Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଗରମ ହେଲା ଝାରସୁଗୁଡା ପ୍ରଚାର, ମଇଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
ବିଶେଷ ଖବର

ଗରମ ହେଲା ଝାରସୁଗୁଡା ପ୍ରଚାର, ମଇଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

May 6, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
Naveen
ଗରମ ହେଲା ଝାରସୁଗୁଡା ପ୍ରଚାର, ମଇଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ଭୁବନେଶ୍ବର: ପାଖେଇଲାଣି ଝାରସୁଗୁଡା ଉପନିର୍ବାଚନ। ଆସନ୍ତା ୧୦ ତାରିଖରେ ହେବ ଏହି ଉପନିର୍ବାଚନ। ସେଥିପାଇଁ ୯ ତାରିଖରେ ପ୍ରଚାର ବନ୍ଦ ରହିବ। ଅର୍ଥାତ ଆଜିଠାରୁ ଆଉ ତିନିଦିନ ଧରି ପ୍ରଚାର କାର୍ଯ୍ୟ ଚାଲିବ। ହାତରେ ଆଉ ଅଳ୍ପଦିନ ଥିବାରୁ ବିଭିନ୍ନ ଦଳର ନେତାମାନେ ସେମାନଙ୍କର ପ୍ରଚାରକୁ ଜୋରଦାର କରିଛନ୍ତି।

ବିଜେଡି, ବିଜେପି ଏବଂ କଂଗ୍ରେସର ବରିଷ୍ଠ ନେତାମାନେ ବର୍ତ୍ତମାନ ଘରକୁ ଘର ବୁଲି ସେମାନଙ୍କର ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବାରେ ଲାଗିଛନ୍ତି। କଂଗ୍ରେସ ତରଫରୁ ସଭାପତି ଶରତ ପଟ୍ଟନାୟକ ଏବଂ ପ୍ରଚାର କମିଟ ଅଧ୍ୟକ୍ଷ ବିଜୟ ପଟ୍ଟନାୟକ ଲାଗି ପଡିଛନ୍ତି। କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେଙ୍କୁ ଭୋଟ ଦେବା ପାଇଁ ସେମାନେ ଭୋଟରଙ୍କୁ ଅନୁରୋଧ କରିବାରେ ଲାଗିଛନ୍ତି।

ସେହିପରି ବିଜେପି ମଧ୍ୟ ପାରୁ ପର୍ଯ୍ୟନ୍ତ ପ୍ରାର୍ଥୀ ଟଙ୍କଧରଙ୍କ ସପକ୍ଷରେ ପ୍ରଚାରକୁ ଯୋରଦାର କରିଛନ୍ତି। କାରଣ ଏହି ନିର୍ବାଚନ ହେଉଛି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ପାଇଁ ପ୍ରଥମ ଯୁଦ୍ଧ। ସେ ସଭାପତି ହେବା ପରେ ପରେ ଏହି ଉପନିର୍ବାଚନର ସମ୍ମୁଖୀନ ହେଉଛନ୍ତି। ପ୍ରଚାରକୁ ଜୋରଦାର କରିବା ପାଇଁ ରବିବାର ଦିନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଇଦାନକୁ ଓହ୍ଲାଇବେ ବୋଲି ଜଣାପଡିଛି।

ତେବେ ସବୁଠାରୁ ଯାହା ବଡ ଚର୍ଚ୍ଚାର ବିଷୟ, ତାହା ହେଲା ରବିବାର ଦିନ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଚାର ମଇଦାନକୁ ଓହ୍ଲାଇବେ। ଏଥିପାଇଁ ଦଳ ତରଫରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ନବୀନ ରବିବାର ଦିନ ଅମିଲିପାଲିଠାରେ ବିଶାଳ ଜନ ସମାବେଶକୁ ଉଦବୋଧନ ଦେବେ। ନବୀନଙ୍କୁ ନେଇ ବିଜେଡି ତାହାର ଶକ୍ତି ପ୍ରଦର୍ଶନ କରିବ। ସେଥିପାଇଁ ଦଳ ତରଫରୁ ବେଶ ଉତ୍ସାହ ସୃଷ୍ଟି ହୋଇଛି।

ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କ ସପକ୍ଷରେ ନବୀନ ଝାରସୁଗୁଡାବାସୀଙ୍କୁ ଭୋଟ ଭିକ୍ଷା କରିବେ। ଏହି ସମାବେଶକୁ ସଫଳ କରିବା ପାଇଁ ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ, ଦେବୀ ମିଶ୍ର, ପ୍ରଣବ ପ୍ରକାଶ ଦାସ, ନିରଞ୍ଜନ ପୂଜାରୀ ପ୍ରମୁଖ ଘନଘନ ବୈଠକ କରି ପ୍ରସ୍ତୁତି କରିବାରେ ଲାଗିଛନ୍ତି।

ପୂର୍ବରୁ ଭିଡିଓ କନଫ୍ରେସିଂ ମାଧ୍ୟମରେ ନବୀନ ପ୍ରଚାର କରିବେ ବୋଲି ନିଷ୍ପତି ହୋଇଥିଲା। ହେଲେ ନିଜେ ନବୀନ ଝାରସୁଗୁଡା ଯିବେ ବୋଲି ନିଷ୍ପତି କରିବାରୁ ସେଠାରେ ବିଶାଳ ସମାବେଶର ଆୟୋଜନ କରାଯାଇଛି। ଝାରସୁଗୁଡା ଉପନିର୍ବାଚନ ୧୦ ତାରିଖରେ ହେଉଥିବା ବେଳେ ଗଣତି ୧୩ ତାରିଖରେ କରାଯିବ।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଝାରସୁଗୁଡା ଝାରସୁଗୁଡା ଉପନିର୍ବାଚନ ଧର୍ମେନ୍ଦ୍ର ପ୍ରଧାନ ନବୀନ ପଟ୍ଟନାୟକ ବିଜେଡି ବିଜେପି
Share. Facebook Twitter LinkedIn Email WhatsApp Copy Link

Related Posts

ବନ୍ଧୁକ ଦେଖାଇ ସୁନା ବ୍ୟବସାୟୀଙ୍କୁ ଲୁଟ: ୧୦ ଲକ୍ଷରୁ ଅଧିକ ଗହଣା ନେଇ ଫେରାର

August 23, 2026

ବଙ୍ଗୋପସାଗରରେ ପୁଣି ଲଘୁଚାପ: ୨୮ ଯାଏଁ ପ୍ରବଳ ବର୍ଷା, ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

August 23, 2026

ପର୍ଜଙ୍ଗରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌-ଟ୍ରଲର ମୁହାଁମୁହିଁ ଧକ୍କା, ଚାଳକ ମୃତ

August 23, 2026

ଗାନ୍ଧୀନଗରସ୍ଥିତ NFSU ପରିଦର୍ଶନ କଲେ ମନ୍ତ୍ରୀ ମୁକେଶ ମହାଲିଙ୍ଗ

August 23, 2026
Latest News

ଦିଲ୍ଲୀରେ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ: ଆଖିକୁ ଫିଙ୍ଗିଲେ ଲଙ୍କା ପାଉଡର

August 23, 2026

ଅଗଷ୍ଟରେ ସୁନାର ମୂଲ୍ୟ ୧୦ ହଜାରରୁ ଅଧିକ ବୃଦ୍ଧି: ଉଚ୍ଚ ସ୍ତରରେ ରୂପା ଦର

August 23, 2026

ବନ୍ଧୁକ ଦେଖାଇ ସୁନା ବ୍ୟବସାୟୀଙ୍କୁ ଲୁଟ: ୧୦ ଲକ୍ଷରୁ ଅଧିକ ଗହଣା ନେଇ ଫେରାର

August 23, 2026

ଆରକ୍ଷଣକୁ ନେଇ ଦିଲ୍ଲୀରୁ ବିହାର ଯାଏଁ ତାତି: ମନ୍ତ୍ରୀଙ୍କ ମୁହଁରୁ ଆସିଲା ବଡ଼ ବୟାନ

August 23, 2026

ଭାରତରେ ବଢ଼ୁଛି ମଧୁମେହ-ମୋଟପାର ବୋଝ: ଜୀବନଶୈଳୀ ରୋଗ ନେଇ ବଢ଼ିଲା ଚିନ୍ତା

August 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.