Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଭତ୍ତା ଟଙ୍କା ନଗଦ ଦେବା ପ୍ରସ୍ତାବକୁ ବିରୋଧ କଲେ ଧର୍ମେନ୍ଦ୍ର, ମୁଖ୍ୟମନ୍ତ୍ରୀଙ୍କୁ ଲେଖିଲେ ଚିଠି
ବିଶେଷ ଖବର

ଭତ୍ତା ଟଙ୍କା ନଗଦ ଦେବା ପ୍ରସ୍ତାବକୁ ବିରୋଧ କଲେ ଧର୍ମେନ୍ଦ୍ର, ମୁଖ୍ୟମନ୍ତ୍ରୀଙ୍କୁ ଲେଖିଲେ ଚିଠି

May 24, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
କେନ୍ଦ୍ରମନ୍ତ୍ରୀ
ଓଡ଼ିଶାର ୧୦୮ଟି ଏସଇବିସି ସମ୍ପ୍ରଦାୟକୁ କେନ୍ଦ୍ରୀୟ ଓବିସି ତାଲିକାରେ ସାମିଲ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ଦ୍ୱାରା ବରିଷ୍ଠ ନାଗରିକ ଓ ଦିବ୍ୟାଙ୍ଗ ମାନଙ୍କ ସାମାଜିକ ସୁରକ୍ଷା ଭତ୍ତାକୁ ଡିବିଟି ବଦଳରେ ନଗଦ ଅର୍ଥ ଆକାରରେ ଦେବାର ନିଷ୍ପତି ଚିନ୍ତାଜନକ। ଏହି ନିର୍ଣ୍ଣୟ ଦୁର୍ନୀତିମୁକ୍ତ ଶାସନ ଦିଗରେ ପଛଘୁଞ୍ଚା ଦେବା ତଥା ଜନକଲ୍ୟାଣ ସେବା ପ୍ରଦାନ କରିବାର ବୀପରିତ ଦିଗକୁ ଦର୍ଶାଉଛି। ତେଣୁ ସ୍ୱଚ୍ଛତା ବଜାୟ ରଖିବା ତଥା ଭ୍ରଷ୍ଟାଚାରକୁ ଦୂର କରିବାର ପ୍ରତିବଦ୍ଧତାକୁ ଧ୍ୟାନରେ ରଖି ଏହି ନିଷ୍ପତିର ପୁନର୍ବିଚାର କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପତ୍ର ମାଧ୍ୟମରେ ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ନଗଦ ଅର୍ଥ ପ୍ରଦାନ ଜରିଆରେ ମଧ୍ୟସ୍ଥିଙ୍କ ଦ୍ୱାରା ଦୁର୍ନୀତି, ହେରଫେର୍ କାରଣରୁ ହିତାଧିକାରୀମାନେ ଅତୀତରେ ଶୋଷଣ ହେବାର ଅନେକ ନଜିର ରହିଛି। ଓଡ଼ିଶା ସରକାରଙ୍କ ଦ୍ୱାରା ହିତାଧିକାରୀଙ୍କୁ ନଗଦ ଅର୍ଥ ପ୍ରଦାନ କରିବାର ନିଷ୍ପତି ପୁଣି ଥରେ ଦୁର୍ନୀତି ଓ ଭ୍ରଷ୍ଟାଚାରକୁ ପ୍ରୋତ୍ସାହନ ଦେବ। ଏହି ସମସ୍ୟା ଆମ ବରିଷ୍ଠ ନାଗରିକଙ୍କ ଉପରେ ବୋଝ ସୃଷ୍ଟି କରିପାରେ। ତେଣୁ ଡିବିଟି ପ୍ରକ୍ରିୟା ମାଧ୍ୟମରେ ବରିଷ୍ଠ ନାଗରିକ, ବିଧବା ଏବଂ ଦିବ୍ୟାଙ୍ଗଙ୍କୁ ଭତ୍ତା ସହାୟତା ପ୍ରଦାନ କରାଯାଉ।

ଓଡ଼ିଶାରେ ୨୦ ଲକ୍ଷ ୯୫ ହଜାର ୬୯୫ ହିତାଧିକାରୀଙ୍କୁ କେନ୍ଦ୍ର ସରକାର ଡିବିଟି ମାଧ୍ୟମରେ ସହାୟତା ପ୍ରଦାନ କରୁଛନ୍ତି । ଏହି ହିତାଧିକାରୀ କୌଣସି ଭ୍ରଷ୍ଟାଚାର ବିନା ସିଧାସଳଖ ନିଜ ବ୍ୟାଙ୍କ୍ ଖାତାରେ ସହାୟତ ରାଶି ପାଉଛନ୍ତି। ଡିବିଟି ବ୍ୟବସ୍ଥା କାରଣରୁ ରାଜକୋଷକୁ ସହାୟକ ହେବା ସହ ନକଲି କିମ୍ବା ଭୁତ ହିତାଧିକାରୀ ବାଦ୍ ପଡିଛନ୍ତି ଏବଂ ମଧ୍ୟସ୍ଥିଙ୍କ ଆବଶ୍ୟକତା ମଧ୍ୟ ହ୍ରାସ ପାଇଛି ଏବଂ ଭ୍ରଷ୍ଟାଚାର ମୁକ୍ତ ଓ ସ୍ୱଚ୍ଛ ରହିଛି ।

ଶ୍ରୀ ପ୍ରଧାନ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ଦେବା ଭିତ୍ତିରେ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ଜାନୁଆରୀ ୨୦୨୩ ସୁଦ୍ଧା ଓଡ଼ିଶାର ବିଭିନ୍ନ ବ୍ୟାଙ୍କରେ ୮୨ ହଜାର ୨୬୧ ସକ୍ରିୟ ବ୍ୟାଙ୍କ୍ ମିତ୍ର ମହଜୁଦ୍ ଅଛନ୍ତି। ଏହାବ୍ୟତିତ ଓଡ଼ିଶାରେ ୮ ହଜାର ୪୯୧ଟି ପୋଷ୍ଟ ଅଫିସ ରହିଛି ଏବଂ ଏଥିରେ ଦୁର୍ଗମ ଏବଂ ଗ୍ରାମୀଣ ଅଞ୍ଚଳରେ ଆର୍ଥିକ ସେବା ପ୍ରଦାନ କରିବା ପାଇଁ ପ୍ରଶିକ୍ଷିତ କର୍ମଚାରୀ ଅଛନ୍ତି। ଭାରତୀୟ ଡାକର ଉପସ୍ଥିତି ଓ ଏହାର ବ୍ୟାପକ ନେଟଓ୍ୱାର୍କକୁ ଡିବିଟି ସହ ଉପଯୋଗ କରିବାର ଆବଶ୍ୟକତା ରହିଛି।

ଓଡ଼ିଶାରେ ୬ ହଜାର ୭୭୨ ଗ୍ରାମ ପଞ୍ଚାୟତକୁ ୨୨ ହଜାର ଜନସେବା କେନ୍ଦ୍ର ସେବା ପ୍ରଦାନ କରୁଛନ୍ତି । ଏହାର ଉପସ୍ଥିତି ଦ୍ୱାରା ଭାରତ ସରକାରଙ୍କ ଅନେକ ସାମାଜିକ ସୁରକ୍ଷା, ଆର୍ଥିକ ସେବା, କୃଷି ଏବଂ କୃଷକ କଲ୍ୟାଣକାରୀ ଯୋଜନା ସଫଳ ରୂପେ କାର୍ଯ୍ୟକାରୀ ହୋଇପାରିଛି।

ଡିବିଟି ଫ୍ରେମଓ୍ୱାର୍କ ସହିତ ବରିଷ୍ଠ ନାଗରିକ ଭତ୍ତା, ସାମାଜିକ ସୁରକ୍ଷା ଯୋଜନା ଏବଂ ଅନ୍ୟାନ୍ୟ ଆର୍ଥିକ ଯୋଜନାର ଅର୍ଥ ପ୍ରଦାନକୁ ବର୍ତ୍ତମାନ ଉପଲବ୍ଧ ବ୍ୟାଙ୍କ୍ ମିତ୍ର, ଭାରତୀୟ ଡାକର ବ୍ୟାପକ ନେଟଓ୍ୱାର୍କ ଓ ଜନସେବା କେନ୍ଦ୍ର ବ୍ୟବହାର କରାଯିବା ଦରକାର। ଏ ଗୁଡିକ ଅଭିନବ ଉପାୟରେ ଅପହଞ୍ଚ ଲୋକଙ୍କୁ ସେବା ପ୍ରଦାନ କରିପାରିବ ବୋଲି କେନ୍ଦ୍ରମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କୁ ପରାମର୍ଶ ଦେଇଛନ୍ତି।

dharmendra pradhan କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଧର୍ମେନ୍ଦ୍ର ପ୍ରଧାନ ବାର୍ଦ୍ଧକ୍ୟ ଭତ୍ତା ଭତ୍ତା
Share. Facebook Twitter LinkedIn Email WhatsApp Copy Link

Related Posts

ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026

ନୀତି ଆୟୋଗ ତରଫରୁ ନାକଟିଦେଉଳରେ ସମ୍ପୂର୍ଣ୍ଣତା ଅଭିଯାନ ୨.୦ କାର୍ଯ୍ୟକ୍ରମ

February 4, 2026

ସିଫା ପରିଦର୍ଶନ କଲେ ତେଲଙ୍ଗାନାର ଗଣମାଧ୍ୟମ ପ୍ରତିନିଧି ଦଳ

February 4, 2026
Latest News

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026

ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 4, 2026

ଆଫଗାନିସ୍ତାନକୁ ପରାସ୍ତ କରି ଦଶମ ଥର ପାଇଁ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଲା ଭାରତ

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026

ନୀତି ଆୟୋଗ ତରଫରୁ ନାକଟିଦେଉଳରେ ସମ୍ପୂର୍ଣ୍ଣତା ଅଭିଯାନ ୨.୦ କାର୍ଯ୍ୟକ୍ରମ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.