Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀ କଲେ ବଡ ଘୋଷଣା, ୮ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ମିଳିବ ୧୧୧ କୋଟି ଟଙ୍କା
ବିଶେଷ ଖବର

ମୁଖ୍ୟମନ୍ତ୍ରୀ କଲେ ବଡ ଘୋଷଣା, ୮ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ମିଳିବ ୧୧୧ କୋଟି ଟଙ୍କା

May 5, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Naveen
ମୁଖ୍ୟମନ୍ତ୍ରୀ କଲେ ବଡ ଘୋଷଣା, ୮ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ମିଳିବ ୧୧୧ କୋଟି ଟଙ୍କା

ଭୁବନେଶ୍ବର: କେନ୍ଦୁପତ୍ର ହିତାଧିକାରୀ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଦ୍ବିତୀୟ ପର୍ଯ୍ୟାୟରେ ୧୧୧ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି । ୨୦୨୨ ଫସଲ ବର୍ଷ ପାଇଁ ଏହି ସହାୟତା ମିଳିବ। ପୂର୍ବରୁ ପ୍ରଥମ ପର୍ଯ୍ୟାୟରେ ୮୩ କୋଟି ଟଙ୍କାର ସହାୟତା ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ସିଧାସଳଖ ଜମା କରାଯାଇଛି ।

ଦୁଇଟି ପର୍ଯ୍ୟାୟକୁ ମିଶାଇ କେନ୍ଦୁପତ୍ର ହିତାଧିକାରୀମାନେ ୧୯୪ କୋଟି ଟଙ୍କାର ସହାୟତା ପାଇବେ, ଯାହା କି ଗୋଟିଏ ଫସଲ ବର୍ଷରେ ଏକ ସର୍ବକାଳୀନ ରେକର୍ଡ। ରାଜ୍ୟ ସରକାରଙ୍କ ଏହି ଘୋଷଣା ଦ୍ବାରା ୮ ଲକ୍ଷରୁ ଅଧିକ କେନ୍ଦୁପତ୍ର ହିତାଧିକାରୀ ଉପକୃତ ହେବେ। ୭.୭୫ ଲକ୍ଷ କେନ୍ଦୁପତ୍ର ତୋଳାଳୀ ଏବଂ ୪୦ ହଜାର ବନ୍ଧାଳୀ ଓ ସିଜିନାଲ ଷ୍ଟାଫଙ୍କୁ ଏହି ସହାୟତା ମିଳିବ।

ପ୍ରତ୍ୟେକ ତୋଳାଳୀଙ୍କୁ ଏକ ହଜାର ଟଙ୍କାର ଆର୍ଥିକ ସହାୟତା ସହିତ ପାଣିବୋତଲ ଓ ଚପଲ ପାଇଁ ଯଥାକ୍ରମେ ୨୦୦ ଓ ୧୬୦ ଟଙ୍କା ମିଳିବ। ସେହିପରି ପ୍ରତ୍ୟେକ ବନ୍ଧାଳୀ ଓ ସିଜିନାଲ ଷ୍ଟାଫଙ୍କୁ ଆର୍ଥିକ ସହାୟତା ଭାବରେ ୧୫୦୦ ଟଙ୍କା ଦିଆଯିବ।

କେନ୍ଦୁପତ୍ର ସଂଗ୍ରହ ହେଉଥିବା ରାଜ୍ୟର ୨୨ଟି ଜିଲ୍ଲା ମଧ୍ୟରୁ ଝାରସୁଗୁଡା ବ୍ୟତୀତ ଅନ୍ୟ ସମସ୍ତ ଜିଲ୍ଲାର ହିତାଧିକାରୀମାନେ ଏହି ସହାୟତା ପାଇବେ । ନିର୍ବାଚନ ଆଚରଣ ବିଧି ଉଠିବା ପରେ ଝାରସୁଗୁଡାର ହିତାଧିକାରୀମାନଙ୍କୁ ଏହି ସହାୟତା ମିଳିବ।

ସୂଚନାଯୋଗ୍ୟ ଯେ ପ୍ରଥମ ପର୍ଯ୍ୟାୟରେ ହିତାଧିକାରୀ ମାନଙ୍କୁ ୮୩ କୋଟି ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। କେନ୍ଦୁପତ୍ର ହିତାଧିକାରୀ ମାନେ, ଯେଉଁମାନେ କି ମୁଖ୍ୟତଃ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଅଟନ୍ତି, ସେମାନଙ୍କ ଜୀବନଧାରଣ ମାନର ଉନ୍ନତିରେ ଏହି ଘୋଷଣା ସହାୟକ ହେବ।

kendu leaf କେନ୍ଦୁପତ୍ର ତୋଳାଳୀ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଅକ୍ଟୋବର ୧୩ ବେଳକୁ ବଙ୍ଗୋପସାଗରରେ ଲଘୁଚାପ!

October 10, 2026

ପୁଣି ଜନ୍ତରମନ୍ତରଠାରେ ଆନ୍ଦୋଳନ କରିବ ସିଜେପି

October 9, 2026

୨ କଲରାପତରିଆ ଛାଲ ଜବତ, ୬ ଗିରଫ

October 9, 2026

ଏସ୍‌ଆଇ ପରୀକ୍ଷା ଜାଲିଆତି ମାମଲା: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଛାନ୍‌ଭିନ୍‌

October 9, 2026
Latest News

ଉପନିର୍ବାଚନରେ ​​ବିଜେପିର ବିଜୟ ଉପରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ?

October 10, 2026

ଡିଜିଟାଲ୍ ସଂଯୋଗରୁ ବିଶ୍ୱ ଟେଲିକମ୍ ପ୍ରଯୁକ୍ତି ନେତୃତ୍ୱ ଆଡ଼କୁ ଭାରତର ଅଗ୍ରଗତି ଉପରେ ସିନ୍ଧିଆଙ୍କ ଗୁରୁତ୍ୱାରୋପ

October 10, 2026

ସ୍ୱଚ୍ଛତା ଓ ବିଚାରାଧୀନ ମାମଲା ତ୍ୱରାନ୍ୱିତ କରିବା ପାଇଁ ସ୍ୱତନ୍ତ୍ର ଅଭିଯାନ ୬.୦ ଆରମ୍ଭ

October 10, 2026

ଆଜି ମହାଳୟା କାହିଁକି ପିତୃପୁରୁଷଙ୍କ ଦିଆଯାଇଥାଏ ଶ୍ରାଦ୍ଧ?

October 10, 2026

ଅକ୍ଟୋବର ୧୩ ବେଳକୁ ବଙ୍ଗୋପସାଗରରେ ଲଘୁଚାପ!

October 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.