Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»୫ଟି ସଚିବ ପାଣ୍ଡିଆନଙ୍କ କେନ୍ଦୁଝର ଗସ୍ତ, ବିପୁଳ ଜନସମାଗମକୁ ଦେଲେ ଉଦବୋଧନ
ବିଶେଷ ଖବର

୫ଟି ସଚିବ ପାଣ୍ଡିଆନଙ୍କ କେନ୍ଦୁଝର ଗସ୍ତ, ବିପୁଳ ଜନସମାଗମକୁ ଦେଲେ ଉଦବୋଧନ

June 10, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
୫ଟି ସଚିବ ପାଣ୍ଡିଆନଙ୍କ କେନ୍ଦୁଝର ଗସ୍ତ, ବିପୁଳ ଜନସମାଗମକୁ ଦେଲେ ଉଦବୋଧନ

କେନ୍ଦୁଝର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫ଟି ସଚିବ ଶ୍ରୀ ଭି କେ ପାଣ୍ଡିଆନ୍ ଆଜି ଦୁଇ ଦିନିଆ କେଉଁଝର ଗସ୍ତରେ ଯାଇ ପାଟଣା, ଚମ୍ପୁଆ, ଯୋଡ଼ା ବ୍ଲକ ଓ କେନ୍ଦୁଝର ପୌରପାଳିକା ଅନ୍ତର୍ଗତ ବିଭିନ୍ନ ସ୍ଥାନ ଗସ୍ତକରି ବିକାଶମୂଳକ କାର‌୍ୟ୍ୟର ଅଗ୍ରଗତି ସମୀକ୍ଷା କରିବା ସହ ବହୁସଂଖ୍ୟକ ହିତାଧିକାରୀଙ୍କ ସହ ଆଲୋଚନା କରିଛନ୍ତି।

ଖଣି ସମୃଦ୍ଧ ବଡବିଲ ର ପ୍ରଦୂଷଣ ଓ ଟ୍ରାଫିକ ସମସ୍ୟା ଦୂର କରିବା ପାଇଁ ଖୁବ୍ ଶୀଘ୍ର ୧୪୦୦ କୋଟି ଟଙ୍କାର ବଡବିଲ ରିଂ ରୋଡ ପ୍ରକଳ୍ପ ଆରମ୍ଭ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଙ୍କ ନିଷ୍ପତ୍ତି ବିଷୟରେ ଶ୍ରୀ ପାଣ୍ଡିଆନ୍ ସୂଚନା ଦେଇଥିଲେ।

ପ୍ରଥମେ ପାଟଣା ବ୍ଲକର ଭୀମକଣ୍ଡକୁ ୫ଟି ସଚିବ ଯାଇ ସେଠାରେ ଚାଲିଥିବା ପ୍ରକଳ୍ପ କାର‌୍ୟ୍ୟଗୁଡ଼ିକର ସମୀକ୍ଷା କରିଥିଲେ। ଏହି ଅବସରରେ ସେ ଭୀମକଣ୍ଡକୁ ବିଶ୍ୱସ୍ତରୀୟ ପର‌୍ୟ୍ୟଟନସ୍ଥଳୀ ଭାବରେ ବିକଶିତ କରାଯିବା ନେଇ ସେ ସୂଚନା ଦେଇଥିଲେ।

ଏ ସମ୍ପର୍କିତ ବିସ୍ତୃତ ପ୍ରକଳ୍ପ ରିପୋର୍ଟ (ଡିପିଆର) ଯଥାଶୀଘ୍ର ପ୍ରସ୍ତୁତ କରିବାକୁ ସେ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅବସରରେ ସେ ସ୍ଥାନୀୟ ଜନସାଧାରଣଙ୍କ ସହ ଆଲୋଚନା କରିବା ସହ ସେମାନଙ୍କ ସମସ୍ୟା ବିଷୟରେ ଆଲୋଚନା କରିଥିଲେ। ଏଥିରେ ବହୁ ଲୋକଙ୍କର ସମାଗମ ହୋଇଥିଲା।

ସ୍ଥାନୀୟ ଅଞ୍ଚଳର ବିଭିନ୍ନ ମନ୍ଦିର ଏବଂ ମସଜିଦର ପାରିପାର୍ଶ୍ୱିକ ବିକାଶ ନେଇ ଯେଉଁସବୁ ଅନୁରୋଧ ଆସିଛି, ସେ ସବୁ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟିକୁ ଆଣିବେ ବୋଲି ୫ଟି ସଚିବ କହିଥିଲେ।

ଏହାପରେ ୫ଟି ସଚିବ ଚମ୍ପୁଆ ଯାଇ ଚମ୍ପୁଆ ଏନଏସି ସ୍ଥିତ ଜଳ ବିଶୋଧନାଗାର(ଡବ୍ଲୁଟିପି) ପରିଦର୍ଶନ କରିଥିଲେ। ସେଠାରେ ତାଙ୍କୁ ଜାରି ରହିଥିବା ‘ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍’ ପ୍ରକଳ୍ପ ବାବଦରେ ବିସ୍ତୃତ ବିବରଣୀ ପ୍ରଦାନ କରାଯାଇଥିଲା। ଏହି ପ୍ରକଳ୍ପଟି ସଫଳତାର ସହ କାର‌୍ୟ୍ୟକାରୀ ହେଉଥିବା ନେଇ ସେ ସନ୍ତୋଷ ପ୍ରକାଶ କରିଥିଲେ।

ଏହା ବ୍ୟତୀତ ‘ଗ୍ରାମୀଣ ମେଗା ପାଇପ୍ ଜଳ ଯୋଗାଣ’ ପ୍ରକଳ୍ପ ଚଳିତ ବର୍ଷ ଧାର‌୍ୟ୍ୟ ସମୟସୀମା ମଧ୍ୟରେ ଶେଷ ହେଉଥିବା ବିଷୟ ରେ ତାଙ୍କୁ ଅଧିକାରୀମାନେ ଅବଗତ କରିଥିଲେ।

ଏହି ଅବସରରେ ୫ ଟି ସଚିବ ‘ଜଳ ସାଥୀ’ମାନଙ୍କ ସହ ଆଲୋଚନା କରିବା ସହ ଜନସାଧାରଣଙ୍କ ହିତପାଇଁ ସେମାନଙ୍କ କାର୍ଯ୍ୟ ବେଶ୍ ଗୁରୁତ୍ୱବହନ କରୁଛି ବୋଲି କହିଥିଲେ। ପରେ ସେ ନେହେରୁ ଷ୍ଟାଡିୟମରେ ଏକ ସ୍ଥାନୀୟ ସମାବେଶକୁ ସମ୍ବୋଧିତ କରିଥିଲେ।

ସେଠାରେ ଫ୍ଲୁଡ୍ ଲାଇଟର ବ୍ୟବସ୍ଥା ଆଗାମୀ ୭ ଦିମ ମଧ୍ୟରେ କରାଯିବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି। ଏଥିସହ ପାନୀୟ ଜଳ ଏବଂ କୃଷକମାନଙ୍କର ସମସ୍ୟାକୁ ତୁରନ୍ତ ସମାଧାନ କରାଯିବ ବୋଲି ସେ ଆଶ୍ୱାସନା ଦେଇଛନ୍ତି। ଏନେଇ ୭ ଦିନ ମଧ୍ୟରେ ରିପୋର୍ଟ ପ୍ରସ୍ତୁତ କରିବାକୁ ସେ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

pandian ପାଣ୍ଡିଆନ
Share. Facebook Twitter LinkedIn Email WhatsApp Copy Link

Related Posts

ହରମୁଜ୍ ସଙ୍କଟ ମଧ୍ୟରେ ଡୋନାଲ୍ଡ ଟ୍ରମ୍ପ୍ ଙ୍କ ବଡ଼ ନିଷ୍ପତ୍ତି: ରୁଷରୁ ତେଲ କିଣିବା ଜାରି ରଖିବ ଭାରତ

April 18, 2026

ଶିଖରଚଣ୍ଡୀରେ ଦନ୍ତା ଉତ୍ପାତ

April 18, 2026

ଗଞ୍ଜାମରେ ଓଲଟିଲା ବସ୍‌

April 18, 2026

ଗୋଟିଏ ଦିନରେ ୫୦.୫ ଲକ୍ଷରୁ ଅଧିକ ସିଲିଣ୍ଡର ବିତରଣ କରାଯାଇଛି: କେନ୍ଦ୍ର ସରକାର

April 18, 2026
Latest News

‘ମହିଳା ସଂରକ୍ଷଣ ଆଳରେ କ୍ଷମତାରେ ରହିବା ପାଇଁ ଷଡଯନ୍ତ୍ର’: ବିଜେପି ଉପରେ ବର୍ଷିଲେ ପ୍ରିୟଙ୍କା

April 18, 2026

‘ବିଜେପି ପ୍ରାର୍ଥୀଙ୍କ ପାଇଁ ପୋଷ୍ଟର ବାଣ୍ଟୁଛନ୍ତି ସିଆରପିଏଫ’: ଗମ୍ଭୀର ଅଭିଯୋଗ ଆଣିଲା ଟିଏମସି

April 18, 2026

ମହିଳା ସଂରକ୍ଷଣ ବିଲ୍ ଉପରେ ଅପର୍ଣ୍ଣା ଯାଦବଙ୍କ ଆକ୍ରୋଶ: ଜାଲିଲେ ଏସପି ଏବଂ କଂଗ୍ରେସର ପତାକା

April 18, 2026

ହରମୁଜ୍ ସଙ୍କଟ ମଧ୍ୟରେ ଡୋନାଲ୍ଡ ଟ୍ରମ୍ପ୍ ଙ୍କ ବଡ଼ ନିଷ୍ପତ୍ତି: ରୁଷରୁ ତେଲ କିଣିବା ଜାରି ରଖିବ ଭାରତ

April 18, 2026

ପାଖେଇଲା ଅକ୍ଷୟ ତୃତୀୟା ଜାଣନ୍ତୁ ଏହି ଦିନ କିପରି ଓ କେମିତି କରାଯାଏ ପୂଜା

April 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.