Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପାଣ୍ଡିଆନଙ୍କ ରାୟଗଡା ଗସ୍ତର ଦ୍ୱିତୀୟ ଦିନ, ବିଜୁ ଏକ୍ସପ୍ରେସ୍‌ ୱେ ପାଇଁ ୧୫୦୦ କୋଟି ଖର୍ଚ୍ଚ ଅଟକଳ
ବିଶେଷ ଖବର

ପାଣ୍ଡିଆନଙ୍କ ରାୟଗଡା ଗସ୍ତର ଦ୍ୱିତୀୟ ଦିନ, ବିଜୁ ଏକ୍ସପ୍ରେସ୍‌ ୱେ ପାଇଁ ୧୫୦୦ କୋଟି ଖର୍ଚ୍ଚ ଅଟକଳ

June 8, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link
Pandian
ପାଣ୍ଡିଆନଙ୍କ ରାୟଗଡା ଗସ୍ତର ଦ୍ୱିତୀୟ ଦିନ, ବିଜୁ ଏକ୍ସପ୍ରେସ୍‌ ୱେ ପାଇଁ ୧୫୦୦ କୋଟି ଖର୍ଚ୍ଚ ଅଟକଳ

ଭୁବନେଶ୍ୱର: ରାୟଗଡା ଜିଲ୍ଲା ଗସ୍ତର ଦ୍ୱୀତିୟ ଦିନରେ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଆଜି କାଶିପୁର, ପଦ୍ମପୁର, ବିଷମକଟକ ଓ ଗୁଣୁପୁର ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବିକାଶ କାମର ସମୀକ୍ଷା କରିବା ସହିତ ବିଭିନ୍ନ ଧାର୍ମିକ ପୀଠ ପରିଦର୍ଶନ କରିଥିଲେ ଏବଂ ସ୍ଥାନୀୟ ଲୋକଙ୍କ ସହିତ ସେମାନଙ୍କ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ।

କାଶିପୁର ଠାରେ ଶ୍ରୀ ପାଣ୍ଡିଆନ ନୂତନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ନିର୍ମାଣର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ ଏବଂ ତାକୁ ତୁରନ୍ତ ସମ୍ପୂର୍ଣ୍ଣ କରିବା ପାଇଁ ପ୍ରଶାସନକୁ ପରାମର୍ଶ ଦେଇଥିଲେ । ସେଠାରେ ଅବସ୍ଥାପିତ ଡାକ୍ତରମାନଙ୍କ ସହିତ ଆଲୋଚନା କରିବା ସହିତ ସେ ଅଞ୍ଚଳରେ ଉତ୍ତମ ସ୍ୱାସ୍ଥ୍ୟ ସେବା ଯୋଗାଇରେ ସେମାନଙ୍କର ଉଚ୍ଚ ପ୍ରଶଂସା କରିଥିଲେ।

ପରେ କାଶିପୁର ବ୍ଲକର ଖୁରିଗାଁ ସ୍ଥିତ ଆଦିଶକ୍ତି ମିଶନଶକ୍ତି ମା ମାନଙ୍କୁ ଭେଟିଥିଲେ ଏବଂ ସେମାନଙ୍କ ଦ୍ୱାରା ପରିଚାଳିତ ଛତୁ ବିହନ କେନ୍ଦ୍ର ବୁଲି ଦେଖିଥିଲେ। ସେମାନଙ୍କ ସହ ଆଲୋଚନା ସମୟରେ ଶ୍ରୀ ପାଣ୍ଡିଆନ ମିଶନ ଶକ୍ତି ମା ମାନଙ୍କୁ ଉଚ୍ଚ ମୂଲ୍ୟର ବଡ ବଡ ଉଦ୍ୟୋଗ ଆରମ୍ଭ କରିବା ପାଇଁ ପରାମର୍ଶ ଦେଇଥିଲେ ଏବଂ ଏଥିପାଇଁ ସବୁ ପ୍ରକାର ସହାୟତା ସରକାର ଯୋଗାଇଦେବେ ବୋଲି ପ୍ରତିଶୃତି ଦେଇଥିଲେ।

କାଶିପୁର ଅଞ୍ଚଳରେ ଉଚ୍ଚ ଶିକ୍ଷାର ପ୍ରସାର ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବିଶେଷ ଗୁରୁତ୍ୱ ଦେଉଛନ୍ତି ଏବଂ ସେଠାରେ ଏକ କଲେଜ ଖୋଲିବାରେ ରାଜ୍ୟ ସରକାର ଖୁବ୍‌ ଶୀଘ୍ର ନିଷ୍ପତ୍ତି ନେବେ ବେଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ।

ଦକ୍ଷିଣ ଓଡିଶା ଓ ପଶ୍ଚିମ ଓଡିଶାକୁ ସଂଯୁକ୍ତ କରୁଥିବା ଗୁରୁତ୍ୱପୂର୍ଣ୍ଣ ବିଜୁ ଏକ୍ସପ୍ରେସ ୱେ କୁ ଆର୍ଥିକ ବିକାଶର ଏକ ମାଧ୍ୟମ ଭାବରେ ବର୍ଣ୍ଣନା କରି ଶ୍ରୀ ପାଣ୍ଡିଆନ କହିଥିଲେ ଦକ୍ଷିଣ ଓଡିଶାରେ ଏହି ଗୁରୁତ୍ୱପୂର୍ଣ୍ଣ ରାଜପଥର ୩୩୫ କିଲୋମଟିର ମଧ୍ୟରୁ ୧୨୦ କିଲୋମିଟର କେବଳ ରାୟଗଡା ଜିଲ୍ଲା ଦେଇ ଯାଉଛି । ରାୟଗଡା ଜିଲ୍ଲାରେ ଏହି ପ୍ରକଳ୍ପ କାର୍ଯ୍ୟ ଆଗେଇନେବା ପାଇଁ ୧୫୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ ବୋଲି ଶ୍ରୀ ପାଣ୍ଡିଆନ ପ୍ରକାଶ କରିଥିଲେ।

ସେଠାରୁ ସେ ବିଷମକକଟକ ଯାଇ ମିଶନଶକ୍ତି ବ୍ଲକ ଲେବଲ୍‌ ଫେଡେରେସନ୍ ଦ୍ୱାରା ପରିଚାଳିତ ମିଶନ ଶକ୍ତି କାଫେ ବୁଲି ଦେଖିଥିଲେ ଏବଂ ମା ମାନଙ୍କ ସହିତ ଆଲୋଚନା ସମୟରେ ଗ୍ରାହକମାନଙ୍କୁ ଆକର୍ଷିତ କରିବା ପାଇଁ ବିଭିନ୍ନ ପ୍ରକାର ଖାଦ୍ୟ ପ୍ରସ୍ତୁତି ଉପରେ ଗୁରୁତ୍ୱାରୋପ କରିଥିଲେ। ବିଷମକଟକର ଖଜୁରି ଗାଁରେ ଥିବା ନିର୍ମାଣାଧୀନ ପରିବେଶ ପର୍ଯ୍ୟଟନ ପ୍ରକଳ୍ପ ବୁଲି ଦେଖିଥିଲେ ଓ ସେ ଅଞ୍ଚଳରେ ବିକାଶ ସମ୍ପର୍କରେ ସ୍ଥାନୀୟ ଜନସାଧାରଣ ଓ ଅଧିକାରୀ ମାନଙ୍କ ସହିତ ଆଲୋଚନା କରିଥିଲେ।

ପରେ ପରେ ୫-ଟି ସଚିବ ଡଙ୍ଗରିଆ କନ୍ଧ ଭାଇଭଉଣୀମାନଙ୍କ ସହିତ ସେମାନଙ୍କ ଜୀବନଜୀବିକା ସମ୍ପର୍କରେ ଆଲୋଚନା କରିଥିଲେ। ଡଙ୍ଗରିଆ କନ୍ଧମାନଙ୍କ ଦ୍ୱାରା ପ୍ରସ୍ତୁତ କପଡାଗୁଣ୍ଡ ସାଲର ବିଶେଷ ଆଦର ରହିଥିବାରୁ ଏ ସାଲ ତିଆରିରେ ଅଧିକରୁ ଅଧିକ ଯୁବକଯୁବତୀମାନଙ୍କୁ ସାମିଲ କରିବାପାଇଁ ସେ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ।

ଏହା ସହିତ ଡଙ୍ଗରିଆ କନ୍ଧମାନଙ୍କ ଦ୍ୱାରା ଉତ୍ପାଦିତ ସପୁରି, ହଳଦୀ ଓ ତେନ୍ତୁଳି ଆଦି ଉତ୍ପାଦନ ପାଇଁ ଯେପରି ରାଜ୍ୟ ତଥା ଦେଶରେ ଏକ ସୁଦୃଢ ବଜାର ବ୍ୟବସ୍ଥା ହୋଇପାରିବ ସେଦିଗରେ ପଦକ୍ଷେପ ନେବାପାଇଁ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ। ବିଷମକଟକ ଗସ୍ତ ଅବସରରେ ସ୍ଥାନୀୟ ଲୋକ ଏବଂ ବିଭିନ୍ନ ସିଭିଲ ସୋସାଇଟି ସହିତ ସ୍ଥାନୀୟ ସମସ୍ୟା ଓ ତା’ର ସମାଧାନ ବିଷୟରେ ଆଲୋଚନା କରିଥିଲେ।

ବିଷମକଟକ ଅଞ୍ଚଳର ଚାଟିକୋଣା ଶିବ ମନ୍ଦିର ପରିଦର୍ଶନ କରି, ଶ୍ରୀ ପାଣ୍ଡିଆନ ପୂଜାର୍ଚ୍ଚନା କରିଥିଲେ ଏବଂ ମନ୍ଦିରର ବିକାଶ ସମ୍ପର୍କରେ ସେବାୟତ ଓ ଟ୍ରଷ୍ଟ ବୋର୍ଡର ସଦସ୍ୟମାନଙ୍କ ସହ ଆଲୋଚନା କରିଥିଲେ। ସେଠାରୁ ବିଷମକଟକର ଜଗନ୍ନାଥ ମନ୍ଦିର ଓ ନେଳିଆବନ୍ଧ ପରିଦର୍ଶନ କରିଥିଲେ।

ଏ ଦୁଇ ସ୍ଥାନର ବିକାଶ ପାଇଁ ଏକ ମାସ ମଧ୍ୟରେ ଡିପିଆର୍ ପ୍ରସ୍ତୁତ ପାଇଁ ଜିଲ୍ଲାପାଳଙ୍କୁ ପରାମର୍ଶ ଦେଇଥିଲେ। ପରେ ପରେ ଶ୍ରୀ ପାଣ୍ଡିଆନ ପଦ୍ମପୁର ବ୍ଲକକୁ ଯାଇଥିଲେ ଏବଂ ସୌରା ଜନଜାତି ର ପ୍ରସିଦ୍ଧ ମାତ୍ତରବନାମ ମନ୍ଦିର ପରିଦର୍ଶନ କରିଥିଲେ। ଏହି ମନ୍ଦିରର ବିକାଶ କାର୍ଯ୍ୟ ତଫସିଲଭୂକ୍ତ ଜାତି ଓ ଜନଜାତି ବିଭାଗ ତଥା ଜିଲ୍ଲା ପ୍ରଶାସନ ପକ୍ଷରୁ ମିଳିତ ଭାବରେ କରାଯିବ ବୋଲି ଶ୍ରୀ ପାଣ୍ଡିଆନ ଆଲୋଚନା ସମୟରେ ସୂଚନା ଦେଇଥିଲେ।

ପଦ୍ମପୁର ବ୍ଲକର ଖିଲାମୁଣ୍ଡା ଗ୍ରାମପଞ୍ଚାୟତରେ ଥିବା ଆର୍‌ଏମ୍‌ସି ୟାର୍ଡରେ ଚାଷୀମାନଙ୍କୁ ଭେଟିଥିଲେ ଏବଂ ସେମାନଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ। ସେମାନେ ଉତ୍ପାଦନ କରୁଥିବା ବିଭିନ୍ନ ଫସଲ ଓ ଏହାର ବଜାର ବ୍ୟବସ୍ଥା ତଥା ସେ ଅଞ୍ଚଳର ଜଳସେଚନ ବ୍ୟବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ। ପଦ୍ମପୁର ବ୍ଲକ ଅଞ୍ଚଳରେ ଜଳସେଚନ କ୍ଷମତାର ପୂର୍ଣ୍ଣ ଉପୋଯୋଗ ନିମନ୍ତେ ଜଳସେଚନ ବିଭାଗ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ଯୋଜନା କରାଯିବ ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ।

ଗୁଣୁପୁର ଠାରେ ୫-ଟି ସଚିବ ଶ୍ରୀ ପାଣ୍ଡିଆନ ସେଫାଳି ହିଲ୍‌ରେ ଥିବା ଶିବ ମନ୍ଦିର ଯାଇ ପୂଜାର୍ଚ୍ଚନା କରିଥିଲେ ଏବଂ ସେବାୟତ ଓ ମନ୍ଦିରର ଟ୍ରଷ୍ଟ ବୋର୍ଡର ସଦସ୍ୟମାନଙ୍କ ସହ ଆଲୋଚନା କରିଥିଲେ। ଏକ ମାସ ମଧ୍ୟରେ ମନ୍ଦିରର ବିସ୍ତୃତ ବିକାଶ ଯୋଜନା ପ୍ରସ୍ତୁତ କରି ପର୍ଯ୍ୟଟନ ବିଭାଗକୁ ପଠାଇବାପାଇଁ ଶ୍ରୀ ପାଣ୍ଡିଆନ ପରାମର୍ଶ ଦେଇଥିଲେ। ଗୁଣୁପୁର ଇଣ୍ଡୋର ଷ୍ଟାଡିୟମରେ ମିଶନ ଶକ୍ତି ଓ ସ୍ଥାନୀୟ ଜନ ସାଧାରଣଙ୍କୁ ଭେଟି ଥିଲେ। ସେମାନଙ୍କ ଆପତ୍ତି ଅଭିଯୋଗ ଶୁଣିଥିଲେ ଏବଂ ଏହାର ସମାଧାନ ପାଇଁ ତୁରନ୍ତ ପଦକ୍ଷେପ ନିଆଯିବ ବୋଲି କହିଥିଲେ।

ଏହି ଗସ୍ତ ସମୟରେ କ୍ରୀଡା ସଚିବ ଶ୍ରୀ ଆର୍‌. ଭିନିଲ୍‌ କ୍ରିଷ୍ଣା, ରାୟଗଡା ଜିଲ୍ଲାପାଳ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ଭିକେ ପାଣ୍ଡିଆନ ରାୟଗଡା ରାୟଗଡା ଗସ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ଚାଷ କାମ ସାରି ଫେରୁଥିବାବେଳେ ଅଘଟଣ: ବିଦ୍ୟୁତ୍ ଆଘାତରେ ୨ ଚାଷୀ ମୃତ

August 24, 2026

ମା’ଙ୍କୁ ମାରି ଘରେ ପୋତିଦେଲା ପୁଅ, ପଚା ଗନ୍ଧରୁ ଖୋଲିଲା ରହସ୍ୟ

August 24, 2026

ଓଡ଼ିଶା ଲୋକାୟୁକ୍ତ ଚୟନ କମିଟିର ସଦସ୍ୟ ହେଲେ ପୂର୍ବତନ CJI ଜଷ୍ଟିସ୍‌ ଗୋପାଳ ବଲ୍ଲଭ ପଟ୍ଟନାୟକ

August 24, 2026

ଶ୍ରୀମନ୍ଦିରରେ ବଦଳିବ ଦର୍ଶନ ବ୍ୟବସ୍ଥା: ୩-୪ ମାସରେ ଲାଗୁ ହେବ ଧାଡ଼ି ଦର୍ଶନ

August 24, 2026
Latest News

ଏନ୍‌ଆଇସିୟୁରେ ଅଗ୍ନିକାଣ୍ଡ: ୩ ଶିଶୁ ମୃତ

August 24, 2026

ବଡ଼ ମାଓ ଡମ୍ପ୍‌ ଠାବ: ମାଟି ତଳୁ ମିଳିଲା ୨୩ ବନ୍ଧୁକ, ୪୯୨ ଗୁଳି

August 24, 2026

ଚାଷ କାମ ସାରି ଫେରୁଥିବାବେଳେ ଅଘଟଣ: ବିଦ୍ୟୁତ୍ ଆଘାତରେ ୨ ଚାଷୀ ମୃତ

August 24, 2026

ମା’ଙ୍କୁ ମାରି ଘରେ ପୋତିଦେଲା ପୁଅ, ପଚା ଗନ୍ଧରୁ ଖୋଲିଲା ରହସ୍ୟ

August 24, 2026

ଓଡ଼ିଶା ଲୋକାୟୁକ୍ତ ଚୟନ କମିଟିର ସଦସ୍ୟ ହେଲେ ପୂର୍ବତନ CJI ଜଷ୍ଟିସ୍‌ ଗୋପାଳ ବଲ୍ଲଭ ପଟ୍ଟନାୟକ

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.