଜରେ ୧୫ ପ୍ରତିଶତ ସ୍ଥାନ ସଂରକ୍ଷଣ କରିଥିବାରୁ, ସେମାନଙ୍କ ସାକାର ହେବା ଆହୁରି ସହଜ ହୋଇଛି ବୋଲି ସେମାନେ କହିଥିଲେ। ସେମାନେ ସମସ୍ତେ ବଡ ହେଲେ ଡାକ୍ତର, ଶିକ୍ଷକ, ଇଂଜିନିଅର ଓ ବୈଜ୍ଞାନିକ ଆଦି ହେବାପାଇଁ ସ୍ବପ୍ନ ଦେଖିଛନ୍ତି ବୋଲି ମୁଖ୍ୟମନ୍ତ୍ରୀଙ୍କ ନିକଟରେ ପ୍ରକାଶ କରିଥିଲେ। ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଆଶୀର୍ବାଦ ଦେଇଥିଲେ।

କାର୍ଯ୍ୟକ୍ରମରେ ଉପସ୍ଥିତ ଭଦ୍ରକ ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ତଥା ଚାନ୍ଦବାଲି ବିଧାୟକ ଡଃ ବ୍ୟୋମକେଶ ରାଏ, କନ୍ଧମାଳ ଜିଲ୍ଲା ପରିଷଦ ଅଧ୍ୟକ୍ଷା ନନ୍ଦିନୀ ମଲ୍ଲିକ, ଢେଙ୍କାନାଳ ସାଂସଦ ମହେଶ ସାହୁ, ଗଜପତିରେ ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ ଏବଂ ସୁବର୍ଣ୍ଣପୁରରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ପ୍ରମୁଖ ସେମାନଙ୍କ ମତାମତ ରଖି କହିଥିଲେ ଯେ ସ୍କୁଲ ରୂପାନ୍ତର ଆଗାମୀ ପୀଢିର ଭବିଷ୍ୟତକୁ ଉଜ୍ଜଳ କରିଛି। ଏହା ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିର ପ୍ରକୃଷ୍ଟ ନିଦର୍ଶନ। ଓଡିଶାକୁ ସବୁ କ୍ଷେତ୍ରରେ ଆଜି ନମ୍ବର ୱାନ କରିବା ସହିତ ଆଜି ମୁଖ୍ୟମନ୍ତ୍ରୀ ରାଜ୍ୟର ଭବିଷ୍ୟତକୁ ମଧ୍ୟ ସୁରକ୍ଷିତ କରିବା ପାଇଁ ବଳିଷ୍ଠ ପଦକ୍ଷେପ ନେଇଛନ୍ତି ବୋଲି ସେମାନେ କହିଥିଲେ।

କାର୍ଯ୍ୟକ୍ରମକୁ ପରିଚାଳନା କରି ୫-ଟି ସଚିବ ଭି.କେ. ପାଣ୍ଡିଆନ କହିଥିଲେ ଯେ ସ୍କୁଲ ରୂପାନ୍ତରରେ ଯେଉଁ ସବୁ ସମ୍ପତ୍ତି ବା ଆସେଟ୍‌ ସୃଷ୍ଟି ହୋଇଛି, ସେ ସବୁ ସାରା ଓଡିଶାବାସୀଙ୍କ ଟଙ୍କାରେ ନିର୍ମିତ ହୋଇଛି ବୋଲି ପ୍ରକାଶ କରି ସେ କହିଲେ ଯେ, ମୁଖ୍ୟମନ୍ତ୍ରୀ ସ୍କୁଲର ଆସେଟ୍‌ ଗୁଡିକର ରକ୍ଷଣାବେକ୍ଷେଣ ଉପରେ ସର୍ବାଧିକ ଗୁରୁତ୍ବ ଆରୋପ କରନ୍ତି। ତେଣୁ ଆପଣମାନେ ନିଜର ସମ୍ପତ୍ତି ଭଳି ସ୍କୁଲର ସମ୍ପତ୍ତିର ରକ୍ଷଣାବେକ୍ଷଣ କରିବେ ବୋଲି ମୁଖ୍ୟମନ୍ତ୍ରୀଙ୍କ ଆଶା ଓ ଭରସା ରହିଛି ବୋଲି ସେ କହିଥିଲେ।

ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର-ତଥା-ଶାସନ ସଚିବ ଅଶ୍ବଥୀ ଏସ୍‌ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଓସେପାର ସ୍ବତନ୍ତ୍ର ପ୍ରୋଜେକ୍ଟ ଡାଇରେକ୍ଟର ଧନ୍ୟବାଦ ଅର୍ପଣ କରିଥିଲେ। ଉଚ୍ଚଶିକ୍ଷା ବିଭାଗ, ସାମାଜିକ ସୁରକ୍ଷା ବିଭାଗ ଓ ଅନ୍ୟାନ୍ୟ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ।

ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ସ୍କୁଲ ରୂପାନ୍ତର
Share. Facebook Twitter LinkedIn Email WhatsApp Copy Link

Related Posts

ନୂତନ ବିହନ ଆଇନ ସଂକ୍ରାନ୍ତରେ ସୂଚନା ପ୍ରଦାନ କଲେ କେନ୍ଦ୍ର କୃଷିମନ୍ତ୍ରୀ

January 16, 2026

ଷ୍ଟାର୍ଟଅପଗୁଡ଼ିକର ସାହସ, ଆତ୍ମବିଶ୍ୱାସ ଏବଂ ନବସୃଜନ ଭାରତର ଭବିଷ୍ୟତକୁ ଗଢ଼ି ତୋଳିଛି: ପ୍ରଧାନମନ୍ତ୍ରୀ

January 16, 2026

Sisira Sarasa in Bhubaneswar: କିଣାକିଣି କରିବାରେ ଲୋକଙ୍କ ବଢୁଛି ଆଗ୍ରହ

January 16, 2026

ଭାରତରେ ଗଣତନ୍ତ୍ରର ଅର୍ଥ ହେଉଛି ଶେଷ ବ୍ୟକ୍ତି ପର୍ଯ୍ୟନ୍ତ ସେବା ପହଞ୍ଚାଇବା: ପ୍ରଧାନମନ୍ତ୍ରୀ

January 16, 2026
Latest News

ଅନ୍ତର୍ଜାତୀୟ ଗୁଡ଼ି ମହୋତ୍ସବ-୨୦୨୬କୁ ସମ୍ବୋଧିତ କଲେ ଅମିତ ଶାହ

January 16, 2026

ସିବିସି ଏବଂ ପିଆଇବି ଭୁବନେଶ୍ବର ପକ୍ଷରୁ ସ୍ୱଚ୍ଛତା ପଖୱାଡା ପାଳିତ

January 16, 2026

ଆଇଆଇଏମସି ଢେଙ୍କାନାଳ ପକ୍ଷରୁ ଦୁଇଟି ନୂଆ ସ୍ନାତକୋତ୍ତର ପାଠ୍ୟକ୍ରମ ଘୋଷଣା

January 16, 2026

ନୂତନ ବିହନ ଆଇନ ସଂକ୍ରାନ୍ତରେ ସୂଚନା ପ୍ରଦାନ କଲେ କେନ୍ଦ୍ର କୃଷିମନ୍ତ୍ରୀ

January 16, 2026

ଏବେ ବ୍ୟାଟସମ୍ୟାନ କରିବେ ନାହିଁ ଫିଲ୍ଡିଂ!: ବଦଳିଯିବ ଲିଗ୍ କ୍ରିକେଟର ଦୃଶ୍ୟପଟ

January 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.