Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମହିମା ପୀଠର ହେବ ସମ୍ପୂର୍ଣ୍ଣ ରୁପାନ୍ତର: ୧୧୨ କୋଟି ଟଙ୍କାର ପ୍ରକଳ୍ପ ପ୍ରସ୍ତାବ
ବିଶେଷ ଖବର

ମହିମା ପୀଠର ହେବ ସମ୍ପୂର୍ଣ୍ଣ ରୁପାନ୍ତର: ୧୧୨ କୋଟି ଟଙ୍କାର ପ୍ରକଳ୍ପ ପ୍ରସ୍ତାବ

June 15, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଢେଙ୍କାନାଳ ଜିଲ୍ଲା ଯୋରନ୍ଦା ମହିମା ଗାଦି ପୀଠର ହେବ ସମ୍ପୂର୍ଣ୍ଣ ରୁପାନ୍ତର। କାୟାକଳ୍ପରେ ଆସିବ ପୁରା ପରିବର୍ତ୍ତନ। ଗତ ମେ ୨୯ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ ୫ଟି ସଚିବ ଭି କେ ପାଣ୍ଡିଆନ୍ ମହିମା ପୀଠ ପରିଦର୍ଶନ କରି ସାଧୁ ସନ୍ଥ ଓ ଭକ୍ତ ମାନଙ୍କ ସହିତ ପୀଠର ସମ୍ପୂର୍ଣ୍ଣ ରୁପାନ୍ତର ବିଷୟରେ ଆଲୋଚନା କରିଥିଲେ ଏବଂ ୧୫ ଦିନ ଭିତରେ ପ୍ରକଳ୍ପ ରିପୋର୍ଟ ଦେବା ପାଇଁ ପରାମର୍ଶ ଦେଇଥିଲେ।

ଏହି ପରାମର୍ଶ ଅନୁସାରେ ଜିଲ୍ଲାପାଳ ଆଜି ୧୧୨ କୋଟି ଟଙ୍କାର ପ୍ରକଳ୍ପ ପ୍ରସ୍ତାବ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ନିମନ୍ତେ ଉପସ୍ଥାପନ କରିଛନ୍ତି।

ଏଥିରେ ପୀଠର ସର୍ବାଙ୍ଗୀନ ବିକାଶ ସହିତ ଭକ୍ତ ମାନଙ୍କ ପାଇଁ ବିଭିନ୍ନ ସୁବିଧା ଉପରେ ଗୁରୁତ୍ଵ ଦିଆଯାଇଛି।

ଏଥିରେ ସମାଧି ମନ୍ଦିରର ପୁନଃ ନିର୍ମାଣ, ପ୍ରାର୍ଥନା ଗୃହ, ପାଚେରୀ, ପୁଷ୍କରିଣୀ ପୁନରୁଦ୍ଧାର, ବସ ଷ୍ଟାଣ୍ଡ, କୌପୀନ ଧାରି ମହିମା ସମାଜ ପୀଠ ପୁନ ନିର୍ମାଣ, ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଆଦି ନିର୍ମାଣ କରାଯିବ।

ପୀଠ ଭିତରେ ଆଭ୍ୟନ୍ତରୀଣ ସଡ଼କ ସହିତ ପୁରା ସ୍ଥାନର ଆଲୋକି କରଣ କରାଯିବ। ଜଗନ୍ନାଥ ମନ୍ଦିର ଠାରୁ ସ୍କୁଲ ପଡିଆ ପର୍ଯ୍ୟନ୍ତ ରାସ୍ତା ନିର୍ମାଣ କରାଯିବ।

ସୌନ୍ଦର୍ଯ୍ୟ କରଣ ପାଇଁ ପୂର୍ବ ପଟ ବଡ ପୋଖରୀର ପୁନରୁଦ୍ଧାର ସହିତ ୨୦୦ ତାଳ ଗଛ ଓ ୨୦୦ ବର ଗଛ ଲଗାଯିବ। ଆଲୋକିକରଣ ସହିତ ପ୍ରମନେଡ ତିଆରି କରାଯିବ।

ସାଧୁ ଓ ଭକ୍ତ ମାନଙ୍କ ପାଇଁ ୨୦୦ଶୌଚାଳୟ ନିର୍ମାଣ କରାଯିବ।

ପୁରା ପ୍ରକଳ୍ପରେ ସାଧୁ ସନ୍ଥ, ଭକ୍ତ, ଓ ଅତିଥି ମାନଙ୍କ ପାଇଁ ସବୁ ପ୍ରକାର ସୁବିଧା ସୁଯୋଗ ରହିବ। ସୌନ୍ଦର୍ଯ୍ୟ କରଣ ସହିତ ଏହା ଜିଲ୍ଲାର ଏକ ପ୍ରମୁଖ ତୀର୍ଥସ୍ଥଳୀ ଓ ପର୍ଯ୍ୟଟନ କେନ୍ଦ୍ର ହେବା ପାଇଁ ସବୁ ପଦକ୍ଷେପ ନିଆଯିବ।

ଢେଙ୍କାନାଳ ନବୀନ ପଟ୍ଟନାୟକ ଭି.କେ. ପାଣ୍ଡିଆନ୍ ଯୋରନ୍ଦା
Share. Facebook Twitter LinkedIn Email WhatsApp Copy Link

Related Posts

ଉଜ୍ଜ୍ୱଳା ଯୋଜନା ଉପରେ ସରକାରଙ୍କ ବଡ଼ ଘୋଷଣା: ଜାରି ରହିବ LPG ସବସିଡି 

October 1, 2026

‘ନୂଆ ଭୋଟରମାନଙ୍କୁ ପିତାମାତାଙ୍କ ବିବରଣୀ ଦେବାକୁ ପଡ଼ିବ ନାହିଁ’: ନିର୍ବାଚନ କମିଶନଙ୍କ ବଡ଼ ନିଷ୍ପତ୍ତି

October 1, 2026

ବିମାନକୁ ବଡ଼ ଦୁର୍ଘଟଣାରୁ ରକ୍ଷା କରିଥିବା ଭାରତୀୟ ପାଇଲଟ୍‌ଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା

October 1, 2026

ସରକାର ଧାର୍ଯ୍ୟ କରନ୍ତୁ ଦୀପାବଳୀରେ ବାଣ ଫୁଟାଇବା ନିର୍ଦ୍ଦିଷ୍ଟ ସମୟ : ସୁପ୍ରିମକୋର୍ଟ

October 1, 2026
Latest News

Jio 10th Anniversary Offer: ୧,୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ ସହିତ ୬ ମାସର ମାଗଣା ରିଚାର୍ଜ

October 1, 2026

ଉଜ୍ଜ୍ୱଳା ଯୋଜନା ଉପରେ ସରକାରଙ୍କ ବଡ଼ ଘୋଷଣା: ଜାରି ରହିବ LPG ସବସିଡି 

October 1, 2026

ଜିମ୍ବାୱେରେ ହେଲିକପ୍ଟର ଦୁର୍ଘଟଣା: ବ୍ୟବସାୟୀ ୱିକନେଲ୍, ତାଙ୍କ ପତ୍ନୀଙ୍କ ସମେତ ୬ ମୃତ

October 1, 2026

ବାସି ରୁଟି ଫୋପାଡ଼ୁଛନ୍ତି କି? ଜାଣନ୍ତୁ ଏହାର ଆଶ୍ଚର୍ଯ୍ୟଜନକ ସ୍ୱାସ୍ଥ୍ୟ ଉପକାରିତା

October 1, 2026

‘ନୂଆ ଭୋଟରମାନଙ୍କୁ ପିତାମାତାଙ୍କ ବିବରଣୀ ଦେବାକୁ ପଡ଼ିବ ନାହିଁ’: ନିର୍ବାଚନ କମିଶନଙ୍କ ବଡ଼ ନିଷ୍ପତ୍ତି

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.