Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପ୍ରତି ଜିଲ୍ଲା ସଦର ମହକୁମାରେ ପ୍ରତିଷ୍ଠା ହେବ କାଳିଆ ସେଣ୍ଟର
ବିଶେଷ ଖବର

ପ୍ରତି ଜିଲ୍ଲା ସଦର ମହକୁମାରେ ପ୍ରତିଷ୍ଠା ହେବ କାଳିଆ ସେଣ୍ଟର

June 4, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ୱର: ପ୍ରତି ଜିଲ୍ଲାରେ କାର୍ଯ୍ୟକ୍ଷମ ହେବ ‘କାଳିଆ‘ ସେଣ୍ଟର। ରାଜ୍ୟ ସରକାରଙ୍କ ଦ୍ୱାରା କୃଷି ଓ କୃଷକଙ୍କ କଲ୍ୟାଣ ନିମନ୍ତେ କାଳିଆ ସମେତ ପ୍ରମୁଖ ଯୋଜନାର ସଫଳ ରୂପାୟନ ଦିଗରେ ଚାଷୀମାନଙ୍କ ପାଇଁ ପ୍ରତି ଜିଲ୍ଲା ମୁଖ୍ୟାଳୟରେ ଗୋଟିଏ ଲେଖାଏଁ କାଳିଆ ସେଣ୍ଟର ପ୍ରତିଷ୍ଠା କରାଯିବ। ଗୋଟିଏ ଛାତତଳେ ଏହା ଚାଷୀମାନଙ୍କର ବିଭିନ୍ନ ସମସ୍ୟାର ସମାଧାନ ସମେତ କୃଷି କ୍ଷେତ୍ରରେ ନୂତନ ସୁଯୋଗର ଉନ୍ମେଷ ଦିଗରେ ଚାଷୀମାନଙ୍କୁ ଉତ୍ସାହିତ କରିବା ଲକ୍ଷ୍ୟରେ ୱାନ୍‌ ଷ୍ଟପ୍‌ ସେଣ୍ଟର ଭାବରେ କାର୍ଯ୍ୟ କରିବ।
ଏହି କେନ୍ଦ୍ର ମାଧ୍ୟମରେ କାଳିଆ ସମେତ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା, ‘ଗୋ-ସୁଗମ’, ‘ସଫଲ’, ‘କୃଷକ ଓଡ଼ିଶା’ ଆଦିର କାର୍ଯ୍ୟକାରିତା ଦିଗରେ ଚାଷୀମାନେ ସମ୍ମୁଖୀନ ହେଉଥିବା ସମସ୍ୟାର ସମାଧାନ ପାଇଁ ସମସ୍ତ ସହାୟତା ଯୋଗାଇ ଦିଆଯିବ। କାଳିଆ ସେଣ୍ଟର ପ୍ରତ୍ୟେକ ସରକାରୀ କାର୍ଯ୍ୟଦିବସରେ ସକାଳ ୧୦ଟାଠାରୁ ଅପରାହ@ ୫.୩୦ ମିନିଟ ପର୍ଯ୍ୟନ୍ତ ଖୋଲା ରହିବ। କାଳିଆ ସେଣ୍ଟର ଚାଷୀମାନଙ୍କ ନିମନ୍ତେ କାଳିଆ ସମେତ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା, ‘ସଫଲ’, ଗୋ-ସୁଗମ, କୃଷକ ଓଡ଼ିଶା ଆଦି କାର୍ଯ୍ୟକ୍ରମ ନିମନ୍ତେ ୱାନ୍‌ ଷ୍ଟପ୍‌ ସେଣ୍ଟର ଭାବେ କାର୍ଯ୍ୟ କରିବ ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତି। ଏହା ଦ୍ୱାରା ବିଭିନ୍ନ କୃଷି ଯୋଜନାଗୁଡ଼ିକ ଅଧିକ କ୍ରିୟାଶୀଳ ଓ କୃଷକପ୍ରିୟ ହୋଇପାରିବ ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ ଆଶା ପ୍ରକାଶ କରିଛନ୍ତି। ଚାଷୀମାନଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଜିଲ୍ଲା ମୁଖ୍ୟାଳୟର ଏକ ପ୍ରମୁଖ ସ୍ଥାନରେ କାଳିଆ ସେଣ୍ଟର ଖୋଲିବା ନିମନ୍ତେ ଏକ ଉପଯୁକ୍ତ ଗୃହର ବ୍ୟବସ୍ଥା କରିବା ପାଇଁ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ ସମସ୍ତ ଜିଲ୍ଲାପାଳଙ୍କୁ ପତ୍ର ଲେଖିଛନ୍ତି।
ଚାଷୀମାନଙ୍କୁ ଆବଶ୍ୟକ ସହାୟତା ଯୋଗାଇଦେବା ନିମନ୍ତେ ପ୍ରତି କେନ୍ଦ୍ରରେ ଆବଶ୍ୟକ ମୁତାବକ ବୈଷୟିକ ଦକ୍ଷତାସଂପନ୍ନ କର୍ମଚାରୀ ନିୟୋଜିତ ହେବେ। ମୁଖ୍ୟ ଜିଲ୍ଲା କୃଷି ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ନିତିଦିନିଆ କାର୍ଯ୍ୟର ତଦାରଖ ନିମନ୍ତେ ଜଣେ ନୋଡାଲ ଅଧିକାରୀଙ୍କୁ ନିୟୋଜିତ କରାଯିବ। କେନ୍ଦ୍ରକୁ ଆସୁଥିବା କୃଷକମାନଙ୍କର ସମସ୍ୟା ଓ ଏ ଦିଗରେ ଗ୍ରହଣ କରାଯାଉଥିବା କାର୍ଯ୍ୟାନୁଷ୍ଠାନର ରିପୋର୍ଟ ଓ ପରାମର୍ଶ ଏକ ନିର୍ଦ୍ଦିଷ୍ଟ ଫର୍ମାଟରେ ରେକର୍ଡ କରାଯିବ। ଚାଷୀମାନଙ୍କ ସଚେତନତା ନିମନ୍ତେ କେନ୍ଦ୍ରଗୁଡ଼ିକରେ କୃଷି ବିଭାଗର ପ୍ରମୁଖ ଯୋଜନା ଓ କାର୍ଯ୍ୟକ୍ରମ ସଂପର୍କିତ ସୂଚନାମାନ ପ୍ରଦର୍ଶିତ ହେବ।
ରାଜ୍ୟର କ୍ଷୁଦ୍ର ଓ ନାମମାତ୍ର ଚାଷୀମାନଙ୍କୁ ପ୍ରତ୍ୟେକ ଫସଲ ଋତୁର ଚାଷ କାର୍ଯ୍ୟ ନିମନ୍ତେ ଆର୍ଥିକ ସହାୟତା ଯୋଗାଇଦେଇ ସେମାନଙ୍କ ଆୟବୃଦ୍ଧି କରିବା ସହିତ ଭୂମିହୀନ କୃଷି ପରିବାରଙ୍କ ଜୀବିକାନିର୍ବାହ ପାଇଁ ଆର୍ଥିକ ସହାୟତା ଯୋଗାଇଦେବା ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୮ ମସିହାରୁ କାର୍ଯ୍ୟକାରୀ ହେଉଥିବା କାଳିଆ ଯୋଜନା ସର୍ବସାଧାରଣରେ ଉଚ୍ଚ ପ୍ରଶଂସିତ ହୋଇଛି । ଭୂମିହୀନ କୃଷି ପରିବାର ଓ ପ୍ରକୃତ ଭାଗଚାଷୀଙ୍କୁ ଏହି ଯୋଜନାରେ ଅନ୍ତର୍ଭୁକ୍ତ କରିବା ଏହାର ଅନ୍ୟତମ ବୈଶିଷ୍ଟ୍ୟ।
କାଳିଆ ଯୋଜନା ଆରମ୍ଭ ହେବା ଦିନଠାରୁ ଅଦ୍ୟାବଧି ୪୩,୦୪,୮୭୬ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ/ପ୍ରକୃତ ଚାଷୀ ଏବଂ ୧୭,୭୧,୭୫୬ ଜଣ ଭୂମିହୀନ କୃଷି ପରିବାରଙ୍କୁ ୧୧,୬୦୦ କୋଟିରୁ ଊଦ୍ଧ୍ୱର୍ ଟଙ୍କାର ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି । ଏଥି ସହିତ କାଳିଆ ହିତାଧିକାରୀ ପରିବାରଙ୍କ ୧୬୨୪ ଜଣ ପିଲାଙ୍କୁ କାଳିଆ ଛାତ୍ରବୃତ୍ତି ବାବଦରେ ୩.୯୦ କୋଟି ଟଙ୍କା ପ୍ରଦାନ କରାଯାଇଛି।
ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା ୱାନ୍‌ ଷ୍ଟପ୍‌ ସେଣ୍ଟର
Share. Facebook Twitter LinkedIn Email WhatsApp Copy Link

Related Posts

୬ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ୧୯୧୩ କୋଟିର ଅତିରିକ୍ତ କେନ୍ଦ୍ରୀୟ ସହାୟତା ମଞ୍ଜୁର

March 13, 2026

ଯୁଦ୍ଧ ଯୋଗୁଁ ବିମାନ ଭଡ଼ା ବୃଦ୍ଧି କଲା ଇଣ୍ଡିଗୋ: ଆଜି ରାତି ୧୨ ଟା ପରେ ଲାଗୁ, ଜାଣନ୍ତୁ ନୂତନ ଦର

March 13, 2026

ପି.ଏମ୍ କିଷାନରେ ଆବଶ୍ୟକ ହେଉଥିବା ସମସ୍ତ ମାନଦଣ୍ଡକୁ ପୂରଣ କରି ସହାୟତା ଲାଭ କରନ୍ତୁ: ମୁଖ୍ୟମନ୍ତ୍ରୀ

March 13, 2026

ଭାରତର ଦୀର୍ଘକାଳୀନ ଇନ୍ଧନ ରଣନୀତି: ସାମ୍ପ୍ରତିକ ସଂକଟ ମୁକାବିଲାରେ ହୋଇଛି ସହାୟକ

March 13, 2026
Latest News

ବ୍ୟକ୍ତି, ସମାଜ ଓ ଜାତିର ଭବିଷ୍ୟତ ଗଢ଼ିବାରେ ଶିକ୍ଷା ମୁଖ୍ୟ ଭୂମିକା ନିଭାଏ: ରାଜ୍ୟପାଳ

March 13, 2026

ଅବହେଳିତ ଅବସ୍ଥାରେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ: ସମନ୍ୱୟ ସମିତି

March 13, 2026

୬ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ୧୯୧୩ କୋଟିର ଅତିରିକ୍ତ କେନ୍ଦ୍ରୀୟ ସହାୟତା ମଞ୍ଜୁର

March 13, 2026

ଯୁଦ୍ଧ ଯୋଗୁଁ ବିମାନ ଭଡ଼ା ବୃଦ୍ଧି କଲା ଇଣ୍ଡିଗୋ: ଆଜି ରାତି ୧୨ ଟା ପରେ ଲାଗୁ, ଜାଣନ୍ତୁ ନୂତନ ଦର

March 13, 2026

‘ସୋଆ ପ୍ରକ୍ସିମା ୨୦୨୬’ର ଉଦ୍‌ଘାଟନୀ ଉତ୍ସବରେ ଯୋଗ ଦେଲେ ସନ୍ଥ ଗୌର ଗୋପାଳ ଦାସ

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.