Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ନନ୍ଦନକାନନର ହେବ ରୂପାନ୍ତର: ପ୍ଲାଷ୍ଟିକ ବ୍ୟବହାର ସଂପୂର୍ଣ୍ଣ ନିଷେଧ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ବିଶେଷ ଖବର

ନନ୍ଦନକାନନର ହେବ ରୂପାନ୍ତର: ପ୍ଲାଷ୍ଟିକ ବ୍ୟବହାର ସଂପୂର୍ଣ୍ଣ ନିଷେଧ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

June 23, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ଵର: ନନ୍ଦନକାନନର ହେବ ରୂପାନ୍ତର। ୫-ଟି ଉପକ୍ରମରେ ଏହାକୁ ଏକ ବିଶ୍ବସ୍ତରୀୟ ପ୍ରାଣୀ ଉଦ୍ୟାନ ଭାବେ ଏହାର  ରୂପାନ୍ତର କରାଯିବ। ଚୂଡଙ୍ଗ ଜଙ୍ଗଲ ଅଞ୍ଚଳକୁ ଏଥିରେ ସାମିଲ କରାଯିବ। ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିକଟରେ ରାଜ୍ୟ ବନ ବିଭାଗ ପକ୍ଷରୁ ନନ୍ଦନକାନନର ରୂପାନ୍ତର ପାଇଁ ଏକ ଉପସ୍ଥାପନା ରଖାଯାଇଥିଲା। ଏଥିରେ ନନ୍ଦନକାନନର କାୟାରେ ପରିବର୍ତ୍ତନ ପାଇଁ ଏକ ବିସ୍ତୃତ ଓ ଭବିଷ୍ୟମୁଖୀ ପ୍ରସ୍ତାବ ରଖାଯାଇଛି।
 ଏ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେବା ସହିତ ନନ୍ଦନକାନନରେ ପ୍ଲାଷ୍ଟିକର ବ୍ୟବହାର ସଂପୂର୍ଣ୍ଣ ନିଷେଧ କରିବା ପାଇଁ ନିର୍ଦ୍ଦେଶ ଦେବା ସହିତ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ କାମ ସଂପୂର୍ଣ୍ଣ କରିବାକୁ ପରାମର୍ଶ ଦେଇଥିଲେ। ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ମଇ ୨୩ ତାରିଖରେ ଜଙ୍ଗଲ ବିଭାଗ ସମୀକ୍ଷା ସମୟରେ ନନ୍ଦନକାନନର ରୂପାନ୍ତର ପାଇଁ ଯୋଜନା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଥିଲେ।
ନୂଆ ଯୋଜନାରେ ପରିଦର୍ଶକ ମାନଙ୍କ ପାଇଁ ଅତିରିକ୍ତ ଉନ୍ନତ ସୁବିଧା, ଆଧୁନିକ ଫ୍ରଣ୍ଟେଜ ଓ ଲ୍ୟାଣ୍ଡସ୍କେପିଂ, ଟନେଲ ଆକ୍ବାରିଅମ, ୱାଟର ବାର୍ଡ ଆଭିଆରୀ (Water Bird Aviary) ଦେଶ ବିଦେଶରୁ ନୂତନ ପ୍ରାଣୀ, Emersive Enclosures  ଓ ପିଲାମାନଙ୍କ ପାଇଁ ପ୍ରକୃତି ଶିକ୍ଷାର ଏକ ସ୍ବତନ୍ତ୍ର ହବ୍‌ ଭାବରେ ବିକାଶ କରିବା ପାଇଁ ବ୍ୟବସ୍ଥା ରହିଛି।
ଦୁଇଟି ପର୍ଯ୍ୟାୟରେ ହେବାକୁ ଥିବା ରୂପାନ୍ତର କାର୍ଯ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟ ୨୦୨୩ ରୁ ୨୦୨୫ ଓ ଦ୍ବିତୀୟ ପର୍ଯ୍ୟାୟ ୨୦୨୫ ରୁ ୨୦୨୮ ମଧ୍ୟରେ କାର୍ଯ୍ୟକାରୀ ହେବ। ପ୍ରଥମ ପର୍ଯ୍ୟାୟରେ ପ୍ରାଣୀ ଉଦ୍ୟାନ ଓ ବଟାନିକାଲ ଗାର୍ଡେନର ବିକାଶ ହେବାକୁ ଥିବାବେଳେ ଦ୍ବିତୀୟ ପର୍ଯ୍ୟାୟରେ ଚୂଡଙ୍ଗ ଜଙ୍ଗଲ ଅଞ୍ଚଳର ବିକାଶ କରାଯିବ । ଏଥିରେ ରାତ୍ରୀ ସଫାରୀ ଓ ସଫାରୀ କମ୍ପଲେକ୍ସର ବିକାଶ କରାଯିବ।
ନନ୍ଦନକାନନକୁ ପିଲାମାନଙ୍କ ପାଇଁ ପ୍ରକୃତି ଶିକ୍ଷା ଉପରେ ଏକ ଆକର୍ଷଣୀୟ ହବ୍‌ ଭାବରେ ବିକାଶ କରିବା ପାଇଁ ଯୋଜନା ରହିଛି। ଏଥିରେ ଆକ୍ଟିଭିଟି ଭିତ୍ତିକ ପ୍ରାଣୀ ଉଦ୍ୟାନ, ପ୍ରକୃତି ଶିକ୍ଷା ସହିତ କେତେକ ସ୍ବତନ୍ତ୍ର ସ୍କୁଲରେ ‘ନନ୍ଦନକାନନ କ୍ଲବ’ ଓ ‘ଜୁ ଆମ୍ବାସାଡର’ ଆଦି କାର୍ଯ୍ୟକ୍ରମ ରହିଛି। ଏହାସହିତ Citizen Science, Know Your Trees ଆଦି ବିଭିନ୍ନ ଆକ୍ଟିଭିଟି କରାଯିବ। ପିଲାମାନଙ୍କ ପାଇଁ ସ୍ବତନ୍ତ୍ର ଇଣ୍ଟର୍ନସିଭ ଓ ଜୁ ଭଲ୍ୟୁଣ୍ଟିଅର ଆଦି କାର୍ଯ୍ୟକ୍ରମ କରାଯିବ।
ସୂଚନାଯୋଗ୍ୟ ଯେ ବର୍ତ୍ତମାନ ନନ୍ଦନକାନନରେ ୪୮ଟି ପ୍ରଜାତିର ସ୍ତନ୍ୟପାୟୀ ପ୍ରାଣୀ, ୭୭ଟି ପ୍ରଜାତିର ପକ୍ଷୀ, ୩୦ଟି ପ୍ରଜାତିର ସରୀସୃପ ଓ ୬ଟି ପ୍ରଜାତିର ଉଭୟଚର ପ୍ରାଣୀ ଅଛନ୍ତି। ସମୁଦାୟ ୧୬୧ ପ୍ରଜାତିର ୪୦୧୨ଟି ପ୍ରାଣୀ ଅଛନ୍ତି। ବର୍ତ୍ତମାନ ଦେଶ ବିଦେଶର ବିଭିନ୍ନ ସ୍ଥାନରୁ ଅଧିକ ପ୍ରାଣୀ ଆଣିବା ପାଇଁ ଯୋଜନା କରାଯାଇଛି। ଦେଶର ଉତ୍ତରପୂର୍ବ ଅଞ୍ଚଳରୁ Hoolock Gibbon, Pig tailed Macaque, One horned Rhinoceros, Capped Langur, Spectacled Monkey, Clouded Leopard ଆଦି ଆଣିବାର ପ୍ରସ୍ତାବ ରହିଛି। ସେହିପରି ଅଷ୍ଟ୍ରେଲିଆରୁ Cassowary, Kangaroo, Wallby ଆଦି ଆଣିବାର ପ୍ରସ୍ତାବ ମଧ୍ୟ ରହିଛି।
ଏହି ବୈଠକରେ ମୁଖ୍ୟ ଶାସନ ସଚିବ ପି.କେ. ଜେନା, ଉନ୍ନୟନ କମିଶନର  ଅନୁ ଗର୍ଗ ପ୍ରମୁଖ ଉପସ୍ଥିତ ଥିଲେ। ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ପ୍ରାରମ୍ଭିକ ସୂଚନା ଦେଇଥିଲେ। ନନ୍ଦନକାନନର ନିର୍ଦ୍ଦେଶକ ଉପସ୍ଥାପନା ରଖିଥିଲେ।
ନନ୍ଦନକାନନ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
Share. Facebook Twitter LinkedIn Email WhatsApp Copy Link

Related Posts

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

କଂଗ୍ରେସକୁ ବାହୁଡ଼ିଲେ ନିମାପଡାର ବରିଷ୍ଠ ନେତା ସତ୍ୟବ୍ରତ ପାତ୍ର

March 11, 2026

ସରକାରଙ୍କ ବଡ ନିଷ୍ପତ୍ତି: ୧୧,୬୮୨ଟି ନୂତନ MBBS ସିଟ୍ ଏବଂ ୪୩ଟି ନୂତନ ମେଡିକାଲ୍ କଲେଜକୁ ମଞ୍ଜୁରୀ

March 11, 2026
Latest News

‘ଜଳ ମହୋତ୍ସବ ୨୦୨୬’କୁ ସମ୍ବୋଧିତ କଲେ ରାଷ୍ଟ୍ରପତି

March 12, 2026

ଆଜି ମାର୍ଚ୍ଚ ୧୨ ରେ ଚାରୋଟି ରାଶି ପାଇଁ ରହିଛି ଅନୁକୂଳ ବାତାବରଣ, ଜାଣନ୍ତୁ ଗୁରୁବାର ରାଶିଫଳ

March 12, 2026

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.