Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ଫେରିଲେ ମନ୍ତ୍ରୀମଣ୍ଡଳରେ ଅଦଳବଦଳ, ଇସ୍ତଫା ଦେଲେ ବାଚସ୍ପତି ସହ ଦୁଇ ମନ୍ତ୍ରୀ
ବିଶେଷ ଖବର

ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ଫେରିଲେ ମନ୍ତ୍ରୀମଣ୍ଡଳରେ ଅଦଳବଦଳ, ଇସ୍ତଫା ଦେଲେ ବାଚସ୍ପତି ସହ ଦୁଇ ମନ୍ତ୍ରୀ

May 12, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ଫେରିଲେ ମନ୍ତ୍ରୀମଣ୍ଡଳରେ ଅଦଳବଦଳ, ଇସ୍ତଫା ଦେଲେ ବାଚସ୍ପତି ସହ ଦୁଇ ମନ୍ତ୍ରୀ

ଭୁବନେଶ୍ବର: ଆଜି ହଠାତ ଓଡିଶା ରାଜନୀତିରେ ସୃଷ୍ଟି ହୋଇଛି ହଲଚଲ। ପ୍ରଥମେ ବାଚସ୍ପତି ପଦରୁ ବିକ୍ରମ ଆରୁଖ ଇସ୍ତଫା ଦେବା ପରେ ଦୁଇଜଣ ମନ୍ତ୍ରୀ ଇସ୍ତଫା ଦେଇଛନ୍ତି। ସେମାନେ ହେଲ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାସ ଏବଂ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ। ଉଭୟଙ୍କ ଇସ୍ତଫା ପତ୍ର ମୁଖ୍ୟମନ୍ତ୍ରୀ ଗ୍ରହଣ କରିବା ପରେ ରାଜ୍ୟପାଳଙ୍କ ଅନୁମୋଦନ ପାଇଁ ପଠାଇ ଦେଇଛନ୍ତି।

ତେବେ ହଠାତ ଏପରି କାହିଁକି ଘଟିଲା ତାହା କେହି କିଛି ଜାଣିପାରୁ ନାହାଁନ୍ତି। ପ୍ରଥମେ ବାଚସ୍ପତି ପଦରୁ ବିକ୍ରମ ଆରୁଖ ଇସ୍ତଫା ଦେବା ପରେ ସେ ବ୍ୟକ୍ତିଗତ କାରଣ ଦର୍ଶାଇଛନ୍ତି। ସେ କହିଛନ୍ତି ଯେ ମୋତେ ଯାହା ଦିଆଯାଇଛି ତାହା କରିଛି। ବର୍ତ୍ତମାନ ବ୍ୟକ୍ତିଗତ କାରଣ ପାଇଁ ବାଚସ୍ପତି ପଦରୁ ଇସ୍ତଫା ଦେଲି। ତାଙ୍କର ଇସ୍ତଫା ପରେ ସେ ମନ୍ତ୍ରୀ ହେବେ ବୋଲି ସନ୍ଦେହ ପ୍ରକାଶ ପାଇଥିଲା।

ଏହାପରେ ପରେ ଗଣଶିକ୍ଷା ମନ୍ତ୍ରୀ ଏବଂ ଶ୍ରମ ମନ୍ତ୍ରୀଙ୍କ ଇସ୍ତଫା ପରେ ଏହି ସନ୍ଦେହ ଦୃଢିଭୂତ ହେବାରେ ଲାଗିଲା। ତେବେ ଏ ନେଇ ପ୍ରତିକ୍ରିୟା ରଖିଛନ୍ତି ସମୀର ରଂଜନ ଦାସ। ସେ କହିଛନ୍ତି ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ମୁଁ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛି। ଦଳ ପାଇଁ କାମ କରିବି। ଜିଲ୍ଲାପରିଷଦରେ ହାରିବା ସହିତ ଇସ୍ତଫାର କୌଣସି ସଂପର୍କ ନାହିଁ। ସେହିପରି ଶ୍ରମ ମନ୍ତ୍ରୀ ମଧ୍ୟ କହିଛନ୍ତି ମୁଖ୍ୟମନ୍ତ୍ରୀ କହିବା ପରେ ଇସ୍ତଫା ଦେଲି।

ତେବେ ବର୍ତ୍ତମାନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆ ଦିଲ୍ଲୀ ଗସ୍ତରେ ଅଛନ୍ତି। ସେ ଶନିବାର ଦିନ ଫେରିବେ। ଏହାପରେ ନୂଆ ମନ୍ତ୍ରୀ ମଣ୍ଡଳରେ କାହାକୁ ନିଆଯିବ ସେ ନେଇ ନିଷ୍ପତି ନେବେ। ତେବେ ବିଶେଷ ସୁତ୍ର ଅନୁସାରେ ନବୀନ ରବିବାର ଦିନ ମନ୍ତ୍ରୀ ମଣ୍ଡଳରେ ଅଦଳ ବଦଳ କରିପାରନ୍ତି ବୋଲି ଚର୍ଚ୍ଚା ଚାଲିଛି।

ଦୁଇମନ୍ତ୍ରୀଙ୍କ ସହିତ ବାଚସ୍ପତି ଇସ୍ତଫା ଦେବା ପରେ ବର୍ତ୍ତମାନ କିଏ ସେ ନୂଆ ମନ୍ତ୍ରୀ ହେବେ ସେ ନେଇ କଳ୍ପନାଜଳ୍ପନା ପ୍ରକାଶ ପାଇବାରେ ଲାଗିଛି। ନବୀନ ନୂଆ ମନ୍ତ୍ରୀଙ୍କୁ ନେବେ ନା ଏହି ଦୁଇମନ୍ତ୍ରୀଙ୍କ ବିଭାଗ ଆଉ କାହାକୁ ଦେବେ ସେ ନେଇ କେହିକିଛି ଅନୁମାନ କରିପାରୁ ନାହାଁନ୍ତି। ତେବେ ମୁଖ୍ୟମନ୍ତ୍ରୀ ଶନିବାର ଦିନ ନୂଆଦିଲ୍ଲୀରୁ ଫେରିବା ପରେ ଏ ନେଇ କଣ ହେବ ତାହା ସ୍ପଷ୍ଟ ହେବ।

ବିକ୍ରମ ଆରୁଖ ମନ୍ତ୍ରୀଙ୍କ ଇସ୍ତଫା ମନ୍ତ୍ରୀମଣ୍ଡଳ ଅଦଳବଦଳ ଶ୍ରୀକାନ୍ତ ସାହୁ
Share. Facebook Twitter LinkedIn Email WhatsApp Copy Link

Related Posts

କେଜିବିଭି ୱାର୍ଡେନଙ୍କ ନିମନ୍ତେ ପାଞ୍ଚଦିନିଆ ଆବାସିକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

July 20, 2026

ରାଜ୍ୟରେ କମ୍ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ସ୍ଥିତିକୁ ନେଇ ଉଚ୍ଚସ୍ତରୀୟ ବୈଠକ

July 20, 2026

ସୋଆର ପ୍ରତିଷ୍ଠାତା ସଭାପତିଙ୍କ ଦ୍ୱାରା ପ୍ଲାଷ୍ଟିନେସନ୍ ବିଷୟକ ପୁସ୍ତକ ଉନ୍ମୋଚିତ

July 20, 2026

ଡିମ୍ପଲ ଯାଦବଙ୍କ ସମେତ ଅନେକ ଏସପି ସାଂସଦ ଅଟକ: ସମାଜବାଦୀ ପାର୍ଟିର ଦାବି

July 20, 2026
Latest News

କେଜିବିଭି ୱାର୍ଡେନଙ୍କ ନିମନ୍ତେ ପାଞ୍ଚଦିନିଆ ଆବାସିକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

July 20, 2026

ରାଜ୍ୟରେ କମ୍ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ସ୍ଥିତିକୁ ନେଇ ଉଚ୍ଚସ୍ତରୀୟ ବୈଠକ

July 20, 2026

ଆଜିଠାରୁ ସଂସଦରେ ଆରମ୍ଭ ହେଲା ମୌସୁମୀ ଅଧିବେଶନ: ଏହା ପୂର୍ବରୁ କ’ଣ ଥିଲା ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ?

July 20, 2026

ସୋଆର ପ୍ରତିଷ୍ଠାତା ସଭାପତିଙ୍କ ଦ୍ୱାରା ପ୍ଲାଷ୍ଟିନେସନ୍ ବିଷୟକ ପୁସ୍ତକ ଉନ୍ମୋଚିତ

July 20, 2026

ସିଜେପି ର ପ୍ରତିବାଦ ସମୟରେ ହିଂସା!: ୫୦ ରୁ ଅଧିକ ପୋଲିସ ଏବଂ ଯବାନ ଆହତ

July 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.