Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»୫-ଟି ଉପକ୍ରମରେ ନବୀକରଣ ହେବ ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାର: ଫୁଡ୍‌କୋଟର ମିଳିବ ସୁବିଧା
ବିଶେଷ ଖବର

୫-ଟି ଉପକ୍ରମରେ ନବୀକରଣ ହେବ ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାର: ଫୁଡ୍‌କୋଟର ମିଳିବ ସୁବିଧା

May 26, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ ଆଜି ଭୁବନେଶ୍ବରର ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାର ପରିଦର୍ଶନରେ ଯାଇଥିଲେ। ସେଠାରେ ସେ ଛାତ୍ରଛାତ୍ରୀ ମାନଙ୍କ ସହିତ ସେମାନଙ୍କର ସୁବିଧା ଅସୁବିଧା ସଂପର୍କରେ ଆଲୋଚନା କରିଥିଲେ।
ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାର ରାଜ୍ୟର ଏକ ପ୍ରମୁଖ ପାଠାଗାର ଏବଂ ପ୍ରତିଦିନ ଏଠାକୁ ଶହ ଶହ ଛାତ୍ରଛାତ୍ରୀ ତଥା ବିଭିନ୍ନ ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ଯୁବ ବର୍ଗ ଓ ସାଧାରଣ ଲୋକ ଅଧ୍ୟୟନ ପାଇଁ ଆସିଥାନ୍ତି। ଏହି ପାଠାଗାରଟି ପୂରୁଣା ହୋଇଯାଇଥିବାରୁ, ଏହାର ପୁନରୁଦ୍ଧାର କରାଯାଇ ଚୌକି, ଟେବୁଲ ଓ ଅନ୍ୟ   ଆସବାବପତ୍ରର ନବୀକରଣ ସହ ଚଟାଣ ଓ ବିଭିନ୍ନ ସିଭିଲ ଷ୍ଟ୍ରକଚରର ମଧ୍ୟ ଉନ୍ନତି କରାଯିବ। ତା ସହିତ ପୁସ୍ତକ ଗୁଡିକ ଅତ୍ୟାଧୁନିକ ପଦ୍ଧତିରେ ସଂରକ୍ଷଣ ସହ ସଂପୂର୍ଣ୍ଣ ପାଠାଗାରକୁ ବାତାନୁକୂଳିତ କରାଯିବ। ପାଠାଗାର ପରିସରରେ ଥିବା ନୂତନ କୋଠାରେ ଆସବାବପତ୍ର ଓ ବାତାନୁକୂଳ ବ୍ୟବସ୍ଥା କରାଯାଇ ଅଧିକ ସଂଖ୍ୟକ ଛାତ୍ରଛାତ୍ରୀ ଓ ଜନସାଧାରଣ ଯେଭଳି ସୁବିଧାରେ ଅଧ୍ୟୟନ କରିପାରିବେ, ସେଥିପାଇଁ ପଦକ୍ଷେପ ନିଆଯିବ।
ଲାଇବ୍ରେରୀ ପ୍ରାଙ୍ଗଣର ଲ୍ୟାଣ୍ଡ ସ୍କେପିଂ କରାଯିବ। ତା ସହିତ ଲାଇବ୍ରେରୀକୁ ଆସୁଥିବା ଛାତ୍ରଛାତ୍ରୀ ଓ ଜନସାଧାରଣଙ୍କ ପାଇଁ ଫୁଡକୋର୍ଟ ଖୋଲାଯିବ ଓ ମିଶନ ଶକ୍ତି ପକ୍ଷରୁ କାଫେଟେରିଆ ମଧ୍ୟ କରାଯିବ। ଏତ୍‌ଦବ୍ୟତୀତ ଛାତ୍ରଛାତ୍ରୀ ମାନଙ୍କ ସୁବିଧା ପାଇଁ ଆହାର କେନ୍ଦ୍ର ମଧ୍ୟ ଖୋଲାଯିବ।
ଲାଇବ୍ରେରୀକୁ ଆସୁଥିବା ଛାତ୍ରଛାତ୍ରୀ ମାନେ, ମୁଖ୍ୟତଃ ବିଭିନ୍ନ ପ୍ରତିଯୋଗୀତାମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବାରୁ ଲାଇବ୍ରେରୀରେ ପର୍ଯ୍ୟାପ୍ତ competitive magazine ରଖାଯିବ ଏବଂ ସଂପୂର୍ଣ୍ଣ ଲାଇବ୍ରେରୀକୁ IT Enabled Smart Management ଦ୍ବାରା ପରିଚାଳିତ କରାଯିବ। ଏତ୍‌ଦବ୍ୟତୀତ Career Counseling ପାଇଁ ବିଭିନ୍ନ କ୍ଷେତ୍ରରେ କୃତୀତ୍ବ ଅର୍ଜନ କରିଥିବା ବ୍ୟକ୍ତିତ୍ବ ମାନଙ୍କ ଦ୍ବାରା Motivational Talkର ଆୟୋଜନ ମଧ୍ୟ ନିୟମିତ ଭାବରେ କରାଯିବ। ବିଭିନ୍ନ ପ୍ରତିଯୋଗିତାମୂଳକ ପରୀକ୍ଷା ନିମନ୍ତେ ପ୍ରସ୍ତୁତ ହେଉଥିବା ଛାତ୍ରଛାତ୍ରୀଙ୍କ ପାଇଁ ଏହା ବିଶେଷ ସହାୟକ ହେବ।
ହରେକୃଷ୍ଣ ମହତାବ ରାଜ୍ୟ ଲାଇବ୍ରେରୀରେ ୱାଇଫାଇ ବ୍ୟବସ୍ଥା ଉପଲ୍‌ବଧ କରାଯିବ।   ରାଜ୍ୟ ପାଠାଗାରରେ ଭିଡ କମାଇବା ପାଇଁ ବାପୁଜୀ ନଗରରେ ଜନ ଲାଇବ୍ରେରୀ ଖୋଲାଯିବ। ସେଠାରେ  ଅତ୍ୟାଧୁନିକ ସୁବିଧା ସୁଯୋଗର ବିକାଶ କରାଯିବ। ସେଠାରେ ମଧ୍ୟ ଫୁଡକୋର୍ଟର ବ୍ୟବସ୍ଥା ରଖାଯିବ। ଏହି କାର୍ଯ୍ୟକ୍ରମଟି ୫-ଟି ଉପକ୍ରମରେ Odisha Mining Corporation  ଦ୍ବାରା କାର୍ଯ୍ୟକାରୀ କରାଯିବ।
୫-ଟି ସଚିବଙ୍କ ଗସ୍ତ ସମୟରେ OMCର ପରିଚାଳନା ନିର୍ଦ୍ଦେଶକ, Culture Departmentର ନିର୍ଦ୍ଦେଶକ ଓ ଅନ୍ୟାନ୍ୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।
ନବୀନ ପଟ୍ଟନାୟକ ଭି.କେ ପାଣ୍ଡିଆନ ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାର
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ: ମିଳୁ ନାହାଁନ୍ତି କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, କାରଣ ଦର୍ଶା ନୋଟିସ ଜାରୀ କଲା ଦଳ

March 15, 2026

କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି: PNG ସଂଯୋଗ ଥିଲେ ମିଳିବ ନାହିଁ LPG, ପଢନ୍ତୁ ଅପଡେଟ୍

March 15, 2026

ଆଜି ଘୋଷଣା ହେବ ବଙ୍ଗଳା ଏବଂ ଆସାମ ସମେତ ପାଞ୍ଚଟି ରାଜ୍ୟର ନିର୍ବାଚନ ତାରିଖ!: ଜାଣନ୍ତୁ ସମୟ

March 15, 2026

ରାଜ୍ୟ ସଭା ନିର୍ବାଚନ: କଂଗ୍ରେସ ବିଧାୟିକା ସୋଫିଆ ଫିରୋଦାସଙ୍କ ଆଶ୍ଚର୍ଯ୍ୟଜନକ ବିବୃତ୍ତି

March 14, 2026
Latest News

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: ଦୁଇଟି ପର୍ଯ୍ୟାୟରେ ଭୋଟ୍ ଗ୍ରହଣ, ଜାଣନ୍ତୁ କେବେ?

March 15, 2026

ଓଡିଶା ସାହିତ୍ୟ ଏକାଡେମୀ ତରଫରୁ ପଦ୍ମଶ୍ରୀ ପ୍ରଫେସର ହର୍‍ମାନ କୁଲ୍‍କେଙ୍କ ସ୍ମୃତିସଭା

March 15, 2026

ରାଜ୍ୟସଭା ନିର୍ବାଚନ: ମିଳୁ ନାହାଁନ୍ତି କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, କାରଣ ଦର୍ଶା ନୋଟିସ ଜାରୀ କଲା ଦଳ

March 15, 2026

ଦ୍ଵିତୀୟ ପର୍ଯ୍ୟାୟ ‘’ଉଲ୍ଲାସ” ପରୀକ୍ଷାରେ ଯୋଗ ଦେଲେ ୧୫୦୦ ନିରକ୍ଷର ପୁରୁଷ ଓ ମହିଳା

March 15, 2026

୭୦୦ ରୁ ଅଧିକ ପଦବୀ ପାଇଁ HPCL ରେ ନିଯୁକ୍ତି: ଶୀଘ୍ର କରନ୍ତୁ ଆବେଦନ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.