Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଏସଏଚଜି ମହିଳାମାନେ ହେଉଛନ୍ତି ସ୍ବତଃପ୍ରବୃତ ଲିଡର, ଏପରି କାହିଁକି କହିଲେ ସଚିବ ସୁଜାତା କାର୍ତ୍ତିକେୟନ
ବିଶେଷ ଖବର

ଏସଏଚଜି ମହିଳାମାନେ ହେଉଛନ୍ତି ସ୍ବତଃପ୍ରବୃତ ଲିଡର, ଏପରି କାହିଁକି କହିଲେ ସଚିବ ସୁଜାତା କାର୍ତ୍ତିକେୟନ

June 2, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଏସଏଚଜି ମହିଳାମାନେ ହେଉଛନ୍ତି ସ୍ବତଃପ୍ରବୃତ ଲିଡର, ଏପରି କାହିଁକି କହିଲେ ସଚିବ ସୁଜାତା କାର୍ତ୍ତିକେୟନ

ଭୁବନେଶ୍ୱର: ମିଶନ ଶକ୍ତି କାର୍ଯ୍ୟକ୍ରମ ମାଧ୍ୟମରେ ଆଜି ଓଡିଶାର ମହିଳାମାନେ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି। ମିଶନ ଶକ୍ତି ମା’ମାନେ ରାଜ୍ୟ ପାଇଁ ହୋଇପାରିଛନ୍ତି ଏକ ବିରାଟ ସାମାଜିକ ପୁଞ୍ଜି। ଏସ୍‌ଏଚ୍‌ଜିରୁ ଉଦ୍ୟୋଗୀ ସୃଷ୍ଟି କରି ଆମ ରାଜ୍ୟର ମହିଳାମାନଙ୍କୁ ରାଜ୍ୟ ଅର୍ଥନୀତିର ପ୍ରମୁଖ ଅଂଶୀଦାର କରିବା ଆମର ଲକ୍ଷ୍ୟ।

ଗତ ଦୁଇଦିନଧରି ସଚିବାଳୟ ଲୋକସେବା ଭବନ, କନ୍‌ଭେନସନ ହଲରେ ମିଶନ ଶକ୍ତି ବିଭାଗ ଦ୍ୱାରା ବ୍ୟାଙ୍କ୍‌ ଋଣ ଏବଂ ସୁଧ ଫେରସ୍ତ ସମ୍ପର୍କିତ ବ୍ଲକ୍‌ ପ୍ରଶିକ୍ଷକଙ୍କ ରାଜ୍ୟ ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରି ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ମନ୍ତ୍ରୀ ଶ୍ରୀମତୀ ବାସନ୍ତୀ ହେମ୍ବ୍ରମ୍‌ ଉପରୋକ୍ତ ମର୍ମରେ ମତପ୍ରକାଶ କରିଛନ୍ତି।

ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଆଭିମୁଖ୍ୟ ସଂପର୍କରେ ସୂଚନା ଦେଇ ବିଭାଗୀୟ କମିଶନର ତଥା ଶାସନ ସଚିବ ଶ୍ରୀମତୀ ସୁଜାତା ଆର୍‌ କାର୍ତ୍ତିକେୟନ୍‌ କହିଲେ, ଏସ୍‌ଏଚ୍‌ଜିମାନେ ହେଉଛନ୍ତି ସ୍ୱତଃପ୍ରବୃତ୍ତ ଲିଡର। ସେମାନଙ୍କ ମଧ୍ୟରେ ଅସାଧାରଣ ଦକ୍ଷତା, ସାମର୍ଥ୍ୟ ଏବଂ ଶକ୍ତି ରହିଛି। ଆମ ରାଜ୍ୟରେ ଏସ୍‌ଏଚ୍‌ଜି ଆନ୍ଦୋଳନ ସଫଳ ହୋଇଛି ସେଇମାନଙ୍କ ନେତୃତ୍ୱ ପାଇଁ। ଏହି ଲିଡରମାନେ ପ୍ରଶିକ୍ଷିତ ହେଲେ ସେମାନେ ତାଙ୍କ ଅଞ୍ଚଳରେ ବ୍ୟାପକ ସଚେତନତା ସୃଷ୍ଟି କରି ମହିଳା ସଶକ୍ତିକରଣର ପ୍ରମୁଖ ସୂତ୍ରଧର ସାଜିବେ।

ଏହି କର୍ମଶାଳାରେ ଓଡ଼ିଶା ଜୀବିକା ମିଶନର ରାଜ୍ୟ ମିଶନ ନିର୍ଦ୍ଦେଶକ ଏନ୍‌. ଥିରୁମାଲା ନାୟକ, ବିଭାଗୀୟ ଯୁଗ୍ମ ଶାସନ ସଚିବ ଶ୍ରୀ ବିନୋଦ କୁମାର ଜେନା ଏବଂ ବିଶେଷଜ୍ଞମାନେ ଯୋଗଦେଇ କର୍ମଶାଳାର ବିଭିନ୍ନ ଦିଗ ଉପରେ ଆଲୋକପାତ କରିଥିଲେ। ନିକଟରେ ପ୍ରଥମ ଥର ପାଇଁ ଭୁବନେଶ୍ୱରରୁ ଦୁବାଇ ଅନ୍ତର୍ଜାତୀୟ ବିମାନ ଯାତ୍ରାରେ ଏସ୍‌ଏଚ୍‌ଜି ଲିଡରମାନଙ୍କ ପ୍ରତିନିଧି ଦଳରେ ସାମିଲ ହୋଇଥିବା ମୟୂରଭଞ୍ଜ ଜିଲ୍ଲାର ଜିଲ୍ଲାସ୍ତରୀୟ ମହାସଂଘର ସଭାପତି ବିଷ୍ଣୁପ୍ରିୟା ଦାସ ତାଙ୍କର ଦୁବାଇ ଯାତ୍ରାର ଅନୁଭୂତି ଓ ଅଭିଜ୍ଞତା ବର୍ଣ୍ଣନା କରିଥିଲେ।

ଏହି ରାଜ୍ୟ ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ବର୍ତ୍ତମାନ ସୁଦ୍ଧା ୨ଟି ପର୍ଯ୍ୟାୟରେ ୨୦ ଟି ଜିଲ୍ଲାର ପ୍ରାୟ ୭୦୦ ରୁ ଊଦ୍ଧ୍ୱର୍ ବ୍ଲକ ଓ ଜିଲ୍ଲା ମହାସଙ୍ଘର ସଦସ୍ୟା ତଥା ମିଶନ ଶକ୍ତି ବିଭାଗର କ୍ଷେତ୍ର କର୍ମଚାରୀମାନେ ଯୋଗଦାନ କରିଥିଲେ। ବ୍ୟାଙ୍କ ଋଣ ବ୍ୟବସ୍ଥାକୁ ପ୍ରତି ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ପାଖେ ପହଞ୍ଚାଇବା, ନିୟମତି ଋଣ ପରିଶୋଧ କରି ସୁଧ ରିହାତି ପାଇବା ସୁନିଶ୍ଚିତ କରିବା ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ।

ବ୍ଲକ ଓ ଜିଲ୍ଲା ମହାସଙ୍ଘର ଲିଡରମାନଙ୍କୁ ଏହି ପ୍ରଶିକ୍ଷଣ ମାଧ୍ୟମରେ, ଏ ସମ୍ପର୍କିତ ତାଲିମ ଦିଆଯାଇଛି, ଯେଉଁମାନେ କି ବ୍ଲକ ସ୍ତରରେ ସ୍ୱୟଂ ସହାୟକ ଗୋଷ୍ଠୀ ଓ ଅନ୍ୟ ମହାସଂଘର ସଦସ୍ୟାମାନଙ୍କୁ ସଚେତନ କରାଇବେ। ଆର୍ଥିକ ଅନ୍ତର୍ଭୁକ୍ତିକରଣ ଓ ସୁଧ ଫେରସ୍ତ ବ୍ୟତୀତ ରାଜ୍ୟ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ କାର୍ଯ୍ୟକ୍ରମ ବିଷୟରେ ଏହି ବ୍ଲକ ଓ ଜିଲ୍ଲା ମହାସଙ୍ଘର ଲିଡରମାନେ ସମସ୍ତ ଏସଏଚଜି ସଦସ୍ୟାମାନଙ୍କୁ ସଚେତନ କରାଇବେ।

ମିଶନ ଶକ୍ତି ବିଭାଗର ଏହି ପ୍ରୟାସ ମାଧ୍ୟମରେ ରାଜ୍ୟର ୧୦୧୪ ଜଣ ବ୍ଲକ ଓ ଜିଲ୍ଲା ମହାସଙ୍ଘର ଲିଡରମାନେ ବିଭିନ୍ନ ତାଲିମ ଓ ସଚେତନ କାର୍ଯ୍ୟକ୍ରମ ନିମନ୍ତେ ବିଶେଷଜ୍ଞ ଗୋଷ୍ଠୀ (ରିସୋର୍ସ ଗୋଷ୍ଠୀ) ଭାବେ କାର୍ଯ୍ୟ କରିବେ।

ରାଜ୍ୟରେ ବିଗତ ୮ ବର୍ଷ ମଧ୍ୟରେ ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ବ୍ୟାଙ୍କ ମାଧ୍ୟମରେ ପ୍ରଦାନ କରାଯାଉଥିବା ଆର୍ଥିକ ସହାୟତା ରାଶିର ପରିମାଣ ୧୯ ଗୁଣ ବୃଦ୍ଧି ପାଇଛି। ୨୦୨୨-୨୩ ଆର୍ଥିକ ବର୍ଷରେ ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଦିଆଯାଉଥିବା ବ୍ୟାଙ୍କ ଋଣ ରାଶି ବୃଦ୍ଧିପାଇ ୧୧୦୦୦ କୋଟି ଟଙ୍କାରେ ପହଞ୍ଚିପାରିଛି। ଏ ବର୍ଷ ମିଶନ ଶକ୍ତି ମାଧ୍ୟମରେ ରାଜ୍ୟର ଏସଏଚଜିମାନଙ୍କୁ ୧୫,୦୦୦ କୋଟି ଟଙ୍କାର ଋଣ ଦେବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି।

ତୃଣମୂଳ ସ୍ତରରେ ଏ ସମସ୍ତ ବିଷୟରେ ପ୍ରଶିକ୍ଷଣ ଓ ସଚେତନ କରାଇବାରେ ବ୍ଲକ ଓ ଜିଲ୍ଲାସ୍ତରୀୟ ଏହି ବିଶେଷଜ୍ଞ ଗୋଷ୍ଠୀ ଯଥେଷ୍ଟ ସହାୟକ ହେବେ ବୋଲି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ମତ ପ୍ରକାଶ ପାଇଥିଲା।

SHG ଏସଏଚଜି ସୁଜାତା କାର୍ତ୍ତିକେୟନ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତର ଇସ୍ପାତ କ୍ଷେତ୍ରରେ ପ୍ରଗତି ଲାଗି ଭୁବନେଶ୍ୱରରେ ଚିନ୍ତନ ଶିବିରକୁ ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ

November 20, 2025

ରେଢ଼ାଖୋଲ ଭୀମଭୋଇ ଛକରେ ଦୁର୍ଘଟଣା: ବ୍ୟବସାୟୀ ମୃତ

November 20, 2025

ସ୍ବତନ୍ତ୍ର ଶିକ୍ଷକ ପଦବୀ ଅନୁମୋଦନ ପାଇଁ ଓଏସଇଏଫଡ଼ି ପକ୍ଷରୁ ଶିକ୍ଷାମନ୍ତ୍ରୀଙ୍କୁ ଧନ୍ୟବାଦ୍ ଜ୍ଞାପନ

November 20, 2025

ନୂଆପଡା ଉପନିର୍ବାଚନକୁ ନେଇ ବିଜେଡି ନେତା ଭୂପିନ୍ଦର ସିଂଙ୍କ ବିସ୍ପୋରଣ,କହିଲେ..

November 20, 2025
Latest News

ଧାନ କ୍ଷେତ୍ରରେ ତାମିଲନାଡୁ ଦ୍ୱାରା କରାଯାଇଥିବା କାର୍ଯ୍ୟ ବିଶ୍ୱ ସ୍ତରରେ ଅତୁଳନୀୟ: ପ୍ରଧାନମନ୍ତ୍ରୀ

November 20, 2025

ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା: ‘ଏକ ଭାରତ ଶ୍ରେଷ୍ଠ ଭାରତ’ର ଏକ ଜୀବନ୍ତ ପ୍ରଦର୍ଶନୀ

November 20, 2025

ଶିଖର ଧାୱନଙ୍କ ସାଥିରେ ଲକ୍ଷାଧିକ ଟଙ୍କାର ବଡ଼ ଠକେଇ: ରୁଜୁ ହେଲା ମାମଲା

November 20, 2025

୩୧୦୦ କୋଟି ଠକେଇର ପର୍ଦ୍ଦାଫାସ: ଲଗଜରୀ କାର, ନଗଦ ଏବଂ କ୍ରିପ୍ଟୋ ଜବତ, ପାଞ୍ଚ ଗିରଫ

November 20, 2025

ଭାରତର ଇସ୍ପାତ କ୍ଷେତ୍ରରେ ପ୍ରଗତି ଲାଗି ଭୁବନେଶ୍ୱରରେ ଚିନ୍ତନ ଶିବିରକୁ ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ

November 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.