Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»୫-ଟି ସଚିବଙ୍କ ରାୟଗଡା ଗସ୍ତ: ଆମ ହସ୍ପିଟାଲ ଯୋଜନାରେ ବିକଶିତ ହେବ ଜିଲ୍ଲା ମୁଖ୍ୟାଳୟ ହସ୍ପିଟାଲ
ବିଶେଷ ଖବର

୫-ଟି ସଚିବଙ୍କ ରାୟଗଡା ଗସ୍ତ: ଆମ ହସ୍ପିଟାଲ ଯୋଜନାରେ ବିକଶିତ ହେବ ଜିଲ୍ଲା ମୁଖ୍ୟାଳୟ ହସ୍ପିଟାଲ

June 7, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଆଜି ରାୟଗଡା ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ସମୀକ୍ଷା କରିବା ସହିତ ସାଧାରଣ ଲୋକଙ୍କୁ ଭେଟି ସେମାନଙ୍କ ସୁବିଧା ଅସୁବିଧା ସମ୍ପର୍କରେ ଅବଗତ ହେବା ସହିତ ସେମାନଙ୍କ ସମସ୍ୟା ଦୂରୀକରଣ ପାଇଁ ପଦକ୍ଷେପ ନେଇଛନ୍ତି ।

୫-ଟି ସଚିବ ଶ୍ରୀ ପାଣ୍ଡିଆନ ପ୍ରଥମେ ରାୟଗଡାସ୍ଥିତ ନବନିର୍ମିତ ବିଜୁ ପଟ୍ଟନାୟକ ଅଡିଟୋରିୟମ ପରିଦର୍ଶନ କରି ଥିଲେ. ସେଠାରେ ସେ ଜିଲ୍ଲାର ବିଭିନ୍ନ କଲେଜ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ସହିତ ମତ ବିନିମୟ କରି ୫-ଟି ଉପକ୍ରମରେ ଶିକ୍ଷାର ଉନ୍ନତି ସମ୍ପର୍କରେ ଆଲୋଚନା କରିଥିଲେ। ଶ୍ରେଣୀଗୃହ ଶିକ୍ଷାର ଗୁରୁତ୍ୱ, ଶିକ୍ଷାର ଗୁଣାତ୍ମକମାନ ଆଦି ବିଭିନ୍ନ ବିଷୟରେ ପିଲାମାନଙ୍କ ଚିନ୍ତାଧାରା ସମ୍ପର୍କରେ ଆଲୋଚନା କରିଥିଲେ। କଠିନ ପରିଶ୍ରମର ବିକଳ୍ପ ନାହିଁ ବୋଲି ମତ ଦେଇ ପିଲାମାନଙ୍କୁ ପରିଶ୍ରମ କରିବାକୁ ପରାମର୍ଶ ଦେଇଥିଲେ। ଶିକ୍ଷା ଜରିଆରେ ନିଜର ଉନ୍ନତିକରି ନିଜ ପରିବାର ଓ ଦେଶ ପାଇଁ ସୁନାମ ଆଣିବାକୁ ସେ ଆହ୍ୱାନ ଦେଇଥିଲେ। ଜିଲ୍ଲାର ସବୁ ସ୍କୁଲ ଓ କଲେଜର ଭିତ୍ତିଭୂମି ସମ୍ପର୍କରେ ଏକ ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଆବଶ୍ୟକତା ଅନୁସାରେ ପ୍ରତ୍ୟେକ ଶିକ୍ଷାନୁଷ୍ଠାନର ଉନ୍ନତି ପାଇଁ ପଦକ୍ଷେପ ନିଆଯିବ ବୋଲି ସେ କହିଥିଲେ । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଜିଲ୍ଲାର ସ୍କୁଲ କଲେଜଗୁଡିକର ଭିତ୍ତିଭୂମିର ଉନ୍ନତିପାଇଁ ୧୪.୫୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି ବୋଲି ୫-ଟି ସଚିବ କହିଥିଲେ।

ରାୟଗଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରି ସେଠାରେ ସେ ରୋଗୀ, ଡାକ୍ତର ସହିତ ଆଲୋଚନା କରି ବିଭିନ୍ନ ସମସ୍ୟା ସମ୍ପର୍କରେ ପଚାରି ବୁଝିଥିଲେ। ୫-ଟି ରୂପାନ୍ତର କାର୍ଯ୍ୟକ୍ରମରେ ଆମ ହସ୍ପିଟାଲ ଯୋଜନାରେ ହସ୍ପିଟାଲର ଉନ୍ନତିକରଣ କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ୨୦୧୯ରୁ ଆଜି ପର୍ଯ୍ୟନ୍ତ ରାୟଗଡା ଜିଲ୍ଲା ହସ୍ପିଟାଲ କାୟାକଳ୍ପ ପୁରସ୍କାର ପାଇ ଆସୁଥିବାରୁ ତଥା ଶିଶୁରୋଗରେ ଉଭୟ ଅନ୍ତଃବିଭାଗ ଓ ବର୍ହିଃବିଭାଗ ଚିକିତ୍ସାରେ ମୁସ୍କାନ ପ୍ରମାଣପତ୍ର ପାଇଥିବାରୁ ସେ ଜିଲ୍ଲାର ମେଡିକାଲ ଟିମ୍‌କୁ ଅଭିନନ୍ଦନ ଜଣାଇଥିଲେ। ହସ୍ପିଟାଲରେ ନିୟୋଜିତ ଥିବା ମା ମଙ୍ଗଳା ମିଶନ ଶକ୍ତି ଗୋଷ୍ଠୀ ସଦସ୍ୟାମାନଙ୍କ ସହିତ ଆଲୋଚନା କରିଥିଲେ ଏବଂ ସେମାନଙ୍କ କାମର ସମୀକ୍ଷା କରିଥିଲେ। ରୋଗୀମାନଙ୍କୁ ଦିଆଯାଉଥିବା ଖାଦ୍ୟର ଗୁଣାତ୍ମକ ମାନର ଉଚ୍ଚ ପ୍ରଶଂସା କରିଥିଲେ। ରୋଗୀ ମାନଙ୍କୁ ଦିଆଯାଉଥିବା ଖାଦ୍ୟ, ପରିସ୍କାର ପରିଛନ୍ନତା, ସ୍ୱଚ୍ଛ ପାନୀୟ ଜଳ ତଥା ଅନ୍ୟାନ୍ୟ ସେବାର ଗୁଣାତ୍ମକ ମାନ ଯେପରି ସବୁ ବେଳେ ଉଚ୍ଚ ସ୍ତରରେ ରହିବ ସେଥିପାଇଁ ସେ ମିଶନ ଶକ୍ତିର ସଦସ୍ୟାମାନଙ୍କୁ ଉତ୍ସାହିତ କରିବା ସହିତ ମୁଖ୍ୟ ଚିକିତ୍ସା ଅଧିକାରୀ ଓ ଜନସ୍ୱାସ୍ଥ୍ୟ ଅଧିକାରୀଙ୍କୁ ନିୟମିତ ତଦାରଖ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

ରାୟଗଡାରେ ନିର୍ମାଣାଧିନ ବହୁମୁଖୀ ଇଣ୍ଡୋର ଷ୍ଟାଡିୟମ ପରିଦର୍ଶନ କରି ଏହାର କାମକୁ ତ୍ୱରାନ୍ୱିତ କରିବା ସହିତ କାମ ଶୀଘ୍ର ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଜିଲ୍ଲାରେ କ୍ରୀଡାର ବିକାଶ ପାଇଁ କ୍ରୀଡାବିତମାନଙ୍କ ସହିତ ଆଲୋଚନା କରିଥିଲେ। ଦେଶ ଓ ରାଜ୍ୟ ପାଇଁ ସୁନାମ ଆଣିବାକୁ ନିଜର ସର୍ବଶ୍ରେଷ୍ଠ ପ୍ରଦର୍ଶନ ପାଇଁ ସେ ପରାମର୍ଶ ଦେଇଥିଲେ। ରାଜ୍ୟ ସରକାର କ୍ରୀଡାବିତମାନଙ୍କୁ ସବୁ ପ୍ରକାର ସୁବିଧା ସୁଯୋଗ ଯୋଗାଇଦେବାପାଇଁ ପ୍ରତିଶ୍ରୁତିବଦ୍ଧ ବୋଲି ସେ କହିଥିଲେ।

ପରିଶେଷରେ ସେ ମା ମଝିଆଘରଣୀ ମନ୍ଦିର ପରିଦର୍ଶନକରି ସେଠାରେ ସେ ମା’ଙ୍କୁ ପୂଜାର୍ଚ୍ଚନା କରିଥିଲେ। ମନ୍ଦିର କମିଟି ସଦସ୍ୟମାନଙ୍କ ସହିତ ମନ୍ଦିରର ଉନ୍ନତି ସମ୍ପର୍କରେ ଆଲୋଚନା କରିଥିଲେ ଏବଂ ଏଥିପାଇଁ ଏକ ବିସ୍ତୃତ ଯୋଜନା ପ୍ରସ୍ତୁତ କରି ରିପୋର୍ଟ ପଠାଇବା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଉନ୍ନୟନମୂଳକ ପ୍ରକଳ୍ପ ନବୀନ ପଟ୍ଟନାୟକ ଭି.କେ ପାଣ୍ଡିଆନ ରାୟଗଡା ଗସ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ: ମିଳୁ ନାହାଁନ୍ତି କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, କାରଣ ଦର୍ଶା ନୋଟିସ ଜାରୀ କଲା ଦଳ

March 15, 2026

କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି: PNG ସଂଯୋଗ ଥିଲେ ମିଳିବ ନାହିଁ LPG, ପଢନ୍ତୁ ଅପଡେଟ୍

March 15, 2026

ଆଜି ଘୋଷଣା ହେବ ବଙ୍ଗଳା ଏବଂ ଆସାମ ସମେତ ପାଞ୍ଚଟି ରାଜ୍ୟର ନିର୍ବାଚନ ତାରିଖ!: ଜାଣନ୍ତୁ ସମୟ

March 15, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026
Latest News

ଓଡିଶା ସାହିତ୍ୟ ଏକାଡେମୀ ତରଫରୁ ପଦ୍ମଶ୍ରୀ ପ୍ରଫେସର ହର୍‍ମାନ କୁଲ୍‍କେଙ୍କ ସ୍ମୃତିସଭା

March 15, 2026

ରାଜ୍ୟସଭା ନିର୍ବାଚନ: ମିଳୁ ନାହାଁନ୍ତି କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, କାରଣ ଦର୍ଶା ନୋଟିସ ଜାରୀ କଲା ଦଳ

March 15, 2026

ଦ୍ଵିତୀୟ ପର୍ଯ୍ୟାୟ ‘’ଉଲ୍ଲାସ” ପରୀକ୍ଷାରେ ଯୋଗ ଦେଲେ ୧୫୦୦ ନିରକ୍ଷର ପୁରୁଷ ଓ ମହିଳା

March 15, 2026

୭୦୦ ରୁ ଅଧିକ ପଦବୀ ପାଇଁ HPCL ରେ ନିଯୁକ୍ତି: ଶୀଘ୍ର କରନ୍ତୁ ଆବେଦନ

March 15, 2026

କାନଭାସରେ ୬୪ ଯୋଗିନୀ, ଆକର୍ଷିତ କରୁଛି ‘ଏକା- ଦି ୱାନ’ ଜାତୀୟ କଳା ପ୍ରଦର୍ଶନୀ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.