Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଜିଓ ଟ୍ରୁ-୫ଜି ଏବେ ଓଡ଼ିଶାର ସମସ୍ତ ଜିଲ୍ଲା ମୁଖ୍ୟାଳୟ ଓ ୨୦୦ରୁ ଅଧିକ ସହରରେ ଉପଲବ୍ଧ
ବିଶେଷ ଖବର

ଜିଓ ଟ୍ରୁ-୫ଜି ଏବେ ଓଡ଼ିଶାର ସମସ୍ତ ଜିଲ୍ଲା ମୁଖ୍ୟାଳୟ ଓ ୨୦୦ରୁ ଅଧିକ ସହରରେ ଉପଲବ୍ଧ

May 24, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଜିଓ ଟ୍ରୁ-୫ଜି ଏବେ ଓଡ଼ିଶାର ସମସ୍ତ ଜିଲ୍ଲା ମୁଖ୍ୟାଳୟ ଓ ୨୦୦ରୁ ଅଧିକ ସହର ଉପଲବ୍ଧ

ଭୁବନେଶ୍ୱର: ଏକ ଗୁରୁତ୍ୱପୂର୍ଣ୍ଣ ଘଟଣାକ୍ରମରେ ଜିଓ ଟ୍ରୁ-୫ଜି ସେବା ଏବେ ଓଡ଼ିଶାର ସମସ୍ତ ଜିଲ୍ଲା ମୁଖ୍ୟାଳୟ ସମେତ ୨୦୦ରୁ ଅଧିକ ପ୍ରମୁଖ ସହର ଓ ନଗରରେ ଉପଲବ୍ଧ ହୋଇଛି। ଏଥିସହିତ ଏହି ସହର ଓ ନଗରଗୁଡ଼ିକର ଆଖପାଖରେ ଥିବା ଶତାଧିକ ଗ୍ରାମଗୁଡ଼ିକ ମଧ୍ୟ ଏଷବ ଜିଓ ଟ୍ରୁ-୫ଜି ସେବା ଉପଭୋଗ କରିପାରିବେ।

ବିନା କୌଣସି ଅତିରିକ୍ତ ମୂଲ୍ୟରେ ୧ ଜିବିପିଏସ୍‌ରୁ ଅଧିକ ସ୍ପିଡ୍‌ର ଅସୀମିତ ଡାଟାକୁ ଉପଭୋଗ କରିବା ଲାଗି ଏହି ସମସ୍ତ ସହର, ନଗର ଓ ଗ୍ରାମର ଜିଓ ବ୍ୟବହାରକାରୀମାନଙ୍କୁ ଜିଓ ୱେଲକମ୍ ଅଫର ଜରିଆରେ ଆମନ୍ତ୍ରଣ କରାଯଉଛି। ଏହି ଅଂଚଳଗୁଡ଼ିକର ସମସ୍ତ ଗୁରୁତ୍ୱପୂର୍ଣ୍ଣ ସ୍ଥାନ, ପର୍ଯ୍ୟଟନ ସ୍ଥଳ, ଶିକ୍ଷାନୁଷ୍ଠାନ, ମଲ୍ ଓ ବଜାର, ଆବାସିକ ଅଂଚଳ, ହସ୍ପିଟାଲ୍‌, ହୋଟେଲ୍ ଓ ରେସ୍ତୋରାଁ, ସରକାରୀ କୋଠା ଓ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ବାଣିଜ୍ୟିକ ପ୍ରତିଷ୍ଠାନ ଇତ୍ୟାଦିରେ ଜିଓ ଟ୍ରୁ-୫ଜି ସେବା ପହଂଚିପାରିଛି। ଚଳିତ ଆଇପିଏଲ୍ ସିଜନ୍‌ରେ ନିୟୁତାଧିକ ଜିଓ ଗ୍ରାହକ ଜିଓ-ଟ୍ରୁ୫ଜି ସେବାକୁ ବ୍ୟବହାର କରି ନିଜ ଘରେ ଆରାମରେ ରହି ମ୍ୟାଚ୍‌ଗୁଡ଼ିକୁ ନିରବଚ୍ଛିନ୍ନ ଭାବେ ଦେଖିପାରୁଛନ୍ତି।

ଜିଓ ପ୍ରଥମ ଟେଲିକମ୍ ସେବା ପ୍ରଦାନକାରୀ ଭାବେ ଓଡ଼ିଶାର ସମସ୍ତ ଜିଲ୍ଲା ମୁଖ୍ୟାଳୟ ଓ ୨୦୦ରୁ ଅଧିକ ସହର ଓ ନଗରରେ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରିଛି। ସାରା ଓଡ଼ିଶାରେ ଦ୍ରୁତ ଗତିରେ ଟ୍ରୁ-୫ଜିର ଶୁଭାରମ୍ଭ କରି ଓଡ଼ିଶାରେ ଏହାର ଟ୍ରୁ-୫ଜି କଭରେଜ୍‌କୁ ସୁଦୃଢ଼ କରିବା ସହିତ ଏହି ପ୍ରଯୁକ୍ତିର ଯୁଗାନ୍ତକାରୀ ଲାଭକୁ ଜିଓ ବ୍ୟବହାରକାରୀମାନଙ୍କୁ ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଛି।

ଏହି ଅବସରରେ ଜିଓର ପ୍ରବକ୍ତା କହିଛନ୍ତି ଯେ, “ସାରା ଓଡ଼ିଶାର ସମସ୍ତ ଜିଲ୍ଲା ମୁଖ୍ୟାଳୟ ଏବଂ ୨୦୦ରୁ ଅଧିକ ପ୍ରମୁଖ ସହର ଓ ନଗରରେ ଜିଓ ଟ୍ରୁ-୫ଜିର ଉପଲବ୍ଧତା ବିଷୟରେ ଘୋଷଣା କରି ଆମେ ବେଶ ଆନନ୍ଦିତ। ରାଜ୍ୟର ମୋବାଇଲ୍ ବ୍ୟବହାରକାରୀମାନଙ୍କ ଲାଗି ଜିଓ ହେଉଛି ସର୍ବାଧିକ ପସନ୍ଦର ଅପରେଟର ତଥା ସବୁଠୁ ଅଧିକ ପସନ୍ଦ କରାଯାଉଥିବା ପ୍ରଯୁକ୍ତି ବ୍ରାଣ୍ଡ୍ ଏବଂ ଏହି ଶୁଭାରମ୍ଭ ଓଡ଼ିଶାର ଲୋକମାନଙ୍କ ପ୍ରତି, ବିଶେଷ କରି ଯୁବପିଢ଼ିଙ୍କ ପାଇଁ ଜିଓର ନିରନ୍ତର ପ୍ରତିବଦ୍ଧତାର ପରିଚାୟକ।

ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ଏକ ବିଶ୍ୱସ୍ତରୀୟ ନେଟ୍‌ୱର୍କ ପ୍ରଦାନ କରିଥିବାରୁ ଆମେ ଗର୍ବିତ। ଜିଓ ଟ୍ରୁ-୫ଜି ଓଡ଼ିଶାର ଲୋକମାନଙ୍କୁ ଶିକ୍ଷା, ସ୍ୱାସ୍ଥ୍ୟସେବା, ପର୍ଯ୍ୟଟନ, ମାନୁଫାକ୍‌ଚରିଂ (ବିନିର୍ମାଣ), ଏସ୍‌ଏମ୍‌ଇ, ଇ-ଗଭର୍ଣ୍ଣାସ୍‌, କୃଷି, ଅଟୋମେସନ, ଆର୍ଟିଫିସିଆଲ ଇଂଟେଲିଜେନ୍ସ, ଗେମିଂ ଓ ଆଇଟି ଆଦି କ୍ଷେତ୍ରରେ ଅସୀମିତ ଅଭିବୃଦ୍ଧି ସୁଯୋଗ ପ୍ରଦାନ କରିବ।’’

୨୦୨୩ ଡିସେମ୍ବର ଶେଷ ସୁଦ୍ଧା ଦେଶର ସବୁ ସହର ଓ ତାଲୁକାରେ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରିବାକୁ ଜିଓ ଯୋଜନା ରଖିଛି।

ଜିଓ ଟ୍ରୁ-୫ଜିର ତିନି ପ୍ରକାର ବିଶେଷ ଲାଭ ରହିଛି ଯାହା ଏହାକୁ ଭାରତରେ ଏକମାତ୍ର ଟ୍ରୁ-୫ଜି ନେଟୱର୍କ କରି ଗଢିତୋଳିଛି। ଏହା ମଧ୍ୟରେ ରହିଛି ୪ଜି ନେଟୱର୍କ ଉପରେ ଶୂନ୍ୟ ନିର୍ଭରଶୀଳତା ସହିତ ଷ୍ଟାଣ୍ଡ୍‌-ଏଲୋନ ୫ଜି ସଂରଚନା; ୭୦୦ ମେଗାହର୍ଜ, ୩୫୦୦ ମେଗାହର୍ଜ, ୨୬ ଗିଗାହର୍ଜ ବ୍ୟାଣ୍ଡ୍‌ରେ ସର୍ବବୃହତ ଏବଂ ସର୍ବୋତମ ୫ଜି ସ୍ପେକ୍ଟ୍ରମର ସମ୍ମିଶ୍ରଣ ଓ କ୍ୟାରିୟର ଆଗ୍ରିଗେସନ୍ ଭଳି ଏକ ନୂତନ ଅତ୍ୟାଧୁନିକ ପ୍ରଯୁକ୍ତି ଉପଯୋଗରେ ପ୍ରତିବନ୍ଧକଶୂନ୍ୟ ଭାବରେ ଏହା ୫ଜି ଫ୍ରିକ୍ୱେନ୍ସିଗୁଡିକୁ ଗୋଟିଏ ମଜଭୁତ ‘ଡାଟା ହାଇୱେ’ରେ ପରିଣତ କରୁଛି।

ଓଡ଼ିଶାରେ ଜିଓ ଟ୍ରୁ-୫ଜି ଯୁଗାନ୍ତକାରୀ ସାବ୍ୟସ୍ତ ହେବ। ଏହା ନୂଆ ଓ ଅଭିନବ ସେବାକୁ ସକ୍ଷମ କରି ସହିତ ଅର୍ଥନୀତିକୁ ସୁଦୃଢ଼ କରିବ ଏବଂ ରାଜ୍ୟର ଲୋକମାନଙ୍କ ଜୀବନରେ ଉନ୍ନତି ଆଣିବ।

jio Reliance JIO ଜିଓ ଜିଓ 5ଜି
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାଚ୍‌ ଦ ରେନ୍‌ ଅଭିଯାନ ଅଧୀନରେ ୭୫ଟି ଅମୃତ ସାମ୍‌ ସହର ସହିତ ଜାତୀୟ ମତବିନିମୟ କାର୍ଯ୍ୟକ୍ରମ

July 21, 2026

ପୁରୀରେ ପ୍ରାଣ ହରାଇଥିବା ମୃତକଙ୍କ ପରିବାରକୁ ୧୦ ଲକ୍ଷ ସହାୟତା ଘୋଷଣା

July 20, 2026

ଡିମ୍ପଲ ଯାଦବଙ୍କ ସମେତ ଅନେକ ଏସପି ସାଂସଦ ଅଟକ: ସମାଜବାଦୀ ପାର୍ଟିର ଦାବି

July 20, 2026

ସତରେ କ’ଣ NEET ଫଳାଫଳରେ ଅନିୟମିତତା ହୋଇଛି?: ଜାଣନ୍ତୁ NTA ର ପ୍ରତିକ୍ରିୟା

July 20, 2026
Latest News

ଶାମି ଏବଂ ସିରାଜଙ୍କ ସମର୍ଥନରେ ଆସିଲେ ଏହି ଅଭିଜ୍ଞ କ୍ରିକେଟର: ଗମ୍ଭୀର କଲେ ସମାଲୋଚନା

July 21, 2026

୬୬ତମ ଓଡ଼ିଶା ରାଜ୍ୟ ଜୁନିୟର ଓ ସବ୍-ଜୁନିୟର ସନ୍ତରଣ ପ୍ରତିଯୋଗିତା ଆରମ୍ଭ

July 21, 2026

ସଂସ୍କୃତ ଓ ଅର୍ଥଶାସ୍ତ୍ର ବିଷୟର ୧୨୦ ନବନିଯୁକ୍ତ ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ପାଇଁ ଦିଗଦର୍ଶନ କର୍ମଶାଳା

July 21, 2026

କ୍ୟାଚ୍‌ ଦ ରେନ୍‌ ଅଭିଯାନ ଅଧୀନରେ ୭୫ଟି ଅମୃତ ସାମ୍‌ ସହର ସହିତ ଜାତୀୟ ମତବିନିମୟ କାର୍ଯ୍ୟକ୍ରମ

July 21, 2026

ତୁରନ୍ତ ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନଙ୍କର ସମସ୍ୟା ସମାଧାନ କରନ୍ତୁ: ସମନ୍ୱୟ ସମିତି

July 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.