Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆଇଏଏସଙ୍କ ବିରୋଧରେ କେନ୍ଦ୍ର ସରକାରଙ୍କ କାର୍ଯ୍ୟାନୁଷ୍ଠାନ ଚିଠିଟି ବଡ ବିଚିତ୍ର: କଂଗ୍ରେସ
ବିଶେଷ ଖବର

ଆଇଏଏସଙ୍କ ବିରୋଧରେ କେନ୍ଦ୍ର ସରକାରଙ୍କ କାର୍ଯ୍ୟାନୁଷ୍ଠାନ ଚିଠିଟି ବଡ ବିଚିତ୍ର: କଂଗ୍ରେସ

June 29, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
Sudarsan1
ଆଇଏଏସଙ୍କ ବିରୋଧରେ କେନ୍ଦ୍ର ସରକାରଙ୍କ କାର୍ଯ୍ୟାନୁଷ୍ଠାନ ଚିଠିଟି ବଡ ବିଚିତ୍ର: କଂଗ୍ରେସ

ଭୁବନେଶ୍ୱର: ଗତ ୨୬ ତାରିଖରେ କେନ୍ଦ୍ରର କେନ୍ଦ୍ର ର DoPT ବିଭାଗ ପକ୍ଷରୁ ଓଡ଼ିଶାର ମୂଖ୍ୟ ଶାସନ ସଚିବ ଙ୍କ ପାଖକୁ ଯେଉଁ ଚିଠି ଆସିଛି ତାହା ଏକ ଗୁରୁତ୍ଵ ହୀନ ଚିଠି ବୋଲି କଂଗ୍ରେସ କହିଛି। ଏମିତି ଚିଠି କେନ୍ଦ୍ର ସରକାରଙ୍କ ଅଫିସର କେମିତି ଲେଖି ପାରିଲେ ବୋଲି କଂଗ୍ରେସ ଆଶ୍ଚର୍ଯ୍ୟ ପ୍ରକଟ କରିଛି।

ଏହି ଚିଠି ରେ କେଉଁ ଆଇଏଏସ ଅଫିସର ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ତାଙ୍କର ନାମ ଉଲ୍ଲେଖ କରାଯାଇ ନାହିଁ। କି ଭଳି ଏବଂ କେଉଁ ଆଧାରରେ କାର୍ଯ୍ୟାନୁଷ୍ଠାନ ନିଆ ଯିବ ଓ କେତେଦିନ ଭିତରେ କାର୍ଯ୍ୟାନୁଷ୍ଠାନ ନିଆଯିବ ସେ ବିଷୟରେ କୌଣସି ଉଲ୍ଲେଖ ନାହିଁ। ଏହା ଏକ ବିଚିତ୍ର ପ୍ରକାରର ଚିଠି ବୋଲି କହିବା ସହିତ ଏଭଳି ଚିଠି ର କୌଣସି ଗୁରୁତ୍ଵ ନାହିଁ ବୋଲି କଂଗ୍ରେସ ପ୍ରବକ୍ତା ଶ୍ରୀ ସୁଦର୍ଶନ ଦାସ ସାମ୍ବାଦିକ ମାନଙ୍କୁ କହିଛନ୍ତି।

ଶ୍ରୀ ଦାସ ସମ୍ବିଧାନ ର ଧାରା ୩୦୯, ୩୧୯ ଓ ୩୨୦ ରେ ସର୍ବ ଭାରତୀୟ ପ୍ରସନିକ ସେବା ବିଷୟରେ ବିଶଦ ଉଲ୍ଲେଖ କରାଯାଇଛି ଏବଂ ତାର ନିୟମ କାନୁନ୍ କେଉଁ କେଉଁ କାରଣରୁ ଉଲଙ୍ଘନ ହୁଏ ଏବଂ ସେ କ୍ଷେତ୍ରରେ କିଭଳି କାଜ୍ୟନୁଷ୍ଠାନ ନିଆଯିବ, ସେସବୁ ବିସୟରେ ସବିସଦ ବର୍ଣ୍ଣନା କରାଯାଇଛି। ଏ ଚିଠି ରେ ସେ ବିଷୟରେ କୌଣସି ଉଲ୍ଲେଖ ନାହିଁ।

ପୁନଶ୍ଚ କେନ୍ଦ୍ର ସରକାର ଙ୍କ ମଧ୍ୟ ନିଜସ୍ଵ ଗୁଇନ୍ଦା ସଂସ୍ଥା ରହିଛି। ତା ମାଧ୍ୟମରେ ମଧ୍ୟ କେନ୍ଦ୍ର ସରକାର ଯେ କୌଣସି ସର୍ବଭାରତୀୟ ସେବା ଅଧିକାରୀ ଙ୍କ ବିଷୟରେ ତଥ୍ୟ ସଂଗ୍ରହ କରି ପାରିବେ ଏବଂ ସେ ତାଙ୍କର ଚାକିରୀ ର ନିୟମ କାନୁନ୍ କୁ ଉଲ୍ଲଂଘନ କରୁଛନ୍ତି କି ନାହିଁ ତାହା ଜାଣି ପାରିବେ। ସେ କଥା ନକରି କେନ୍ଦ୍ର ସରକାର ଅଭିଯୋଗ କୁ ଆଖିଠାର ମାରିଲା ଭଳି ଗୋଟିଏ ବାକ୍ୟର ଚିଠି ଟିକୁ ଲେଖିବା ପଛରେ ଅଭିଯୋଗ ର ଗୁରୁତ୍ଵ କୁ ହାଲୁକା କରିବାର ପ୍ରୟାସ କରିଛନ୍ତି ବୋଲି ଶ୍ରୀ ଦାସ ଅଭିଯୋଗ କରିଛନ୍ତି।

ଏଭଳି ଗୁରୁତ୍ଵ ବିହୀନ ଚିଠି କୁ ନେଇ ବିଜେପି ନେତା ମାନେ ଯେଉଁ ଟୁମ୍ଭି ତୋଫାନ କରୁଛନ୍ତି ତାହା ମଧ୍ୟ ବେଶ ହାସ୍ୟାସ୍ପଦ। ବାସ୍ତବରେ ବିଜେପି ମୁଖ୍ୟ ମନ୍ତ୍ରୀ ଙ୍କ ବ୍ୟକ୍ତିଗତ ସଚିବଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ନେଇ ବିଜେଡି କୁ ଅସନ୍ତୁଷ୍ଟ କରିବାକୁ ଚାହେଁ ନାହିଁ।

କେବଳ ଲୋକ ଦେଖlଣିଆ ଭାବରେ ସେମାନଙ୍କ ବିରୋଧ ସୀମିତ। ସେଥିରେ ଆନ୍ତରିକତା କମ, ସଠତା ବେଶୀ ବୋଲି ଶ୍ରୀ ଦାସ କଟାକ୍ଷ କରିଛନ୍ତି। ଅପର ପକ୍ଷରେ ଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା ପ୍ରତି କେହି କୁଠାରଘାତ କଲେ କଂଗ୍ରେସ ତାହାର ପ୍ରତିବାଦ କରିବ ବୋଲି ଶ୍ରୀ ଦାସ କହିଛନ୍ତି।

vkpandian କଂଗ୍ରେସ ଭିକେପାଣ୍ଡିଆନ ସୁଦର୍ଶନ ଦାସ
Share. Facebook Twitter LinkedIn Email WhatsApp Copy Link

Related Posts

ପାଟଣାଗଡ଼ ଅଟଳ ବସଷ୍ଟାଣ୍ଡର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଉପମୁଖ୍ୟମନ୍ତ୍ରୀ

June 28, 2026

ଦେବସ୍ନାନ ପୂର୍ଣ୍ଣିମାରେ ଶ୍ରଦ୍ଧାଳୁମାନଙ୍କ ସୁବ୍ୟବସ୍ଥିତ ଯାତାୟାତ ପାଇଁ ମାର୍ଗଦର୍ଶିକା ଜାରି

June 28, 2026

‘ଭାରତ ଟ୍ୟାକ୍ସି’ ସେବାର ଶୁଭାରମ୍ଭ କଲେ ଅମିତ ଶାହ

June 28, 2026

ମୟୂରଭଞ୍ଜରେ ଡବଲ ମର୍ଡର, ଘର ଭିତରେ ମା’ ଓ ୮ ବର୍ଷର ଝିଅଙ୍କ ରକ୍ତାକ୍ତ ମୃତଦେହ

June 27, 2026
Latest News

ହଠାତ୍ ବିଦେଶ ଯିବାକୁ ପଡ଼ିଲେ କଣ କରିବେ? ମାତ୍ର ୧ରୁ ୩ ଦିନରେ ପାଇପାରିବେ ପାସପୋର୍ଟ, ଜାଣନ୍ତୁ ପ୍ରକ୍ରିୟା

June 28, 2026

ପାଟଣାଗଡ଼ ଅଟଳ ବସଷ୍ଟାଣ୍ଡର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଉପମୁଖ୍ୟମନ୍ତ୍ରୀ

June 28, 2026

ଏମଏସଏମଇ କ୍ଷେତ୍ରର ଡିଜିଟାଲ୍ ରୂପାନ୍ତରକୁ ଗତି; ଉପରାଷ୍ଟ୍ରପତିଙ୍କ ଦ୍ୱାରା ନୂତନ ପଦକ୍ଷେପର ଶୁଭାରମ୍ଭ

June 28, 2026

ଦେବସ୍ନାନ ପୂର୍ଣ୍ଣିମାରେ ଶ୍ରଦ୍ଧାଳୁମାନଙ୍କ ସୁବ୍ୟବସ୍ଥିତ ଯାତାୟାତ ପାଇଁ ମାର୍ଗଦର୍ଶିକା ଜାରି

June 28, 2026

‘ଭାରତ ଟ୍ୟାକ୍ସି’ ସେବାର ଶୁଭାରମ୍ଭ କଲେ ଅମିତ ଶାହ

June 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.