Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଚାଷୀମାନଙ୍କ ଆୟକୁ ଦ୍ୱିଗୁଣିତ ଓ ବହୁଗୁଣିତ କରିବା ଉପରେ ଗୁରୁତ୍ଵାରୋପ କଲେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ
ବିଶେଷ ଖବର

ଚାଷୀମାନଙ୍କ ଆୟକୁ ଦ୍ୱିଗୁଣିତ ଓ ବହୁଗୁଣିତ କରିବା ଉପରେ ଗୁରୁତ୍ଵାରୋପ କଲେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ

May 7, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଚାଷୀମାନଙ୍କ ଆୟକୁ ଦ୍ୱିଗୁଣିତ ଓ ବହୁଗୁଣିତ କରିବା ଦିଗରେ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗ କୃଷି ବିଭାଗ ସହିତ ସମତାଳରେ ମହତ୍ତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବାକୁ ପଡ଼ିବ। ଚାଷୀଙ୍କ ଆୟବୃଦ୍ଧି ଦିଗରେ ଗୋପାଳନ, କୁକୁଡ଼ା ଚାଷର ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ରହିଥିବାବେଳେ ରାଜ୍ୟ ସରକାର ପ୍ରାଣୀପାଳନ ନିମନ୍ତେ ସାଧାରଣ ଚାଷୀଙ୍କ ସମେତ କ୍ଷୁଦ୍ର ଓ ନାମମାତ୍ର ଚାଷୀ, ଭୁମିହୀନ ଚାଷୀଙ୍କ ନିମନ୍ତେ ଅନେକଗୁଡ଼ିଏ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। କ୍ଷେତ୍ର ଅଧିକାରୀମାନେ ଯୋଜନାର ଧାର୍ଯ୍ୟ ଲକ୍ଷ୍ୟ ନିର୍ଦ୍ଧାରିତ ସମୟ ମଧ୍ୟରେ ପୂରଣ କରିବା ଦିଗରେ ଅଧିକ ତତ୍ପରତା ପ୍ରକାଶ କରି ଯୋଜନାର ଲାଭ ସିଧାସଳଖ ହିତାଧିକାରୀଙ୍କ ନିକଟରେ ପହଞ୍ଚାଇବା ପାଇଁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ନିର୍ଦ୍ଦେଶ ଦେଇଛନ୍ତି।

ଆଜି କୃଷି ଭବନଠାରେ ଆୟୋଜିତ ବୈଠକରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ପ୍ରାଣୀସଂପଦ ବିକାଶ ବିଭାଗ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନାର ଅଗ୍ରଗତିର ସମୀକ୍ଷା କରି ହିତାଧିକାରୀମାନେ କ୍ଷୁଦ୍ର ଓ ନାମମାତ୍ର ଚାଷୀ ହୋଇଥିବା ପରିପ୍ରେକ୍ଷୀରେ ସେମାନଙ୍କ ନିମନ୍ତେ ଉଦ୍ଦିଷ୍ଟ ସବ୍‌ସିଡି ଅର୍ଥ ନିର୍ଦ୍ଧାରିତ ସମୟ ମଧ୍ୟରେ ପ୍ରଦାନ କରିବା ପାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହା ଦ୍ୱାରା ହିତାଧିକାରୀମାନେ ଉତ୍ସାହିତ ହେବା ସହିତ ରାଜ୍ୟରେ ଅଣ୍ଡା, ମାଂସ ଓ ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇବ। ଏଥି ସହିତ ଗ୍ରାମାଞ୍ଚଳର ଅର୍ଥନୀତିରେ ଗୋପାଳନ, କୁକୁଡ଼ା ପାଳନ, ବତକ ଓ ଛେଳି ପାଳନ ଆଦି ବର୍ଷସାରା ଚାଷୀଙ୍କୁ ରୋଜଗାର ଦେଉଥିବାରୁ ଅଧିକରୁ ଅଧିକ ଚାଷୀ ପରିବାରକୁ ଏଥି ପ୍ରତି ଆକୃଷ୍ଟ କରାଇବା ଦିଗରେ କ୍ଷେତ୍ର ଅଧିକାରୀମାନେ ଯନିବାନ ହେବା ନିମନ୍ତେ ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଥିଲେ।
ବୈଠକରେ ଗ୍ରାମୀଣ ଘର ଅଗଣା କୁକୁଡ଼ା ପାଳନ, ୫୦୦ ଓ ୧୦୦୦ କୁକୁଡ଼ା କ୍ଷମତାବିଶିଷ୍ଟ ବ୍ରଏଲର ଫାର୍ମ ପ୍ରତିଷ୍ଠା, ୧୦୦୦ କ୍ଷମତା ବିଶିଷ୍ଟ ଅଣ୍ଡାଦିଆ କୁକୁଡ଼ା ପାଳନ, ସେମି କମର୍ସିଆଲ ବତକ ପାଳନ, ଓଏମ୍‌ବିଏଡିସି ଅନ୍ତର୍ଗତ ଜିଲ୍ଲା ଯୋଜନାରେ କୁକୁଡ଼ା ଓ ଛେଳି ପାଳନ ସମେତ ଗୋପାଳନ କ୍ଷେତ୍ରରେ ବିଭିନ୍ନ ଯୋଜନାର ଅଗ୍ରଗତି ସଂପର୍କରେ ସମୀକ୍ଷା କରାଯାଇଥିଲା।

ଏଥି ସହିତ ପ୍ରାଣୀସଂପଦର ସ୍ୱାସ୍ଥ୍ୟ ସୁରକ୍ଷା ତଥା ରୋଗନିୟନ୍ତ୍ରଣ ନିମନ୍ତେ ଟୀକାକରଣ, କୃତି୍ରମ ପ୍ରଜନନ କାର୍ଯ୍ୟକ୍ରମ ଏବଂ ପ୍ରାଣୀସୁରକ୍ଷା କାର୍ଯ୍ୟକ୍ରମ ସଂପର୍କରେ ବୈଠକରେ ବିଶଦ ଭାବରେ ଆଲୋଚନା ହୋଇଥିଲା।

ବୈଠକରେ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ ବିଭିନ୍ନ ଯୋଜନା ଓ ବିଭିନ୍ନ ଦିଗ ସଂପର୍କରେ ଆଲୋଚନା କରି ରାଜ୍ୟ ଅର୍ଥନୀତିରେ ଏହାର ଯୋଗଦାନ ବୃଦ୍ଧି କରିବା ପାଇଁ କହିଥିଲେ।

ବୈଠକରେ ପ୍ରାଣୀପାଳନ ଓ ପ୍ରାଣୀଚିକିତ୍ସା ନିର୍ଦ୍ଦେଶକ ଡ. ୟେଦୁଲ୍ଲା ବିଜୟଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀ, ସମସ୍ତ ଜିଲ୍ଳାର ସିଡିଭିଓ, ଏଡିଭିଓମାନେ ଯୋଗଦେଇଥିଲେ। ଏହି ଅବସରରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିବା ମୟୂରଭଞ୍ଜ, ମାଲକାନଗିରି, ଗଜପତି, ଅନୁଗୋଳ ଓ ସୁବର୍ଣ୍ଣପୁର ଆଦି ପାଞ୍ଚୋଟି ଜିଲ୍ଲାର ସିଡିଭିଓମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।

ରଣେନ୍ଦ୍ର ପ୍ରତାପ ସ୍ୱାଇଁ
Share. Facebook Twitter LinkedIn Email WhatsApp Copy Link

Related Posts

ଭୁଶୁଡ଼ିଲା କଂକ୍ରିଟ୍ ସ୍ଲାବ୍: ୩ ଶ୍ରମିକଙ୍କ ମୃତ୍ୟୁ

September 11, 2026

ଭୁବନେଶ୍ୱର ଓ ବାରିପଦାରେ ଭିଜିଲାନ୍ସ ଚଢ଼ଉ: ୧୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ, ୨ ଅଡିଟର ଅଟକ

September 11, 2026

ଭାରତର GDP ଅଭିବୃଦ୍ଧିରେ IMF ଆଶ୍ଚର୍ଯ୍ୟ: ଜାଣନ୍ତୁ କ’ଣ କହିଲେ ମୁଖପାତ୍ର?

September 11, 2026

ଓଡିଶାକୁ ଆସିଲା ୮,୪୧୭ କୋଟି ଟଙ୍କାର ନିବେଶ ପ୍ରସ୍ତାବ,୧୪,୩୧୦ ନିଯୁକ୍ତି ସମ୍ଭାବନା

September 11, 2026
Latest News

କୁଲଦୀପ ଯାଦବଙ୍କ ଶ୍ରେଷ୍ଠ ପ୍ରଦର୍ଶନ: ଗୋଟିଏ ମ୍ୟାଚ୍‌ରେ ୧୦ ୱିକେଟ୍ ନେଇ ରଚିଲେ ଇତିହାସ

September 11, 2026

ଭୁଶୁଡ଼ିଲା କଂକ୍ରିଟ୍ ସ୍ଲାବ୍: ୩ ଶ୍ରମିକଙ୍କ ମୃତ୍ୟୁ

September 11, 2026

ଭୁବନେଶ୍ୱର ଓ ବାରିପଦାରେ ଭିଜିଲାନ୍ସ ଚଢ଼ଉ: ୧୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ, ୨ ଅଡିଟର ଅଟକ

September 11, 2026

ଘରକୁ ମହକାଉଛି, ହେଲେ ଶରୀର ପାଇଁ ବିପଦ ଡାକୁନି ତ ରୁମ୍ ଫ୍ରେଶନର?

September 11, 2026

ଭାରତର GDP ଅଭିବୃଦ୍ଧିରେ IMF ଆଶ୍ଚର୍ଯ୍ୟ: ଜାଣନ୍ତୁ କ’ଣ କହିଲେ ମୁଖପାତ୍ର?

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.