Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଏଣିକି ଡ୍ରାଇଭର ବା କର୍ମଚାରୀଙ୍କ ଦୁର୍ଘଟଣାରେ ମୃତ୍ୟୁ ହେଲେ ମିଳିବ ୪ ଲକ୍ଷ ଟଙ୍କାର ଅନୁକମ୍ପା ରାଶି
ବିଶେଷ ଖବର

ଏଣିକି ଡ୍ରାଇଭର ବା କର୍ମଚାରୀଙ୍କ ଦୁର୍ଘଟଣାରେ ମୃତ୍ୟୁ ହେଲେ ମିଳିବ ୪ ଲକ୍ଷ ଟଙ୍କାର ଅନୁକମ୍ପା ରାଶି

June 12, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
Transport
ଏଣିକି ଡ୍ରାଇଭର ବା କର୍ମଚାରୀଙ୍କ ଦୁର୍ଘଟଣାରେ ମୃତ୍ୟୁ ହେଲେ ମିଳିବ ୪ ଲକ୍ଷ ଟଙ୍କାର ଅନୁକମ୍ପା ରାଶି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଓଡ଼ିଶା ମୋଟରଯାନ ଡ୍ରାଇଭର ଓ କର୍ମଚାରୀ କଲ୍ୟାଣ ଯୋଜନା-୨୦୨୩ର ଅନୁମୋଦନ ଏବଂ କଲ୍ୟାଣ ବୋର୍ଡ ଗଠନକୁ ସ୍ୱୀକୃତି ପ୍ରଦାନ କରିବା ପରେ ରାଜ୍ୟ ଜଳସଂପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି।

ଆଜି ସନ୍ଧ୍ୟାରେ ସୂଚନା ଓ ଲୋକସଂପର୍କ ବିଭାଗ ସମ୍ମିଳନୀ କକ୍ଷରେ ଯୋଜନାକୁ ଶୁଭାରମ୍ଭ କରି ମନ୍ତ୍ରୀ ଶ୍ରୀମତୀ ସାହୁ ଗଣମାଧ୍ୟମ ପ୍ରତିନିଧି ଏବଂ ମୋଟରଯାନ ଚାଳକ ସଂଘର କର୍ମକର୍ତ୍ତାମାନଙ୍କୁ ଉଦ୍‌ବୋଧନ ଦେଇ କହିଲେ ଯେ ମୋଟରଯାନ ଡ୍ରାଇଭର ଏବଂ ଅନ୍ୟାନ୍ୟ ମୋଟରଯାନ କର୍ମଚାରୀମାନଙ୍କ ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଏହି କଲ୍ୟାଣ ଯୋଜନା କାର୍ଯ୍ୟକାରୀ କରାଯାଇଛି।

ଏହି ଯୋଜନା କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବୋର୍ଡକୁ ପ୍ରାରମ୍ଭିକ ଭାବେ ଅନୁଦାନ ପ୍ରଦାନ କରାଯିବ । ପରବର୍ତ୍ତୀ ସମୟରେ ବୋର୍ଡ ପଞ୍ଜୀକରଣ ଶୁÂ, ଯାନ ମାଲିକଙ୍କ ଅବଦାନ ଏବଂ ଅନ୍ୟାନ୍ୟ ଉତ୍ସରୁ ପାଣ୍ଠି ସଂଗ୍ରହ କରି ଏହି ଯୋଜନାକୁ ପରିଚାଳନା କରିବ।

ମନ୍ତ୍ରୀ ଶ୍ରୀମତୀ ସାହୁ ଆହୁରି ମଧ୍ୟ କହିଲେ ଯେ ଏହି ଯୋଜନାରେ ଦୁର୍ଘଟଣାଜନିତ ଡ୍ରାଇଭର/କର୍ମଚାରୀଙ୍କ ମୃତୁ୍ୟ କ୍ଷେତ୍ରରେ ତାଙ୍କ ଦ୍ୱାରା ମନୋନୀତ ବ୍ୟକ୍ତିଙ୍କ ପାଇଁ ୪ ଲକ୍ଷ ଟଙ୍କା, ଅତି ଗଭୀର ଆଘାତ କ୍ଷେତ୍ରରେ ୮୦ ହଜାର ଟଙ୍କାର ସହାୟତା ରାଶି ପ୍ରଦାନର ବ୍ୟବସ୍ଥା କରାଯାଇଛି। ସେହିପରି ସ୍ଥାୟୀ ଭାବେ ଅକ୍ଷମତା ପାଇଁ ଡ୍ରାଇଭର କିମ୍ବା କର୍ମଚାରୀଙ୍କ ପାଇଁ ଦେଢ଼ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ପ୍ରଦାନର ବ୍ୟବସ୍ଥା କରାଯାଇଛି।

ଏଥି ସହିତ ସ୍ୱାଭାବିକ ମୃତ୍ୟୁ କ୍ଷେତ୍ରରେ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନର ବ୍ୟବସ୍ଥା ରହିଛି। ମୋଟରଯାନ ଡ୍ରାଇଭର ଓ କର୍ମଚାରୀମାନେ ମଧ୍ୟ ରାଜ୍ୟ ସରକାରଙ୍କ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା, ମଧୁବାବୁ ପେନ୍‌ସନ୍‌ ଯୋଜନା ଆଦିରେ ଯୋଗ୍ୟତା ଅନୁଯାୟୀ ଅନ୍ତର୍ଭୁକ୍ତ ହେବେ। ଏଥି ନିମନ୍ତେ ଗଠିତ ହେବାକୁ ଥିବା କଲ୍ୟାଣ ବୋର୍ଡରେ ସରକାରୀ ସଦସ୍ୟଙ୍କ ସହିତ ମୋଟରଯାନ ଡ୍ରାଇଭର/କର୍ମଚାରୀମାନଙ୍କ ପ୍ରତିନିଧି ସଦସ୍ୟ ରହିବେ। ଏହି ଯୋଜନା କାର୍ଯ୍ୟକାରୀ ହେବା ଦ୍ୱାରା ରାଜ୍ୟର ୫ ଲକ୍ଷରୁ ଊଦ୍ଧ୍ୱର୍ ମୋଟରଯାନ ଡ୍ରାଇଭର ଓ କର୍ମଚାରୀ ଉପକୃତ ହେବେ ବୋଲି ମନ୍ତ୍ରୀ ଶ୍ରୀମତୀ ସାହୁ କହିଛନ୍ତି।

ରାଜ୍ୟ ପରିବହନ ଆୟୁକ୍ତ ଶ୍ରୀ ଅମିତାଭ ଠାକୁର ଯୋଜନାର ବିଭିନ୍ନ ଦିଗ ସଂପର୍କରେ ଗଣମାଧ୍ୟମ ପ୍ରତିନିଧି ଓ ଉପସ୍ଥିତ ଡ୍ରାଇଭର/କର୍ମଚାରୀ ସଂଘର କମକର୍ତ୍ତାଙ୍କୁ ବିଶଦ ସୂଚନା ଦେଇଥିଲେ। ଏହି ଅବସରରେ ବାଣିଜ୍ୟ ଓ ପରିବହନ ବିଭାଗର ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

driver ଓଡିଶା ଡ୍ରାଇଭର ମହାସଂଘ ଡ୍ରାଇଭର
Share. Facebook Twitter LinkedIn Email WhatsApp Copy Link

Related Posts

କଂଗ୍ରେସ ସାଂସଦ ପାପୁ ଯାଦବଙ୍କ ହାଜର ହେବ ପୂର୍ବରୁ ପାଟନା ସିଭିଲ୍ କୋର୍ଟକୁ ପୁଣି ଥରେ ବୋମା ଧମକ

February 12, 2026

ଲାଲକିଲ୍ଲା ବିସ୍ଫୋରଣରେ ଜୈଶ-ଏ-ମହମ୍ମଦର ହାତ: UNSC ରିପୋର୍ଟକୁ ପାକିସ୍ତାନର ଆପତ୍ତି

February 12, 2026

ଶ୍ରମ କୋଡକୁ ବିରୋଧ କରୁଥିବା ଶ୍ରମିକ ସଂଗଠନର ନେତାମାନଙ୍କୁ ସମାଲୋଚନା କଲା ବିଜେପି

February 12, 2026

୨୦ତମ ଭବ୍ୟ ତୋଷାଳି ସ୍ଵଦେଶୀ ମେଳା ପାଇଁ ସାମ୍ବାଦିକ ସମ୍ମିଳନୀ

February 12, 2026
Latest News

“କୌଣସି ବର୍ଗକୁ ଅପମାନ କରିବା ଭୁଲ”: “ଘୁଷଖୋର ପଣ୍ଡିତ” ର ନିର୍ମାତାଙ୍କୁ କଡ଼ା ଭର୍ତ୍ସନା କଲେ ସୁପ୍ରିମକୋର୍ଟ

February 12, 2026

ରାହୁଲ ଗାନ୍ଧୀଙ୍କ ଲୋକସଭା ସଦସ୍ୟତା ସମାପ୍ତ ହେବ କି?: ଲୋକସଭାରେ ପ୍ରସ୍ତାବ ଦେଲେ ବିଜେପି ସାଂସଦ 

February 12, 2026

କଂଗ୍ରେସ ସାଂସଦ ପାପୁ ଯାଦବଙ୍କ ହାଜର ହେବ ପୂର୍ବରୁ ପାଟନା ସିଭିଲ୍ କୋର୍ଟକୁ ପୁଣି ଥରେ ବୋମା ଧମକ

February 12, 2026

‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧମକ, ବାଚସ୍ପତିଙ୍କୁ ଦୁର୍ବ୍ୟବହାର’: ବିରୋଧୀଙ୍କ ହଟ୍ଟଗୋଳର ଭିଡିଓ ଜାରି କଲେ ରିଜିଜୁ

February 12, 2026

ଲାଲକିଲ୍ଲା ବିସ୍ଫୋରଣରେ ଜୈଶ-ଏ-ମହମ୍ମଦର ହାତ: UNSC ରିପୋର୍ଟକୁ ପାକିସ୍ତାନର ଆପତ୍ତି

February 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.