Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୋ ସରକାର: ଲୋକଙ୍କ ମତକୁ ନେଇ କର୍ମଚାରୀଙ୍କୁ ପ୍ରଶଂସା ଓ ଦଣ୍ଡ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ବିଶେଷ ଖବର

ମୋ ସରକାର: ଲୋକଙ୍କ ମତକୁ ନେଇ କର୍ମଚାରୀଙ୍କୁ ପ୍ରଶଂସା ଓ ଦଣ୍ଡ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ

May 19, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
NaveenPandian
ମୋ ସରକାର: ଲୋକଙ୍କ ମତକୁ ନେଇ କର୍ମଚାରୀଙ୍କୁ ପ୍ରଶଂସା ଓ ଦଣ୍ଡ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗୁରୁବାର ସଂଧ୍ୟାରେ ରାଜ୍ୟ ସରକାରଙ୍କ ଗୁରୁତ୍ବପୂର୍ଣ୍ଣ ‘ମୋ ସରକାର’ କାର୍ଯ୍ୟକ୍ରମର ସମୀକ୍ଷା କରି ଅଧିକାରୀ ମାନଙ୍କୁ ନିୟମିତ ଫିଡବ୍ୟାକ ସଂଗ୍ରହ କରିବାକୁ ପରାମର୍ଶ ଦେବା ସହିତ ଭଲ ଫିଡ୍‌ବ୍ୟାକକୁ ଭିତ୍ତିକରି ଅଧିକାରୀ ମାନଙ୍କୁ ପ୍ରଶଂସାପତ୍ର ପ୍ରଦାନ କରିବା ସହିତ ଅବହେଳା ପାଇଁ ଦଣ୍ଡ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଆଜିର ସମୀକ୍ଷାରେ ସ୍ବାସ୍ଥ୍ୟ, ରାଜସ୍ବ, ଗୃହ, କୃଷି ଓ ଅନ୍ୟାନ୍ୟ ବିଭାଗ ସେମାନଙ୍କ ମୋ ସରକାର କାର୍ଯ୍ୟକ୍ରମ ଉପରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଉପସ୍ଥାପନା ରଖିଥିଲେ।

ରାଜସ୍ବ ବିଭାଗରେ ମୋ ସରକାର କାର୍ଯ୍ୟକ୍ରମ ଦ୍ବାରା କାର୍ଯ୍ୟ ଦକ୍ଷତା ବୃଦ୍ଧି ପାଇଛି ବୋଲି ସମୀକ୍ଷାରୁ ଜଣାଯାଇଛି। ଲୋକଙ୍କୁ ବିଭିନ୍ନ ସେବା ଯୋଗାଇ ଦେବାର ସମୟ ସୀମା ବହୁତ କମିଯାଇଛି। ପୂର୍ବରୁ ମ୍ୟୁଟେସନ କେସ୍‌ ଗୁଡିକରେ ଫଇସଲା ପାଇଁ ୧୦୦ରୁ ୧୫୦ ଦିନ ଲାଗୁ ଥିବା ବେଳେ, ୨୦୨୩-୨୪ରେ ଏହା ୨୧ ଦିନରୁ କମ୍‌ ସମୟ ଲାଗୁଛି। ଏପରିକି ୩,୭୦,୦୦୦ ପଟ୍ଟା ୭ ଦିନ ମଧ୍ୟରେ ପ୍ରଦାନ କରାଯାଇଛି। ସେହିପରି ବିଭିନ୍ନ ସାର୍ଟିଫିକେଟ ପ୍ରଦାନ କ୍ଷେତ୍ରରେ ମଧ୍ୟ ଯଥେଷ୍ଟ ଉନ୍ନତି ଆସିଛି ବୋଲି ସୂଚନା ଦିଆଯାଇଥିଲା।

ରାଜସ୍ବ ବିଭାଗରେ ଫିଡବ୍ୟାକ ଭିତ୍ତିରେ ୬ ଜଣ ଓଏଏସ୍‌ ଅଧିକାରୀଙ୍କୁ ସମୟ ପୂର୍ବରୁ ବାଧ୍ୟତାମୂଳକ ଅବସର ଦିଆଯାଇଥିବାବେଳେ, ୩୨ ଜଣ ଓଏଏସ୍‌ ଅଧିକାରୀ ଓ ୧୪ ଜଣ ଓଆରଏସ୍‌ ଅଧିକାରୀଙ୍କୁ ସସ୍‌ପେଣ୍ଡ କରାଯାଇଛି। ୪ ଜଣ ଓଏଏସ୍‌ ଅଧିକାରୀଙ୍କୁ ବରଖାସ୍ତ କରାଯାଇଛି। ୧୧ ଜଣ ଓଏଏସ୍‌ ଅଧିକାରୀଙ୍କ ଗ୍ରାଚ୍ୟୁଇଟି ଓ ପେନ୍‌ସନ୍ ବନ୍ଦ କରାଯାଇଛି। ସେହିପରି ୬୭ ଜଣ ଓଏଏସ୍‌ ଅଧିକାରୀ ଓ ୩୦ ଜଣ ଓଆରଏସ୍‌ ଅଧିକାରୀଙ୍କ ବିରୁଦ୍ଧରେ ବିଭାଗୀୟ ପଦକ୍ଷେପ ଗ୍ରହଣ କରାଯାଇଛି।

ସ୍ବାସ୍ଥ୍ୟ ବିଭାଗର ୯୯ ପ୍ରତିଶତରୁ ଅଧିକ ଫିଡବ୍ୟାକ ଆଉଟଷ୍ଟାଣ୍ଡିଂ ବା ଅତି ଭଲ ଅଛି ବୋଲି ଜଣାଯାଇଛି। ସରକାରୀ ହସ୍‌ପିଟାଲରେ ମାଗଣା ଚିକିତ୍ସା ମିଳୁଥିବା ବେଳେ, ବେସରକାରୀ ହସ୍‌ପିଟାଲ ଗୁଡିକରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ରୂପାୟନ କ୍ଷେତ୍ରରେ ସାମାନ୍ୟ ଅବହେଳା ହେଲେ, ତୁରନ୍ତ ପଦକ୍ଷେପ ନିଆଯାଉଛି।

ପେନ୍‌ସନ ପ୍ରଦାନ ଏବଂ ଅନ୍ୟାନ୍ୟ କ୍ଷେତ୍ରରେ ସବୁ ବ୍ୟବସ୍ଥା ସତ୍ତ୍ବେ ଅବସରପ୍ରାପ୍ତ କର୍ମଚାରୀମାନେ ଠିକ୍‌ ସମୟରେ ପେନ୍‌ସନ୍‌ ପାଉନାହାନ୍ତି। ତେଣୁ ପ୍ରତ୍ୟେକ ବିଭାଗ ଏହାକୁ ସମୀକ୍ଷା କରି ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ପଦୋନ୍ନତି କ୍ଷେତ୍ରରେ ମଧ୍ୟ ଉନ୍ନତି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ଆଲୋଚନାରେ ଅଂଶଗ୍ରହଣ କରି ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ କହିଲେ ଯେଉଁସବୁ କ୍ଷେତ୍ରରେ ନିୟମିତ ଭାବରେ ଭଲ ଫିଡବ୍ୟାକ ମିଳୁନାହିଁ, ସେ ସବୁ କ୍ଷେତ୍ରରେ ଯୋଜନାର ବ୍ୟବସ୍ଥାକୁ ପରିବର୍ତ୍ତନ କରି ସେଥିରେ ଅଧିକ ଉନ୍ନତି ଆଣିବାର ଆବଶ୍ୟକତା ରହିଛି ବୋଲି କହିଥିଲେ। ରାଜ୍ୟ ସରକାରଙ୍କ ସବୁ କାର୍ଯ୍ୟକ୍ରମ ଓ ଯୋଜନାକୁ ଦକ୍ଷ ଭାବରେ କାର୍ଯ୍ୟକାରୀ କରିବାର ଉଦ୍ଦେଶ୍ୟ ନେଇ ମୋ ସରକାର ଫିଡ୍‌ବ୍ୟାକ ବ୍ୟବସ୍ଥା ଗ୍ରହଣ କରାଯାଇଛି ବୋଲି ସେ କହିଥିଲେ।

ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ ସ୍ବାଗତ ଭାଷଣ ଦେଇଥିଲେ।

5T ମୋ ସରକାର ମୋ ସରକାର ସମୀକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ଏସୀୟ କ୍ରୀଡ଼ା ପାଇଁ କ୍ରିକେଟ୍ ସୂଚୀ ଜାରି: ଜାଣନ୍ତୁ କେବେ ଖେଳିବ ଟିମ୍ ଇଣ୍ଡିଆ?

August 26, 2026

MMDR ଆଇନ ପ୍ରତ୍ୟାହାର ଦାବୀରେ ଇଣ୍ଡିଆ ମେଣ୍ଟର ଧାରଣା

August 26, 2026

ବେଆଇନ ଗଞ୍ଜେଇ ଚାଲାଣ ବେଳେ ଚଢ଼ାଉ: ଦୁଇ କାର୍ ସହ ୬୮ କେଜି ଗଞ୍ଜେଇ ଜବତ

August 26, 2026

କଲେଜରେ ଏଣିକି ବାୟୋମେଟ୍ରିକ୍ ଉପସ୍ଥାନ: ୧୦ ଉଚ୍ଚଶିକ୍ଷାନୁଷ୍ଠାନରେ ଆରମ୍ଭ ହେଲା ପାଇଲଟ୍ ପ୍ରକଳ୍ପ

August 26, 2026
Latest News

ରାଜଧାନୀ ଏକ୍ସପ୍ରେସରେ ଚଢାଉ: ଜବତ ହେଲା ମିଆଦ ଶେଷ ହୋଇଥିବା ପୋହା ଏବଂ ଉପମା

August 26, 2026

ବର୍ଷା ଦିନେ ଏହି ପନିପରିବା ଖାଇବା ଠାରୁ ଦୂରେଇ ରୁହନ୍ତୁ, ହୋଇପାରେ କ୍ଷତି

August 26, 2026

ଜସପ୍ରିତ ବୁମରାହଙ୍କ ରାଜତ୍ୱ ଶେଷ: ଏବେ ଏହି ଖେଳାଳି ହେଲେ ନମ୍ବର-୧ ଟେଷ୍ଟ ବୋଲର

August 26, 2026

ସରକାରଙ୍କୁ CJP ର ଚେତାବନୀ: ସେପ୍ଟେମ୍ବର ୫ରେ ଶାନ୍ତିପୂର୍ଣ୍ଣ ଶୋଭାଯାତ୍ରା

August 26, 2026

ଏସୀୟ କ୍ରୀଡ଼ା ପାଇଁ କ୍ରିକେଟ୍ ସୂଚୀ ଜାରି: ଜାଣନ୍ତୁ କେବେ ଖେଳିବ ଟିମ୍ ଇଣ୍ଡିଆ?

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.