Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଜାତୀୟ ସ୍ତରରେ ସଫଳତା ପାଇଥିବା ପଞ୍ଚାୟତିରାଜ ସଂସ୍ଥାକୁ ଦିଆଯିବ ପ୍ରୋତ୍ସାହନ ରାଶି
ବିଶେଷ ଖବର

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଜାତୀୟ ସ୍ତରରେ ସଫଳତା ପାଇଥିବା ପଞ୍ଚାୟତିରାଜ ସଂସ୍ଥାକୁ ଦିଆଯିବ ପ୍ରୋତ୍ସାହନ ରାଶି

June 28, 2023No Comments4 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଜାତୀୟ ସ୍ତରରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ପଞ୍ଚାୟତିରାଜ ଅନୁଷ୍ଠାନ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିପୁଳ ପ୍ରୋତ୍ସାହନ ରାଶି ଘୋଷଣା କରିଛନ୍ତି। ଆଜି ଲୋକସେବା ଭବନର କନ୍‌ଭେସନ୍ ହଲ୍ ଠାରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯେଉଁ ପଞ୍ଚାୟତିରାଜ ଅନୁଷ୍ଠାନ ଜାତୀୟ ସ୍ତରରେ ପ୍ରଥମ ସ୍ଥାନ ଅଧିକାର କରିବ ତାକୁ ରାଜ୍ୟ ସରକାର, କେନ୍ଦ୍ର ସରକାର ଦେଉଥିବା ପୁରସ୍କାରର ୬ ଗୁଣ ଅର୍ଥ ରାଶି ପୁରସ୍କାର ଭାବରେ ଦିଆଯିବ। ସେହିପରି ଦ୍ୱିତୀୟ ସ୍ଥାନ ଅଧିକାର କରିଥିବା ପଞ୍ଚାୟତିରାଜ ଅନୁଷ୍ଠାନକୁ ୩ ଗୁଣ ଓ ତୃତୀୟ ସ୍ଥାନ ପାଇଥିବା ଅନୁଷ୍ଠାନକୁ ୨ ଗୁଣ ଆର୍ଥିକ ପୁରସ୍କାର ଦିଆଯିବ। ପଞ୍ଚାୟତିରାଜ ଅନୁଷ୍ଠାନ ମାନଙ୍କ ମଧ୍ୟରେ ବିକାଶ ପାଇଁ ଏକ ସୁସ୍ଥ ପ୍ରତିଯୋଗିତା ହେବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସୂଚନାଯୋଗ୍ୟ ଯେ ଓଡିଶାର ପଞ୍ଚାୟତ ସଂସ୍ଥାମାନେ ପୁରସ୍କାର ପାଇବା ପରଠାରୁ ଅନ୍ୟ ରାଜ୍ୟର ପଞ୍ଚାୟତିରାଜ ସଂସ୍ଥା ମାନେ ଅଭିଜ୍ଞତା ପାଇଁ ଓଡିଶାକୁ ବ୍ୟାପକ ଅନୁରୋଧ କରୁଛନ୍ତି।

ଏହି ଘୋଷଣା ଅନୁଯାୟୀ ଜାତୀୟ ସ୍ତରରେ ପ୍ରଥମ ହୋଇଥିବା ଗଞ୍ଜାମ ଜିଲ୍ଲା ପରିଷଦକୁ ୩୦ କୋଟି ଟଙ୍କା, ପ୍ରଥମ ସ୍ଥାନ ଅଧିକାର କରିଥିବା ହିଞ୍ଜିଳିକାଟୁ ପଞ୍ଚାୟତ ସମିତିକୁ ୧୨ କୋଟି ଟଙ୍କା ପୁରସ୍କାର ଦିଆଯାଇଥିଲା। ଦ୍ୱିତୀୟ ସ୍ଥାନ ହାସଲ କରିଥିବା ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ବ୍ଲକର କାଞ୍ଚୁରୁ ପଞ୍ଚାୟତ, ଭଞ୍ଜନଗର ବ୍ଲକର କୁଲଦା ପଞ୍ଚାୟତ, ହିଞ୍ଜିଳିକାଟୁର ଶାସନ ଆମ୍ବଗାଁ ଓ ପାତ୍ରପୁର ବ୍ଲକର ଆଙ୍କୁଲି ପଞ୍ଚାୟତକୁ ୨ କୋଟି ୨୫ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ଦିଆଯାଇଥିଲା। ତୃତୀୟ ସ୍ଥାନ ହାସଲ କରିଥିବା ସୁନ୍ଦରଗଡ ବଣାଇ ବ୍ଲକର ବଣାଇଗଡ ପଞ୍ଚାୟତକୁ ୧ କୋଟି ଟଙ୍କା ପୁରସ୍କାର ଦିଆଯାଇଥିଲା। ସମୁଦାୟ ୭ଟି ପଞ୍ଚାୟତିରାଜ ଅନୁଷ୍ଠାନକୁ ୫୨ କୋଟି ଟଙ୍କାର ପୁରସ୍କାର ଦିଆଯାଇଥିଲା।

ପୁରସ୍କୃତ ପଞ୍ଚାୟତିରାଜ ଅନୁଷ୍ଠାନ ମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ପଞ୍ଚାୟତିରାଜ ସଂସ୍ଥା ମାନଙ୍କୁ “ଗାଁ’ର ସରକାର” ବୋଲି ଅଭିହିତ କରି ସ୍ବାଗତ ଜଣାଇଥିଲେ। ସେ କହିଲେ ଯେ ଆମ କାମ ହେଉଛି ଆମର ପରିଚୟ। ଆଜି ବିକାଶର ବିଭିନ୍ନ ମାପଦଣ୍ଡରେ ଓଡିଶାର ପଞ୍ଚାୟତିରାଜ ଅନୁଷ୍ଠାନମାନେ ଆଜି ସାରା ଦେଶର ପଥ ପଦର୍ଶକ ହୋଇଛନ୍ତି। ଲୋକଙ୍କ ଆସ୍ଥା ବଜାୟ ରଖିବାକୁ ମୁଖ୍ୟମନ୍ତ୍ରୀ ପଞ୍ଚାୟତ ସଂସ୍ଥା ମାନଙ୍କୁ ପରାମର୍ଶ ଦେଇଥିଲେ।

ଗତ ୨୩ ବର୍ଷ ଧରି ତାଙ୍କ ସରକାର ଓଡିଶାବାସୀଙ୍କ ସେବା କରିଆସୁଛି। ୫-ଟି କାର‌୍ୟ୍ୟକ୍ରମରେ ରୂପାନ୍ତର ଆସିଛି। ମିଶନ ଶକ୍ତି, ସ୍କୁଲ ରୂପାନ୍ତର, ଐତିହ୍ୟ ସ୍ଥାନର ରୂପାନ୍ତର, କ୍ରୀଡା ଓ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ପରି ଯୋଜନା ବିକାଶର ହଲ୍‌ମାର୍କ ହୋଇଛି ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ପଞ୍ଚାୟତିରାଜ ସଂସ୍ଥା ମାନଙ୍କର ସଫଳତା ଏଥିରେ ଆଉ ଏକ ସୁବର୍ଣ୍ଣ ଅଧ୍ୟାୟ ଯୋଡିଛି।

ଏ ଅବସରରେ ପଞ୍ଚାୟତ ସଂସ୍ଥା ମାନଙ୍କର ସଫଳତାକୁ ଆହୁରି ଆଗକୁ ନେବା ପାଇଁ ମୁଖ୍ୟମନ୍ତ୍ରୀ କେତକ ନୂଆ ଘୋଷଣା କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟର ପ୍ରତ୍ୟେକ ଜିଲ୍ଲାରେ ୨ ଟି ପଞ୍ଚାୟତ ଚିହ୍ନଟ କରାଯାଇ ୬୦ ଟି ଚବଦ୍ଭମଷବଚ୍ଚବଗ୍ଧ ଖରବକ୍ସଦ୍ଭସଦ୍ଭଶ ଉରଦ୍ଭଗ୍ଧରକ୍ସ ସ୍ଥାପନ କରାଯିବ। ଏକ ଜ୍ଞାନ ସମ୍ବଳ କେନ୍ଦ୍ର ଭାବେ ଏହା ପଞ୍ଚାୟତ ଅନୁଷ୍ଠାନ ମାନଙ୍କର ଦକ୍ଷତା ବୃଦ୍ଧିରେ ସାହଯ୍ୟ କରିବ। ପଞ୍ଚାୟତ ମାନଙ୍କ ମଧ୍ୟରେ ସୁସ୍ଥ ପ୍ରତିଯୋଗିତାର ଲକ୍ଷ ନେଇ ଖକ୍ଟମବକ୍ଷ ଉଷବଜ୍ଞକ୍ଟ୍ରସକ୍ଟଦ୍ଭ ଞକ୍ସବସଦ୍ଭସଦ୍ଭଶ ଚକ୍ସକ୍ଟଶକ୍ସବଜ୍ଞଜ୍ଞର କରାଯିବ। ରାଜ୍ୟ ଗ୍ରାମ ଉନ୍ନୟନ ଓ ପଞ୍ଚାୟତିରାଜ ପ୍ରତିଷ୍ଠାନ ଦ୍ୱାରା ଏହା କରାଯିବ। ଅନୁସୂଚିତ ଅଞ୍ଚଳର ୭୦ ଟି ବ୍ଲକରେ ଝବଗ୍ଧରକ୍ଷକ୍ଷସଗ୍ଧର ଓଦ୍ଭଗ୍ଧରକ୍ସବମଗ୍ଧସଙ୍ଖର ଞରକ୍ସଜ୍ଞସଦ୍ଭବକ୍ଷ ସ୍ଥାପନ କରାଯାଇ ଦୂର ଶିକ୍ଷା ଯୋଗାଯୋଗ ବ୍ୟବସ୍ଥା କରାଯିବ। ରାଜ୍ୟ ଗ୍ରାମ ଉନ୍ନୟନ ଓ ପଞ୍ଚାୟତିରାଜ ପ୍ରତିଷ୍ଠାନ (ଝଓଜଊ) ରେ ଅତ୍ୟାଧୁନିକ ଭିତ୍ତିଭୂମି ସୃଷ୍ଟି କରାଯିବ। ଏଥିରେ ୩୦୦ ଶଯ୍ୟା ବିଶିଷ୍ଟ ହଷ୍ଟେଲ, ୨୫୦ ଆସନ ବିଶିଷ୍ଟ ସମ୍ମିଳନୀ କକ୍ଷ ଓ ଝବଗ୍ଧରକ୍ଷକ୍ଷସଗ୍ଧର ଭବଗ୍ଦରୟ ଝଗ୍ଧଙ୍କୟସକ୍ଟ ସ୍ଥାପନ କରାଯିବ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଙୟସଗ୍ଦଷବ ଝକ୍ଟମସରଗ୍ଧଚ୍ଚ ଲକ୍ଟକ୍ସ ଝକ୍ଟମସବକ୍ଷ ଇଙ୍କୟସଗ୍ଧ, ଇମମକ୍ଟଙ୍କଦ୍ଭଗ୍ଧବଭସକ୍ଷସଗ୍ଧଚ୍ଚ ବଦ୍ଭୟ ଞକ୍ସବଦ୍ଭଗ୍ଦକ୍ଟ୍ରବକ୍ସରଦ୍ଭମଚ୍ଚ ସଂସ୍ଥାର ଏକ ଙ୍ଗରଭଗ୍ଦସଗ୍ଧର ଏବଂ ଆମ ପଞ୍ଚାୟତ ସେବା ପୋର୍ଟାଲର ଶୁଭାରମ୍ଭ କରିଥିଲେ। ପଞ୍ଚାୟତମାନଙ୍କ କାମରେ ଅଧିକ ସ୍ୱଚ୍ଛତା ଓ ଦକ୍ଷତା ଆଣିବା ପାଇଁ ଏହି ପୋର୍ଟାଲ ସହାୟକ ହେବ।

ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଓଡିଶାର ରୂପାନ୍ତର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିକୁ ପ୍ରଶଂସା କରିଥିଲେ। ସରକାରୀ ଯୋଜନା ଗୁଡିକର ସଫଳ କାର‌୍ୟ୍ୟାନ୍ବୟନରେ ପଞ୍ଚାୟତିରାଜ ସଂସ୍ଥା ମାନଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି। ଯୋଜନାର ସୁଫଳ ଯେପରି ପ୍ରତ୍ୟେକ ବ୍ୟକ୍ତି ପାଇବେ, ତାକୁ ନିଶ୍ଚିତ କରିବାକୁ ସେ ପଞ୍ଚାୟତ ସଂସ୍ଥା ମାନଙ୍କୁ ନିବେଦନ କରିଥିଲେ। ଶ୍ରମ ଓ ଇଏସ୍‌ଆଇ ମନ୍ତ୍ରୀ ସାରଦା ପ୍ରସାଦ ନାୟକ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ସଫଳ ନେତୃତ୍ବ ପାଇଁ ଓଡିଶା ଆଜି ବିଶ୍ବ ଦରବାରରେ ସମ୍ମାନର ଅଧିକାରୀ ହୋଇପାରିଛି।

ଏହି କାର‌୍ୟ୍ୟକ୍ରମରେ ଗଞ୍ଜାମ ଜିଲ୍ଲା ପରିଷଦର ଅଧ୍ୟକ୍ଷ ଅଞ୍ଜଳି ସ୍ବାଇଁ, ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା, ହିଞ୍ଜିଳି ପଞ୍ଚାୟତ ସମିତିର ଅଧ୍ୟକ୍ଷା ସରସ୍ବତୀ ସେଠୀ ଏବଂ ସୁନ୍ଦରଗଡ ବଣାଇଗଡ ପଞ୍ଚାୟତର ସରପଞ୍ଚ ନମିତା ନାଗ ପ୍ରମୁଖ ନିଜର ଅଭିଜ୍ଞତା ବର୍ଣ୍ଣନା କରି ଓଡିଶାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦିଗ୍‌ଦର୍ଶନର ପ୍ରଶଂସା କରିଥିଲେ। ତାଲିମ ସହିତ ବିଭିନ୍ନ ତଥ୍ୟ ସଂଗ୍ରହ କରାଯାଇ କେନ୍ଦ୍ର ସରକାରଙ୍କୁ ପ୍ରଦାନ କରିବା ପରେ ସର୍ବ ଭାରତୀୟ ସ୍ତରରେ ଓଡିଶା ପୁରସ୍କୃତ ହୋଇପାରିଛି ବୋଲି ଜିଲ୍ଲାପାଳ କହିଥିଲେ।

ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା କହିଥିଲେ ଯେ ରାଜ୍ୟ ଯେଉଁ ସୁନାମ ଆଣିଛି, ତାହା ଆଗାମୀ ଦିନରେ ଆହୁରି ବୃଦ୍ଧି ପାଇବ। ସଶକ୍ତ ଓଡିଶା ଗଠନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ ନିଶ୍ଚୟ ପୂରଣ ହେବ ବୋଲି ସେ କହିଥିଲେ।

କାର‌୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପ୍ରମୁଖ ସଚିବ ସୁଶିଲ କୁମାର ଲୋହାନୀ ସ୍ୱାଗତ ଭାଷଣ ଦେଇଥିଲେ। ପାନୀୟ ଜଳ ନିର୍ଦ୍ଦେଶକ ବି. ପରମେଶ୍ବରନ ଧନ୍ୟବାଦ ଅର୍ପଣ କରିଥିଲେ।

ପୁରସ୍କାର –

ଜାତୀୟ ସ୍ତରରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଗଞ୍ଜାମ ଜିଲ୍ଲା ପରିଷଦକୁ ୩୦ କୋଟି ଟଙ୍କା

ଜାତୀୟ ସ୍ତରରେ ପ୍ରଥମ ସ୍ଥାନ ଅଧିକାର କରିଥିବା ହିଞ୍ଜିଳିକାଟୁ ପଞ୍ଚାୟତ ସମିତିକୁ ୧୨ କୋଟି ଟଙ୍କା

ସ୍ବାସ୍ଥ୍ୟ ପାଇଁ ଜାତୀୟ ସ୍ତରରେ ଦ୍ବିତୀୟ ସ୍ଥାନ ଅଧିକାର କରିଥିବା ହିଞ୍ଜିଳିକାଟୁ ବ୍ଲକ୍‌ର କାଞ୍ଚୁରୁ ପଞ୍ଚାୟତକୁ ୨.୨୫ କୋଟି ଟଙ୍କା

ସ୍ବଚ୍ଛ ଓ ସବୁଜ ପଞ୍ଚାୟତ ଭାବରେ ଜାତୀୟ ସ୍ତରରେ ଦ୍ବିତୀୟ ସ୍ଥାନ ଅଧିକାର କରିଥିବା ହିଞ୍ଜିଳିକାଟୁ ବ୍ଲକ୍‌ର ଶାସନ ଆମ୍ବଗାଁ ପଞ୍ଚାୟତକୁ ୨.୨୫ କୋଟି ଟଙ୍କା

ନବୀନ ପଟ୍ଟନାୟକ ପଞ୍ଚାୟତିରାଜ ସଂସ୍ଥା ପ୍ରୋତ୍ସାହନ ରାଶି
Share. Facebook Twitter LinkedIn Email WhatsApp Copy Link

Related Posts

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026

ଦେଶର ପ୍ରଥମ ନମୋ ଭାରତ ରାପିଡ୍ ରେଳ ଏବଂ ଦିଲ୍ଲୀ-ମେରଠ ନମୋ ଭାରତ କରିଡର ଲୋକାର୍ପଣ

February 22, 2026

ଇଣ୍ଡିଆ ଏଆଇ ଷ୍ଟାକ୍: ପ୍ରଯୁକ୍ତିରେ ସଶକ୍ତ ଭବିଷ୍ୟତ

February 22, 2026
Latest News

ଓଡିଶାରେ ପ୍ରଥମଥର ପାଇଁ ଜଳକ୍ରୀଡା ପ୍ରଶିକ୍ଷଣ ଶିବିର: ଉଦଘାଟନ କଲେ କ୍ରୀଡା ମନ୍ତ୍ରୀ

February 23, 2026

ସୁପର-8 ରେ ଦକ୍ଷିଣ ଆଫ୍ରିକାଠାରୁ କାହିଁକି ହାରିଲା ଭାରତ: ଜାଣନ୍ତୁ ବଡ କାରଣ

February 23, 2026

‘ଅପରେସନ ସାଇବର କବଚ’: ୧୮୭ ଅଭିଯୁକ୍ତ ଗିରଫ

February 23, 2026

ବିର୍ସାମୁଣ୍ଡା ହକି ଷ୍ଟାଡିୟମରେ ୭୫ତମ ରାଜ୍ୟ ପୋଲିସ ହକି ଚାମ୍ପିୟନସିପ୍ – ୨୦୨୬ ର ଶୁଭାରମ୍ଭ

February 23, 2026

ଆଉ ଏକ ତେଜସ୍ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ: ପାଇଲଟ୍ ସୁରକ୍ଷିତ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.