Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆଜି ଓଡିଶାରେ ଏକାଧିକ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ
ବିଶେଷ ଖବର

ଆଜି ଓଡିଶାରେ ଏକାଧିକ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ

May 18, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Modi

ଭୁବନେଶ୍ଵର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଜି ଓଡିଶାରେ ୮୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଅନେକ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଲୋକାର୍ପଣ କରିବେ।

ଏହି କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀ ପୁରୀ ଏବଂ ହାୱଡା ବନ୍ଦେ ଭାରତ ଏକ୍ସପ୍ରେସକୁ ମଧ୍ୟ ପତାକା ଦେଖାଇ ଶୁଭାରମ୍ଭ କରିବେ। ଏହି ଟ୍ରେନ୍ ଓଡିଶାର ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ, ବାଲେଶ୍ୱର ଜିଲ୍ଲା ଏବଂ ପଶ୍ଚିମବଙ୍ଗର ପଶ୍ଚିମ ମେଦିନୀପୁର, ପୂର୍ବ ମେଦିନୀପୁର ଜିଲ୍ଲା ଦେଇ ଯିବ। ଏହି ଟ୍ରେନ୍ ରେଳଯାତ୍ରୀଙ୍କୁ ଦ୍ରୁତ, ଆରାମଦାୟକ ଏବଂ ସୁବିଧାଜନକ ଭ୍ରମଣ ଅଭିଜ୍ଞତା ପ୍ରଦାନ କରିବ, ପର୍ଯ୍ୟଟନକୁ ବୃଦ୍ଧି କରିବ ଏବଂ ଏହି ଅଞ୍ଚଳର ଅର୍ଥନୈତିକ ବିକାଶକୁ ପ୍ରୋତ୍ସାହିତ କରିବ।

ପ୍ରଧାନମନ୍ତ୍ରୀ ପୁରୀ ଏବଂ କଟକ ରେଳ ଷ୍ଟେସନର ପୁନଃବିକାଶ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ପୁନଃବିକାଶ ହେଉଥିବା ଷ୍ଟେସନଗୁଡିକରେ ରେଳ ଯାତ୍ରୀମାନଙ୍କୁ ବିଶ୍ୱ ସ୍ତରର ଅଭିଜ୍ଞତା ପ୍ରଦାନ କରୁଥିବା ସମସ୍ତ ଆଧୁନିକ ସୁବିଧା ରହିବ।

ଓଡ଼ିଶାରେ ରେଳ ନେଟୱାର୍କର ୧୦୦% ବିଦ୍ୟୁତିକରଣକୁ ପ୍ରଧାନମନ୍ତ୍ରୀ ଲୋକାର୍ପଣ କରିବେ। ଏହା ଅପରେଟିଂ ଏବଂ ରକ୍ଷଣାବେକ୍ଷଣ ମୂଲ୍ୟ ହ୍ରାସ କରିବ ଏବଂ ଆମଦାନୀ ହେଉଥିବା ଅଶୋଧିତ ତୈଳ ଉପରେ ର୍ନିଭରଶୀଳତା ହ୍ରାସ କରିବ।

ପ୍ରଧାନମନ୍ତ୍ରୀ ସମ୍ବଲପୁର-ଟିଟିଲାଗଡ ରେଳ ଲାଇନର ଦୋହରୀକରଣ, ଅନୁଗୁଳ-ସୁକିନ୍ଦା ମଧ୍ୟରେ ଏକ ନୂତନ ବ୍ରଡ ଗଜ ରେଳ ଲାଇନ, ମନୋହରପୁର-ରାଉରକେଲା-ଝାରସୁଗୁଡା-ଜାମଗା ମଧ୍ୟରେ ତୃତୀୟ ଲାଇନ୍ ଏବଂ ବିଛୁପାଲି -ଝାରତରଭା ମଧ୍ୟରେ ନୂତନ ବ୍ରଡ-ଗଜ୍ ଲାଇନର ଲୋକାର୍ପଣ କରିବେ । ଓଡିଶାର ଇସ୍ପାତ ଏବଂ ଖଣି କ୍ଷେତ୍ରରେ ଦ୍ରୁତ ଶିଳ୍ପ ବିକାଶ ହେତୁ ଏଗୁଡିକ ବର୍ଦ୍ଧିତ ପରିବହନ ଚାହିଦା ପୂରଣ କରିବ ଏବଂ ଏହି ରେଳ ସେକ୍ସନରେ ଯାତ୍ରୀ ପରିବହନ ଉପରେ ଚାପକୁ ମଧ୍ୟ ହ୍ରାସ କରିବାରେ ସାହାଯ୍ୟ କରିବ।

ଓଡିଶା ନରେନ୍ଦ୍ର ମୋଦୀ ବନ୍ଦେ ଭାରତ ଏକ୍ସପ୍ରେସ ଭିଡିଓ କନଫରେନ୍ସିଂ ରେଳ ପ୍ରକଳ୍ପ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜସ୍ବ ମନ୍ତ୍ରୀଙ୍କ ବନ୍ୟା ସମୀକ୍ଷା: ଚାଷୀଙ୍କୁ ମିଳିବ କୃଷି ଓ ରାଜସ୍ୱ ବିଭାଗର ମିଳିତ ପ୍ୟାକେଜ୍

July 31, 2026

୮୪,୦୮୪ କୋଟିର ବ୍ୟୟ ଅଟକଳ ସହ ‘ସମୁଦ୍ର ମନ୍ଥନ’ କୁ କ୍ୟାବିନେଟ ମଞ୍ଜୁରି

July 31, 2026

ଆଇବି ଅଧିକାରୀ ଅଙ୍କିତ ଶର୍ମା ହତ୍ୟା ମାମଲା: ତାହିର ହୁସେନଙ୍କୁ ଆଜୀବନ କାରାଦଣ୍ଡ

July 31, 2026

ଗଲୱାନ ସଂଘର୍ଷ ପରେ ପ୍ରଥମ ଥର ପାଇଁ ଭାରତ ଗସ୍ତରେ ଆସିବେ ସି ଜିନପିଙ୍ଗ

July 31, 2026
Latest News

କେବଳ ୬ ଖେଳାଳି ନିଶ୍ଚିତ!: ୨୦୨୭ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆରେ ମିଳିବ ସୁଯୋଗ

July 31, 2026

‘ଖେଲୋ ଇଣ୍ଡିଆ’: ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ପାଇଁ ବର୍ଦ୍ଧିତ ସହାୟତାକୁ କ୍ୟାବିନେଟ୍ ମଞ୍ଜୁରୀ

July 31, 2026

ରାଜସ୍ବ ମନ୍ତ୍ରୀଙ୍କ ବନ୍ୟା ସମୀକ୍ଷା: ଚାଷୀଙ୍କୁ ମିଳିବ କୃଷି ଓ ରାଜସ୍ୱ ବିଭାଗର ମିଳିତ ପ୍ୟାକେଜ୍

July 31, 2026

୮୪,୦୮୪ କୋଟିର ବ୍ୟୟ ଅଟକଳ ସହ ‘ସମୁଦ୍ର ମନ୍ଥନ’ କୁ କ୍ୟାବିନେଟ ମଞ୍ଜୁରି

July 31, 2026

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ମାମଲା: କ୍ଷମା ମାଗିଲେ ନାବାଳିକା

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.