Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»୫-ଟି ସଚିବଙ୍କ କଳାହାଣ୍ଡି ଗସ୍ତର ଦ୍ବିତୀୟ ଦିନ, ମା ଇନ୍ଦ୍ରାବତୀ ମନ୍ଦିର ଆଉ ୧୪ କୋଟି
ବିଶେଷ ଖବର

୫-ଟି ସଚିବଙ୍କ କଳାହାଣ୍ଡି ଗସ୍ତର ଦ୍ବିତୀୟ ଦିନ, ମା ଇନ୍ଦ୍ରାବତୀ ମନ୍ଦିର ଆଉ ୧୪ କୋଟି

May 20, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link
୫-ଟି ସଚିବଙ୍କ କଳାହାଣ୍ଡି ଗସ୍ତର ଦ୍ବିତୀୟ ଦିନ, ମା ଇନ୍ଦ୍ରାବତୀ ମନ୍ଦିର ଆଉ ୧୪ କୋଟି

କଳାହାଣ୍ଡି: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଆଜି କଳାହାଣ୍ଡି ଗସ୍ତର ଦ୍ବିତୀୟ ଦିନରେ ଅନେକ ପ୍ରକଳ୍ପ ପରିଦର୍ଶନ କରି ତାର ଉନ୍ନତିକରଣ ପାଇଁ ପଦକ୍ଷେପ ନେଇଛନ୍ତି ।

ପ୍ରଥମେ ସେ ପିପଳ ନଳା କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଅଞ୍ଚଳ ଗସ୍ତ କରି ସେଠାରେ ଏହାର ଉନ୍ନତି ପାଇଁ ସ୍ଥାନୀୟ ଲୋକ ଓ ବିଭାଗୀୟ ଇଂଜିନିଅର ମାନଙ୍କ ସହ ଆଲୋଚନା କରିଥିଲେ । ପିପଳ ନଳାର ଜଳସେଚନ କ୍ଷମତାର ବୃଦ୍ଧି ତଥା ଏଠାରେ ଏକ ପର୍ଯ୍ୟଟନ ବିକାଶ କାର୍ଯ୍ୟକ୍ରମ ହାତକୁ ନେବା ପାଇଁ ସେ ନିଷ୍ପତ୍ତି ନେଇଥିଲେ। ଏହାର ବିସ୍ତୃତ ପ୍ରକଳ୍ପ ରିପୋର୍ଟ ଏକ ମାସ ମଧ୍ୟରେ ପ୍ରସ୍ତୁତ କରି ପ୍ରଦାନ କରିବାକୁ ସେ ପରାମର୍ଶ ଦେଇଛନ୍ତି।

କଳାହାଣ୍ଡିରେ ଜଳସେଚନର ବିକାଶ ପାଇଁ ହାତୀ ନଦୀର ଉଭୟ ପାର୍ଶ୍ବରେ ଅଧିକ ମେଗା ଲିଫ୍ଟ ଜଳସେଚନ ପ୍ରକଳ୍ପ କରିବାପାଇଁ ଶ୍ରୀ ପାଣ୍ଡିଆନ ଜଳସଂପଦ ବିଭାଗର ଇଂଜିନିଅର ମାନଙ୍କୁ ପରାମର୍ଶ ଦେଇଛନ୍ତି। ଏଥିପାଇଁ ସ୍ବତନ୍ତ୍ର ସର୍ଭେ କରି ତୁରନ୍ତ ରିପୋର୍ଟ ପ୍ରଦାନ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।

ଏହାପରେ ସେ ଥୁଆମୁଳ-ରାମପୁର ଯାଇ ସେଠାରେ ସାଧାରଣ ଲୋକ ଓ ଛାତ୍ରଛାତ୍ରୀ ମାନଙ୍କ ସହିତ ଆଲୋଚନା କରିଥିଲେ। ସେଠାରେ ଏକ ଯୁକ୍ତ-୩ ଡିଗ୍ରୀ କଲେଜ ସ୍ଥାପନ ପାଇଁ ସମସ୍ତଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏ ସଂପର୍କରେ ଖୁବଶୀଘ୍ର ନିଷ୍ପତ୍ତି ନେବେ ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ। ଛାତ୍ରଛାତ୍ରୀମାନଙ୍କର ଶିକ୍ଷାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଏ ଅଞ୍ଚଳରେ ଆଶାର ଆଲୋକ ଆଣିବ ବୋଲି ସେ ଆଶାପ୍ରକାଶ କରିଥିଲେ।

ଭଟଙ୍ଗପଦର ହାଇସ୍କୁଲ ପଡିଆରେ ସେ ସ୍ଥାନୀୟ ଛାତ୍ରଛାତ୍ରୀ ଓ ମିଶନ ଶକ୍ତି ଗୋଷ୍ଠୀର ସଦସ୍ୟ ମାନଙ୍କ ସହିତ ଆଲୋଚନା କରି ସେମାନଙ୍କର ସୁବିଧା ଅସୁବିଧା ସଂପର୍କରେ ବୁଝିଥିଲେ ଏବଂ ଏହାର ସମାଧାନ ପାଇଁ ସ୍ଥାନୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ ।

କଳାହାଣ୍ଡିର ଥୁଆମୁଳ-ରାମପୁର ଠାରେ ପ୍ରସିଦ୍ଧ ମା ମାଣିକେଶ୍ବରୀ ମନ୍ଦିର ପରିଦର୍ଶନ କରି ସେ ମା’ଙ୍କ ପୂଜାର୍ଚ୍ଚନା କରିଥିଲେ । ଏହାପରେ ସ୍ଥାନୀୟ ଜନସାଧାରଣ ଓ ମନ୍ଦିର କମିଟି ସଦସ୍ୟ ମାନଙ୍କ ସହିତ ଆଲୋଚନା କରି ଏହାର ପୁନର୍ବିକାଶ ଉପରେ ଗୁରୁତ୍ବ ଆରୋପ କରିଥିଲେ । ଏଥିପାଇଁ ଖର୍ଚ୍ଚ ଏକ ଆକଳନ କରି ଏକ ସପ୍ତାହ ମଧ୍ୟରେ ରିପୋର୍ଟ ପ୍ରଦାନ କରିବାକୁ ଶ୍ରୀ ପାଣ୍ଡିଆନ ନିର୍ଦ୍ଦେଶ ଦେଇଥିଲେ।

କଲମପୁର ମିନି ଷ୍ଟାଡିଅମ ଠାରେ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରି ଷ୍ଟାଡିଅମର ଅଧିକ ଉନ୍ନତି ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ।

କଲମପୁର, ଆମପାଣି, ଧରମଗଡ ଓ ଥୁଆମୁଳ-ରାମପୁର ଆଦି ଅଞ୍ଚଳରେ କ୍ରୀଡାର ବିକାଶ ପାଇଁ ବ୍ଳକ୍‌ ମୁଖ୍ୟାଳୟ ଅଞ୍ଚଳରେ ଖେଳପଡିଆର ବିକାଶ କରାଯିବା ସହିତ ବିଭିନ୍ନ କ୍ରୀଡା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ । ଏହାଦ୍ବାରା ଏ ଅଞ୍ଚଳ ଗୁଡିକରେ ଯୁବକଯୁବତୀ ମାନଙ୍କ ପାଇଁ କ୍ରୀଡା କ୍ଷେତ୍ରରେ ନୂଆ ସମ୍ଭାବନା ସୃଷ୍ଟି ହେବ ବୋଲି ଶ୍ରୀ ପାଣ୍ଡିଆନ କହିଛନ୍ତି ।

ଏହାପରେ ଶ୍ରୀ ପାଣ୍ଡିଆନ ମଙ୍ଗଳପୁର ବ୍ୟାରେଜ ଠାରେ ଇନ୍ଦ୍ରାବତୀ ପାର୍କ ଓ ମ୍ୟୁଜିଅମ ପରିଦର୍ଶନ କରିଥିଲେ । ସେଠାରେ ମା ଇନ୍ଦ୍ରାବତୀଙ୍କ ମନ୍ଦିରର ନିର୍ମାଣ କାର୍ଯ୍ୟ ମଧ୍ୟ ଦେଖିଥିଲେ। ଏହି ମନ୍ଦିର ଓ ମ୍ୟୁଜିଅମ ପାଇଁ ଆହୁରି ଅତିରିକ୍ତ ୧୪ କୋଟି ଟଙ୍କା ଯୋଗାଇ ଦିଆଯିବ ବୋଲି ସେ ସୂଚନା ଦେଇଥିଲେ ଥିଲେ । ଏହାପରେ ସେ ଇନ୍ଦ୍ରାବତୀ ଦକ୍ଷିଣ କେନାଲର ଲାଇନିଂ କାମ ବୁଲି ଦେଖିଥିଲେ। ଏହି କାମ ଠିକ୍‌ ସମୟରେ ଶେଷ କରିବାକୁ ସେ ବିଭାଗୀୟ ଇଂଜିନିଅର ମାନଙ୍କୁ ପରାମର୍ଶ ଦେଇଥିଲେ ।

ଆମପାଣି ଠାରେ ପ୍ରସିଦ୍ଧ ବୁଢାରାଜା ମନ୍ଦିର ପରିଦର୍ଶନ କରି ଶ୍ରୀ ପାଣ୍ଡିଆନ ପୂର୍ଜାର୍ଚ୍ଚନା କରିଥିଲେ ଏବଂ ମନ୍ଦିରର ଉନ୍ନତି ଓ ସୌନ୍ଦର୍ଯ୍ୟକରଣ ପାଇଁ 15 ଦିନ ମଧ୍ୟରେ ଡିପିଆର ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଡୋକ୍ରିଚାଞ୍ଚରା ଓ ଗୁଡହାଣ୍ଡି ଠାରେ ସ୍ଥାନୀୟ ଲୋକ ଓ ବନ କମିଟି ସଦସ୍ୟ ମାନଙ୍କ ସହ ଆଲୋଚନା କରି ସ୍ଥାନୀୟ ଲୋକଙ୍କ ସୁବିଧା ପାଇଁ ପଦକ୍ଷପ ନେବାକୁ ଡିଏଫଓଙ୍କୁ ପରାମର୍ଶ ଦେଇଥିଲେ। ଏଥିପାଇଁ ଏକ ମାସ ମଧ୍ୟରେ DPR ପ୍ରସ୍ତୁତ କରିବା ପାଇଁ ପରାମର୍ଶ ଦେଇଥିଲେ। ଡୋକ୍ରିଚାଞ୍ଚରା ଅଞ୍ଚଳର ସାମଗ୍ରିକ ବିକାଶ ପାଇଁ ପଦକ୍ଷେପ ନିଆଯିବ ବୋଲି ଶ୍ରୀ ପାଣ୍ଡିଆନ ଦୃଢ ପ୍ରତିଶୃତି ଦେଇଥିଲେ ।

ଧରମଗଡରେ ମା ଭଣ୍ଡାରଘରଣୀ ମନ୍ଦିର ପରିଦର୍ଶନ କରି ପୂଜାର୍ଚ୍ଚନା କରିଥିଲେ ଏବଂ ଏହା ଅଧିକ ଉନ୍ନତି ପାଇଁ ପ୍ରସ୍ତାବ ଆହ୍ଵାନ ଦେଇଥିଲେ। ଗମ୍ଭାରୀଗୁଡା ଠାରେ ଯଶୋଦା ଅନନ୍ତ ଆଶ୍ରମ ପରିଦର୍ଶନ କରି ସେଠାରେ ଅନ୍ତେବାସୀଙ୍କ ସହ ଆଲୋଚନା କରି ଆଶ୍ରମର ଉନ୍ନତି ପାଇଁ ପଦକ୍ଷେପ ନେବାକୁ ସ୍ଥାନୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ । ଯଶୋଦା ଆଶ୍ରମ ରେ Dinning hall, computer room, library ଓ ପାର୍କ ର ବିକାଶ କରାଯିବ ବୋଲି ଶ୍ରୀ ପାଣ୍ଡିଆନ୍ କହିଥିଲେ ।

ଧରମଗଡରେ ସବ୍‌ଡିଭିଜିନାଲ ହସ୍‌ପିଟାଲ ପରିଦର୍ଶନ କରି ଶ୍ରୀ ପାଣ୍ଡିଆନ ସେଠାରେ ଚାଲିଥିବା ଆମ ହସ୍‌ପିଟାଲ କାର୍ଯ୍ୟକ୍ରମକୁ ସମୀକ୍ଷା କରିଥିଲେ । ରୋଗୀ ମାନଙ୍କ ସାମଗ୍ରିକ ସୁବିଧାକୁ ଦୃଷ୍ଟିରେ ରଖି ହସ୍‌ପିଟାଲ ବିକାଶ କରିବାକୁ ସେ ପରାମର୍ଶ ଦେଇଥିଲେ । 5T ସଚିବ ଯଶୋଦା ଆଶ୍ରମ ଅନ୍ତେବାସୀଙ୍କ ସହିତ ମଧ୍ୟାହ୍ନ ଭୋଜନ ମଧ୍ୟ କରିଥିଲେ ।

ଏହାପରେ ସେ ଧରମଗଡ ବିଜୁ ପଟ୍ଟନାୟକ ଇଣ୍ଡୋର ଷ୍ଟାଡିଅମ, ପଞ୍ଚାୟତ କଲେଜ, କଲ୍ୟାଣ ମଣ୍ଡପ ଆଦି ପରିଦର୍ଶନ କରି ସ୍ଥାନୀୟ ଲୋକ, ମିଶନ ଶକ୍ତି ସଦସ୍ୟା ଓ ଛାତ୍ରଛାତ୍ରୀ ମାନଙ୍କ ସହ ଆଲୋଚନା କରି ସେ ସବୁ ସ୍ଥାନର ଅଧିକ ବିକାଶ ପାଇଁ ସେମାନଙ୍କ ଠାରୁ ମତାମତ ଗ୍ରହଣ କରିଥିଲେ ।

BJP Ads
Share. Facebook Twitter LinkedIn Email WhatsApp Copy Link

Related Posts

ନୂଆପଡା ଉପନିର୍ବାଚନ: ବିଜେପି ବାଣ୍ଟିଲା ଶାଢ଼ୀ ଓ ଟଙ୍କା, ସିଇଓ ନିକଟରେ ଫେରାଦ୍ ହେଲା ରାଜ୍ୟ କଂଗ୍ରେସ 

November 5, 2025

Nuapada Bypoll: ଶାସକ ବିଜେପି ବିରୋଧରେ ସାଘାଂତିକ ଅଭିଯୋଗ କଲା ବିଜେଡି, ଜାଣନ୍ତୁ କଣ..

November 5, 2025

Vande Mataram: ୧୫୦ ବର୍ଷ ପୂର୍ତି ଅବସରରେ ନଭେମ୍ବର ୭ ରୁ ୨୬ ଓଡ଼ିଶା ଗାଇବ “ବନ୍ଦେ ମାତରମ୍‌”

November 5, 2025

Boita Bandana in Delhi: ଦିଲ୍ଲୀର ହାଉଜ଼ଖାସ ଜଗନ୍ନାଥ ମନ୍ଦିରରେ ପାଳିତ ହେଲା ବୋଇତ ବନ୍ଦାଣ ଉତ୍ସବ

November 5, 2025
BJP Ads
Latest News

୧୦୦ ବର୍ଷ ପୂର୍ତ୍ତି ଅବସରରେ ଦେଶବ୍ୟାପୀ କାର୍ଯ୍ୟକ୍ରମ କରିବ ହକି ଇଣ୍ଡିଆ

November 5, 2025

କ୍ୟୁ.ଏସ୍ ଏସିଆ ବିଶ୍ୱବିଦ୍ୟାଳୟ ମାନ୍ୟତାରେ ଭାରତୀୟ ବିଶ୍ୱବିଦ୍ୟାଳୟଗୁଡ଼ିକର ସଂଖ୍ୟା ବୃଦ୍ଧି: ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

November 5, 2025

ମଣିପୁରରେ ଚାରି କୁକି ଉଗ୍ରବାଦୀ ନିହତ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

November 5, 2025

ନୂଆପଡା ଉପନିର୍ବାଚନ: ବିଜେପି ବାଣ୍ଟିଲା ଶାଢ଼ୀ ଓ ଟଙ୍କା, ସିଇଓ ନିକଟରେ ଫେରାଦ୍ ହେଲା ରାଜ୍ୟ କଂଗ୍ରେସ 

November 5, 2025

Nuapada Bypoll: ଶାସକ ବିଜେପି ବିରୋଧରେ ସାଘାଂତିକ ଅଭିଯୋଗ କଲା ବିଜେଡି, ଜାଣନ୍ତୁ କଣ..

November 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.