Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ନିର୍ବାଚନ ପୂର୍ବରୁ ବିରୋଧୀଙ୍କୁ ନବୀନ ବାଣ, ପ୍ରତି ପଞ୍ଚାୟତକୁ ୫୦ ଲକ୍ଷ ଅନୁଦାନ ଘୋଷଣା
ବିଶେଷ ଖବର

ନିର୍ବାଚନ ପୂର୍ବରୁ ବିରୋଧୀଙ୍କୁ ନବୀନ ବାଣ, ପ୍ରତି ପଞ୍ଚାୟତକୁ ୫୦ ଲକ୍ଷ ଅନୁଦାନ ଘୋଷଣା

July 11, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ନିର୍ବାଚନ ପୂର୍ବରୁ ବିରୋଧୀଙ୍କୁ ନବୀନ ବାଣ, ପ୍ରତି ପଞ୍ଚାୟତକୁ ୫୦ ଲକ୍ଷ ଅନୁଦାନ ଘୋଷଣା

ଭୁବନେଶ୍ବର: ଓଡିଶାର ବିଧାନସଭା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାରିଛନ୍ତି ଏକ ବାଣ। ଯାହା ଦ୍ବାରା ବିରୋଧୀ ଦଳଙ୍କର କାନ ଭାଁ ଭାଁ ହୋଇଯାଇଛି କହିଲେ ଅତ୍ୟୁକ୍ତି ହେବ ନାହିଁ। ତାହା ହେଲା ଏଣିକି ପ୍ରତି ପଞ୍ଚାୟତକୁ ମିଳିବ ୫୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଅନୁଦାନ। ସେହିପରି ଗୋଟିଏ ଗାଁକୁ ପ୍ରାୟ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସହାୟତା ପ୍ରଦାନ କରାଯିବ।

ଏହି ଯୋଜନାର ନାମ ରଖାଯାଇଛି ‘ଆମ ଓଡିଶା ନବୀନ ଓଡିଶା’। ଫଳରେ ପଞ୍ଚାୟତ ସ୍ତରରେ ଲୋକମାନେ ଓଡିଶା ଅର୍ଥ, ନବୀନ ଓଡିଶା ବୋଲି ଭାବି ନେବେ। ସେଥିପାଇଁ ଏହି ଯୋଜନାର ନାମ ବେଶ୍ ଚିନ୍ତା କରାଯାଇଛି। ଯାହା ନିର୍ବାଚନରେ ପ୍ରଭାବ ପକାଇବ। ଗତ ନିର୍ବାଚନ ପୂର୍ବରୁ ସେହିପରି ନବୀନ ‘ଆମ ଗାଁ ଆମ ବିକାଶ’ କରି ବେଶ ଲୋକପ୍ରିୟତା ହାସଲ କରିପାରିଥିଲେ।

ଏଥର ଏହି ଯୋଜନାରେ ପଞ୍ଚାୟତ ସ୍ତରରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ ସହିତ ଗାଁ ଗାଁରେ ଥିବା ପୂଜାସ୍ଥଳ ଓ ଐତିହାସିକ ଗୁରୁତ୍ବ ବହନ କରୁଥିବା ସ୍ଥାନ ଗୁଡିକର ସୁରକ୍ଷା କରାଯିବ। ଓଡିଶାର ଗାଁ ଗୁଡିକରେ ଥିବା ପୂଜାସ୍ଥଳ ତଥା ଅନ୍ୟାନ୍ୟ ଐତିହାସିକ ଗୁରୁତ୍ବ ଥିବା ସ୍ଥାନର ବିକାଶ ସହିତ ଡିଜିଟାଲ ଭିତ୍ତିଭୂମିର ବିକାଶ ପାଇଁ ଏହି ଯୋଜନା କରିଛନ୍ତି ନବୀନ।

ଏହି ଯୋଜନାର ଅଂଶ ସ୍ବରୂପ ପୂଜା ଓ ଐତିହାସିକ ସ୍ଥାନର ବିକାଶ ତଥା ଭକ୍ତ ଓ ପର୍ଯ୍ୟଟକଙ୍କ ପାଇଁ ସୁବିଧାର ବିକାଶ ନିମନ୍ତେ ପ୍ରତ୍ୟେକ ଗାଁରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଟଙ୍କା ଖର୍ଚ୍ଚ କରାଯାଇ ପାରିବ। ପଞ୍ଚାୟତ ଗୁଡିକରେ ଆଧୁନିକ ଭିତ୍ତିଭୂମିର ବିକାଶ ପାଇଁ ୫୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ ହୋଇପାରିବ। ରାଜ୍ୟ କ୍ୟାବିନେଟ ଏହି ଯୋଜନାକୁ ଅନୁମୋଦନ କରାଯାଇଛି।

ମୁଖ୍ୟତଃ ଗାଁ ଲୋକଙ୍କର ନିଜ ଗାଁର ମନ୍ଦିର ତଥା ଦେବାଦେବୀଙ୍କ ପ୍ରତି ରହିଛି ପ୍ରଗାଢ ଭକ୍ତି ଓ ବିଶ୍ବାସ। ଅନେକ ଗ୍ରାମରେ ପ୍ରାଚୀନ ଯୁଗର ମନ୍ଦିର ତଥା ସ୍ଥାପତ୍ୟ ମଧ୍ୟ ରହିଛି। ହେଲେ ସେଗୁଡିକର ଅବସ୍ଥା ଭଲ ନାହିଁ। ଏହି ନୂଆ ଯୋଜନା ମାଧ୍ୟମରେ ସେଗୁଡିକର ପୁନଃଉଦ୍ଧାର ସହିତ ସଂରକ୍ଷଣ ମଧ୍ୟ କରାଯାଇପାରିବ। ଏହା ଦ୍ବାରା ଗ୍ରାମାଞ୍ଚଳ ଲୋକଙ୍କର ନବୀନ ଓଡିଶା ଯୋଜନା, ଓଡିଶା ପାଇଁ ନବୀନ ବୋଲି ନିଶ୍ଚିତ ଭାବାବେଗ ରହିବ।

ଫଳରେ ଏହି ନୂଆ ଯୋଜନା ଆଗାମୀ ନିର୍ବାଚନରେ ନିଶ୍ଚିତ ପ୍ରଭାବ ନିଶ୍ଚିତ ପକାଇବ ଏଥିରେ ସନ୍ଦେହ ନାହିଁ। କେବଳ ଏହି ଯୋଜନା ନୁହେଁ ନିର୍ବାଚନ ଯେତିକି ପାଖେଇବ ନବୀନ ସେହିପରି ଆଉ କିଛି ନୂଆ ଯୋଜନାର ଶୁଭାରମ୍ଭ ମଧ୍ୟ କରିବେ। ଯାହାକୁ ନେଇ ବିରୋଧୀ ଆଗୁଆ ଆଭାସ ମଧ୍ୟ ପାଇସାରିଲେଣି। ଫଳରେ ନବୀନଙ୍କ ଏହି ବାଣ ତାଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି।

‘ଆମ ଓଡିଶା ନବୀନ ଓଡିଶା’ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026

ରୋଟାରୀ ରୟାଲ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ୨୦୨୬: ରୋଟାରୀ କ୍ଲବ୍ ଅଫ୍ କଟକ ବିଜୟୀ

February 23, 2026

ଯଥାଶୀଘ୍ର ଇରାନ ଛାଡିବା ପାଇଁ ଭାରତୀୟ ନାଗରିକଙ୍କୁ ଚେତାବନୀ: ମାର୍ଗଦର୍ଶିକା ଜାରି

February 23, 2026
Latest News

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026

ଥାଇଲାଣ୍ଡରେ ଭାରତୀୟ ଶ୍ରମିକ ଅଟକ ରହିବା ଘଟଣାରେ ନିଜ ଆଡ଼ୁ ହସ୍ତକ୍ଷେପ କଲେ ଏନଏଚଆରସି

February 23, 2026

ରୋଟାରୀ ରୟାଲ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ୨୦୨୬: ରୋଟାରୀ କ୍ଲବ୍ ଅଫ୍ କଟକ ବିଜୟୀ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.