Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»୫-ଟି ସ୍କୁଲ ରୂପାନ୍ତରଣର ପଞ୍ଚମ ଦିନ: ୩୨୩ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

୫-ଟି ସ୍କୁଲ ରୂପାନ୍ତରଣର ପଞ୍ଚମ ଦିନ: ୩୨୩ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

May 6, 2023No Comments5 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ସାଧାରଣ ଜୀବନରେ ସାଧୁତା (Transparency) ହେଉଛି ଏକ ଜରୁରୀ ଆବଶ୍ୟକତା। ସାଧୁତା ଦ୍ବାରା ମଣିଷର ବିଶ୍ବସନୀୟତା ବୃଦ୍ଧି ପାଏ। ତାର ବ୍ୟକ୍ତିଗତ ସମ୍ମାନ ଓ ମର୍ଯ୍ୟଦା ବୃଦ୍ଧି ପାଏ। ଏସବୁର ପ୍ରୟୋଗ ଦ୍ବାରା ଜୀବନରେ ଆସିଥାଏ ରୂପାନ୍ତର ବା ସଫଳତା। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପିଲାମାନଙ୍କୁ ୫-ଟି ରୂପାନ୍ତର ସଂପର୍କରେ ବୁଝାଇ ସାଧୁତାର ଗୁରୁତ୍ବ ଉପରେ ଆଲୋକପାତ କରିଥିଲେ।

ଆଜି ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ତୃତୀୟ ପର୍ଯ୍ୟାୟର ପଞ୍ଚମ ଦିନରେ ୫ଟି ଜିଲ୍ଲାର ୩୨୩ଟି ରୂପାନ୍ତରିତ ହାଇସ୍କୁଲକୁ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାର ୬୨ଟି ହାଇସ୍କୁଲ, ବରଗଡ ଜିଲ୍ଲାର ୬୨ଟି, ମୟୁରଭଂଜ ଜିଲ୍ଲାର ୧୦୦ଟି, ବୌଦ୍ଧ ଜିଲ୍ଲାର ୨୩ଟି ହାଇସ୍କୁଲ ଏବଂ ନବରଙ୍ଗପୁର ଜିଲ୍ଲାର ୭୬ଟି ହାଇସ୍କୁଲ ଅନ୍ତର୍ଭୁକ୍ତ। ଏହାଦ୍ବାରା ତୃତୀୟ ପର୍ଯ୍ୟାୟରେ ପଞ୍ଚମ ଦିନରେ ସମୁଦାୟ ୧୮୧୬ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେଲା। ସୂଚନାଯୋଗ୍ୟ ଯେ ଗତ ଦୁଇଟି ପର୍ଯ୍ୟାୟରେ ରାଜ୍ୟରେ ୩୯୮୧ଟି ସ୍କୁଲ ରୂପାନ୍ତରିତ ହୋଇଥିଲା। ତିନୋଟି ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୬୧୩୨ଟି ସ୍କୁଲ ରୂପାନ୍ତରିତ ହେବ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍କୁଲ ରୂପାନ୍ତରର ପ୍ରତ୍ୟେକ ସ୍ତରରେ ଜନସାଧାରଣ ସାମିଲ ହୋଇଛନ୍ତି। ସ୍କୁଲ ପରିଚାଳନା କମିଟିର ସଦସ୍ୟ, ଅଭିଭାବକ ଓ ସ୍ଥାନୀୟ ଜନସାଧାରଣ ରୂପାନ୍ତରିତ ସ୍କୁଲର ପରିକଳ୍ପନା ଠାରୁ ଆରମ୍ଭ କରି ରୂପାୟନର ସବୁ ସ୍ତରରେ ସଂଶ୍ଲିଷ୍ଟ ହୋଇଛନ୍ତି। କେଉଁ କାର୍ଯ୍ୟରେ କେତେ ଖର୍ଚ୍ଚ ହେଉଛି, ସେ ବିଷୟରେ ମଧ୍ୟ ସେମାନେ ଜାଣନ୍ତି। ତେଣୁ ସ୍କୁଲ ରୂପାନ୍ତର ହେଉଛି, ଜନ ଭାଗିଦାରୀର ଏକ ପ୍ରକୃଷ୍ଟ ଉଦାହରଣ। ଆଜି ସ୍କୁଲ ରୂପାନ୍ତରର ତୃତୀୟ ପର୍ଯ୍ୟାୟର ଚତୁର୍ଥ ଦିନରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି।

କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ବିଧାୟକଗଣ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟିର ସଦସ୍ୟ, ଶିକ୍ଷକ ଶିକ୍ଷୟତ୍ରୀ ଓ ଅଭିଭାବକ ମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ୫-ଟି କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରିଥିଲେ। ସେ କହିଥିଲେ ଯେ ୫-ଟି ହେଉଛି ଟେକ୍‌ନୋଲୋଜି, ଟିମ୍‌ୱାର୍କ, ଟ୍ରାନସ୍‌ପରେନ୍‌ସି ବା ସ୍ବଚ୍ଛତା ଏବଂ ଟାଇମ ବା ସମୟ। ଏସବୁର ପ୍ରୟୋଗରେ ଟ୍ରାନ୍‌ସଫରମେସନ ବା ରୂପାନ୍ତର ଆସିଥାଏ। ମୁଖ୍ୟମନ୍ତ୍ରୀ କହିଲେ ଯେ ଟେକ୍‌ନୋଲୋଜିର ପ୍ରୟୋଗରେ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍‌, କମ୍ପ୍ୟୁଟର ଓ ଆଧୁନିକ ଲାବୋରେଟୋରୀର ବିକାଶ କରାଯାଇଛି।

ସେହିପରି ଏହି ରୂପାନ୍ତର କାମକୁ ସମସ୍ତଙ୍କ ମିଳିତ ଉଦ୍ୟମରେ କରାଯାଇଛି, ଯାହା ଟିମ୍‌ୱାର୍କର ପ୍ରତୀକ। ସମୟକୁ ଗୁରୁତ୍ବ ଦିଆଯାଇ ସମସ୍ତ କାମ ମଧ୍ୟ ଠିକ୍‌ ସମୟରେ ଶେଷ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏସବୁ କାମରେ ପ୍ରତି ସ୍ତରରେ ସ୍ବଚ୍ଛତା ବା ଟ୍ରାନ୍‌ସପରେନ୍‌ସି ରକ୍ଷା କରାଯାଇଛି। ସ୍ଥାନୀୟ ଅଞ୍ଚଳର ଲୋକମାନଙ୍କ ସହିତ ଆଲୋଚନା କରାଯାଇ କାମ କରାଯାଉଛି। ଭିଜନ ଡକ୍ୟୁମେଣ୍ଟ ଠାରୁ ଆରମ୍ଭ କରି ପ୍ରତ୍ୟେକ କାର୍ଯ୍ୟ ପାଇଁ ହେଉଥିବା ଖର୍ଚ୍ଚ ସଂପର୍କରେ ସମସ୍ତେ ସବୁ ବିଷୟରେ ଜାଣନ୍ତି । ସ୍ବଚ୍ଛତା ହେଉଛି ୫-ଟିର ସବୁଠାରୁ ବଡ ଶକ୍ତି । ଏସବୁ ଦ୍ବାରା ଆସିଛି ରୂପାନ୍ତର । ଯାହାକୁ ଆମେ ସବୁ ଦେଖିପାରୁଛୁ ଓ ଅନୁଭବ କରିପାରୁଛୁ ।

ଏହି ଅବସରରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଯୋଡି ହୋଇଥିବା ସ୍କୁଲ ଗୁଡିକରେ ଉପସ୍ଥିତ ଥିବା ଛାତ୍ରଛାତ୍ରୀ ମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ୫-ଟିର ଉପଯୋଗ ସଂପର୍କରେ ବୁଝାଇ କହିଲେ ଯେ ବର୍ତ୍ତମାନ ଯୁଗ ହେଉଛି ଟେକ୍‌ନୋଲୋଜିର ଯୁଗ । ଜୀବନର ସବୁ କ୍ଷେତ୍ରକୁ ଟେକ୍‌ନୋଲୋଜି ପ୍ରଭାବିତ କରୁଛି। ତେଣୁ ପିଲାମାନେ ନୂଆ ନୂଆ ଟେକ୍‌ନୋଲୋଜି ବିଷୟରେ ଜାଣିବାକୁ ଚେଷ୍ଟା କରିବା ଆବଶ୍ୟକ । ଏହାଦ୍ବାରା ସେମାନେ ଆଧୁନିକ ଯୁଗରେ ସବୁ କ୍ଷେତ୍ରରେ ଆଗରେ ରହିପାରିବେ।

ସେହିପରି ସମୟ ଉପରେ ଗୁରୁତ୍ବ ଦେବକୁ ପରାମର୍ଶ ଦେଇ ସେ କହିଲେ ଯେ ସମୟର ଗୁରୁତ୍ବ ସଂପର୍କରେ ସମସ୍ତେ ଜାଣିଛନ୍ତି। ତେଣୁ ପିଲାମାନେ ସମୟର ଉପଯୋଗ ଠିକ୍‌ ଭାବରେ କରିପାରିଲେ, ସବୁକ୍ଷେତ୍ରରେ ନିଶ୍ଚୟ ଆଗରେ ରହିବେ। ନିଜ ନିଜ ଜୀବନରେ ୫-ଟିର ଉପଯୋଗ ପାଇଁ ପିଲାଙ୍କୁ ପରାମର୍ଶ ଦେଇ ସେ କହିଲେ ଯେ ଏହାଦ୍ବାରା ସେମାନେ ଜୀବନର ସବୁ କ୍ଷେତ୍ରରେ ସଫଳ ହୋଇପାରିବେ । ଦ୍ବିତୀୟ ବିଷୟଟି ହେଉଛି ଟିମ୍‌ୱାର୍କ । ପିଲାମାନେ ମିଳିମିଶି କାମ କଲେ, ସଫଳତାର ସମ୍ଭାବନା ବଢିବ। କ୍ରୀଡ଼ା କ୍ଷେତ୍ରରେ ଟିମ୍‌ୱାର୍କ ଅତି ଜରୁରୀ ବୋଲି ସେ କହିଥିଲେ। ସେହିପରି ଜୀବନରେ ସାଧୁତା (Transparency ) ହେଉଛି ଏକ ଜରୁରୀ ଆବଶ୍ୟକତା । ସାଧୁତା ଦ୍ବାରା ମଣିଷର ବିଶ୍ବସନୀୟତା ବୃଦ୍ଧି ପାଏ। ଏସବୁର ପ୍ରୟୋଗ ଦ୍ବାରା ସେମାନଙ୍କ ଜୀବନରେ ଆସିବ ରୂପାନ୍ତର ବା ସଫଳତା।

ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ ଛାତ୍ରଛାତ୍ରୀ ମାନଙ୍କ ସଫଳତା ହେଉଛି ଓଡିଶାର ସଫଳତା। ୫-ଟି ସ୍କୁଲ ଗୁଡିକରେ ପିଲାମାନଙ୍କୁ ସବୁ ପ୍ରକାର ଆଧୁନିକ ସୁବିଧା ଦେବା ପାଇଁ ପ୍ରଚେଷ୍ଟା କରାଯାଇଛି। ପିଲାମାନେ ଏହାର ସୁଯୋଗ ନେଇ ନିଜ ପ୍ରତିଭାର ପରିଚୟ ପ୍ରଦାନ କରିପାରିଲେ, ସେମାନଙ୍କ ନିଜର ଓ ପରିବାରର ଗୌରବ ବୃଦ୍ଧି ହେବା ସହିତ ସାରା ଓଡିଶାର ଗୌରବ ବୃଦ୍ଧି ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

କାର୍ଯ୍ୟକ୍ରମରେ ୫-ଟି ସ୍କୁଲ ରୂପାନ୍ତର ସଂପର୍କରେ ନିଜର ଅଭିଜ୍ଞତା ବର୍ଣ୍ଣନା କରି ଖୋର୍ଦ୍ଧା ଜିଲ୍ଲାର ଛାତ୍ରୀ ରୂପାଲି ଲୋକାମୁଦ୍ରା ପଣ୍ଡା, ବରଗଡର ଛାତ୍ରୀ ଚଞ୍ଚଳା ଧାରୁଆ, ମୟୁରଭଂଜର ସୋହାନୀ ଧଳ, ବୌଦ୍ଧର ସ୍ବାତୀ ସିମରନ ଚିନାର ଓ ନବରଂଗପୁରର ବୈଷ୍ଣବି ହରିଜନ ପ୍ରମୁଖ କହିଲେ ଯେ ୫-ଟି ସ୍କୁଲ ରୂପାନ୍ତର କେବଳ ଆମ ବିଦ୍ୟାଳୟର ଶୈକ୍ଷିକ ପରିବେଶକୁ ଉନ୍ନତ କରିଛି। ଏହାଦ୍ବାରା ଆମେ ଜୀବନରେ ନିଜ ପାଇଁ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିବୁ ବୋଲି ଦୃଢ ନିଶ୍ଚିତ ହୋଇଛୁ। ଏହାସହିତ ଆମ ରାଜ୍ୟ ଓଡିଶା ପାଇଁ ମଧ୍ୟ ନିଜର ଅବଦାନ ରଖିପାରିବୁ ବୋଲି ଭାବୁଛୁ। ସବୁ କ୍ଷେତ୍ରରେ ଓଡିଶାକୁ ଶ୍ରେଷ୍ଠ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ସ୍ବପ୍ନକୁ ସାକାର କରିବା ପାଇଁ ପିଲାମାନେ କହିଥିଲେ ଯେ ଆମ ନିଶ୍ଚୟ ପଢିବୁ, ବଢିବୁ ଓ ସବୁ କ୍ଷେତ୍ରରେ ଶ୍ରେଷ୍ଠ ହେବୁ।

ଏହାସହିତ ସରକାରୀ ସ୍କୁଲର ଛାତ୍ରଛାତ୍ରୀ ମାନଙ୍କ ପାଇଁ ମେଡିକାଲ ଓ ଇଂଜିନିଅରିଂ କଲେଜରେ ୧୫ ପ୍ରତିଶତ ସ୍ଥାନ ସଂରକ୍ଷଣ କରିଥିବାରୁ, ସେମାନଙ୍କ ସାକାର ହେବା ଆହୁରି ସହଜ ହୋଇଛି ବୋଲି ସେମାନେ କହିଥିଲେ। ସେମାନେ ସମସ୍ତେ ବଡ ହେଲେ ଡାକ୍ତର, ଶିକ୍ଷକ ଓ ଇଂଜିନିଅର ଆଦି ହେବାପାଇଁ ସ୍ବପ୍ନ ଦେଖିଛନ୍ତି ବୋଲି ମୁଖ୍ୟମନ୍ତ୍ରୀଙ୍କ ନିକଟରେ ପ୍ରକାଶ କରିଥିଲେ । ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଆଶୀର୍ବାଦ ଦେଇଥିଲେ।

କାର୍ଯ୍ୟକ୍ରମରେ ଉପସ୍ଥିତ ଖୋର୍ଦ୍ଧା ଜିଲ୍ଲାରେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଅଶୋକ ପଣ୍ଡା, ବରଗଡରେ ଅତାବିରା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ, ମୟୁରଭଂଜରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ, ବୌଦ୍ଧରେ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଓ ନବରଂଗପୁରରେ ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ତଥା ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ ପ୍ରମୁଖ ସେମାନଙ୍କ ମତାମତ ରଖି କହିଥିଲେ ଯେ ସ୍କୁଲ ରୂପାନ୍ତର ଦ୍ବାରା ଶିକ୍ଷା ବାତାବରଣରେ ଉନ୍ନତି ଆସିବା ସହିତ ପିଲାମାନଙ୍କୁ ଡିଜିଟାଲ ଦୁନିଆ ସହିତ ଯୋଡି ପାରିଛି। ଏହାଦ୍ବାରା ସେମାନେ ଆଧୁନିକ ଯୁଗର ଟେକ୍‌ନୋଲୋଜି ସହିତ ନିଜକୁ ସାମିଲ କରିବାରେ ଅଧିକ ସହଜ ହୋଇପାରିବେ। ଏହା ସେମାନଙ୍କୁ ଭବିଷ୍ୟତରେ ସବୁ କ୍ଷେତ୍ରରେ ସଫଳ କରିବା ଦିଗରେ ସାହାଯ୍ୟ କରିବ ବୋଲି ସେମାନେ ମତ ଦେଇଥିଲେ।

କାର୍ଯ୍ୟକ୍ରମକୁ ପରିଚାଳନା କରି ୫-ଟି ସଚିବ ଭି.କେ. ପାଣ୍ଡିଆନ କହିଥିଲେ ଯେ ସ୍କୁଲ ରୂପାନ୍ତରରେ ଯେଉଁ ସବୁ ସମ୍ପତ୍ତି ବା ଆସେଟ୍‌ ସୃଷ୍ଟି ହୋଇଛି, ସେ ସବୁ ସାରା ଓଡିଶାବାସୀଙ୍କ ଟଙ୍କାରେ ନିର୍ମିତ ହୋଇଛି ବୋଲି ପ୍ରକାଶ କରି ସେ କହିଲେ ଯେ ମାନ୍ୟବର ମୁଖ୍ୟମନ୍ତ୍ରୀ ସ୍କୁଲର ଆସେଟ୍‌ ଗୁଡିକର ରକ୍ଷଣାବେକ୍ଷେଣ ଉପରେ ସର୍ବାଧିକ ଗୁରୁତ୍ବ ଆରୋପ କରନ୍ତି। ତେଣୁ ଆପଣମାନେ ନିଜର ସମ୍ପତ୍ତି ଭଳି ସ୍କୁଲର ସମ୍ପତ୍ତିର ରକ୍ଷଣାବେକ୍ଷଣ କରିବେ ବୋଲି ମୁଖ୍ୟମନ୍ତ୍ରୀଙ୍କ ଆଶା ଓ ଭରସା ରହିଛି ବୋଲି ସେ କହିଥିଲେ। ଡିସେମ୍ବର ସୁଦ୍ଧା ରାଜ୍ୟର ସବୁ ସ୍କୁଲ ରୂପାନ୍ତରଣରେ ସାମିଲ ହେବ ବୋଲି ସେ କହିଥିଲେ।

ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର-ତଥା-ଶାସନ ସଚିବ ଅଶ୍ବଥୀ ଏସ୍‌ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଓସେପାର ସ୍ବତନ୍ତ୍ର ପ୍ରୋଜେକ୍ଟ ଡାଇରେକ୍ଟର ଧନ୍ୟବାଦ ଅର୍ପଣ କରିଥିଲେ। ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ।

ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ ସ୍କୁଲ ରୂପାନ୍ତରଣ
Share. Facebook Twitter LinkedIn Email WhatsApp Copy Link

Related Posts

ବଳଙ୍ଗା ମୃତ ଛାତ୍ରୀଙ୍କ ଗାଁରୁ ନିମାପଡା ପର୍ଯ୍ୟନ୍ତ ନାରୀ ନ୍ୟାୟ ପଦଯାତ୍ରା କରିବ ପ୍ରଦେଶ କଂଗ୍ରେସ

August 5, 2025

ରାଜ୍ୟସ୍ତରୀୟ ବନ ଅଧିକାରୀ ସମ୍ମିଳନୀରେ ଜଙ୍ଗଲ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡା ତାଗିଦ, କହିଲେ…

August 5, 2025

ଘୋଷଣା ହେଲା ଓଡିଶା ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷା ଏବଂ ସଦସ୍ୟାଙ୍କ ନାମ

August 5, 2025

ଘୋଷଣା ହେଲା ଓଡିଶା ମହିଳା ଆୟୋଗ ଅଧ୍ୟକ୍ଷା ଓ ସଦସ୍ୟାଙ୍କ ନାମ, ଜାଣନ୍ତୁ କାହାକୁ ଦିଆଗଲା ନିଯୁକ୍ତି

August 5, 2025
Latest News

ଓଡ଼ିଶାରେ ଦକ୍ଷତା ବିକାଶ ନେଇ କେନ୍ଦ୍ରମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ

August 5, 2025

ବଳଙ୍ଗା ମୃତ ଛାତ୍ରୀଙ୍କ ଗାଁରୁ ନିମାପଡା ପର୍ଯ୍ୟନ୍ତ ନାରୀ ନ୍ୟାୟ ପଦଯାତ୍ରା କରିବ ପ୍ରଦେଶ କଂଗ୍ରେସ

August 5, 2025

ଅଗଷ୍ଟ  ୧୧ ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେସନ

August 5, 2025

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ପ୍ରିୟଙ୍କା ଚତୁର୍ବେଦୀ, ବିଜେପିରେ ଯୋଗଦେବା ଉପରେ ବଢିଲା କଳ୍ପନାଜଳ୍ପନା

August 5, 2025

ରାଜ୍ୟସ୍ତରୀୟ ବନ ଅଧିକାରୀ ସମ୍ମିଳନୀରେ ଜଙ୍ଗଲ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡା ତାଗିଦ, କହିଲେ…

August 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.