Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଶେରଗଡରୁ ପୁରୀକୁ ଗଡିଲା ପ୍ରଥମ ଏସି ବସ୍: ପତାକା ଦେଖାଇ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ଶେରଗଡରୁ ପୁରୀକୁ ଗଡିଲା ପ୍ରଥମ ଏସି ବସ୍: ପତାକା ଦେଖାଇ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

May 31, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଜଗନ୍ନାଥ ଧାମ୍ ପୁରୀକୁ ଆଜି ଗଞ୍ଜାମର ଶେରଗଡରୁ ଗଡିଲା ପ୍ରଥମ ଏସି ବସ୍ ଜଗନ୍ନାଥ ଏକ୍ସପ୍ରେସ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫେରେନ୍‌ସ ଜରିଆରେ ଶେରଗଡ-ପୁରୀ ମଧ୍ୟରେ ଜଗନ୍ନାଥ ଏକ୍ସପ୍ରେସ ଏସି ବସ ସେବା ଚଳାଚଳକୁ ପତକା ହଲାଇ ଶୁଭାରମ୍ଭ କରିଥିଲେ। OSRTC ପକ୍ଷରୁ ଏହି ବସ ସେବା ଆରମ୍ଭ କରାଯାଇଛି .

ଏହି ଅବସରରେ ସମବେତ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶେରଗଡ-ପୁରୀ ମଧ୍ୟରେ ଏହି ନୂଆ ବସ୍‌ ସେବା ଦ୍ୱାରା ଶେରଗଡ ଜନସାଧାରଣ ସୁବିଧାରେ ପୁରୀ ଯାଇ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ଲାଭ କରିପାରିବେ। ବିଶେଷ କରି କାର୍ତ୍ତିକ ମାସରେ ଗଂଜାମର ବହୁ ଲୋକ ହବିଷ ପାଇଁ ପୁରୀ ଯାଉଥିବାରୁ ଏହି ବସ୍‌ ସେବା ସେମାନଙ୍କ ପାଇଁ ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୫-ଟି ସ୍କୁଲ ରୂପାନ୍ତର ହେଉ ବା ମନ୍ଦିର ରୂପାନ୍ତର, ଗଂଜାମ ସବୁବେଳେ ଆଗରେ ରହିଛି। ମା ତାରା ତାରିଣୀଙ୍କ ମନ୍ଦିର ରୂପାନ୍ତର କାମ ଜିଲ୍ଲାବାସୀଙ୍କ ପାଇଁ ଆନନ୍ଦ ଆଣି ଦେଇଛି। ସେହିପରି ୫-ଟି ସ୍କୁଲ ରୂପାନ୍ତର ଛାତ୍ରଛାତ୍ରୀ ଓ ଅଭିବାବକମାନଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିଛି। ପଞ୍ଚାୟତରାଜ କ୍ଷେତ୍ରରେ ଗଂଜାମ ଜିଲ୍ଲା ପରିଷଦ ଜାତୀୟ ସ୍ତରରେ ଶ୍ରେଷ୍ଠ ଜିଲ୍ଲା ପରିଷଦ ପୁରସ୍କାର ଲାଭ କରିଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଆଭିନନ୍ଦନ ଜଣାଇଥିଲେ। ଜନସାଧାରଣଙ୍କ ଆଶୀର୍ବାଦ ଓ ସହଯୋଗ ଜାରି ରହିଲେ ଆଗାମୀ ଦିନରେ ଗଂଜାମ ଜିଲ୍ଲା ଆହୁରି ଅନେକ ସଫଳତା ଲାଭ କରିପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି କାର୍ଯ୍ୟକ୍ରମରେ ସାଂସଦ ଶ୍ରୀ ଚନ୍ଦ୍ରଶେଖର ସାହୁ ଗଞ୍ଜାମ ଜିଲ୍ଲାପାଳ, OSRTC ର ଅଧିକାରୀ ଓ ଶେରଗଡର ପଞ୍ଚାୟତ ପ୍ରତିନିଧି ମାନେ ଉପସ୍ଥିତ ଥିଲେ।

osrtc ଜଗନ୍ନାଥ ଏକ୍ସପ୍ରେସ ନବୀନ ପଟ୍ଟନାୟକ ମହାପ୍ରଭୁ ଶ୍ରୀ ଜଗନ୍ନାଥ
Share. Facebook Twitter LinkedIn Email WhatsApp Copy Link

Related Posts

କଟକ ମେଡିକାଲ ଅଗ୍ନିକାଣ୍ଡ ଘଟଣା, ମୃତକଙ୍କ ପରିବାର ବର୍ଗଙ୍କୁ ୨୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା

March 16, 2026

କଟକ ମେଡିକାଲରେ ଭୟଙ୍କର ଅଗ୍ନିକାଣ୍ଡ, ୧୦ ମୃତ, ସଂଖ୍ୟା ବଢିବା ଆଶଙ୍କା

March 16, 2026

ଆଫଗାନିସ୍ତାନ ଉପରେ ପାକିସ୍ତାନୀର ବିମାନ ଆକ୍ରମଣ: କଡ଼ା ନିନ୍ଦା କଲା ଭାରତ

March 16, 2026

ମମତା ବାନାର୍ଜୀ ବିଜୟର ହ୍ୟାଟ୍ରିକ୍ ମାରିବେ, ନା ପ୍ରଥମ ଥର ପାଇଁ ପଦ୍ମ ଫୁଟିବ?: ଜାଣନ୍ତୁ ସର୍ଭେ

March 16, 2026
Latest News

କଟକ ମେଡିକାଲ ଅଗ୍ନିକାଣ୍ଡ ଘଟଣା, ମୃତକଙ୍କ ପରିବାର ବର୍ଗଙ୍କୁ ୨୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା

March 16, 2026

କଟକ ମେଡିକାଲରେ ଭୟଙ୍କର ଅଗ୍ନିକାଣ୍ଡ, ୧୦ ମୃତ, ସଂଖ୍ୟା ବଢିବା ଆଶଙ୍କା

March 16, 2026

ଆଫଗାନିସ୍ତାନ ଉପରେ ପାକିସ୍ତାନୀର ବିମାନ ଆକ୍ରମଣ: କଡ଼ା ନିନ୍ଦା କଲା ଭାରତ

March 16, 2026

ଓଡ଼ିଶା ଓମେନ୍ ଇନ୍ ମିଡିଆର ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

March 16, 2026

ମମତା ବାନାର୍ଜୀ ବିଜୟର ହ୍ୟାଟ୍ରିକ୍ ମାରିବେ, ନା ପ୍ରଥମ ଥର ପାଇଁ ପଦ୍ମ ଫୁଟିବ?: ଜାଣନ୍ତୁ ସର୍ଭେ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.