Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆୟୁବ ଖାଁ ମଲଟି ସ୍ପେସାଲିଟ୍ ହସ୍‌ପିଟାଲକୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ବିଶେଷ ଖବର

ଆୟୁବ ଖାଁ ମଲଟି ସ୍ପେସାଲିଟ୍ ହସ୍‌ପିଟାଲକୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

June 13, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Balangir
ଆୟୁବ ଖାଁ ମଲଟି ସ୍ପେସାଲିଟ୍ ହସ୍‌ପିଟାଲକୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ଜରିଆରେ ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ଠାରେ ଆୟୁବ ଖାଁ ମଲଟି ସ୍ପେସାଲିଟ ହସ୍ପିଟାଲ୍ ଉଦଘାଟନ କରିଛନ୍ତି।

ଏହା ଦ୍ୱାରା ବଲାଙ୍ଗୀର ଜିଲ୍ଲା ବିଶେଷ କରି କଣ୍ଟାବାଞ୍ଜି ଓ ଟିଟିଲାଗଡ ଅଞ୍ଚଳର ଲୋକମାନେ ଉନ୍ନତମାନର ସ୍ୱାସ୍ଥ୍ୟ ସେବା ପାଇ ପାରିବେ। ଏଥିପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ବିଶିଷ୍ଟ ଜନନେତା ତଥା ସମାଜସେବୀ ଆୟୁବ ଖାଁ ଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୋ ସରକାରର ନୀତି ହେଉଛି ପ୍ରତ୍ୟେକ ଜୀବନ ମୂଲ୍ୟବାନ। ଏଥି ଆଦର୍ଶରେ ଆମେ କାମ କରୁଛୁ ଏବଂ ସମାଜର ସବୁଠାରୁ ଗରିବ ଲୋକକୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ କାମ କରୁଛୁ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଗତ ଦଶ ବର୍ଷ ମଧ୍ୟରେ ରାଜ୍ୟରେ ସ୍ୱାସ୍ଥ୍ୟ ସେବ କ୍ଷେତ୍ରରେ ରୂପାନ୍ତର ଆସିଛି । ନୂଆ ନୂଆ ମେଡିକାଲ କଲେଜ ସ୍ଥାପନ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଓ ନିରାମୟ ଆଦି ଯୋଜନାର କାର୍ଯ୍ୟକାରିତା ଯୋଗୁ ଗରୀବ ଲୋକମାନେ ବିନା ମୂଲ୍ୟରେ ଉତ୍ତମ ଚିକତ୍ସା ଓ ଔଷଧ ପାଇ ପାରୁଛନ୍ତି।

ବଲାଙ୍ଗୀରରେ ସନ୍ଥ ଭୀମଭୋଇ ମେଡିକାଲ କଲେଜ ସହିତ ରାଜ୍ୟରେ ୮ଟି ନୂଆ ମେଡିକାଲ କଲେଜ ସ୍ଥାପନ ଦ୍ୱାରା ରାଜ୍ୟରେ ସ୍ୱାସ୍ଥ୍ୟ ଭିତ୍ତିଭୂମି ଉନ୍ନତ ହୋଇଛି ବୋଲି ସେ କହିଥିଲେ।

ପ୍ରତି ବର୍ଷ ଏବେ ରାଜ୍ୟରୁ ୨୦୦୦ରୁ ଆଧିକ ଡକ୍ଟର ବାହାରୁଛନ୍ତି ବୋଲି ପ୍ରକାଶ କରିବା ସହିତ ଚଳିତ ବର୍ଷ ଶେଷ ସୁଦ୍ଧା ରାଜ୍ୟର ସମସ୍ତ ଡାକ୍ଟର ପଦବୀ ପୂରଣ କରାଯିବ ବୋଲି ସେ କହିଥିଲେ।

ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ, ଯୋଜନା ଓ ସଂଯୋଜନ ମନ୍ତ୍ରୀ ଶ୍ରୀ ରାଜେନ୍ଦ୍ର ପ୍ରସାଦ ଢୋଲକିଆ, ହସ୍ତତନ୍ତ୍ର, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ରୀତା ସାହୁ, ସାଂସଦ ଶ୍ରୀ ବସନ୍ତ ପଣ୍ଡା, ସାଂସଦ ଶ୍ରୀ ନିରଞ୍ଜନ ବିଶି ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

ନବୀନ ପଟ୍ଟନାୟକ ବଲାଙ୍ଗୀର
Share. Facebook Twitter LinkedIn Email WhatsApp Copy Link

Related Posts

ଚମକିଲେ ସଞ୍ଜୁ: ୱେଷ୍ଟଇଣ୍ଡିଜକୁ ହରାଇ ଷଷ୍ଠ ଥର ପାଇଁ ବିଶ୍ଵକପ ସେମିଫାଇନାଲରେ ପହଞ୍ଚିଲା ଭାରତ

March 1, 2026

ଚ଼ିଲିକା ସାହିତ୍ୟ ସମାଜର ବାର୍ଷିକୋତ୍ସବ: ଶତାଧିକ କବିଙ୍କ ସ୍ଵରଚିତ କବିତା ଆବୃତ୍ତି

March 1, 2026

୫୪ତମ ରାଜ୍ୟ ପୋଲିସ ବନ୍ଧୁକ ଚାଳନା ପ୍ରତିଯୋଗିତା ଉଦ୍‌ଯାପିତ

March 1, 2026

ପୁରୀରେ ଏଚପିଭି ଟିକାକରଣର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ

March 1, 2026
Latest News

ଚମକିଲେ ସଞ୍ଜୁ: ୱେଷ୍ଟଇଣ୍ଡିଜକୁ ହରାଇ ଷଷ୍ଠ ଥର ପାଇଁ ବିଶ୍ଵକପ ସେମିଫାଇନାଲରେ ପହଞ୍ଚିଲା ଭାରତ

March 1, 2026

ଚ଼ିଲିକା ସାହିତ୍ୟ ସମାଜର ବାର୍ଷିକୋତ୍ସବ: ଶତାଧିକ କବିଙ୍କ ସ୍ଵରଚିତ କବିତା ଆବୃତ୍ତି

March 1, 2026

ମଦୁରାଇରେ ୪,୪୦୦ କୋଟିରୁ ଅଧିକ ମୂଲ୍ୟର ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 1, 2026

୫୪ତମ ରାଜ୍ୟ ପୋଲିସ ବନ୍ଧୁକ ଚାଳନା ପ୍ରତିଯୋଗିତା ଉଦ୍‌ଯାପିତ

March 1, 2026

ପୁରୀରେ ଏଚପିଭି ଟିକାକରଣର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ

March 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.