Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କେବଳ ମାଛ ନୁହେଁ, ଏଣିକି ଏସଏଚଜି ମହିଳାମାନେ ଉତ୍ପାଦନ କରିବେ ଶୁଖୁଆ
ବିଶେଷ ଖବର

କେବଳ ମାଛ ନୁହେଁ, ଏଣିକି ଏସଏଚଜି ମହିଳାମାନେ ଉତ୍ପାଦନ କରିବେ ଶୁଖୁଆ

May 21, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
କେବଳ ମାଛ ନୁହେଁ, ଏଣିକି ଏସଏଚଜି ମହିଳାମାନେ ଉତ୍ପାଦନ କରିବେ ଶୁଖୁଆ

ଭୁବନେଶ୍ୱର: ମିଶନ ଶକ୍ତି ସହାୟତାରେ ଆମ ରାଜ୍ୟର ମହିଳାମାନେ ଆଜି ସ୍ୱାବଲମ୍ବୀ ହୋଇପାରିଛନ୍ତି। ରାଜ୍ୟରେ ମିଶନ ଶକ୍ତି ଦ୍ୱାରା ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଗଠନ କରାଯାଇଛି। ଗତ ୪ ବର୍ଷ ମଧ୍ୟରେ ୧୩୨୮୯ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଗ୍ରାମ ପଞ୍ଚାୟତ ପୋଖରୀକୁ ଦୀର୍ଘ ମିଆଦୀ ଲିଜ ସୂତ୍ରରେ ନେଇ ସଫଳତାର ସହିତ ମାଛଚାଷ କରି ରାଜ୍ୟର ମାଛ ଉତ୍ପାଦନ ବୃଦ୍ଧି ସହିତ ମହିଳା ସଶକ୍ତିକରଣ ଦିଗରେ ବିଶେଷ ସହାୟକ ହୋଇପାରିଛନ୍ତି। ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟମାନଙ୍କ ଆଗ୍ରହ, ଏକାଗ୍ରତା ଓ ନିଷ୍ଠା ଯୋଗୁଁ ଏହି ସଫଳତା ମିଳିପାରିଛି।

ଓଡିଶା ସରକାରଙ୍କ ମିଶନ ଶକ୍ତି ବିଭାଗ, ମତ୍ସ୍ୟ ନିର୍ଦ୍ଧେଶାଳୟ ଏବଂ ବିଶ୍ୱସ୍ତରୀୟ ସଂଗଠନ ୱାର୍ଲଡଫିସର ମିଳିତ ଅନୁକୁଲ୍ୟରେ ଲୋକସେବା ଭବନର କନଭେନସନ ହଲରେ ପ୍ରଥମ ପରିଚିତି ଓ ଅଭିମୁଖୀକରଣ (Inception-cum- Orientation Workshop ) ଶୀର୍ଷକ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଜ୍ୟର ୭ ଗୋଟି ଉପକୂଳବର୍ତ୍ତୀ ଜିଲ୍ଲାରେ ସ୍ୱାସ୍ଥ୍ୟକର ପରିବେଶରେ ଉନ୍ନତମାନର ଶୁଖୁଆ ଉତ୍ପାଦନ, ସେଥି ନିମନ୍ତେ ପ୍ରଶିକ୍ଷଣ ବ୍ୟବସ୍ଥା ଏବଂ ଏହି ସହିତ ଗ୍ରାମ ପଞ୍ଚାୟତ ପୋଖରୀରେ ଉନ୍ନତ ପ୍ରଣାଳୀରେ ମାଛଚାଷ ନିମନ୍ତେ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି।

ଆଗାମୀ ପାଞ୍ଚ ବର୍ଷ ମଧ୍ୟରେ ୱାର୍ଲଡ୍‌ ଫିସ୍‌ ସହାୟତାରେ ୩୦୦୦ ସ୍ୱୟଂ ସହାୟକ ଗୋଷ୍ଠୀର ୩୦,୦୦୦ ସଦସ୍ୟା ଶୁଖୁଆ ଉତ୍ପାଦନ ପାଇଁ ଏବଂ ପ୍ରାୟ ୨୦୦୦ ସ୍ୱୟଂ ସହାୟକ ଗୋଷ୍ଠୀର ୨୦,୦୦୦ ସଦସ୍ୟା ଗ୍ରାମ ପଞ୍ଚାୟତ ପୋଖରୀରେ ଉନ୍ନତ ପ୍ରଣାଳୀରେ ମାଛଚାଷ ନିମନ୍ତେ ତାଲିମ୍‌ ପାଇବେ।

କାର୍ଯ୍ୟକ୍ରମରେ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗର ପ୍ରମୁଖ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ, ମିଶନ ଶକ୍ତି ବିଭାଗର କମିଶନର ତଥା ସଚିବ ଶ୍ରୀମତୀ ସୁଜାତା ଆର୍‌ କାର୍ତ୍ତିକେୟନ ଯୋଗଦେଇ ଏହି ନୂତନ କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ । କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବେ ଯୋଗଦେଇ ରାଜ୍ୟ ମିଶନ ନିର୍ଦ୍ଦେର୍ଶକ-ତଥା-ମୁଖ୍ୟ ନିର୍ବାହୀ ଏନ. ତିରୁମାଲା ନାୟକ ଏବଂ ମତ୍ସ୍ୟ ନିର୍ଦ୍ଦେଶକ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ।

ଏହି କାର୍ଯ୍ୟକ୍ରମରେ ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲାର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନଙ୍କ ସମେତ ମତ୍ସ୍ୟ ବିଭାଗ ଓ ମିଶନ ଶକ୍ତି ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।

SHG ଏସଏଚଜି ସୁଜାତା କାର୍ତ୍ତିକେୟନ
Share. Facebook Twitter LinkedIn Email WhatsApp Copy Link

Related Posts

କେବଳ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ନୁହେଁ, ଜାଣନ୍ତୁ ସୋନମ ୱାଙ୍ଗଚୁକଙ୍କ ଦାବି କ’ଣ?

July 17, 2026

ପ୍ରଭୃ ଜଗନ୍ନାଥଙ୍କ ସଂଗୀତକୁ ନେଇ ରବିନ୍ଦ୍ର ମଣ୍ଡପରେ ହେବ ତିନିଦିନିଆ ଉତ୍ସବ-ଗୁହାରି

July 17, 2026

ଗୁଣ୍ଡିଚା ମନ୍ଦିର ଆଗରେ ତିନି ରଥ, ଶନିବାର ଦିନି ତିନିଠାକୁରଙ୍କ ଆଡପ ମଣ୍ଡପ ବିଜେ

July 17, 2026

ରାଜ୍ୟସଭାରେ ପ୍ରଥମେ ବନ୍ଦେ ମାତରମ୍ ବିଲ୍ ଆଗତ କରିବେ ଗୃହମନ୍ତ୍ରୀ: ଅପମାନ କଲେ ମିଳିବ କଠୋର ଦଣ୍ଡ 

July 17, 2026
Latest News

କେବଳ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ନୁହେଁ, ଜାଣନ୍ତୁ ସୋନମ ୱାଙ୍ଗଚୁକଙ୍କ ଦାବି କ’ଣ?

July 17, 2026

ଭାରତରେ ନମାଜ ସମ୍ପୂର୍ଣ୍ଣ ନିଷେଧ ହେବ କି?: ରାଷ୍ଟ୍ରପତିଙ୍କୁ ଚିଠି ଲେଖିଲେ ଅଯୋଧ୍ୟାର ସନ୍ଥ

July 17, 2026

ପ୍ରଭୃ ଜଗନ୍ନାଥଙ୍କ ସଂଗୀତକୁ ନେଇ ରବିନ୍ଦ୍ର ମଣ୍ଡପରେ ହେବ ତିନିଦିନିଆ ଉତ୍ସବ-ଗୁହାରି

July 17, 2026

ଟ୍ରମ୍ଫଙ୍କ ହତ୍ୟା ପାଇଁ ପୁରସ୍କାର ଘୋଷଣା କଲା ଇରାନ ସମର୍ଥିତ ଇରାକୀ ଆତଙ୍କବାଦୀ ସଂଗଠନ

July 17, 2026

ପାଞ୍ଚ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କଲା ଗୁଜୁରାଟ ATS: ଚାଞ୍ଚଲ୍ୟକର ଖୁଲାସା

July 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.