Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଏଥର ବେଗୁନିଆରୁ କିଏ ହେବ ବିଜେଡି ପ୍ରାର୍ଥୀ? ପ୍ରଶାନ୍ତ ଜଗଦ୍ଦେବ, ରାଜେନ୍ଦ୍ର ନା ପ୍ରଦୀପ ସାହୁ
ବିଶେଷ ଖବର

ଏଥର ବେଗୁନିଆରୁ କିଏ ହେବ ବିଜେଡି ପ୍ରାର୍ଥୀ? ପ୍ରଶାନ୍ତ ଜଗଦ୍ଦେବ, ରାଜେନ୍ଦ୍ର ନା ପ୍ରଦୀପ ସାହୁ

May 7, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
RajendraPrasant
ଏଥର ବେଗୁନିଆରୁ କିଏ ହେବ ବିଜେଡି ପ୍ରାର୍ଥୀ? ପ୍ରଶାନ୍ତ ଜଗଦ୍ଦେବ, ରାଜେନ୍ଦ୍ର ନା ପ୍ରଦୀପ ସାହୁ

ଭୁବନେଶ୍ବର: ଓଡିଶା ବିଧାନସଭା ନିର୍ବାଚନକୁ ଆହୁରି ବର୍ଷେ ବାକିଥିଲେ ମଧ୍ୟ ବର୍ତ୍ତମାନଠାରୁ ରାଜ୍ୟ ରାଜନୀତି ବେଶ୍ ଉଷୁମ ହେବାରେ ଲାଗିଛି। ତେବେ ଏହା ବେଗୁନିଆ ନିର୍ବାଚନ ମଣ୍ଡଳୀରେ ଟିକିଏ ଅଧିକ ଅନୁଭୂତ ହେବାରେ ଲାଗିଛି। କାରଣ ସେଠାରେ ତିନୋଟି ହେଭି ୱେଟ ନେତା ବିଜେଡି ଟିକେଟ ପାଇବେ ବୋଲି ଅନାଇ ବସିଛନ୍ତି। ଯାହାକୁ ନେଇ ସେଠାକାର ବିଜେଡି କର୍ମିମାନେ କୈଣସି ସ୍ପଷ୍ଟ ଚିତ୍ର ପାଇପାରୁ ନାହାଁନ୍ତି।

ବେଗୁନିଆରେ ବର୍ତ୍ତମାନ ବିଧାୟକ ଅଛନ୍ତି ବିଜେଡିର ରାଜେନ୍ଦ୍ର ସାହୁ। ସେ ଖୋର୍ଦ୍ଧାରେ ଦୁଇଥର ବିଧାୟକ ହେବା ପରେ ବିଜେଡି ତାଙ୍କୁ ଗତ ନିର୍ବାଚନରେ ବେଗୁନିଆ ଠେଲି ଦେଇଥିଲା। ତାଙ୍କର ଅନିଚ୍ଛା ସତ୍ବେ ସେ ସେଠାରେ ଲଢେଇ କଲେ ଆଉ ଜିତିଲେ ମଧ୍ୟ। ହେଲେ ଗତ କିଛି ମାସ ଧରି ସେ ଆଉ ବେଗୁନିଆରୁ ପ୍ରାର୍ଥୀ ନ ହୋଇ ଖୋର୍ଦ୍ଧାରୁ ଛିଡା ହେବେ ବୋଲି ଚର୍ଚ୍ଚା ଚାଲିଛି।

ଏପରି ଚର୍ଚ୍ଚା ଦେଖି ରାଜେନ୍ଦ୍ର କୁଆଡେ କର୍ମିମାନଙ୍କୁ ସ୍ପଷ୍ଟ କରି ଦେଇଛନ୍ତି ଯେ, ସେ ବେଗୁନିଆରୁ ହିଁ ଛିଡା ହେବେ। ବେଗୁନିଆବାସୀ ତାଙ୍କୁ କୁଆଡେ ଭଲ ପାଇବା ଦେଇଛନ୍ତି, ବେଗୁନିଆ ନିର୍ବାଚନ ମଣ୍ଡଳୀରେ ସେ ବେଶ କିଛି କାମ କରିଛନ୍ତି। ସେଥିପାଇଁ ସେ ବେଗୁନିଆ ଛାଡିବେ ନାହିଁ ବୋଲି ଏକ କର୍ମି ସମ୍ମିଳନୀରେ ରାଜେନ୍ଦ୍ର ଘୋଷଣା କରିଛନ୍ତି। ଏପରି ଘୋଷଣା ସତ୍ବେ କର୍ମିମାନଙ୍କ ମନରୁ କିନ୍ତୁ ସନ୍ଦେହ ଦୂର ହୋଇପାରୁ ନାହିଁ।

ଅନ୍ୟପକ୍ଷରେ ବେଗୁନିଆ ଆସନ ଉପରେ ଆଖି ରଖିଛନ୍ତି ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ସେହି ଆସନଟି ହେଉଛି ତାଙ୍କର ପୁରୁଣା ଆସନ। ଚିଲିକାରେ ପ୍ରଶାନ୍ତଙ୍କ ଉପରେ ମରଣାତ୍ମକ ଆକ୍ରମଣ ଏବଂ ଗିରଫ ହେବା ସହ ଦଳରୁ ବହିସ୍କାର ତାଙ୍କ ପାଇଁ ଅଡୁଆ ସୃଷ୍ଟି କରିଛି। ଅନ୍ୟପକ୍ଷରେ କୋର୍ଟ ତାଙ୍କୁ ଚିଲିକା ନିର୍ବାଚନ ମଣ୍ଡଳୀକୁ ଯିବାକୁ ବାରଣ କରି ଥିବାରୁ ସେ ବର୍ତ୍ତମାନ ସୁଦ୍ଧା କିଛି କରିପାରୁ ନାହାଁନ୍ତି। ଫଳରେ ତାଙ୍କ ପାଇଁ ବେଗୁନିଆ ଏକ ସୁରକ୍ଷିତ ଆସନ ବୋଲି ପ୍ରଶାନ୍ତ ଚିନ୍ତା କରିଛନ୍ତି।

ପ୍ରଶାନ୍ତ ଜଗଦ୍ଦେବଙ୍କ ସମର୍ଥକଙ୍କ ଅନୁସାରେ ସେ କୁଆଡେ ଜୁନ ମାସରୁ ବେଗୁନିଆ ସଂଗଠନକୁ ସୁଦୃଢ କରିବେ ବୋଲି ନିଷ୍ପତି କରିଛନ୍ତି। ଅନ୍ୟପକ୍ଷରେ ଗତ ନିର୍ବାଚନରେ ବେଗୁନିଆର କଂଗ୍ରେସ ପ୍ରାର୍ଥୀ ଥିବା ପ୍ରଦୀପ ସାହୁ ଗତ ପଞ୍ଚାୟତ ନିର୍ବାଚନ ପୂର୍ବରୁ ବିଜେଡିରେ ମିଶିଛନ୍ତି। ସେ ମଧ୍ୟ ବେଗୁନିଆ ପାଇଁ ବଡ ଆଶା ବାନ୍ଧି ବସିଛନ୍ତି। ଫଳରେ ବେଗୁନିଆରୁ ରାଜେନ୍ଦ୍ର ନା ପ୍ରଶାନ୍ତ ନା ପ୍ରଦୀପ କିଏ ପ୍ରାର୍ଥୀ ହେବ ସେ ନେଇ କର୍ମିମାନେ ଦ୍ବନ୍ଦରେ ଅଛନ୍ତି।

ଖୋର୍ଦ୍ଧା ଜିଲ୍ଲାର ବେଗୁନିଆ, ଖୋର୍ଦ୍ଧା ଏବଂ ଚିଲିକା ବିଧାନସଭା ଆସନକୁ ନେଇ ବର୍ତ୍ତମାନ ବିଜେଡି କର୍ମିମାନେ ଆଶା ଓ ଆଶଙ୍କା ଭିତରେ ଅଛନ୍ତି। ଖୋର୍ଦ୍ଧା ବିଧାୟକ ଜିତେନ୍ଦ୍ରନାଥ ମିତ୍ର ଆଉ ନିର୍ବାଚନ ଲଢେଇ କରିବେ ନାହିଁ ବୋଲି ଚର୍ଚ୍ଚା ହେଉଥିବାରୁ ସେଠାରୁ କିଏ ପ୍ରାର୍ଥୀ ହେବ ତାହା ଜଣାପଡି ନାହିଁ। ସେହିପରି ଚିଲିକାରେ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଆଉ ଟିକେଟ ମିଳିବ ନାହିଁ ବୋଲି ଆଲୋଚନା ଚାଲିଛି।

ଅନ୍ୟପକ୍ଷରେ ରାଜେନ୍ଦ୍ର ସାହୁଙ୍କ ବେଗୁନିଆରେ ମନ ଲାଗୁ ନ ଥିବାରୁ ସେ ଖୋର୍ଦ୍ଧା ଆସିପାରନ୍ତି ବୋଲି କୁହାଯାଉଛି। ଫଳରେ ଖୋର୍ଦ୍ଧା ଜିଲ୍ଲାର ଏହି ତିନୋଟି ଆସନ କେବଳ ଆଶାୟୀଙ୍କ ପାଇଁ ନୁହେଁ ଖୋଦ ବିଜେଡି ପାଇଁ ମଧ୍ୟ ଚିନ୍ତାର କାରଣ ପାଲଟିଛି।

ଚିଲିକା ପ୍ରଦୀପ ସାହୁ ପ୍ରଶାନ୍ତ ଜଗଦେବ ପ୍ରଶାନ୍ତ ଜଗଦ୍ଦେବ ବେଗୁନିଆ ରାଜେନ୍ଦ୍ର ସାହୁ
Share. Facebook Twitter LinkedIn Email WhatsApp Copy Link

Related Posts

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026
Latest News

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.