Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସାର, କୃଷି ଉପକରଣର ଠିକ ଯୋଗାଣ ହେଉ ନ ଥିଲେ ଚଢାଉ କର, ଜିଲ୍ଲାପାଳକୁ କୃଷି ବିଭାଗର ପତ୍ର
ବିଶେଷ ଖବର

ସାର, କୃଷି ଉପକରଣର ଠିକ ଯୋଗାଣ ହେଉ ନ ଥିଲେ ଚଢାଉ କର, ଜିଲ୍ଲାପାଳକୁ କୃଷି ବିଭାଗର ପତ୍ର

May 25, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ସାର, କୃଷି ଉପକରଣର ଠିକ ଯୋଗାଣ ହେଉ ନ ଥିଲେ ଚଢାଉ କର, ଜିଲ୍ଲାପାଳକୁ କୃଷି ବିଭାଗର ପତ୍ର

ଭୁବନେଶ୍ୱର: ଚଳିତ ଖରିଫରେ ଚାଷୀମାନଙ୍କୁ ଉଚିତ ମୂଲ୍ୟରେ ପର୍ଯ୍ୟାପ୍ତ ପରିମାଣର ସାର, ବିହନ, କୀଟନାଶକ ଆଦି କୃଷି ସାମଗ୍ରୀ ଯୋଗାଣ ନିମନ୍ତେ ଜିଲ୍ଲାସ୍ତରରେ ଏନ୍‌ଫୋର୍ସମେଣ୍ଟ ସ୍କ୍ୱାଡ୍‌ ଗଠନ ସହ ଯାଞ୍ଚ କାର୍ଯ୍ୟକୁ କଡ଼ାକଡ଼ି କରିବା ପାଇଁ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ ସମସ୍ତ ଜିଲ୍ଲାପାଳଙ୍କୁ ପତ୍ର ଲେଖିଛନ୍ତି।

ଚଳିତ ଖରିଫରେ ସାରା ରାଜ୍ୟରେ ଚାଷ କାର୍ଯ୍ୟ ଆରମ୍ଭ ହୋଇଯାଇଥିବା ଦୃଷ୍ଟିରୁ ଚାଷ କାର୍ଯ୍ୟ ନିମନ୍ତେ ଠିକ୍‌ ସମୟରେ ପର୍ଯ୍ୟାପ୍ତ ପରିମାଣରେ ଉତ୍ତମ ମାନର ସାର, ବିହନ, କୀଟନାଶକ, ବାୟୋଫର୍ଟିଲାଇଜର, ଜୈବିକ ସାର, ବାୟୋକୀଟନାଶକ ପରି ବିଭିନ୍ନ କୃଷି ସାମଗ୍ରୀ ଯୋଗାଣର ଆବଶ୍ୟକତା ରହିଛି।

ଏହି ପରିପ୍ରେକ୍ଷୀରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ସାରା ରାଜ୍ୟରେ ଏହିସବୁ ଅତ୍ୟନ୍ତ ଦରକାରୀ କୃଷି ସାମଗ୍ରୀର ଉଚିତ ମୂଲ୍ୟରେ ସୁଗମ ଯୋଗାଣକୁ ସୁନିଶ୍ଚିତ କରିବା ନିମନ୍ତେ ରାଜ୍ୟର ପ୍ରତି ଅନୁକୋଣରେ ଆବଶ୍ୟକ ଯାଞ୍ଚ କାର୍ଯ୍ୟକୁ ସର୍ବାଧିକ ଗୁରୁତ୍ୱ ପ୍ରଦାନ କରୁଛି ବୋଲି ପ୍ରମୁଖ ଶାସନ ସଚିବ ଡ. ପାଢ଼ୀ ପତ୍ରରେ ଉଲ୍ଲେଖ କରିଛନ୍ତି।

ଏହି ପୃଷ୍ଠଭୂମିରେ ବିଗତ ବର୍ଷ ପରି ପ୍ରତି ଜିଲ୍ଲାରେ ନିୟମିତ ଯାଞ୍ଚ କାର୍ଯ୍ୟ ନିମନ୍ତେ ଏଗ୍ରି-ଇନ୍‌ପୁଟ ଇନ୍ସପେକଫର, ଜଣେ ମାଜିଷ୍ଟ୍ରେଟ୍‌ ଏବଂ ପୁଲିସ ଅଧିକାରୀଙ୍କୁ ନେଇ ଏକ କିମ୍ବା ଏକାଧିକ ଏନ୍‌ଫୋର୍ସମେଣ୍ଟ ସ୍କ୍ୱାଡ୍‌ ଗଠନ କରିବାର ଆବଶ୍ୟକତା ରହିଛି। ସେହିପରି ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ଲକ୍‌ସ୍ତରରେ ଅଧିକାରୀଙ୍କୁ ବିଭିନ୍ନ ତଦାରଖ କାର୍ଯ୍ୟ ନିମନ୍ତେ ଅନୁରୂପ ସହାୟତା ଯୋଗାଇଦେବା ପାଇଁ ପ୍ରମୁଖ ଶାସନ ସଚିବ ଜିଲ୍ଲାପାଳମାନଙ୍କୁ ଅନୁରୋଧ କରିଛନ୍ତି।

ଏଥି ସହିତ କୃଷି ସାମଗ୍ରୀର ସର୍ବୋଚ୍ଚ ଚାହିଦା ସମୟରେ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଯେପରି ପ୍ରଭାବିତ ନ ହୁଅନ୍ତି ସେଥିପାଇଁ କୃଷି ସାମଗ୍ରୀର ଯୋଗାଣ ଓ ବଣ୍ଟନ ପ୍ରତି ସଜାଗ ଦୃଷ୍ଟି ରଖିବା ଓ କୌଣସି ପ୍ରକାରର ଅସାଧୁ କାରବାରକୁ ରୋକିବା ଦିଗରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଯାଞ୍ଚ କାର୍ଯ୍ୟର ନିୟମିତ ଭାବରେ ସମୀକ୍ଷା କରିବା ପାଇଁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି।

ଏ ସଂପର୍କରେ ନିଆଯାଇଥିବା ପଦକ୍ଷେପ ସଂପର୍କରେ କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶାଳୟକୁ ନିୟମିତ ଅବଗତ କରିବା ପାଇଁ ପତ୍ରରେ ଅନୁରୋଧ କରାଯାଇଛି। ଏହିସବୁ କାର୍ଯ୍ୟ ପ୍ରତି ଜିଲ୍ଲାପାଳମାନଙ୍କୁ ବ୍ୟକ୍ତିଗତ ଦୃଷ୍ଟି ଦେବା ପାଇଁ ପ୍ରମୁଖ ଶାସନ ସଚିବ ଡ. ପାଢ଼ୀ ଜିଲ୍ଲାପାଳମାନଙ୍କୁ ପତ୍ର ମାଧ୍ୟମରେ ଅନୁରୋଧ କରିଛନ୍ତି।

କୃଷି କୃଷି ସାମଗ୍ରୀ ଡ. ଅରବିନ୍ଦ କୁମାର ପାଢ଼ୀ
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତଟ ରେଳପଥ ଓ ବ୍ୟାଙ୍କ ଅଫ୍ ଇଣ୍ଡିଆ ମଧ୍ୟରେ ଏମଓୟୁ ସ୍ୱାକ୍ଷର

February 5, 2026

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର କର୍କଟ ନିରାକରଣ ଅଭିଯାନ

February 5, 2026

ଓୟୁଟିଆରରେ ଇଞ୍ଜିନିୟର୍ସ କପ୍‌: ସୋଆର ସଫଳତା

February 5, 2026

“ଭାରତ ରୁଷରୁ ତେଲ କିଣିବ ନାହିଁ”: ଜାଣନ୍ତୁ ଟ୍ରମ୍ପଙ୍କ ଦାବି ଉପରେ ଭାରତ କ’ଣ କହିଲା?

February 5, 2026
Latest News

ପୂର୍ବତଟ ରେଳପଥ ଓ ବ୍ୟାଙ୍କ ଅଫ୍ ଇଣ୍ଡିଆ ମଧ୍ୟରେ ଏମଓୟୁ ସ୍ୱାକ୍ଷର

February 5, 2026

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର କର୍କଟ ନିରାକରଣ ଅଭିଯାନ

February 5, 2026

ଓୟୁଟିଆରରେ ଇଞ୍ଜିନିୟର୍ସ କପ୍‌: ସୋଆର ସଫଳତା

February 5, 2026

ଆଜି ଦିଲ୍ଲୀ ଏବଂ ବେଙ୍ଗାଲୁରୁ ମଧ୍ୟରେ WPL- 2026 ଫାଇନାଲ୍: କିଛି ସମୟ ପରେ ହେବ ମହାମୁକାବିଲା

February 5, 2026

“ଭାରତ ରୁଷରୁ ତେଲ କିଣିବ ନାହିଁ”: ଜାଣନ୍ତୁ ଟ୍ରମ୍ପଙ୍କ ଦାବି ଉପରେ ଭାରତ କ’ଣ କହିଲା?

February 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.