Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଝାରସୁଗୁଡାର ବିପୁଳ ବିଜୟ ପରେ ପୁଣି ବିରୋଧୀଙ୍କୁ ଟାର୍ଗେଟ କଲେ ନବୀନ
ବିଶେଷ ଖବର

ଝାରସୁଗୁଡାର ବିପୁଳ ବିଜୟ ପରେ ପୁଣି ବିରୋଧୀଙ୍କୁ ଟାର୍ଗେଟ କଲେ ନବୀନ

May 13, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
Naveen
ଝାରସୁଗୁଡାର ବିପୁଳ ବିଜୟ ପରେ ପୁଣି ବିରୋଧୀଙ୍କୁ ଟାର୍ଗେଟ କଲେ ନବୀନ

ଭୁବନେଶ୍ବର: ଆଜି ଝାରସୁଗୁଡା ଉପନିର୍ବାଚନରେ ବିଜେଡିର ବିପୁଳ ବିଜୟ ପରେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନିଜର ଅଭିଭାଷଣ ରଖିଛନ୍ତି। ଏହି ଅଭିଭାଷଣରେ ସେ ପୁଣି ଥରେ ବିଜେପିକୁ ଟାର୍ଗେଟ କରିଛନ୍ତି। ସେ ବିଜେପି ଦଳର ନାମ ନ ନେଇ ନ ଥିଲେ ମଧ୍ୟ ତାଙ୍କର ସମାଲୋଚନା ବିଜେପି ପାଇଁ ଥିଲା ତାହା ସ୍ପଷ୍ଟ ହୋଇଛି।

ସେ ପୁଣି ଥରେ ସେହି ମହିଳାଙ୍କ କଥାକୁ ଉଲ୍ଲେଖ କରିଛନ୍ତି। ସେ କହିଛନ୍ତି ଯେ, ବିରୋଧୀ ଦଳ ମହିଳାମାନଙ୍କୁ ଯେପରି ଅସମ୍ମାନ କରୁଛନ୍ତି ତାହା ହେଉଛି ଏକ ଡେଞ୍ଜରିୟସ ଟ୍ରେନଣ୍ଡ। ସେଥିପାଇଁ ସେମାନଙ୍କୁ ଲୋକମାନେ ପ୍ରତ୍ୟାଖାନ କରିଦେଇଛନ୍ତି ବୋଲି ନବୀନ ଅଭିଭାଷଣରେ କହିଛନ୍ତି। ସେ କର୍ମିମାନଙ୍କୁ ତଥା ଝାରସୁଗୁଡାବାସୀଙ୍କୁ ଯେଉଁ ଅଭିଭାଷଣ ପ୍ରଦାନ କରିଛନ୍ତି ତାହା ହେଲା।

ଜୟ ଜଗନ୍ନାଥ, ସମସ୍ତଙ୍କୁ ନମସ୍କାର ଓ ଜୁହାର, ଝାରସୁଗୁଡ଼ା ଉପନିର୍ବାଚନରେ, ବିଜୁ ଜନତା ଦଳର ବିପୁଳ ବିଜୟ ପାଇଁ ଆପଣମାନଙ୍କୁ ମୋର ଅଭିନନ୍ଦନ। ଏ ବିଜୟ ଝାରସୁଗୁଡ଼ା ବାସୀଙ୍କର ବିଜୟ, ମହିଳାଶକ୍ତିର ବିଜୟ, ଏଥିପାଇଁ ଝାରସୁଗୁଡ଼ା ବାସୀଙ୍କ ନିକଟରେ ମୁଁ ଋଣୀ
ବିଜୁ ଜନତା ଦଳ ଋଣୀ।

ଆମ ଦଳର, ଲକ୍ଷ ଲକ୍ଷ, କର୍ମୀ ଭାଇ ଓ ଭଉଣୀଙ୍କୁ, ଏ ବିଜୟ ପାଇଁ ମୁଁ, ଧନ୍ୟବାଦ ଜଣାଉଛି।
ଏ ଖରା, ଗରମରେ, ସେମାନଙ୍କ ପରିଶ୍ରମ ଓ ତ୍ୟାଗକୁ, ସମ୍ମାନ ଜଣାଉଛି। ମୁଁ, ଆଜି କଥା ଦେଉଛି, ଝାରସୁଗୁଡ଼ା ଅଞ୍ଚଳର, ଉନ୍ନତି ପାଇଁ ବିଜୁ ଜନତା ଦଳ, ତାର ଉଦ୍ୟମକୁ, ଆହୁରି ଯୋରଦାର କରିବ। ଝାରସୁଗୁଡ଼ା ପାଇଁ, ନବ ବାବୁ ଆରମ୍ଭ କରିଥିବା, ବିକାଶର ଧାରାକୁ ଆହୁରି ଆଗକୁ ନିଆଯିବ।

ପଦ୍ମପୁର ଉପ ନିର୍ବାଚନ ବେଳେ, ବିରୋଧି ଦଳ ଆମର ମା ମାନଙ୍କୁ, ଅସମ୍ମାନ କରିଥିଲେ। ପଦ୍ମପୁରରେ, ଆମର ମହିଳା ପ୍ରାର୍ଥୀଙ୍କୁ, ଖରାପ ଭାଷାରେ, ଗାଳି କରୁଥିଲେ। ପଦ୍ମପୁର ହେଉ ବା ଝାରସୁଗୁଡ଼ା, ସବୁଠାରେ ସେମାନେ ବାପାଙ୍କୁ ହରେଇଥିବା ଝିଅ ମାନଙ୍କୁ ଗାଳି କରିଛନ୍ତି। ପ୍ରତ୍ୟେକ ଉପ ନିର୍ବାଚନ ରେ ସେମାନେ ମିଶନ ଶକ୍ତିର ନେତ୍ରୀ,ତଥା ତୃଣମୂଳ ସ୍ତରରେ କାମ କରୁଥିବା, ମାଆ ମାନଙ୍କୁ ସବୁବେଳେ ସମାଲୋଚନା କରି ଆସୁଛନ୍ତି। ଇତିହାସ ସାକ୍ଷୀ ।

ଓଡ଼ିଶାବାସୀ କେବେବି ମା ମାନଙ୍କ ପ୍ରତି ଏଭଳି ଅସମ୍ମାନ କୁ ବରଦାସ୍ତ କରିନାହାନ୍ତି।
ଆମର ଝିଅ ମାନେ ଆମର ଗର୍ବ। ବିଜୁ ଜନତା ଦଳ ସବୁବେଳେ, ସାଧାରଣ ଜୀବନରେ ମା ମାନଙ୍କ ଯୋଗଦାନକୁ ଉତ୍ସାହିତ କରିଆସିଛି । ସେମାନଙ୍କ ଅଧିକାର ପାଇଁ ଦୃଢ଼ ଭାବରେ ସେମାନଙ୍କ କଥା କହିବା ପାଇଁ ମିଶନ ଶକ୍ତି ପରି ମଞ୍ଚ ଯୋଗାଇ ଦେଇଛି।

ହାଣ୍ଡିଶାଳ ଚାରି କାନ୍ଥରୁ ସେମାନଙ୍କୁ ବାହାରକୁ ଆଣି, ମିଶନ ଶକ୍ତି ସେମାନଙ୍କୁ ସଶକ୍ତ କରିଛି। ମିଶନ ଶକ୍ତି ଏହି ଆଦର୍ଶକୁ ସୁବେବେଳେ ବିଶ୍ବାସ। ବିରୋଧି ଦଳ, ସବୁବେଳେ ମା ମାନଙ୍କ ସଶକ୍ତୀକରଣ କୁ ବିରୋଧ କରି ଆସୁଛି। This is a dangerous trend. ଓଡିଶାବାସୀ ଏଭଳି ବ୍ୟବହାରକୁ ସବୁବେଳେ ନାପସନ୍ଦ କରି ଆସିଛନ୍ତି। ପ୍ରତ୍ୟାଖାନ କରିଛନ୍ତି।

ଆସନ୍ତୁ ଆମେ ସମସ୍ତେ ମିଳିମିଶି ଓଡିଶାର ଉନ୍ନତି ପାଇଁ ଆମ ଗଣତାନ୍ତ୍ରିକ ମୂଲ୍ୟ ପାଇଁ ଆମ ସାଂସ୍କୃତିକ ସଂହତି ଓ ମା ମାନଙ୍କ ସମ୍ମାନ, ମା ମାନଙ୍କ ଅଧିକାର ସୁରକ୍ଷା ପାଇଁ, କାମ କରି ଚାଲିବା । ଧନ୍ୟବାଦ,ବନ୍ଦେ ଉତ୍କଳ ଜନନୀ।

jharsuguda Jharsuguda Bypoll ଝାରସୁଗୁଡା ଉପନିର୍ବାଚନ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଗ୍ୟାସ୍ ଲିକ୍ ଘଟଣା, ମୃତ ଓଡିଆ ପରିବାରଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026

ବର୍ଷା ଦିନିଆ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026
Latest News

ଗ୍ୟାସ୍ ଲିକ୍ ଘଟଣା, ମୃତ ଓଡିଆ ପରିବାରଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026

ମହାରାଷ୍ଟ୍ର ବିଧାନ ପରିଷଦରେ ଠାକରେ-ପାୱାରଙ୍କୁ ଝଟକା: ୧୭ଟିରୁ ୧୬ ଟି ଆସନରେ ମହାୟୁତି ବିଜୟୀ

June 22, 2026

ବ୍ରିଟିଶ ପ୍ରଧାନମନ୍ତ୍ରୀ କୀର ଷ୍ଟାରମରଙ୍କ ଇସ୍ତଫା: ଜାଣନ୍ତୁ ଏବେ କିଏ ହେବେ ନୂତନ ପ୍ରଧାନମନ୍ତ୍ରୀ

June 22, 2026

ବର୍ଷା ଦିନିଆ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

June 22, 2026

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.