Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଜୁନ୍‌ ସୁଦ୍ଧା ତ୍ରୈମାସିକ ବଜେଟ ଖର୍ଚ୍ଚ କରିବାକୁ ଆରଡି ପ୍ରମୁଖ ଶାସନ ସଚିବଙ୍କ କଡା ନିର୍ଦ୍ଦେଶ
ବିଶେଷ ଖବର

ଜୁନ୍‌ ସୁଦ୍ଧା ତ୍ରୈମାସିକ ବଜେଟ ଖର୍ଚ୍ଚ କରିବାକୁ ଆରଡି ପ୍ରମୁଖ ଶାସନ ସଚିବଙ୍କ କଡା ନିର୍ଦ୍ଦେଶ

May 26, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଜୁନ୍‌ ସୁଦ୍ଧା ତ୍ରୈମାସିକ ବଜେଟ ଖର୍ଚ୍ଚ କରିବାକୁ ଆରଡି ପ୍ରମୁଖ ଶାସନ ସଚିବଙ୍କ କଡା ନିର୍ଦ୍ଦେଶ

ଭୁବନେଶ୍ୱର: ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହ ବିଭାଗ ଅଧିନରେ ଥିବା ସମସ୍ତ ଯୋଜନାର ସମୀକ୍ଷା କରିଛନ୍ତି। ଲୋକ ସେବା ଭବନସ୍ଥ ଗ୍ରାମ୍ୟ ଉନ୍ନୟନ ବିଭାଗ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂହ ଅଧ୍ୟକ୍ଷତା କରି ୨୦୨୩-୨୪ ଆର୍ଥିକ ବର୍ଷରେ ବିଭିନ୍ନ ପ୍ରକଳ୍ପ ନିମନ୍ତେ ପ୍ରଥମ ତିନିମାସ ପାଇଁ ଅନୁମୋଦିତ ହୋଇଥିବା ବ୍ୟୟବରାଦକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଖର୍ଚ୍ଚ କରିବା ପାଇଁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି।

ପ୍ରଥମ ତିନିମାସ ପାଇଁ ବିଭାଗ ବଜେଟର ୨୫ ପ୍ରତିଶତ ବ୍ୟୟ ଧାର୍ଯ୍ୟ ଥିଲେ ହେଁ ଅନେକ ଡିଭିଜନରେ ଏହି ଲକ୍ଷ୍ୟ ହାସଲ ହୋଇପାରିନାହିଁ। ଆସନ୍ତା ଜୁନ ମାସ ଶେଷ ସୁଦ୍ଧା ପ୍ରଥମ ତ୍ରୈମାସିକ ଅନୁଦାନ ସମ୍ପୂର୍ଣ୍ଣ ବ୍ୟୟ କରିବା ପାଇଁ ଶ୍ରୀ ସିଂହ କଡା ନିର୍ଦ୍ଦେଶ ଦେବା ସହ ଅବହେଳା ପାଇଁ ସର୍ବୋଚ୍ଚ ଯନ୍ତ୍ରୀ ଓ ମୁଖ୍ୟ ଯନ୍ତ୍ରୀ ଉତ୍ତରଦାୟୀ ରହିବେ ବୋଲି ପ୍ରକାଶ କରିଥିଲେ। ସେହିପରି କ୍ଷେତ୍ରୀୟ ସ୍ତରରେ ବ୍ୟୟ ପାଇଁ ମଗା ଯାଉଥିବା ଅନୁଦାନ ରାଶି ୪୮ ଘଣ୍ଟା ଭିତରେ ମିଳିଯିବା ଜରୁରୀ।

ମୁଖ୍ୟଯନ୍ତ୍ରୀମାନେ ଏଥିପ୍ରତି ଯନିବାନ ହେବା ସହ ଆଗାମୀ ବୈଠକରେ ଏହାକୁ ସୁନିଶ୍ଚିତ କରିବାକୁ ସେ ପରାମର୍ଶ ଦେଇଥିଲେ। ସମୟସୀମା ମଧ୍ୟରେ ରାସ୍ତା, ସେତୁ ଓ କୋଠାବାଡି ନିର୍ମାଣ କାମ ତ୍ୱରାନ୍ୱିତ ପ୍ରକ୍ରିୟାରେ ସମ୍ପୁର୍ଣ୍ଣ ହେବା ବିଭାଗର ଗୁରୁଦାୟିତ୍ୱ ପ୍ରକଳ୍ପ ସମ୍ପୂର୍ଣ୍ଣ ପାଇଁ ଡିଭିଜନମାନେ ବିଭାଗକୁ ଦେଉଥିବା ସମୟସୀମା କୌଣସି ପରିସ୍ଥିତିରେ ପାର ହେବା ଉଚିତ ନୁହେଁ। ଯୋଗାଯୋଗ ପାଇଁ ଏଣିକି ବିଭାଗକୁ ପ୍ରେରିତ ସମସ୍ତ ଚିଠିପତ୍ର ଓସ୍ୱ୍ୱାସ ମାଧ୍ୟମରେ ପଠାଇବାକୁ ସମସ୍ତ କ୍ଷେତ୍ରୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆ ଯାଇଥିଲା।

ପ୍ରାରମ୍ଭରେ ଗ୍ରାମ୍ୟ ଉନ୍ନୟନ ବିଭାଗର ନିର୍ଦ୍ଦେଶକ ଅରବିନ୍ଦ ଅଗ୍ରୱାଲ ସର୍ବୋଚ୍ଚ ପ୍ରାଥମିକତା ପ୍ରକଳ୍ପଗୁଡିକର ଆସନ୍ତା ଜୁନ ୭ ତାରିଖ ସୁଦ୍ଧା ଟେଣ୍ଡର ପ୍ରକ୍ରିୟା ଶେଷ କରି ୨୦୨୪ ଫେବୃୟାରୀ ସୁଦ୍ଧା ପ୍ରକଳ୍ପ ସାରିବାକୁ ବିଭାଗୀୟ ଯନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ବୈଠକରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନା, ମୁଖ୍ୟମନ୍ତ୍ରୀ ସଡକ ଯୋଜନା, କୋଠାବାଡି, ଗ୍ରାମ୍ୟ ଉନ୍ନୟନ ବିଭାଗର ସମସ୍ତ ଯୋଜନା ସମ୍ପର୍କରେ ଆଲୋଚନା କରା ଯାଇଥିଲା। ବିଗତ ବର୍ଷରେ ଆରମ୍ଭ କରାଯାଇଥିବା ପ୍ରକଳ୍ପଗୁଡିକ ଶୀଘ୍ର ସମ୍ପୁର୍ଣ୍ଣ କରିବା ସହ ଚଳିତ ୨୦୨୩-୨୪ ଆର୍ଥିକ ବର୍ଷରେ ହାତକୁ ନିଆ ଯାଇଥିବା ଯୋଜନା ଓ ପ୍ରକଳ୍ପଗୁଡିକର କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ସେ ନିର୍ଦ୍ଦେଶ ଦେଇଥିଲେ।

ରାଜ୍ୟର ସମସ୍ତ ୬୦ ଗୋଟି ଡିଭିଜନ ଏବଂ ୧୩ଟି ଇଞ୍ଜିନିୟରିଂ ସର୍କଲ ସଂସ୍ଥାର ମୁଖ୍ୟଯନ୍ତ୍ରୀ ଏବଂ ସର୍ବୋଚ୍ଚ ଯନ୍ତ୍ରୀମାନେ ଆଭାସୀ ମାଧ୍ୟମରେ ଏହି ସମୀକ୍ଷା ବୈଠକରେ ଯୋଗଦେଇଥିଲେ । ସର୍କଲ ଓ ଡିଭିଜନର ସମସ୍ତ ଯନ୍ତ୍ରୀମାନଙ୍କୁ ଉପରୋକ୍ତ ସମସ୍ତ କାର୍ଯ୍ୟକ୍ରମର ଅଗ୍ରଗତି ଓ ବର୍ତ୍ତମାନର ସ୍ଥିତି ସମ୍ପର୍କରେ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂ ପଚାରି ବୁଝିଥିଲେ ।

ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ସୁଦର୍ଶନ ପରିଡା, ଇ.ଆଇ.ସି ଶ୍ରୀ ଅକ୍ଷୟ କୁମାର ପ୍ରଧାନ, ଇ.ଆଇ.ସି ଶ୍ରୀ ପ୍ରଦୀପ ସାମଲଙ୍କ ସମେତ ବିଭାଗୀୟ ବରିଷ୍ଠ ପଦାଧିକାରୀମାନେ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

ଗ୍ରାମ୍ୟ ଉନ୍ନୟନ ବିଭାଗ ସଞ୍ଜୟ କୁମାର ସିଂହ
Share. Facebook Twitter LinkedIn Email WhatsApp Copy Link

Related Posts

ଏକା ବିମାନରେ ଫଡନଭିସ-ଉଦ୍ଧବ! ମହାରାଷ୍ଟ୍ର ରାଜନୀତିରେ ଚର୍ଚ୍ଚାର ଝଡ଼

June 26, 2026

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଧରାପଡ଼ିଲେ ପ୍ରାଣୀଧନ ନିରୀକ୍ଷକ

June 26, 2026

ମାଦକ ଦ୍ରବ୍ୟ ନିୟନ୍ତ୍ରଣ ଭିଜନ ଡକ୍ୟୁମେଣ୍ଟ ଓ ଏନସିବିର ବାର୍ଷିକ ରିପୋର୍ଟ- ୨୦୨୫’ ଉନ୍ମୋଚିତ

June 26, 2026

ରାଜ୍ୟ କଂଗ୍ରେସର ନୂଆ ପ୍ରଭାରୀ : ଲଲୁଙ୍କ ସ୍ଥାନ ନେଲେ ଲାଲଜୀ

June 26, 2026
Latest News

ଶ୍ରେୟସ ଆୟରଙ୍କ ଖରାପ ଆରମ୍ଭ: ପ୍ରଥମ ଥର ପାଇଁ ଆୟରଲ୍ୟାଣ୍ଡଠାରୁ ହାରିଲା ଭାରତ

June 27, 2026

ଆଜି ଜୁନ୍ ୨୭ ତାରିଖ ଶନିବାର ଦିନ କଣ ରହିଛି ଆପଣଙ୍କର ରାଶିଫଳ, ଜାଣନ୍ତୁ

June 27, 2026

ଏକା ବିମାନରେ ଫଡନଭିସ-ଉଦ୍ଧବ! ମହାରାଷ୍ଟ୍ର ରାଜନୀତିରେ ଚର୍ଚ୍ଚାର ଝଡ଼

June 26, 2026

ନିର୍ବାଚନ ମୋଡ୍‌ରେ କଂଗ୍ରେସ, ୟୁପିରେ ନୂଆ ରାଜନୈତିକ ସମୀକରଣ ଆରମ୍ଭ

June 26, 2026

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଧରାପଡ଼ିଲେ ପ୍ରାଣୀଧନ ନିରୀକ୍ଷକ

June 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.