Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରାଜ୍ୟ ଡାସବୋର୍ଡ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଜାଣନ୍ତୁ ଏହା କଣ
ବିଶେଷ ଖବର

ରାଜ୍ୟ ଡାସବୋର୍ଡ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଜାଣନ୍ତୁ ଏହା କଣ

May 18, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟ ଡାସବୋର୍ଡ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଜାଣନ୍ତୁ ଏହା କଣ

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ପକ୍ଷରୁ ଡାଟା ଏବଂ ଆନାଲିଟିକ୍ସ- ପରିଚାଳିତ ପ୍ଲାଟଫର୍ମ ରାଜ୍ୟ ଡାସବୋର୍ଡ ଲୋକାର୍ପିତ ହୋଇଛି। ଲୋକଙ୍କ ସୁବିଧା ପାଇଁ ତଥ୍ୟ ଭିତ୍ତିରେ ସରକାରୀ ଯୋଜନାଗୁଡ଼ିକର ତଦାରଖ ଏବଂ ଉତ୍ତମ ପରିଚାଳନା ଦିଗରେ ଏହା ବିଶେଷ ସହାୟକ ହେବ। ରାଜ୍ୟ ଡାସବୋର୍ଡରେ ୩ଟି ପ୍ରମୁଖ ବର୍ଗ ରହିଛି। ଯଥା- ମୁଖ୍ୟମନ୍ତ୍ରୀ ଡାସବୋର୍ଡ, ବିଭାଗ ଡାସବୋର୍ଡ ଏବଂ ପ୍ରଶାସନିକ ପଦକ୍ଷେପ ତଦାରଖ ପୋର୍ଟାଲ। ଏହି ବ୍ୟବସ୍ଥା ଦ୍ଵାରା 5T ଭିତ୍ତିରେ ବିଭିନ୍ନ ପ୍ରଶାସନିକ ବିଭାଗର କାର୍ଯ୍ୟଦକ୍ଷତା ମୂଲ୍ୟାୟନ ହେବ।

ଏହି ଡାସବୋର୍ଡର ପ୍ରମୁଖ ବୈଶିଷ୍ଟ୍ୟ ହେଉଛି KPIs (Key Performance Indicators) ପ୍ରଦର୍ଶନ ମୂଲ୍ୟାଙ୍କନ ବ୍ୟବସ୍ଥା ଏବଂ କାର୍ଯ୍ୟର ଅଗ୍ରଗତି ଦର୍ଶାଉଥିବା ଏକ ଭିଜୁଆଲ ଡିସପ୍ଲେ; ଯାହା ସମୟୋଚିତ ପଦକ୍ଷେପ ନେବାରେ ବେଶ ସହାୟକ ହେବ। ବର୍ତ୍ତମାନ ଏଥିରେ ୩୦ ଟି ଭିନ୍ନ ଭିନ୍ନ ଡାସବୋର୍ଡ ମାଧ୍ୟମରେ ୧୬ ଟି ବିଭାଗ ଯୋଡ଼ି ହୋଇଥିବାବେଳେ ପରବର୍ତ୍ତୀ ସମୟରେ ଅଧିକ ବିଭାଗକୁ ଏଥିରେ ଅନ୍ତର୍ଭୁକ୍ତ କରିବାକୁ ଯୋଜନା ରହିଛି।

ବିଭାଗଗୁଡ଼ିକର କାର୍ଯ୍ୟଦକ୍ଷତା ଏବଂ ସେମାନଙ୍କ ଦ୍ଵାରା ପରିଚାଳିତ ଯୋଜନାଗୁଡ଼ିକର ମୂଲ୍ୟାୟନ କରିବା ପାଇଁ ଏଥିରେ ଭିଜୁଆଲାଇଜେସନ୍ ଏବଂ ଆଡଭାନ୍ସଡ ଆନାଲିଟିକ୍ସର ବ୍ୟବହାର କରାଯାଇଛି।

ରାଜ୍ୟ ଡାସବୋର୍ଡ ମଧ୍ୟରେ ମୁଖ୍ୟମନ୍ତ୍ରୀ ଡାସବୋର୍ଡ ରହିଛି। ଲୋକଙ୍କ ସୁବିଧା ପାଇଁ ଏଥିରେ ସମସ୍ତ ତଥ୍ୟ ଉପଲବ୍ଧ ରହିଛି। https://cmdashboard.odisha.gov.in/ ମାଧ୍ୟମରେ ସାଧାରଣ ଲୋକ ଏହି ଡାସବୋର୍ଡର ବ୍ୟବହାର କରିପାରିବେ। ଜନ ଭାଗିଦାରୀ ଦ୍ଵାରା ବିଭାଗଗୁଡ଼ିକର ଉତ୍ତରଦାୟିତ୍ଵ ବଢିବା ସହ ଲୋକଙ୍କୁ ଉତ୍ତମ ସେବା ପ୍ରଦାନ ବ୍ୟବସ୍ଥାରେ ଆହୁରି ସ୍ଵଚ୍ଛତା ଆସିବ।

5T କୁ ଭିତ୍ତିକରି ବ୍ୟବସ୍ଥାରେ ସ୍ଵଚ୍ଛତା ବଜାୟ ରଖିବା ସହ ସମୟୋଚିତ କାର୍ଯ୍ୟ ସମ୍ପାଦନ ପାଇଁ ଏଥିରେ ଅଭିନବ ଜ୍ଞାନକୌଶଳର ଉପଯୋଗ କରଯାଇଛି। ଏହି ଅତ୍ୟାଧୁନିକ ଡାସବୋର୍ଡ ଜରିଆରେ ପ୍ରଶାସନିକ ଅଧିକାରୀମାନଙ୍କୁ ବିଭିନ୍ନ ଯୋଜନା ଏବଂ କାର୍ଯ୍ୟକ୍ରମ ସମ୍ବନ୍ଧୀୟ ତଥ୍ୟ ନେଇ ପୁଙ୍ଖାନୁପୁଙ୍ଖ ସୂଚନା ମିଳିପାରିବ।

ଏହି ଡାସବୋର୍ଡ ଉନ୍ମୋଚନ କରି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ, “ଟେକ୍ନୋଲୋଜି ଆମ ଶାସନ ମଡେଲର ଅଧାରବିନ୍ଦୁ ପାଲଟିଛି। ଶାସନ ବ୍ୟବସ୍ଥାକୁ ଆହୁରି ପ୍ରଭାବୀ କରିବା ସହ ଜନସେବାରେ ଆହୁରି ସ୍ବଚ୍ଛତା ଆଣିବାକୁ ଆମେ ଶ୍ରେଷ୍ଠ ଟେକ୍ନୋଲୋଜିର ନିରନ୍ତର ବ୍ୟବହାର ଜାରି ରଖିବୁ।

“ ଏହି ସମନ୍ଵିତ ଡାସବୋର୍ଡର ଶୁଭାରମ୍ଭ 5T ଶାସନ ମଡେଲକୁ ଆହୁରି ଆଗକୁ ନେବ। ଆମ 5T ଶାସନ ମଡେଲ ସହ ତଥ୍ୟ ଭିତ୍ତିକ ସମୟୋଚିତ ପଦକ୍ଷେପକୁ ସୁନିଶ୍ଚିତ କରିବାରେ ସହାୟକ ହେବ।”

ସରକାରୀ ଯୋଜନାଗୁଡ଼ିକ ତଦାରଖ ବ୍ୟତୀତ, ଏହି ଡାସବୋର୍ଡ ଦ୍ଵାରା ଯୋଜନାଗୁଡ଼ିକର ଅଗ୍ରଗତି ନେଇ ଅଧିକାରୀମାନେ ପଦକ୍ଷେପ ନେଇପାରିବେ। ରାଜ୍ୟ ଡାସବୋର୍ଡରୁ ନାଗରିକମାନଙ୍କୁ ନୀତି ନିର୍ଦ୍ଧାରଣ, ବଜେଟ୍ ଆବଣ୍ଟନ ଏବଂ ସାଧାରଣ ଖର୍ଚ୍ଚ ବାବଦ ସୂଚନା ସହଜରେ ମିଳିପାରିବ। ଲୋକମାନେ ସହଜରେ ସରକାରୀ ସେବାର ଲାଭ ଉଠାଇପାରିବେ। ଏହାଦ୍ବାରା ରାଜ୍ୟ ବିକାଶରେ ଲୋକଙ୍କ ଭାଗିଦାରୀ ବୃଦ୍ଧି ପାଇବ। ଲୋକଙ୍କ କଲ୍ୟାଣ ପାଇଁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ ଏବଂ ତଥ୍ୟ ପରିଚାଳିତ ଶାସନ ବ୍ୟବସ୍ଥାରେ ଏହି ଡାସବୋର୍ଡ ଏକ ନୂଆ ଅଧ୍ୟାୟ ଯୋଡ଼ିବ

ଡାସବୋର୍ଡ଼
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

କଂଗ୍ରେସକୁ ବାହୁଡ଼ିଲେ ନିମାପଡାର ବରିଷ୍ଠ ନେତା ସତ୍ୟବ୍ରତ ପାତ୍ର

March 11, 2026

ପଦ୍ମ ଧରିଲେ ରବୀନ୍ଦ୍ର ଜେନା: ଗତକାଲି ବିଜେଡ଼ି ରୁ ଦେଇଥିଲେ ଇସ୍ତଫା

March 11, 2026

30 Years of Nifty50: ଏନଏସଇ ପକ୍ଷରୁ ନିଫ୍ଟି ୫୦ର ୩୦ ବର୍ଷ ପୂର୍ତି ପାଳନ

March 11, 2026
Latest News

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026

କଂଗ୍ରେସକୁ ବାହୁଡ଼ିଲେ ନିମାପଡାର ବରିଷ୍ଠ ନେତା ସତ୍ୟବ୍ରତ ପାତ୍ର

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.