Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରାଜ୍ୟ ପଣ୍ୟାଗାର ନିଗମର କର୍ପୋରେଟ ବିଲଡିଂର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ରାଜ୍ୟ ପଣ୍ୟାଗାର ନିଗମର କର୍ପୋରେଟ ବିଲଡିଂର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

July 3, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ୟୁନିଟ -୩ ସ୍ଥିତ ଭୀମ ଭୋଇ ଦୃଷ୍ଟିହୀନ ସରକାରୀ ଉଚ୍ଚ ବିଦ୍ୟାଳୟ ଓ ବିପିନ ବିହାରୀ ଚୌଧୁରୀ ଶ୍ରୁତିବାଧିତ ସରକାରୀ ଉଚ୍ଚ ବିଦ୍ୟାଳୟକୁ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରୂପେ ଲୋକାର୍ପିତ କରିଛନ୍ତି।

ଏହାଦ୍ଵାରା ରାଜ୍ୟର ବିଭିନ୍ନ ପ୍ରାନ୍ତରରୁ ଦୃଷ୍ଟିବାଧିତ ଓ ଶ୍ରୁତିବାଧିତ ପିଲାମାନେ ଆସି ଛାତ୍ରାବାସରେ ରହି +୨ ପଢ଼ିବାର ସୁଯୋଗ ପାଇ ପାରିବେ। ପୂର୍ବରୁ ଏହିପିଲାମାନେ ସାଧାରଣ ବର୍ଗର ପିଲାଙ୍କ ପାଇଁ ଉଦ୍ଦିଷ୍ଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଶିକ୍ଷା ଲାଭ କରୁଥିଲେ ଓ ସେଠାରେ ସେମାନଙ୍କ ପାଇଁ ବିଶେଷ ସୁବିଧା ଉପଲବ୍ଧ ନଥିଲା।

ଏହି ଛାତ୍ରଛାତ୍ରୀଙ୍କୁ ଅଧିକ ଉତ୍ସାହିତ କରିବା ପାଇଁ ଧନ୍ଦାମୂଳକ ଶିକ୍ଷାରେ ଆଇ .ଟି ଓ ଆଇ .ଟି ସମ୍ବଳିତ ସେବା ବଷୟରେ ଶିକ୍ଷାଦାନର ସୁବିଧା କରାଯାଇଛି। ଭୀମ ଭୋଇ ଦୃଷ୍ଟିବାଧିତ ସରକାରୀ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କଳା ବିଷୟ ସହିତ ଆଇ .ଟି . ଖୋଲାଯାଇଥିବା ବେଳେ ବିପିନ ବିହାରୀ ଚୌଧୁରୀ ଶ୍ରୁତିବାଧିତ ଉଚ୍ଚ ମାଧ୍ୟମିକ ବିଦ୍ୟାଳରେ ବିଜ୍ଞାନ ବିଷୟ ସହିତ ଆଇ.ଟି . ଶିକ୍ଷାର ସୁଯୋଗ ସୃଷ୍ଟି କରାଯାଇଛି।

ଏହି ଅବସରରେ ଦୃଷ୍ଟିବାଧିତ ପିଲାଙ୍କ ନିମନ୍ତେ ଉଦ୍ଦିଷ୍ଟ ଅଡ଼ିଓ ଷ୍ଟୁଡିଓ ଓ ଶ୍ରୁତିବାଧିତ ପିଲାଙ୍କ ନିମନ୍ତେ ଭରଚୁଆଲ ଷ୍ଟୁଡିଓ କୁ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଥିଲେ।

ଏଥିସହିତ ଦୁଇ ବିଦ୍ୟାଳୟର ସମସ୍ତ ପିଲାଙ୍କୁ ନୂଆ ସ୍କୁଲ ବ୍ୟାଗ, ଦୃଷ୍ଟିହୀନ ପିଲାଙ୍କ ପାଇଁ ବ୍ରେଲିସ୍ଲେଟ , ବିଭିନ୍ନ ପ୍ରକାର ଖେଳ ସାମଗ୍ରୀ ମୁଖ୍ୟମନ୍ତ୍ରୀ ବଣ୍ଟନ କରିଥିଲେ।

ଉଭୟ ଛାତ୍ରାବାସର ଅନ୍ତେବାସୀଙ୍କ ବ୍ୟବହାର ନିମିତ୍ତ ନୂଆ ବିଛଣା, ଖାଇବା ବାସନ ଆଦି ବିଭିନ୍ନ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ପ୍ରଦାନ କରଯାଇଛି ଓ ଏଥି ସହିତ ଥଣ୍ଡା ପାନୀୟ ଜଳ ସୁବିଧା ପାଇଁ ଫ୍ରିଜ ଓ ଶିକ୍ଷଣ କାର୍ଯ୍ୟକ୍ରମ ଓ ମନୋରଞ୍ଜନ ପାଇଁ ଉଭୟ ଛାତ୍ରାବାସକୁ ଟିଭି ପ୍ରଦାନ କରାଯାଇଛି।

ଏହି ଦୁଇ ବିଦ୍ୟାଳୟର ଶିକ୍ଷକ -ଛାତ୍ର ଅନୁପାତ ପ୍ରତି ଦଶ ଜଣ ଛାତ୍ର ପାଇଁ ଜଣେ ଶିକ୍ଷକ ଥିବାବେଳେ ଭୀମ ଭୋଇ ଦୃଷ୍ଟିବାଧିତ ବିଦ୍ୟାଳୟରୁ ଚଳିତ ବର୍ଷ ୧୦ ଜଣ ଓ ବିପିନ ବିହାରୀ ଚୌଧୁରୀ ଶ୍ରୁତି ବାଧିତ ବିଦ୍ୟାଳୟରୁ ୧୪ ଜଣ ଛାତ୍ର ଛାତ୍ରୀ ମ୍ୟାଟ୍ରିକ ପରୀକ୍ଷାରେ ଉତ୍ତୀନ୍ନ ହୋଇଛନ୍ତି। ଏଠାରେ ପିଲାମାନଙ୍କର ନିଃଶୁଳ୍କ ନାମ ଲେଖାର ବ୍ୟବସ୍ଥା କରାଯାଇଛି l
୫-ଟି ରୂପାନ୍ତରଣ କାର୍ଯ୍ୟକ୍ରମରେ ଦୁଇ ବିଦ୍ୟାଳୟରେ ଉପଯୋଗୀ ସ୍ମାର୍ଟ ଶ୍ରେଣୀ ଗୃହ, ଇ -ପାଠାଗାର, ବିଜ୍ଞାନାଗାର, ବିଭିନ୍ନ ଖେଳ ସୁବିଧା ଆଦି କରାଯାଇଛି। ଆଜି ଦୁଇ ବିଦ୍ୟାଳୟରେ ସରକାର ଉଚ୍ଚ ମାଧ୍ୟମିକ ଖୋଲିବାର ଆଦେଶନାମା ଛାତ୍ର, ଶିକ୍ଷକ ଓ ଅଭିଭାବକ ମହଲରେ ଆନନ୍ଦର ଲହରୀ ସ୍ରୁଷ୍ଟି କରିଛି।

ପ୍ରାରମ୍ଭରେ ଭୀମ ଭୋଇ ଦୃଷ୍ଟିହୀନ ବିଦ୍ୟାଳୟର ପିଲାମାନେ ବାଦ୍ୟ ଓ ସଂଗୀତ ପରିବେଷଣ କରି ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିଥିଲେ।

ଏହି ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାରାଣ୍ଡି ଉପସ୍ଥିତ ରହି ଉଭୟ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ୫-ଟି ସଚିବ ଭି କେ ପାଣ୍ଡିଆନ୍ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଶାସନ ସଚିବ ଅଶ୍ୱଥି ଏସ, ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ରଘୁରାମ ଆର ଆୟାର, ଓସେପାର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନୁପମ ସାହା, ଜିଲ୍ଲାପାଳ ଖୋର୍ଦ୍ଧା କେ .ସୁଦର୍ଶନ ଚକ୍ରବର୍ତ୍ତୀ, ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ସୁଶାନ୍ତ କୁମାର ଦାଶ, ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ଜ୍ୟୋତି ରଞ୍ଜନ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।

ପରେ ମୁଖ୍ୟମନ୍ତ୍ରୀ ରାଜ୍ୟ ପଣ୍ୟାଗାର ନିଗମର କର୍ପୋରେଟ ବିଲଡ଼ିଂ ର ଶିଳାନ୍ୟାସ କରିଥିଲେ।

ଏହି କାର୍ଯ୍ୟକ୍ରମରେ ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ବିଧାୟକ ଅନନ୍ତ ଜେନା, ରାଜ୍ୟ ପଣ୍ୟାଗାର ନିଗମର ଅଧ୍ୟକ୍ଷ ପ୍ରମୂଖ ଉପସ୍ଥିତ ଥିଲେ।

ନବୀନ ପଟ୍ଟନାୟକ ରାଜ୍ୟ ପଣ୍ୟାଗାର ନିଗମ ଶିଳାନ୍ୟାସ
Share. Facebook Twitter LinkedIn Email WhatsApp Copy Link

Related Posts

New Odia Film Policy: ଶୀଘ୍ର ପ୍ରଣୟନ ହେବ ସ୍ୱତନ୍ତ୍ର ଓଡିଆ ଚଳଚ୍ଚିତ୍ର ନୀତି, ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

May 15, 2026

Odisha DA Hike Announced: ବଢିଲା ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା

May 15, 2026

ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ୍ ର ଆଦିତ୍ୟ ଆଲୁମିନିୟମ ସମ୍ପ୍ରସାରଣ ପ୍ରସ୍ତାବକୁ ଜନ ଶୁଣାଣୀରେ ମିଳିଲା ସମର୍ଥନ

May 15, 2026

ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ପାଳନ ପାଇଁ ବସିଲା ପ୍ରସ୍ତୁତି ବୈଠକ, ନିଆଗଲା ଏହି ସବୁ ନିଷ୍ପତି

May 14, 2026
Latest News

ପୋଷ୍ଟିଂ ଅର୍ଡର ବିଳମ୍ବକୁ ନେଇ କଡା ହେଲେ ସରକାର

May 16, 2026

ଯୁବକଙ୍କୁ ଅପହରଣ ପରେ ହତ୍ୟା : ତିନି ଗିରଫ

May 16, 2026

ଟପ ISIS ଆତଙ୍କୀ ନିହତ

May 16, 2026

ଖଣି ଅଧିକାରୀଙ୍କ ଗାଡି କାଚ ଭାଙ୍ଗିଲେ ମଫିଆ

May 16, 2026

ଘରେ ପଶି ମାଇଁଙ୍କ ଭଉଣୀକୁ ହାଣିଲା ଭଣଜା

May 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.