Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଓଡିଶା ରାଜଭବନରେ ସ୍ଥାପିତ ହେଲା ସୁଉଚ୍ଚ ଜାତୀୟ ପତାକା ସ୍ତମ୍ଭ
ବିଶେଷ ଖବର

ଓଡିଶା ରାଜଭବନରେ ସ୍ଥାପିତ ହେଲା ସୁଉଚ୍ଚ ଜାତୀୟ ପତାକା ସ୍ତମ୍ଭ

May 23, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଓଡିଶା ରାଜଭବନରେ ସ୍ଥାପିତ ହେଲା ସୁଉଚ୍ଚ ଜାତୀୟ ପତାକା ସ୍ତମ୍ଭ

ଭୁବନେଶ୍ୱର: ରାଜଭବନ ଇତିହାସରେ ଆଜି ଥିଲା ଏକ ଗୌରବମୟ କ୍ଷଣ। ଅତୀତରେ ଅନେକ ଐତିହାସିକ ଘଟଣାର ମୁଖ୍ୟକେନ୍ଦ୍ର ଏହି ରାଜଭବନ। ରାଜଭବନ ପରିସରରେ ଏକ ସୁଉଚ୍ଚ ଜାତୀୟ ପତାକାସ୍ତମ୍ଭ ସ୍ଥାପନା ଥିଲା, ଆଉ ଏକ ସ୍ମରଣୀୟା ଘଟଣା ଓ ଇତିହାସ ପୃଷ୍ଠାରେ ଯୋଡ଼ି ହୋଇଯାଇଛି ଏକ ନୂତନ ପୃଷ୍ଠା ଏବଂ ଭବିଷ୍ୟତ ପୀଢ଼ିକୁ ସ୍ମରଣ କରାଇବ ଏହାର ଗୌରବମୟ ଇତିହାସ।

ସମଗ୍ର ବାତାବରଣ ଥିଲା ନିଆରା ଓ ଉପସ୍ଥିତ ସମସ୍ତଙ୍କ ମଧ୍ୟରେ ପରିଲକ୍ଷିତ ହୋଇଥିଲା ଅଫୁରନ୍ତ ଆନନ୍ଦ। ଏହିପରି ଏକ ମନୋଜ୍ଞ ପରିବେଶ ମଧ୍ୟରେ ଆଜି ପୂର୍ବାହ୍ନରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଗରିମାମୟ ଉପସ୍ଥିତରେ ରାଜଭବନଠାରେ ଏକ ସୁଉଚ୍ଚ ଜାତୀୟ ପତାକାସ୍ତମ୍ଭର ସଂସ୍ଥାପନା ଅନୁଷ୍ଠିତ ହୋଇଯାଇଛି।

ଉଭୟ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ବଟନ୍ ଦବାଇବା ପରେ ପୋଲିସ୍ ବ୍ୟାଣ୍ଡର ଧୁନ୍‌ରେ  20′x30′ ଜାତୀୟ ପତାକା ସ୍ତମ୍ଭର ଉଚ୍ଚକୁ ଉଠିଥିଲା ଓ ଏହାର ଉତ୍ତୋଳନ ପରେ ପୋଲିସ୍ ବ୍ୟଣ୍ଡ ଜାତୀୟ ସଂଗୀତ ପରିବେଷଣ କରିଥିଲେ। ଏହାପରେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ପତାକାସ୍ତମ୍ଭ ସ୍ଥାପନାର ଉଦ୍‌ଘାଟନ ଫଳକକୁ ଉନ୍ମୋଚନ କରିଥିଲେ।

୩୨ମିଟର ଦୀର୍ଘ ସ୍ତମ୍ଭର ଉଭୟ ପାଶ୍ୱର୍ରେ ଥିବା ଫଳକରେ ଓଡ଼ିଆ ଓ ଇଂରାଜୀ ଭାଷାରେ ଏହି ତ୍ରିରଙ୍ଗା ଧ୍ୱଜା ଓଡ଼ିଶାର ସ୍ୱାଧୀନତା ସଂଗ୍ରାମୀଙ୍କ ଅଦ୍ୟମ ସାହସ ଓ ସର୍ବୋଚ୍ଚ ବଳିଦାନର ଅମ୍ଲାନ ସ୍ମୃତି ଉଦ୍ଦେଶ୍ୟରେ ସମର୍ପିତ ବୋଲି ଉଲ୍ଲେଖ ରହିଛି।

ଏହି ସଂକ୍ଷିପ୍ତ କାର୍ଯ୍ୟକ୍ରମରେ ନିମନ୍ତ୍ରିତ ଅତିଥିଙ୍କ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଶ୍ରୀ ଆର୍‌. ବାଲକ୍ରିଷ୍ଣନ, ମୁଖ୍ୟ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ସଚିବ ଶ୍ରୀମତୀ ଅନୁ ଗର୍ଗ, ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ସୁନୀଲ କୁମାର ବଂଶଲ୍‌, ପୋଲିସ୍ କମିଶନର ଶ୍ରୀ ସୌମେନ୍ଦ୍ର ପ୍ରିୟଦର୍ଶୀ ପ୍ରମୁଖ ଉପସ୍ଥିତ ଥିଲେ। ଏତଦ୍‌ବ୍ୟତୀତ ରାଜଭବନର ସମସ୍ତ ଅଧିକାରୀ ଓ କର୍ମଚାରୀ ସେମାନଙ୍କ ପରିବାରର ସଦସ୍ୟମାନେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ରାଜ୍ୟପାଳ
Share. Facebook Twitter LinkedIn Email WhatsApp Copy Link

Related Posts

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026
Latest News

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026

ରାଜ୍ୟସଭା ଜିତିବା ପରେ ମନମୋହନ, ସୁଜିତ କୁମାର ଏବଂ ଦିଲ୍ଲୀପ ରାୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.