Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମହାପ୍ରଭୃଙ୍କ ଅଧରପଣା ନୀତି: ରଥ ଉପରେ ଭାଙ୍ଗିଲା ମାଟି ହାଣ୍ଡି, ଏପରି କାହିଁକି ହୁଏ
ବିଶେଷ ଖବର

ମହାପ୍ରଭୃଙ୍କ ଅଧରପଣା ନୀତି: ରଥ ଉପରେ ଭାଙ୍ଗିଲା ମାଟି ହାଣ୍ଡି, ଏପରି କାହିଁକି ହୁଏ

July 1, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
adharpana
ଶେଷ ହେଲା ମହାପ୍ରଭୃଙ୍କ ଅଧରପଣା ନୀତି, ରଥ ଉପରେ ଭାଙ୍ଗିଲା ମାଟି ହାଣ୍ଡି, ଏପରି କାହିଁକି ହୁଏ

ପୁରୀ: ଗତକାଲି ମହାସମାରୋହରେ ତିନି ରଥରେ ପାଳିତ ହୋଇଛି ଅଧରପଣା ନୀତି। ଏଥିରେ ତିନିରଥରେ ତିନୋଟି ଲେଖାଏଁ ମାଟି ହାଣ୍ଡିରେ ପଣାଭୋଗ ଶ୍ରୀଜିୟୁଙ୍କୁ ଲାଗି କରାଯାଇଥିଲା।

ସେବକମାନେ ଠାକୁରଙ୍କ ଅଧରକୁ ଛୁଇଁବା ପରି ହାଣ୍ଡି ବା ମାଟି ତୁମ୍ବରେ ପଣା ରଖିଥିଲେ। ଏହାକୁ ରିତି ଅନୁସାରେ ଭୋଗ କରିବା ପରେ ରଥ ଉପରେ ହାଣ୍ଡି ଭଙ୍ଗାଯାଇଥିଲା। ଏହାର କାରଣ ହେଲା ସେହି ଭୋଗ ସେଠାରେ ଥିବା ଚଣ୍ଡିଚାମୁଣ୍ଡାଙ୍କୁ ପ୍ରଦାନ କରାଯାଇଥାଏ।

ସାଧାରଣତଃ ଆଷାଢ ଶୁକ୍ଳପକ୍ଷ ଦ୍ବାଦଶୀ ତିଥିରେ ଏହି ଅଧରପଣା ଭୋଗ କରାଯାଇଥାଏ। ମଧ୍ୟାହ୍ନ ଧୂପ ଶେଷ ହେବାପରେ ଓ ସନ୍ଧ୍ୟା ଆଳତି ପୂର୍ବରୁ ଏହି ନୀତି ଅନୁଷ୍ଠିତ ହୋଇଥାଏ। ଶ୍ରୀବିଗ୍ରହମାନଙ୍କର ଶ୍ରୀଅଧର ଉଚ୍ଚତା ବିଶିଷ୍ଟ ଲାଉତୁମ୍ବ ଭଳି ସ୍ୱତନ୍ତ୍ର ଶୈଳୀରେ ନିର୍ମିତ ମାଟିହାଣ୍ଡିରେ ପଣା ସବୁକୁ ରଥ ଉପରେ ରଖାଯାଇଥାଏ।

ପ୍ରତି ରଥରେ ୩ ହାଣ୍ଡି ହିସାବରେ ମୋଟ ୯ ହାଣ୍ଡି ଅଧର ପଣା ଭୋଗ କରାଯାଇଥାଏ। ଏହି ୯ହାଣ୍ଡି ପଣାକୁ ପୂଜାପଣ୍ଡା ସେବକମାନେ ପଞ୍ଚୋପଚାର ପଦ୍ଧତିରେ ଶ୍ରୀବିଗ୍ରହମାନଙ୍କୁ ଅର୍ପଣ କରିଥାନ୍ତି। ଭୋଗ ହେବା ପରେ ପଣା ଥିବା ହାଣ୍ଡିଗୁଡ଼ିକୁ ରଥ ଉପରେ ଭାଙ୍ଗି ଦିଆଯାଏ।

ରଥଗୁଡ଼ିକରେ ଥିବା ପାର୍ଶ୍ୱଦେବଦେବୀ, ଚଣ୍ଡିଚାମୁଣ୍ଡା ତଥା ଅଶରୀରୀମାନଙ୍କ ଉଦ୍ଧାର ନିମନ୍ତେ ପଣା ହାଣ୍ଡି ସବୁକୁ ଭୋଗ ହେବା ପରେ ଭାଙ୍ଗି ଦିଆଯିବାର ବିଧି ରହିଆସିଛି। ଆଜି ଶନିବାରରେ ଶ୍ରୀଜିୟୁ ରତ୍ନ ସିଂହାସନକୁ ବିଜେ କରିବେ।

RathYatra2023 ଅଧରପଣା ରଥଯାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ମଧ୍ୟପୂର୍ବ ଯୁଦ୍ଧର ପ୍ରଭାବ: ବିଶ୍ୱ ତେଲ ଓ ଗ୍ୟାସ ଯୋଗାଣ ଉପରେ ବଢ଼ୁଛି ସଙ୍କଟ

March 12, 2026

ଆଜି ମାର୍ଚ୍ଚ ୧୨ ରେ ଚାରୋଟି ରାଶି ପାଇଁ ରହିଛି ଅନୁକୂଳ ବାତାବରଣ, ଜାଣନ୍ତୁ ଗୁରୁବାର ରାଶିଫଳ

March 12, 2026

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026
Latest News

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026

ମଧ୍ୟପୂର୍ବ ଯୁଦ୍ଧର ପ୍ରଭାବ: ବିଶ୍ୱ ତେଲ ଓ ଗ୍ୟାସ ଯୋଗାଣ ଉପରେ ବଢ଼ୁଛି ସଙ୍କଟ

March 12, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 12, 2026

ପ୍ରେସ୍ ସେବା ପୋର୍ଟାଲ୍ ମାଧ୍ୟମରେ ସବୁ ପ୍ରେସ୍ ପଞ୍ଜୀକରଣ ସେବା ଏବେ ଅନଲାଇନରେ ଉପଲବ୍ଧ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.