Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଶେଷ ପର୍ଯ୍ୟାୟରେ ଧବଳେଶ୍ଵର ସେତୁର ନିର୍ମାଣ, ସ୍ଥିତି ପରଖିଲେ ପ୍ରମୁଖ ଶାସନ ସଚିବ
ବିଶେଷ ଖବର

ଶେଷ ପର୍ଯ୍ୟାୟରେ ଧବଳେଶ୍ଵର ସେତୁର ନିର୍ମାଣ, ସ୍ଥିତି ପରଖିଲେ ପ୍ରମୁଖ ଶାସନ ସଚିବ

July 2, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଶେଷ ପର୍ଯ୍ୟାୟରେ ଧବଳେଶ୍ଵର ସେତୁର ନିର୍ମାଣ, ସ୍ଥିତି ପରଖିଲେ ପ୍ରମୁଖ ଶାସନ ସଚିବ

ଭୁବନେଶ୍ୱର: ଧବଳେଶ୍ଵର ପୀଠକୁ ସଂଯୋଗ କରୁଥିବା  ନୂତନସ୍ଥାୟୀ ସେତୁର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶେଷସ୍ପର୍ଶ ଦିଆଯିବା ପରେ ଏହା ସର୍ବସାଧାରଣଙ୍କ ଗମନାଗମନ ନିମନ୍ତେ ଉନ୍ମୁକ୍ତ ରହିବ। ଏହାର ପୂର୍ଣ୍ଣାଙ୍ଗ ସ୍ଥିତି ଗ୍ରାମ୍ୟ ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ ପରଖିଛନ୍ତି। ଏଣିକି ସ୍ଥଳପଥ ଦେଇ ଧବଳେଶ୍ଵର ପୀଠରେ ପହଞ୍ଚି ପାରିବେ ଭକ୍ତ। ସୁଗମ ହେବ ଭକ୍ତଙ୍କ ଯାତ୍ରା।

ଏହାଫଳରେ ଧବଳେଶ୍ଵର ପୀଠକୁ ଆଶାତୀତ ଭାବେ ଭକ୍ତ ଓ ଦର୍ଶନାର୍ଥୀଙ୍କ ସଂଖ୍ୟା ବୃଦ୍ଧି ହେବ ବୋଲି ରାଜ୍ୟ ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହ ଆଜି ସେତୁ ନିର୍ମାଣସ୍ଥଳ ପରିଦର୍ଶନ ଓ କାର୍ଯ୍ୟ ଅଗ୍ରଗତି ଅନୁଧ୍ୟାନ କରି ଉପରୋକ୍ତ ବିଷୟ ପ୍ରକାଶ କରିଛନ୍ତି। ଧବଳେଶ୍ଵର ପୀଠର ଭୌଗୋଳିକ ଅବସ୍ଥିତି ଏକ ସୁନ୍ଦର ପର୍ଯ୍ୟଟନସ୍ଥଳୀର ବୈଭବକୁ ମଣ୍ଡନ କରେ। ଏହିସ୍ଥାନକୁ ସୁରକ୍ଷିତ ଯୋଗାଯୋଗ ସୁନିଶ୍ଚିତ ହୋଇଯିବା ପରେ ଏହା ପର୍ଯ୍ୟଟକମାନଙ୍କୁ ବହୁଳ ଭାବରେ ଆକୃଷ୍ଟ କରିବ ବୋଲି ଆଶା କରାଯାଉଥିବା ଶ୍ରୀ ସିଂହ ମତବ୍ୟକ୍ତ କରିଛନ୍ତି।

ବିଜୁ ସେତୁ ଯୋଜନା ଅନ୍ତର୍ଗତ ମଞ୍ଚେଶ୍ଵର ଗ୍ରାମ ଠାରୁ ଧବଳେଶ୍ଵର ପୀଠ ପର୍ଯ୍ୟନ୍ତ ଏହି ବିସ୍ତୃତ ସେତୁ ପ୍ରାୟ ୨୨କୋଟି୨୮ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ହୋଇଛି। ଏହାର ଦୈର୍ଘ୍ୟ ୨୭୬ମିଟର ରହିଥିବା ବେଳେ ଏହାର ପ୍ରସ୍ଥ ୬.୨ମିଟର ରହିଛି। ଏହାର ଉଭୟ ପାର୍ଶ୍ଵରେ ୩୬୦ମିଟର ସଂଯୋଗକାରୀ ରାସ୍ତା ମଧ୍ୟ ନିର୍ମାଣ କରାଯାଇଛି।

ପ୍ରକାଶଥାଉ କି ଧବଳେଶ୍ଵର ପୀଠକୁ ଏଥିପୂର୍ବରୁ କୌଣସି ସ୍ଥାୟୀ ସେତୁ ସଂଯୋଗ କରୁନଥିଲା। ଯାହାଫଳରେ ଶ୍ରଦ୍ଧାଳୁ, ଭକ୍ତ ଓ ଦର୍ଶନାର୍ଥୀମାନଙ୍କୁ ଝୁଲାପୋଲ ଉପରେ ନିର୍ଭର କରିବାକୁ ପଡୁଥିଲା। ଏଥିସହ ଦର୍ଶନାର୍ଥୀମାନେ ଶ୍ରାବଣମାସ, ବଡଓଷା ଓ ବିଭିନ୍ନ ପର୍ବପର୍ବାଣୀ ସମୟରେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହେଉଥିଲେ। କେବଳ ଦର୍ଶନାର୍ଥୀ ନୁହଁନ୍ତି ପୂଜକମାନେ ମଧ୍ୟ ବାବା ଧବଳେଶ୍ଵରଙ୍କ ରୀତିନୀତି ସମ୍ପନ୍ନ ନିମନ୍ତେ ଆବଶ୍ୟକ ସାମଗ୍ରୀ ପରିବହନ ଓ ଗମନାଗମନରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।

ପରିଦର୍ଶନ ସମୟରେ ଅନ୍ୟମାନଙ୍କ ମଧ୍ୟରେ ଗ୍ରାମ୍ୟ ଉନ୍ନୟନ ବିଭାଗର ଯନ୍ତ୍ରୀମୁଖ୍ୟ  ଶ୍ରୀ ପ୍ରଦୀପ କୁମାର ସାମଲ, ମୁଖ୍ୟ ଯନ୍ତ୍ରୀ (ସେତୁ ଓ କୋଠାବାଡି) ଶ୍ରୀ ରମେଶ ଚନ୍ଦ୍ର ବେହେରା , ଅତିରିକ୍ତ ମୁଖ୍ୟଯନ୍ତ୍ରୀ ଶ୍ରୀ ସୋମନାଥ ପରିଡା, ଅଧୀକ୍ଷଣ ଯନ୍ତ୍ରୀ ଶ୍ରୀ ଅଶୋକ କୁମାର ସାହୁ, ଉପନିର୍ଦ୍ଦେଶକ ତଥା ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ,କଟକ  ଶ୍ରୀ ଲଲାଟେନ୍ଦୁ ମହାପାତ୍ର ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ଶ୍ରୀ ଅଜୟ କୁମାର ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ ଯେ, କଟକ ଜିଲ୍ଲା ପ୍ରଶାସନର ନିଷ୍ପତ୍ତି ଅନୁଯାୟୀ ଏହି ସେତୁର ଲୋକାର୍ପଣ କାର୍ଯ୍ୟକ୍ରମ କରାଯିବ।

ଗ୍ରାମ୍ୟ ଉନ୍ନୟନ ଧବଳେଶ୍ବର ସଂଜୟ ସିଂହ
Share. Facebook Twitter LinkedIn Email WhatsApp Copy Link

Related Posts

ଏସୀୟ କ୍ରୀଡ଼ା ପାଇଁ କ୍ରିକେଟ୍ ସୂଚୀ ଜାରି: ଜାଣନ୍ତୁ କେବେ ଖେଳିବ ଟିମ୍ ଇଣ୍ଡିଆ?

August 26, 2026

MMDR ଆଇନ ପ୍ରତ୍ୟାହାର ଦାବୀରେ ଇଣ୍ଡିଆ ମେଣ୍ଟର ଧାରଣା

August 26, 2026

ବେଆଇନ ଗଞ୍ଜେଇ ଚାଲାଣ ବେଳେ ଚଢ଼ାଉ: ଦୁଇ କାର୍ ସହ ୬୮ କେଜି ଗଞ୍ଜେଇ ଜବତ

August 26, 2026

କଲେଜରେ ଏଣିକି ବାୟୋମେଟ୍ରିକ୍ ଉପସ୍ଥାନ: ୧୦ ଉଚ୍ଚଶିକ୍ଷାନୁଷ୍ଠାନରେ ଆରମ୍ଭ ହେଲା ପାଇଲଟ୍ ପ୍ରକଳ୍ପ

August 26, 2026
Latest News

ବର୍ଷା ଦିନେ ଏହି ପନିପରିବା ଖାଇବା ଠାରୁ ଦୂରେଇ ରୁହନ୍ତୁ, ହୋଇପାରେ କ୍ଷତି

August 26, 2026

ଜସପ୍ରିତ ବୁମରାହଙ୍କ ରାଜତ୍ୱ ଶେଷ: ଏବେ ଏହି ଖେଳାଳି ହେଲେ ନମ୍ବର-୧ ଟେଷ୍ଟ ବୋଲର

August 26, 2026

ସରକାରଙ୍କୁ CJP ର ଚେତାବନୀ: ସେପ୍ଟେମ୍ବର ୫ରେ ଶାନ୍ତିପୂର୍ଣ୍ଣ ଶୋଭାଯାତ୍ରା

August 26, 2026

ଏସୀୟ କ୍ରୀଡ଼ା ପାଇଁ କ୍ରିକେଟ୍ ସୂଚୀ ଜାରି: ଜାଣନ୍ତୁ କେବେ ଖେଳିବ ଟିମ୍ ଇଣ୍ଡିଆ?

August 26, 2026

୫୦ ହଜାର ଝିଅଙ୍କୁ ମିଳିବ ସ୍କୁଟି: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ଼ ଘୋଷଣା

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.