Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ: ତୃତୀୟ ମୋର୍ଚ୍ଚା ବିଷୟରେ ଦେଲେ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି
ବିଶେଷ ଖବର

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ: ତୃତୀୟ ମୋର୍ଚ୍ଚା ବିଷୟରେ ଦେଲେ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି

May 11, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ରାଜନୀତି ନେଇ କରିଛନ୍ତି ଏକ ଘୋଷଣା। ସେ କହିଛନ୍ତି ଯେ, ଆସନ୍ତା ନିର୍ବାଚନରେ ବିଜେଡି ପୂର୍ବପରି ଏକାକୀ ଲଢିବ। କାହା ସହିତ ମେଣ୍ଟ କରିବ ନାହିଁ। ପୂର୍ବରୁ ବିଜେଡି ଯେପରି ବିଜେପି କଂଗ୍ରେସଠାରୁ ସମଦୂରତା ବଜାଇ ରହିଥିଲା ତାହା ବଜାଇ ରହିବ।

ନବୀନଙ୍କ ଏପରି ବିବୃତି ପରେ ଜାତୀୟ ରାଜନୀତିରେ ଯେଉଁ କଳ୍ପନାଜଳ୍ପନା ପ୍ରକାଶ ପାଇଥିଲା ସେଥିରେ ବିରାମ ଲାଗିଛି। ଏପରିକି ନୀତିଶ କୁମାରଙ୍କ ପାଇଁ ଏହା ଏକ ବଡ ଝଟକା ବୋଲି କୁହାଯାଇଛି। ନିକଟରେ ନୀତିଶ ଭୁବନେଶ୍ବର ଆସି ନବୀନଙ୍କୁ ମହାମେଣ୍ଟ ପାଇଁ ଯେଉଁ ବୁଝାମଣା ପ୍ରୟାଶ କରିଥିଲେ ସେଥିରେ ପୂର୍ଣ୍ଣଚ୍ଛେଦ ପଡିଛି।

ଆପଣ ନୂଆଦିଲ୍ଲୀରେ କେତେକ ଅଣବିଜେପି ନେତାଙ୍କୁ ଭେଟିବେ କି ବୋଲି ପ୍ରଶ୍ନ ପଚାରିବାରୁ ନବୀନ ତାହାକୁ ପ୍ରତ୍ୟାଖାନ କରି ଦେଇଥିଲେ। ପୂର୍ବରୁ ଆଶଙ୍କା ପ୍ରକାଶ ପାଇଥିଲା ଯେ, ନବୀନ କେତେକ ବିରୋଧୀ ନେତାଙ୍କୁ ଭେଟିବାର ସମ୍ଭାବନା ରହିଛି। ତେବେ ତାହାକୁ ରୋକଠୋକ୍ ମନା କରିଛନ୍ତି ନବୀନ ପଟ୍ଟନାୟକ।

ଦିଲ୍ଲୀ ମିଡିଆକୁ ସାକ୍ଷାତକାର ଦେଇ ନବୀନ କହିଛନ୍ତି ଯେ, ସେ ଚାରୋଟି ପ୍ରସଂଗରେ ପ୍ରଧାନମନ୍ତ୍ରୀଙ୍କ ସହିତ ଆଲୋଚନା କରିଛନ୍ତି। ତାହା ହେଲା, ପୁରୀ ଆନ୍ତର୍ଜାତୀୟ ବିମାନବନ୍ଦର, ଭାରତ ନେଟ ଫେଜ-2 ରେ ଓଡିଶାକୁ ସାମିଲ, ଓଡିଶା ଗ୍ରାମାଞ୍ଚଳରେ ବ୍ୟାଙ୍କ ଶାଖା ଖୋଲିବା, ଜାତୀୟ ରାଜପଥ ପ୍ରକଳ୍ପଗୁଡିକ ଶିଘ୍ର ଶେଷ କରିବା। ଏହାଛଡା କୌଣସି ରାଜନୈତିକ ଆଲୋଚନା ହୋଇ ନାହିଁ ବୋଲି ନବୀନ କହିଛନ୍ତି।

ଓଡିଶା ମୁଖ୍ୟମନ୍ତ୍ରୀ ତୃତୀୟ ମୋର୍ଚ୍ଚା ମୁଖ୍ୟମନ୍ତ୍ରୀ ନବୀନ
Share. Facebook Twitter LinkedIn Email WhatsApp Copy Link

Related Posts

ଯଥାଶୀଘ୍ର ଇରାନ ଛାଡିବା ପାଇଁ ଭାରତୀୟ ନାଗରିକଙ୍କୁ ଚେତାବନୀ: ମାର୍ଗଦର୍ଶିକା ଜାରି

February 23, 2026

Konark Dance & Music Festival: ବେଶ ଆକର୍ଷଣୀୟ କାର୍ଯ୍ୟକ୍ରମ ସହ ଶେଷ ହୋଇଛି କୋଣାର୍କ ନୃତ୍ୟ ଉତ୍ସବ

February 23, 2026

“ଗାନ୍ଧୀ ଜୀ ଭାରତର ନୁହଁନ୍ତି, ବରଂ ପାକିସ୍ତାନର…”: ବିଜେପି ବିଧାୟକଙ୍କ ବିବାଦୀୟ ବିବୃତ୍ତି

February 23, 2026

ଭାରତର ଭାଙ୍ଗିଲା ଟି-୨୦ ବିଶ୍ୱକପ୍ ରେକର୍ଡ: ଏବେ ସେମିଫାଇନାଲ୍ ପାଇଁ ଜାଣନ୍ତୁ ସମୀକରଣ?

February 23, 2026
Latest News

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026

ଥାଇଲାଣ୍ଡରେ ଭାରତୀୟ ଶ୍ରମିକ ଅଟକ ରହିବା ଘଟଣାରେ ନିଜ ଆଡ଼ୁ ହସ୍ତକ୍ଷେପ କଲେ ଏନଏଚଆରସି

February 23, 2026

ରୋଟାରୀ ରୟାଲ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ୨୦୨୬: ରୋଟାରୀ କ୍ଲବ୍ ଅଫ୍ କଟକ ବିଜୟୀ

February 23, 2026

SIR ପରେ ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ବାଦ ପଡିଲା ୯୭ ଲକ୍ଷରୁ ଅଧିକ ନାମ

February 23, 2026

ଯଥାଶୀଘ୍ର ଇରାନ ଛାଡିବା ପାଇଁ ଭାରତୀୟ ନାଗରିକଙ୍କୁ ଚେତାବନୀ: ମାର୍ଗଦର୍ଶିକା ଜାରି

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.