ବସିଲା ରଥଯାତ୍ରା ସମନ୍ବୟ କମିଟ ବୈଠକ, ଠିକ ସମୟରେ ନୀତି କରିବାକୁ ନବୀନଙ୍କ ପରାମର୍ଶ

Published: Jun 13, 2023, 10:15 pm IST

ଭୁବନେଶ୍ବର: ଆଜି ରଥଯାତ୍ରା ଶେଷ ସମନ୍ବୟ କମିଟ ବୈଠକ ଆୟୋଜିତ ହୋଇଯାଇଛି। ପୁରୀରେ ହୋଇଥିବା ଏହି ବୈଠକରେ ଭିଡିଓ କନଫ୍ରେସିଂ ମାଧ୍ୟମରେ ଅଧ୍ୟକ୍ଷତା କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଯାହା କହିଥିଲେ ତାହା ହେଲା, ମହାପ୍ରଭୂ ଓଡିଆ ଜାତିର ଶ୍ରେଷ୍ଠ ପରିଚୟ। ମହାପ୍ରଭୂଙ୍କ ରଥଯାତ୍ରାକୁ ସାରା ବିଶ୍ୱ ଚାହିଁ ରହିଥାଏ। ମହାପ୍ରଭୂଙ୍କ ରଥଯାତ୍ରା ସୁରୁଖୁରୁ ରେ ଶେଷ କରିବା ଆମ ସମସ୍ତଙ୍କ ଦାୟିତ୍ୱ ।

• ଠିକ୍ ସମୟରେ ମହାପ୍ରଭୂଙ୍କ ନୀତି ପାଳନ କରାଯିବା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ।

• ପୁରୀକୁ ଆସୁଥିବା ଭକ୍ତମାନଙ୍କ ସୁରକ୍ଷା ଓ ଅନ୍ୟ ସୁବିଧା ପାଇଁ ସ୍ୱତନ୍ତ୍ର ଧ୍ୟାନ ଦିଆଯିବା ଦରକାର।

• ଏ ବର୍ଷ ଗ୍ରୀଷ୍ମ ପ୍ରବାହ କୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବା ଦରକାର।

• ଦେଶ ,ବିଦେଶରୁ ଆସୁଥିବା ଭକ୍ତମାନେ ଯେପରି ଭଲ ଅନୁଭବ ନେଇ ଫେରିବେ ସେଥିପ୍ରତି ଆମେ ବିଶେଷ ଧ୍ୟାନ ଦେବା ଦରକାର।

RathYatra

ପୁରୀର ଜନସାଧାରଣ, ମହାପ୍ରଭୂଙ୍କ ସେବାୟତ, ପ୍ରଶାସନ ପୁଲିସ ସମସ୍ତେ ସେବା ଓ ସମର୍ପଣ ମନୋଭାବ , ମହାପ୍ରଭୂଙ୍କ ଏ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ସଫଳ କରିବ। ମହାପ୍ରଭୂଙ୍କ ଆଶୀର୍ବାଦ ସବୁବେଳେ ଆମ ସାଥୀରେ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି ବୈଠକରେ ଆଇନମନ୍ତ୍ରୀ ଶକ୍ତିମନ୍ତ୍ରୀ, ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ, ମୁଖ୍ୟ ଶାସନ, ଉନ୍ନୟନ କମିଶନର, ପୋଲିସ ଡିଜି ପ୍ରମୁଖ ଯୋଗ ଦେଇଥିଲେ।

Related posts