Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ନବୀନଙ୍କ ସର୍ଜିକାଲ ଷ୍ଟ୍ରାଇକ: ଗଣଶିକ୍ଷା ମନ୍ତ୍ରୀଙ୍କ ପରେ ଏବେ ହଟିଲେ ଉଚ୍ଚଶିକ୍ଷା ମନ୍ତ୍ରୀ, ସଚିବ ମଧ୍ୟ ଗଲେ
ବିଶେଷ ଖବର

ନବୀନଙ୍କ ସର୍ଜିକାଲ ଷ୍ଟ୍ରାଇକ: ଗଣଶିକ୍ଷା ମନ୍ତ୍ରୀଙ୍କ ପରେ ଏବେ ହଟିଲେ ଉଚ୍ଚଶିକ୍ଷା ମନ୍ତ୍ରୀ, ସଚିବ ମଧ୍ୟ ଗଲେ

June 9, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ନବୀନଙ୍କ ସର୍ଜିକାଲ ଷ୍ଟ୍ରାଇକ: ଗଣଶିକ୍ଷା ମନ୍ତ୍ରୀଙ୍କ ପରେ ଏବେ ହଟିଲେ ଉଚ୍ଚଶିକ୍ଷା ମନ୍ତ୍ରୀ, ସଚିବ ମଧ୍ୟ ଗଲେ

ଭୁବନେଶ୍ବର: ଆଜି ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଉପରେ ପଡିଛି ଚଡକ। ଆଜି ଏହି ବିଭାଗର ମନ୍ତ୍ରୀ ଥିବା ରୋହିତ ପୂଜାରୀଙ୍କୁ ମୁଖ୍ୟମନ୍ତୀ ନବୀନ ପଟ୍ଟନାୟକ ହଟାଇ ଦେଇଛନ୍ତି। ଏ ନେଇ ସେ ରାଜ୍ୟପାଳଙ୍କୁ ପତ୍ର ଲେଖିଛନ୍ତି। ସେହି ଅନୁସାରେ ତାଙ୍କୁ ମନ୍ତ୍ରୀ ମଣ୍ଡଳରୁ ବହିସ୍କାରକୁ ରାଜ୍ୟପାଳ ଅନୁମୋଦ କରିଛନ୍ତି।

ରୋହିତ ପୂଜାରୀଙ୍କୁ ହଟାଇବା ପରେ ଏହି ବିଭାଗର ଦାୟିତ୍ବ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କୁ ପ୍ରଦାନ କରାଯାଇଛି। ରୋହିତ ଗତ ବର୍ଷ ଜୁନ ମାସରେ ପ୍ରଥମ ଥର ପାଇଁ ମନ୍ତ୍ରୀ ମଣ୍ଡଳରେ ସାମିଲ ହୋଇଥିଲେ। ହେଲେ ସେ କେତେକ କ୍ଷେତ୍ରରେ ବିବାଦୀୟ ହୋଇପଡିଥିଲେ। ମୁଖ୍ୟତଃ ତାଙ୍କ ବିଭାଗର ଦକ୍ଷତା ନେଇ କୁଆଡେ ମୁଖ୍ୟମନ୍ତୀ ଅସନ୍ତୁଷ୍ଠ ଥିଲେ।

ସେହିପରି ଏହି ବିଭାଗର ସଚିବ ବିଷ୍ଣୁପଦ ସେଠୀଙ୍କୁ ମଧ୍ୟ ରାଜ୍ୟ ସରକାର ବଦଳି କରିଦେଇଛନ୍ତି। ତାଙ୍କୁ ସାଧାରଣ ପ୍ରଶାସନର ଅଫିସର ଅନ ସ୍ପେଶାଲ ଡ୍ୟୁଟି ଭାବେ ବଦଳି କରାଯାଇଛି। ଵିଷ୍ଣୁପଦଙ୍କ ସ୍ଥାନରେ ଆଇଏଏସ୍ ଅରବିନ୍ଦ ଅଗ୍ରୱାଲଙ୍କୁ ଉଚ୍ଚଶିକ୍ଷା ଦାୟିତ୍ୱ ଦିଆଯାଇଛି। ସେହିପରି ଅର୍ଥ ସଚିବ ବିଶାଳ ଦେବଙ୍କୁ ଓଏଚ୍‌ପିସିର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।

ତେବେ ହଠାତ ମୁଖ୍ୟମନ୍ତ୍ରୀ ଏପରି କାହିଁକି ନିଷ୍ପତି ନେଲେ ସେ ନେଇ ବିଭିନ୍ନ ମହଲରେ ଆଶଙ୍କା ସୃଷ୍ଟି ହୋଇଛି। ଏହି ବିଭାଗରେ କିଛି ବଡ ଦୁର୍ନିତି ହୋଇଛି କି ବୋଲି ପ୍ରଶ୍ନ ସୃଷ୍ଟି ହୋଇଛି। ନିକଟରେ ନବୀନ ତାଙ୍କର ଦୁଇ ଜଣ ମନ୍ତ୍ରୀଙ୍କୁ ବିଦା କରିଥିଲେ। ସେମାନେ ହେଲେ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାସ ଏବଂ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ।

ନବୀନଙ୍କ ଏପରି ସର୍ଜିକାଲ ଷ୍ଟ୍ରାଇକ ଦେଖି ଅନ୍ୟ ମନ୍ତ୍ରୀମାନେ ମଧ୍ୟ ପ୍ରମାଦ ଗଣିଲେଣି ବୋଲି ଜଣାପଡିଛି।

ଉଚ୍ଚଶିକ୍ଷା ଉଚ୍ଚଶିକ୍ଷା ମନ୍ତ୍ରୀ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ବିଷ୍ଣୁପଦ ସେଠୀ ରୋହିତ ପୂଜାରୀ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

ବିଜେଡିକୁ ବଡ଼ ଝଟକା: କ୍ରସ୍ ଭୋଟିଂ ମାମଲାରେ ୮ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ ଖାରଜ

June 22, 2026
Latest News

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.