Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଝାରସୁଗୁଡାରେ ନବୀନଙ୍କ ଦମଦାର ପ୍ରଚାର, ବିରୋଧୀ ଦଳକୁ କଲେ କଟୁ ସମାଲୋଚନା
ବିଶେଷ ଖବର

ଝାରସୁଗୁଡାରେ ନବୀନଙ୍କ ଦମଦାର ପ୍ରଚାର, ବିରୋଧୀ ଦଳକୁ କଲେ କଟୁ ସମାଲୋଚନା

May 7, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଝାରସୁଗୁଡା: ଆଜି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଝାରସୁଗୁଡା ଉପନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ସେ ଅପରାହ୍ନରେ ଝାରସୁଗୁଡା ନିକଟସ୍ଥ ଅମିଲିପାଲିଠାରେ ବିରାଟ ସମାବେଶକୁ ସମ୍ବୋଧୀତ କରିଥିଲେ। ଏହି ସମ୍ବୋଧନ ବେଳେ ସେ ବିରୋଧୀ ବିଜେପିକୁ କଡା ସମାଲୋଚନା କରିଥିଲେ।

ନବୀନ ଦଳ ନାମ ନ ନେଇ ସେ ପଦମପୁର ଉପନିର୍ବାଚନ ଉଦାହରଣ ଦେଇଥିଲେ। ସେ କହିଥିଲେ ଯେ, ସେଠାରେ ବର୍ଷା ବରିହାଙ୍କୁ ବିରୋଧୀ ଦଳ ଅପମାନଜନକ ଶଦ୍ଦ ପ୍ରୟୋଗ କରିଥିଲେ। ସେହିପରି ଝାରୁସୁଗୁଡାରେ ମଧ୍ୟ ଦୀପାଳିଙ୍କ ପ୍ରତି ଅଶାଳୀନ ମନ୍ତବ୍ୟ ଦେଉଛନ୍ତି। ଯାହା ଠିକ ନୁହେଁ ବୋଲି ନବୀନ କହିଥିଲେ।

ଉକ୍ତ ସଭାରେ ନବୀନ ଯାହା କହିଥିଲେ ତାହା ହେଲା…

ମହାନ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କୁ ମୋର ପ୍ରଣାମ। ଏ ମାଟିକୁ ମୋର ପ୍ରଣାମ।

ଝାରସୁଗୁଡା ନିର୍ବାଚନମଣ୍ଡଳୀର ପ୍ରିୟ ଭାଇ ଓ ଭଉଣୀମାନେ, ଆପଣମାନଙ୍କୁ ସମସ୍ତଙ୍କୁ ମୋର ଜୁହାର । ଆଜିର କାର୍ଯ୍ୟକ୍ରମ ଆରମ୍ଭରେ ମୁଁ ପ୍ରଥମେ ଆପଣମାନଙ୍କ ପ୍ରିୟ ନେତା ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ନବ ଦାସଙ୍କ ପ୍ରତି ମୋର ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି।

ନବ ଦାସ ଜଣେ ଲୋକପ୍ରିୟ ନେତା, ଦକ୍ଷ ବିଧାୟକ ଓ ମନ୍ତ୍ରୀ ଭାବରେ ସାରା ଓଡିଶାରେ ପରିଚିତ ଥିଲେ । ସେ ଆଜି ଆମ ଭିତରେ ନାହାନ୍ତି । ତାଙ୍କ କାମ ପାଇଁ ଝାରସୁଗୁଡାବାସୀ ସବୁବେଳେ ତାଙ୍କୁ ମନେ ରଖିବେ।

ଆଜି ତାଙ୍କ ଦାୟିତ୍ବ ନେବାପାଇଁ, ଆପଣମାନଙ୍କ ସେବା କରିବାପାଇଁ, ତାଙ୍କ ଝିଅ ଦୀପାଳି ଦାସ ଆଗେଇ ଆସିଛନ୍ତି । ଆପଣ ଜାଣନ୍ତି, ସେ ଜଣେ ଉଚ୍ଚ ଶିକ୍ଷିତା ଝିଅ । ସମାଜସେବାରେ ତାଙ୍କର ବିଶେଷ ରୁଚି ରହିଛି । ମୋର ବିଶ୍ବାସ, ଦୀପାଳିଙ୍କୁ ଝାରସୁଗୁଡାବାସୀଙ୍କ ସେବାର ସୁଯୋଗ ମିଳିଲେ, ସେ ତାକୁ ଦକ୍ଷତାର ସହ ପାଳନ କରିପାରିବେ।

ଝାରସୁଗୁଡା ସବୁବେଳେ ବିକାଶ ସାଥିରେ ରହିଛି । ଆପଣମାନେ ବିକାଶରେ ବିଶ୍ବାସ କରନ୍ତି। ସେଥିପାଇଁ ବିଜୁ ଜନତା ଦଳ ସାଥିରେ ରହି ଆସିଛନ୍ତି। ବିଜୁ ଜନତା ଦଳ ମା ମାନଙ୍କ କଲ୍ୟାଣରେ ବିଶ୍ବାସ କରେ। ମା ମାନଙ୍କ ସଶକ୍ତରେ ବିଶ୍ବାସ କରେ । ଚାଷୀ ଭାଇର ସଶକ୍ତ ଉପରେ ବିଶ୍ବାସ କରେ। ଯୁବଶକ୍ତିର ସଶକ୍ତରେ ବିଶ୍ବାସ କରେ। ଶିଳ୍ପ କ୍ଷେତ୍ରରେ ଝାରସୁଗୁଡାର ସ୍ବତନ୍ତ୍ର ପରିଚୟ ରହିଛି । ଆପଣମାନଙ୍କ ସହଯୋଗ ଜାରି ରହିଲେ, ଝାରସୁଗୁଡା ଦେଶର ଏକ ନମ୍ବର ଶିଳ୍ପ ସମୃଦ୍ଧ ଜିଲ୍ଲା ହୋଇପାରିବ।

ନିର୍ବାଚନରେ ହାର ଜିତ୍‌ ରହିଛି। ତେଣୁ ନିର୍ବାଚନ ପ୍ରଚାର ସମୟରେ ଆମେ ସମସ୍ତେ ଶାଳୀନତା ରକ୍ଷା କରିବା ଜରୁରୀ। କାହାକୁ, ବିଶେଷ କରି, ଆମର ମହିଳା ମାନଙ୍କୁ, ଆମର ମା ମାନଙ୍କୁ, ଗାଳି ଦେବା, ଅସମ୍ମାନ କରିବା ଉଚିତ ନୁହେଁ।

ପଦ୍ମପୁର ଉପ ନିର୍ବାଚନରେ ବିରୋଧୀ ଦଳ ବାପାଙ୍କୁ ହରାଇ ଥିବା ଗୋଟିଏ ଝିଅ ପ୍ରତି ଯେଭଳି ବ୍ୟବହାର କଲେ, ତାହା ଆପଣ ଜାଣନ୍ତି । ଦୁଃଖର କଥା, ଏଠାରେ ମଧ୍ୟ ସେମାନେ ଦୀପାଳିଙ୍କ ପ୍ରତି ସେହିଭଳି ବ୍ୟବହାର କରୁଛନ୍ତି । ଗାଳି ଦେଉଛନ୍ତି। ଏହା ମୋତେ ବହୁତ ଦୁଃଖ ଦେଇଛି।

ଦୀପାଳି ଏ ମାଟିର ଝିଅ। ଏ ମାଟିର ସେବା କରିବା ପାଇଁ ଆପଣମାନେ ତାକୁ ସୁଯୋଗ ଦେବେ, ଏ ଭରସା ମୋର ଅଛି । ମୋର ଅନୁରୋଧ, ଆପଣମାନେ ବିଜୁ ଜନତା ଦଳର ପ୍ରାର୍ଥୀ ଦୀପାଳି ଦାସଙ୍କୁ ଆଶୀର୍ବାଦ କରନ୍ତୁ। ଶଙ୍ଖ ଚିହ୍ନରେ ଭୋଟ ଦିଅନ୍ତୁ। ଧନ୍ୟବାଦ। ଜୁହାର

Jharsuguda Bypoll
Share. Facebook Twitter LinkedIn Email WhatsApp Copy Link

Related Posts

କଟକ ଦୁଷ୍କର୍ମ ମାମଲା: ୫ ଗିରଫ, ଅନ୍ୟ ଜଣେ ଫେରାର

August 14, 2026

ଫୁଲୁଛି ବୁଢ଼ାବଳଙ୍ଗ, ବଢ଼ୁଛି ବିପଦ: ଜଳବନ୍ଦୀ ଅନେକ ପରିବାର

August 13, 2026

ବୈତରଣୀରେ ବଢୁଛି ବନ୍ୟାଜଳ, କେନ୍ଦୁଝର ପାଟଣା ଓ ଆନନ୍ଦପୁରରେ ବିପଦ ସଂକେତ ଟପିଲା

August 13, 2026

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ବେଟି ବଚାଓ ବେଟି ପଢାଓ କାର୍ଯ୍ୟକ୍ରମ

August 13, 2026
Latest News

‘ହର ଘର ତିରଙ୍ଗା’ ଅଭିଯାନ: ନିଜ ବାସଭବନରେ ତ୍ରିରଙ୍ଗା ଉତ୍ତୋଳନ କଲେ ଅମିତ ଶାହ

August 14, 2026

ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

August 14, 2026

ବାଣପୁର: ବ୍ଲକ ସ୍ତରୀୟ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ, ଦର୍ଶକଙ୍କ ମନ ମୋହିଲା ନୀଳମାଷ୍ଟ୍ରାଣୀ ନାଟକ

August 14, 2026

କଟକ ଦୁଷ୍କର୍ମ ମାମଲା: ୫ ଗିରଫ, ଅନ୍ୟ ଜଣେ ଫେରାର

August 14, 2026

ଅଗଷ୍ଟ ୧୪ ତାରିଖ ଶୁକ୍ରବାରରେ ସାତଟି ରାଶିର ଭାଗ୍ୟରେ ଦେଖାଦେବ ବଡ ପରିବର୍ତ୍ତନ

August 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.