Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପ୍ରଧାନମନ୍ତ୍ରୀ ଓ ଇଜିପ୍ଟ ରାଷ୍ଟ୍ରପତିଙ୍କ ମଧ୍ୟରେ ସାକ୍ଷାତ
ବିଶେଷ ଖବର

ପ୍ରଧାନମନ୍ତ୍ରୀ ଓ ଇଜିପ୍ଟ ରାଷ୍ଟ୍ରପତିଙ୍କ ମଧ୍ୟରେ ସାକ୍ଷାତ

June 26, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଇଜିପ୍ଟ ରାଷ୍ଟ୍ରପତି ଅବଦଲ ଫତେହ ଅଲ ସିସିଙ୍କ ମଧ୍ୟରେ ୨୫ ଜୁନ୍‌ ୨୦୨୩ରେ ଅଲ-ଇତିହାଦିୟା ପ୍ୟାଲେସ୍‌ ଠାରେ ସାକ୍ଷାତ ଆଲୋଚନା ହୋଇଛି।

ଜାନୁଆରୀ ୨୦୨୩ରେ ଭାରତର ଗଣତନ୍ତ୍ର ଦିବସ ସମାରୋହରେ ରାଷ୍ଟ୍ରପତି ଅଲ୍‌ ସିସି ଅତିଥି ଭାବେ ଯୋଗ ଦେବାକୁ ଦୁଇ ନେତା ଖୁସିର ସହିତ ସ୍ମରଣ କରିଥିଲେ ଏବଂ ଏହାପରେ ଭାରତ-ଇଜିପ୍ଟ ଦ୍ୱିପାକ୍ଷିକ ସମ୍ପର୍କ ତ୍ୱରାନ୍ୱିତ ହେବାକୁ ଉଭୟ ସ୍ୱାଗତ କରିଥିଲେ। ଦ୍ୱିପାକ୍ଷିକ ସହଯୋଗକୁ ଗତିଶୀଳ କରିବା ଲାଗି ଇଜିପ୍ଟ କ୍ୟାବିନେଟ୍‌ରେ ପ୍ରତିଷ୍ଠା କରାଯାଇଥିବା ‘ଇଣ୍ଡିଆ ୟୁନିଟ୍‌’ ବିଶେଷ ଉପଯୋଗୀ ହୋଇଥିବା ନେଇ ସେମାନେ ସହମତ ହୋଇଥିଲେ।

ଦୁଇ ଦେଶ ମଧ୍ୟରେ, ବିଶେଷ କରି ବାଣିଜ୍ୟ ଓ ନିବେଶ, ସୂଚନା ପ୍ରଯୁକ୍ତି, ପ୍ରତିରକ୍ଷା ଓ ସୁରକ୍ଷା, ଅକ୍ଷୟ ଶକ୍ତି, କୃଷି, ସ୍ୱାସ୍ଥ୍ୟ ସଂସ୍କୃତି ଓ ନାଗରିକ ସମ୍ପର୍କ ଭଳି କ୍ଷେତ୍ରରେ ସହଭାଗିତାକୁ ଆହୁରି ନିବିଡ଼ କରିବା ନେଇ ଦୁଇ ନେତା ଆଲୋଚନା କରିଥିଲେ।

ଜି-୨୦ରେ ଅଧିକ ସହଯୋଗ ପାଇଁ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି ଅଲ୍‌ ସିସି ଆଲୋଚନା କରିଥିଲେ। ଏହି ପରିପ୍ରେକ୍ଷୀରେ ସେମାନେ ଖାଦ୍ୟ ଓ ଇନ୍ଧନ ଅସୁରକ୍ଷା, ଜଳବାୟୁ ପରିବର୍ତ୍ତନର ମୁକାବିଲା ଆଲୋକପାତ କରିଥିଲେ ଏବଂ ଗ୍ଲୋବାଲ୍‌ ସାଉଥ୍‌ ବା ଅବିକଶିତ ତୃତୀୟ ବିଶ୍ୱ ରାଷ୍ଟ୍ର ପାଇଁ ଦୃଢ଼ ସ୍ୱର ଉତ୍ତୋଳନ କରିବା ଉପରେ ଜୋର ଦେଇଥିଲେ। ସେପ୍ଟେମ୍ବର ୨୦୨୩ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଜି୨୦ ନେତାମାନଙ୍କ ଶିଖର ସମ୍ମିଳନୀରେ ରାଷ୍ଟ୍ରପତି ଅଲ ସିସିଙ୍କୁ ସ୍ୱାଗତ କରିବା ଲାଗି ପ୍ରଧାନମନ୍ତ୍ରୀ ମୋଦୀ ନିଜର ଇଚ୍ଛା ପ୍ରକଟ କରିଥିଲେ।

ଦ୍ୱିପାକ୍ଷିକ ସମ୍ପର୍କରେ ଉନ୍ନତି ଆଣି ଉଭୟ ରାଷ୍ଟ୍ର ମଧ୍ୟରେ ‘ରଣନୀତିକ ସହଭାଗିତା’ ପ୍ରତିଷ୍ଠା ନିମନ୍ତେ ଦୁଇ ନେତା ଏକ ରାଜିନାମାରେ ସ୍ୱାକ୍ଷର କରିଥିଲେ। କୃଷି, ପ୍ରତ୍ନତତ୍ତ୍ୱ ଓ ବିରଳ କିର୍ତ୍ତୀରାଜି ଏବଂ ପ୍ରତିଯୋଗିତା ମୂଳକ ଆଇନ କ୍ଷେତ୍ରରେ ତିନୋଟି ବୁଝାମଣାପତ୍ର ମଧ୍ୟ ସ୍ୱାକ୍ଷରିତ ହୋଇଥିଲା।

ଇଜିପ୍ଟ ପ୍ରଧାନମନ୍ତ୍ରୀ ମହାମହିମ ମୋସ୍ତାଫା ମାଡବୌଲୀ ଏବଂ ମନ୍ତ୍ରିମଣ୍ଡଳର ଅନ୍ୟ ବରିଷ୍ଠ କ୍ୟାବିନେଟ ମନ୍ତ୍ରୀମାନେ ଏହି ଅବସରରେ ଉପସ୍ଥିତ ଥିଲେ। ଭାରତ ପକ୍ଷରୁ ବୈଦେଶିକ ବ୍ୟାପାର ମନ୍ତ୍ରୀ, ଏନଏସଏ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ଦ୍ୱିପାକ୍ଷିକ ସମ୍ପର୍କ ନରେନ୍ଦ୍ର ମୋଦୀ ରଣନୀତିକ ସହଭାଗିତା
Share. Facebook Twitter LinkedIn Email WhatsApp Copy Link

Related Posts

Bankipur Byepoll Result: ବିଜେପି ରାଷ୍ଟ୍ରୀୟ ସଭାପତି ନୀତିନ ନବୀନଙ୍କ ଗଡରେ ଜିତିଲେ ପ୍ରଶାନ୍ତ କିଶୋର

August 3, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବାଗତ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

August 3, 2026

ଓଡିଶା ରାଜନୀତିର ଭୀଷ୍ମ ପିତାମହ ବିଶ୍ବଭୂଷଣ ହରିଚନ୍ଦନ, ଆଜି ୯୩ ବର୍ଷ ବୟସରେ କଲେ ପଦାର୍ପଣ

August 3, 2026

Nasha Mukt Yuva: ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦୀ

August 2, 2026
Latest News

Bankipur Byepoll Result: ବିଜେପି ରାଷ୍ଟ୍ରୀୟ ସଭାପତି ନୀତିନ ନବୀନଙ୍କ ଗଡରେ ଜିତିଲେ ପ୍ରଶାନ୍ତ କିଶୋର

August 3, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବାଗତ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

August 3, 2026

ଭୁବନେଶ୍ୱର ପାତ୍ରପଡ଼ାରେ ତୁଳା ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

August 3, 2026

କେରଳରେ ପ୍ରବଳ ବର୍ଷାର ତାଣ୍ଡବ: ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି

August 3, 2026

ତିନିଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.