Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପାଚିକା -ସହାୟିକାମାନଙ୍କୁ ଭତ୍ତା ବାଣ୍ଟିଲେ ମୁଖମନ୍ତ୍ରୀ: ୧୧୭.୭୩ କୋଟିର ଆର୍ଥିକ ସହାୟତା ଓ  ଶାଢ଼ି ପାଇଁ ୫.୪୫ କୋଟି
ବିଶେଷ ଖବର

ପାଚିକା -ସହାୟିକାମାନଙ୍କୁ ଭତ୍ତା ବାଣ୍ଟିଲେ ମୁଖମନ୍ତ୍ରୀ: ୧୧୭.୭୩ କୋଟିର ଆର୍ଥିକ ସହାୟତା ଓ  ଶାଢ଼ି ପାଇଁ ୫.୪୫ କୋଟି

June 13, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନରେ ରାଜ୍ୟର ବିଦ୍ୟାଳୟ ଗୁଡିକରେ ନିୟୋଜିତ ଥିବା ପାଚିକା-ସହାୟିକା ମାନଙ୍କ ପାଇଁ  ୧୧୭.୭୩ କୋଟି  ଟଙ୍କାର ଆର୍ଥିକ ସହାୟତା ମଞ୍ଜୁର କରିଥିବା ବେଳେ ଶାଢ଼ି ପାଇଁ ଭତ୍ତା ମଧ୍ୟ ପ୍ରଦାନ କରିଛନ୍ତି। ଆର୍ଥିକ ସହାୟତା ଭାବେ ୧୧୭.୭୩ କୋଟି ଟଙ୍କା ମଞ୍ଜୁର କରାଯାଇଛି ଏବଂ ପ୍ରତ୍ୟେକ ପାଚିକା ଓ ସହାୟିକାଙ୍କୁ ସାଢି ପାଇଁ ୫୦୦ ଟଙ୍କା ଲେଖାଏ ଭତ୍ତା ପ୍ରଦାନ କରାଯାଇଛି। ରାଜ୍ୟର ଏକ ଲକ୍ଷ ନଅ ହଜାର ପାଚିକାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୫.୪୫ କୋଟି ଟଙ୍କା ପ୍ରଦାନ କରାଯାଇଛି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଉଦ୍‌ବୋଧନ ଦେଇ କହିଛନ୍ତି ଯେ, ପିଲାମାନଙ୍କ ମଧ୍ୟରେ ଶିକ୍ଷାର ପ୍ରସାର ତଥା ପୃଷ୍ଟି ନିରାପତ୍ତା ପାଇଁ ମଧ୍ୟାହ୍ନ ଭୋଜନର ଭୂମିକା ବହୁତ ଗୁରୁତ୍ୱପୂର୍ଣ୍ଣ । ପାଚିକା ଓ ସହାୟିକାମାନେ ଏହି ଗୁରୁ ଦାୟିତ୍ୱ ବହନ କରୁଛନ୍ତି। ୫୦ ହଜାର ରୁ ଅଧିକ ସ୍କୁଲରେ ୪୫ ଲକ୍ଷରୁ ଅଧିକ ପିଲା ପଢୁଛନ୍ତି। ଆପଣମାନେ ମା ପରି ଏ ସବୁ ପିଲାମାନଙ୍କର ଖାଇବା ଦାୟିତ୍ୱ ନେଇଛନ୍ତି। ତେଣୁ ସାରା ସମାଜ ଆପଣମାନଙ୍କ ନିକଟରେ ଋଣୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
୪୭୩୦ ମିଶନ ଶକ୍ତି ଗୋଷ୍ଠୀଙ୍କ ଜରିଆରେ ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମ ଚାଲିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଅନ୍ୟାନ୍ୟ ସବୁ ଦାୟିତ୍ୱ ପରି ଏ ଦାୟିତ୍ୱ ମଧ୍ୟ ଆପଣମାନେ ଭଲ ଭାବରେ ପାଳନ କରୁଛନ୍ତି। ମିଶନ ଶକ୍ତିର ସୁନାମ ଦିନକୁ ଦିନ ବଢି ଚାଲିଛି ବୋଲି ମନ୍ତବ୍ୟ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମିଶନ ଶକ୍ତି ଜରିଆରେ ମା ମାନଙ୍କ ସଶକ୍ତିକରଣ ପାଇଁ ଉଦ୍ୟମ ଜାରି ରହିବ।
ପାଚିକା ଓ ସହାୟିକାମାନଙ୍କୁ ଖାଦ୍ୟ ଓ ସ୍ୱଚ୍ଛତା ସମ୍ପର୍କରେ ତାଲିମ ଦିଆଯାଇଛି ବୋଲି ପ୍ରକାଶ କରି ସେମାନେ ମଧ୍ୟାହ୍ନ ଭୋଜନରେ ସ୍ୱଚ୍ଛତା ଓ ଖାଦ୍ୟ ସୁରକ୍ଷା ବଜାୟ ରଖିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ।
ଏହି ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି  ଅଭିଭାଷଣ ଦେଇ ରାଜ୍ୟରେ ଚାଲିଥିବା ମଧ୍ୟାନ୍ନ ଭୋଜନ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋକପାତ କରିଥିଲେ। ବିଦ୍ୟାଳୟ ଗୁଡିକରେ ଉପସ୍ଥାପନ ଓ ପୃଷ୍ଟିହୀନତା ଦୂର କରିବାରେ  ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଥିଲେ।
ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ସଚିବ ଅଶ୍ୱଥି. ଏସ୍.  ସ୍ୱାଗତ ଭାଷଣ ଦେଇଥିଲେ ଏବଂ ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମର ନୋଡାଲ ଅଫିସର ଧନ୍ୟବାଦ ଅର୍ପଣ କରିଥିଲେ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ୫୦,୮୬୨ଟି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୪୫.୫୦ ଲକ୍ଷ ଛାତ୍ରଛାତ୍ରୀ ଉପକୃତ ହେଉଛନ୍ତି। ୪୭୩୦ ମିଶନ ଶକ୍ତି ଗୋଷ୍ଠୀର ୧.୦୯ ଲକ୍ଷ ପାଚିକା ଓ ସହାୟିକାମାନେ ମଧ୍ୟାହ୍ନ ଭୋଜନ ପ୍ରସ୍ତୁତିରେ ସାମିଲ ଅଛନ୍ତି । ପୂର୍ବରୁ ୨୦୧୭-୧୮ ମସିହାରେ ସେମାନଙ୍କ ପାଇଁ  ଶାଢ଼ି ଭତ୍ତା ବାବଦରେ ଜଣ ପିଛା ୨୫୦ ଟଙ୍କା ମଞ୍ଜୁର କରାଯାଇଥିଲା।
ଆର୍ଥିକ ସହାୟତା ନବୀନ ପଟ୍ଟନାୟକ ପାଚିକା -ସହାୟିକା ଲୋକସେବା ଭବନ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କ ଚିଠିର ପ୍ରଭାବ: ନୂଆ ଅମୃତ ଭାରତ ଟ୍ରେନକୁ ଅନୁମୋଦନ କଲେ ରେଳମନ୍ତ୍ରୀ

March 12, 2026

ବଡ଼ କୂଟନୈତିକ ସଫଳତା!: ଭାରତୀୟ ତୈଳ ଜାହାଜକୁ ଅନୁମତି ଦେଲା ଇରାନ

March 12, 2026

ମଧ୍ୟପୂର୍ବ ଯୁଦ୍ଧର ପ୍ରଭାବ: ବିଶ୍ୱ ତେଲ ଓ ଗ୍ୟାସ ଯୋଗାଣ ଉପରେ ବଢ଼ୁଛି ସଙ୍କଟ

March 12, 2026

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026
Latest News

“ଦୁଇ ଦିନ ମଧ୍ୟରେ ପର୍ଦ୍ଦାଫାସ କରିବି”: ରାହୁଲଙ୍କୁ ଭେଟି ବିମାନ ଦୁର୍ଘଟଣା ସମ୍ପର୍କରେ କହିଲେ ରୋହିତ ପାୱାର

March 12, 2026

ମୁଖ୍ୟମନ୍ତ୍ରୀଙ୍କ ଚିଠିର ପ୍ରଭାବ: ନୂଆ ଅମୃତ ଭାରତ ଟ୍ରେନକୁ ଅନୁମୋଦନ କଲେ ରେଳମନ୍ତ୍ରୀ

March 12, 2026

ବଡ଼ କୂଟନୈତିକ ସଫଳତା!: ଭାରତୀୟ ତୈଳ ଜାହାଜକୁ ଅନୁମତି ଦେଲା ଇରାନ

March 12, 2026

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.