Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»୫-ଟି ସଚିବଙ୍କ ଦୁଇ ଦିନିଆ ଗଜପତି ଗସ୍ତ: ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର କଲେ ସମୀକ୍ଷା
ବିଶେଷ ଖବର

୫-ଟି ସଚିବଙ୍କ ଦୁଇ ଦିନିଆ ଗଜପତି ଗସ୍ତ: ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର କଲେ ସମୀକ୍ଷା

May 9, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ୍ ଆଜି ଦୁଇ ଦିନିଆ ଗସ୍ତରେ ଗଜପତି ଜିଲ୍ଲା ଯାଇ ବିଭିନ୍ନ ଉନ୍ନୟନମୂଳକ କାମର ସମୀକ୍ଷା କରିଛନ୍ତି। ବିଶେଷ କରି ଗୁରୁତ୍ୱପୂର୍ଣ୍ଣ ବିଜୁ ଏକ୍ସପ୍ରେସ ୱେ ର ନିର୍ମାଣ ସମ୍ପର୍କରେ ପୂର୍ତ୍ତ ବିଭାଗର ଅଧିକାରୀମାନଙ୍କ ସହିତ ଆଲୋଚନା କରି ପ୍ରକ୍ରିୟା ତ୍ୱରାନ୍ୱିତ କରିବାକୁ ପରାମର୍ଶ ଦେଇଛନ୍ତି।

ସୂଚନାଯୋଗ୍ୟ ଯେ ବିଜୁ ଏକ୍ସପ୍ରେସ ୱେ -୧ ର ନିର୍ମାଣ କାମ ସଫଳତାର ସହ ସମ୍ପୂର୍ଣ୍ଣ ହେବା ପରେ ରାଜ୍ୟ ସରକାର ଏବେ ବିଜୁ ଏକ୍ସପ୍ରେସ ୱେ-୨ ର କାମ ଆରମ୍ଭ କରିବାକୁ ଯାଉଛନ୍ତି। ରାଜ୍ୟର ଅର୍ଥନୈତିକ ଓ ସାମାଜିକ ବିକାଶ ଦୃଷ୍ଟିରୁ ଏହା ଖୁବ୍ ଗରୁତ୍ୱ ବହନ କରେ। ୩୦୫ କିଲୋମିଟର ଦୀର୍ଘ ଏହି ରାସ୍ତା ବ୍ରହ୍ମପୁର ସହରକୁ ଜୟପୁର ସହ ଯୋଡିବ ଏବଂ ଏହି ପ୍ରକଳ୍ପର ପାଇଁ ପ୍ରାୟ ୭୦୦୦ କୋଟି ଟଙ୍କା ବିନିଯୋଗ କରାଯିବ। ଏହା ସମ୍ପୂର୍ଣ୍ଣ ଭାବେ ଏକ ନୂଆ ପ୍ରକଳ୍ପ (Green Field Project) । ଏହା ଗଞ୍ଜାମ, ଗଜପତି, ରାୟଗଡା ଓ କୋରାପୁଟ- ଏହି ୪ଟି ଜିଲ୍ଲାର ୧୫ଟି ବ୍ଲକ ଦେଇ ନିର୍ମିତ ହେବ। ଗଞ୍ଜାମରେ ୪୩ କି.ମି., ଗଜପତିରେ ୪୭ କି.ମି., ରାୟଗଡାରେ ୧୫୮ କି.ମି. ଓ କୋରାପୁଟରେ ୫୭ କି.ମି. ରାସ୍ତା ତିଆରି କରାଯିବ। ଏହା ଦ୍ୱାରା ବ୍ରହ୍ମପୁରରୁ ଜୟପୁରକୁ ଗସ୍ତ ସମୟ ୮ ଘଣ୍ଟାରୁ ୫ ଘଣ୍ଟାକୁ କମିଯିବ। ବ୍ରହ୍ମପୁରରୁ ମୋହନା ମାତ୍ର ୪୫ ମିନିଟ୍‌ ଲାଗିବ ଏବଂ ରାୟଗଡାରୁ ମୋହନା ମାତ୍ର ଦେଢ ଘଣ୍ଟା ଲାଗିବ ଯାହାକି ବର୍ତ୍ତମାନ ପ୍ରାୟ ୪ ଘଣ୍ଟା ଲାଗୁଛି। ଏହି ସଡକରେ ରାଜ୍ୟରେ ପ୍ରଥମ ଥର ପାଇଁ ପାହାଡ ଖୋଳା ଯାଇ ରାସ୍ତା ନିର୍ମାଣ କରାଯିବ ଯାହାଦ୍ୱାରା କି ସଡକର ଦୈର୍ଘ୍ୟ ପ୍ରାୟ ୨୫ ରୁ ୩୦ କି.ମି. କମିଯିବ ଏବଂ ଯିବାଆସିବା ସମୟ ମଧ୍ୟ ୨ ଘଣ୍ଟା କମ ରହିବ। ଏହା ଦ୍ୱାରା ଦକ୍ଷିଣ ଓଡିଶାରେ ଏକ ନୂଆ ଇକୋନୋମିକ୍ କରିଡର ସୃଷ୍ଟି ହୋଇପାରିବ ଏହି କାମ ତିନି ବର୍ଷ ମଧ୍ୟରେ ଶେଷ ହେବ ବୋଲି ଶ୍ରୀ ପାଣ୍ଡିଆନ୍ ସୂଚନା ଦେଇଥିଲେ।

ଶ୍ରା ପାଣ୍ଡିଆନ୍ ଏହା ପରେ ଜିରାଙ୍ଗର ବୁଦ୍ଧ ମନ୍ଦିର ପରିଦର୍ଶନ କରିଥିଲେ ଏବଂ ଜିରାଙ୍ଗ କଲେଜ୍‌ର ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଥିଲେ। ଜିରାଙ୍ଗ କଲେଜ୍‌ରେ ୬ ମାସ ମଧ୍ୟରେ ଡିସେମ୍ବର ସୁଦ୍ଧା ସ୍ମାର୍ଟ କ୍ଲାସ ଆରମ୍ଭ କରାଯିବ ବୋଲି ସେ ପ୍ରତିଶୃତି ଦେଇଥିଲେ। ପିଲାମାନଙ୍କ ସହ ଆଲୋଚନା କରି ସେ ନିଜ କଲେଜ୍‌ର ଉନ୍ନତି ପାଇଁ କାମ କରିବାକୁ ପିଲାଙ୍କୁ ପରାମର୍ଶ ଦେଇଥିଲେ। ଭଲ ପାଠ ପଢି ଓଡିଶାର ବିକାଶରେ ଯୋଗଦାନ ରଖିବାକୁ କହିଥିଲେ।

ଏହା ସହିତ ସାଧାରଣ ଜନତାଙ୍କୁ ଭେଟି ସେମାନଙ୍କ ବିଭିନ୍ନ ସମସ୍ୟା ମଧ୍ୟ ଶୁଣିଥିଲେ। ଜିଲ୍ଲାସ୍ତରରେ ଯାହା ସମ୍ଭବ ତାକୁ ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳଙ୍କୁ ପରାମର୍ଶ ଦେବା ସହିତ ଅନ୍ୟ ସମସ୍ୟାର ସମାଧାନ ପାଇଁ ପ୍ରସ୍ତାବ ପଠାଇବାକୁ ପରାମର୍ଶ ଦେଇଥିଲେ।

ନବୀନ ପଟ୍ଟନାୟକ ଭି.କେ. ପାଣ୍ଡିଆନ୍
Share. Facebook Twitter LinkedIn Email WhatsApp Copy Link

Related Posts

ଟିଏମସି ବିଦ୍ରୋହୀ ଗୋଷ୍ଠୀର ବଡ଼ ନିଷ୍ପତ୍ତି: ଅଧ୍ୟକ୍ଷ ପଦରୁ ହଟିଲେ ମମତା, ଅଭିଷେକ ବାନାର୍ଜୀ ନିଲମ୍ବିତ

June 22, 2026

କଟକ, ଖୋର୍ଦ୍ଧା, ବ୍ରହ୍ମପୁର ଓ ବାଣପୁର ସହ ୬୪ ସ୍ଥାନର ଇଂରାଜୀ ବନାନ ହେଲା ପରିବର୍ତ୍ତନ; ବାହାରିଲା ବିଜ୍ଞପ୍ତି

June 22, 2026

ଗ୍ୟାସ୍ ଲିକ୍ ଘଟଣା, ମୃତ ଓଡିଆ ପରିବାରଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026
Latest News

‘ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ’: ସମନ୍ୱୟ ସମିତି

June 22, 2026

ପୂର୍ବତଟ ରେଳପଥରେ ୨୭୦ କୋଟି ବ୍ୟୟର କବଚ୍ ସ୍ଥାପନକୁ ଭାରତୀୟ ରେଳବାଇର ମଞ୍ଜୁରୀ

June 22, 2026

ସୋଆରେ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026

ଭାରତୀୟ ରେଳବାଇ ଦ୍ୱାରା ସ୍ପେଶାଲ୍ ଟ୍ରେନର ସେବା ଅବଧି ବୃଦ୍ଧି

June 22, 2026

ଗଜପତିର ପ୍ରବାସୀ ଶ୍ରମିକଙ୍କ ମରଶରୀରକୁ ଆଣିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.