Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»୫-ଟି ଉପକ୍ରମରେ ନୂଆ ରୂପ ନେବ ବ୍ରହ୍ମପୁରର ପ୍ରସିଦ୍ଧ ମା ବୁଢୀ ଠାକୁରାଣୀ ମନ୍ଦିର
ବିଶେଷ ଖବର

୫-ଟି ଉପକ୍ରମରେ ନୂଆ ରୂପ ନେବ ବ୍ରହ୍ମପୁରର ପ୍ରସିଦ୍ଧ ମା ବୁଢୀ ଠାକୁରାଣୀ ମନ୍ଦିର

July 7, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ଵର: ୫-ଟି ଉପକ୍ରମରେ ନୂଆ ରୂପ ନେବ ବ୍ରହ୍ମପୁର ବୁଢୀ ଠାକୁରାଣୀ ମନ୍ଦିର।
ବ୍ରହ୍ମପୁରର ପ୍ରସିଦ୍ଧ ମା ବୁଢୀ ଠାକୁରାଣୀଙ୍କ ମନ୍ଦିରର ବିକାଶ ଯୋଜନା ମୁଖ୍ୟମନ୍ତ୍ରୀ ନବୀନ  ପଟ୍ଟନାୟକଙ୍କ ଅନୁମୋଦନ ଲାଭ କରିଛି। ଦୁଇଟି ପର୍ଯ୍ୟାୟରେ ଏହି କାମ କରାଯିବ ଏବଂ ଏଥିପାଇଁ ୧୮ କୋଟି ୯୧ ଲକ୍ଷ ଟଙ୍କା ଖର୍ଚ୍ଚ ହେବ। ନିର୍ଦ୍ଧାରିତ ସମୟରେ କାମ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।
ବ୍ରହ୍ମପୁରର ଆରାଧ୍ୟ ଦେବୀ ମା ବୁଢୀ ଠାକୁରାଣୀ କେବଳ ଗଞ୍ଜାମ ବା ଓଡିଶା ନୁହେଁ, ପଡୋଶୀ ଆନ୍ଧ୍ରପ୍ରଦେଶରେ ମଧ୍ୟ ପ୍ରସିଦ୍ଧ ଅଟନ୍ତି। ମା’ଙ୍କ ପୂଜା ନିମନ୍ତେ ପ୍ରତିଦିନ ଓଡିଶା ଓ ଆନ୍ଧ୍ର ପ୍ରଦେଶରୁ ବହୁ ଭକ୍ତ ଆସିଥାନ୍ତି। ତେଣୁ ଭକ୍ତ ମାନଙ୍କ ସୁବିଧା ତଥା ମନ୍ଦିରର ବିକାଶ ତଥା ସୌନ୍ଦର୍ଯ୍ୟୀକରଣ ପାଇଁ ରାଜ୍ୟ ସରକାର ଯୋଜନା ପ୍ରସ୍ତୁତ କରିଛନ୍ତି। ଏଥିରେ ମୁଖ୍ୟ ମନ୍ଦିରର  ବିକାଶ ସହ ମନ୍ଦିର କାନ୍ଥ ତଥା ଚଟାଣରେ ପଥର ବିଛାଯିବ। ଯଜ୍ଞ କୁଣ୍ଡ, ମନ୍ଦିର କାର୍ଯ୍ୟାଳୟର ପୁନଃନିର୍ମାଣ,  ପାଚେରୀ, ଉଦ୍ୟାନ, ସୁସଜ୍ଜିତ ପ୍ରବେଶ Chit ସହିତ ମନ୍ଦିରକୁ କଳିଙ୍ଗ ସ୍ଥାପତ୍ୟରେ ସୁଶୋଭିତ କରାଯିବ।
ସେହିପରି ଭକ୍ତ ଓ ପର୍ଯ୍ୟଟକ ମାନଙ୍କ ସୁବିଧା ପାଇଁ ହସ୍ତ ପଦ ଧୋଇବା ପାଇଁ ପାଣିର ବ୍ୟବସ୍ଥା,  ପ୍ରେକ୍ଷାଳୟ ଆଦି ନିର୍ମାଣ କରାଯିବ। ଏହାସହିତ ବିଭିନ୍ନ  କାର୍ଯ୍ୟ ରେ ବ୍ୟବହାର ପାଇଁ ହଲ, ପୂଜକ ମାନଙ୍କ ପାଇଁ ଗୃହ, ମନ୍ଦିର ରୋଷଘର, ଭୋଗମଣ୍ଡପ   ମଧ୍ୟ ନିର୍ମାଣ କରାଯିବ। ମନ୍ଦିରକୁ ଆହୁରି ଆକର୍ଷଣୀୟ କରିବା ପାଇଁ ଆଲୋକ ସଜ୍ଜା ମଧ୍ୟ କରାଯିବ।
ମନ୍ଦିରକୁ ଯାଇଥିବା ରାସ୍ତାର ଉନ୍ନତୀକରଣ, ପାର୍କିଂ ବ୍ୟବସ୍ଥା, ଶୌଚାଳୟ, landscaping ସହିତ ବୃକ୍ଷରୋପଣ ପାଇଁ ପଦକ୍ଷେପ ନିଆଯିବ ବୋଲି ଜଣାଯାଇଛି।
ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ସଚିବ ଭି କେ ପାଣ୍ଡିଆନ୍  ନିକଟରେ ବୁଢୀ ଠାକୁରାଣୀଙ୍କ ମନ୍ଦିର ପରିଦର୍ଶନ କରିବା ସହ ମନ୍ଦିରର ବିକାଶ ସମ୍ପର୍କରେ  ପୂଜକ, ସ୍ଥାନୀୟ ଜନତା, ଲୋକ ପ୍ରତିନିଧି ଓ ଜିଲ୍ଲା ପ୍ରଶାସନ ସହ ଆଲୋଚନା କରିଥିଲେ।
ନବୀନ ପଟ୍ଟନାୟକ ବ୍ରହ୍ମପୁର
Share. Facebook Twitter LinkedIn Email WhatsApp Copy Link

Related Posts

ମାଦକ ଦ୍ରବ୍ୟ ନିୟନ୍ତ୍ରଣ ଭିଜନ ଡକ୍ୟୁମେଣ୍ଟ ଓ ଏନସିବିର ବାର୍ଷିକ ରିପୋର୍ଟ- ୨୦୨୫’ ଉନ୍ମୋଚିତ

June 26, 2026

ସ୍କୁଲ ବହିରେ ତ୍ରୁଟି: ନିଲମ୍ବିତ ହେଲେ ପୂର୍ବତନ ନିର୍ଦ୍ଦେଶକଙ୍କ ସହ ତିନି ଅଫିସର, ୬ ଜଣଙ୍କ ବିରୋଧରେ..

June 26, 2026

ଭାରତରେ କେତେ ଲୋକ ଟ୍ରମ୍ପଙ୍କୁ ପସନ୍ଦ କରନ୍ତି?: ଦେଖନ୍ତୁ ଆଶ୍ଚର୍ଯ୍ୟଜନକ ଜନମତ

June 26, 2026

ରାମ ମନ୍ଦିର ଦାନ ଚୋରି ମାମଲା: ୬ ରୁ ଅଧିକ ଲୋକଙ୍କ ବିରୁଦ୍ଧରେ ମାମଲା ରୁଜୁ

June 25, 2026
Latest News

ଏକା ବିମାନରେ ଫଡନଭିସ-ଉଦ୍ଧବ! ମହାରାଷ୍ଟ୍ର ରାଜନୀତିରେ ଚର୍ଚ୍ଚାର ଝଡ଼

June 26, 2026

ନିର୍ବାଚନ ମୋଡ୍‌ରେ କଂଗ୍ରେସ, ୟୁପିରେ ନୂଆ ରାଜନୈତିକ ସମୀକରଣ ଆରମ୍ଭ

June 26, 2026

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଧରାପଡ଼ିଲେ ପ୍ରାଣୀଧନ ନିରୀକ୍ଷକ

June 26, 2026

ସ୍ୱାସ୍ଥ୍ୟ କ୍ଷେତ୍ରରେ ‘ଜନ ବିଶ୍ୱାସ’ ସଂସ୍କାରର ଶୁଭାରମ୍ଭ: ଜନସ୍ୱାସ୍ଥ୍ୟ ଓ ଉପଭୋକ୍ତା ସୁରକ୍ଷା ଉପରେ ଗୁରୁତ୍ୱ

June 26, 2026

ମାଦକ ଦ୍ରବ୍ୟ ନିୟନ୍ତ୍ରଣ ଭିଜନ ଡକ୍ୟୁମେଣ୍ଟ ଓ ଏନସିବିର ବାର୍ଷିକ ରିପୋର୍ଟ- ୨୦୨୫’ ଉନ୍ମୋଚିତ

June 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.