Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନିଯୁକ୍ତି ହେବେ ୯୦୨ ଜଣ ଶିକ୍ଷକ ଓ ଅଣ ଶିକ୍ଷକ
ବିଶେଷ ଖବର

ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନିଯୁକ୍ତି ହେବେ ୯୦୨ ଜଣ ଶିକ୍ଷକ ଓ ଅଣ ଶିକ୍ଷକ

July 11, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
School
ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନିଯୁକ୍ତି ହେବେ ୯୦୨ ଜଣ ଶିକ୍ଷକ ଓ ଅଣ ଶିକ୍ଷକ

ଭୁବନେଶ୍ବର: ରାଜ୍ୟର ୧୦୬ଟି ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଇଁ ନୂତନ ପଦବୀ ସୃଷ୍ଟି ହୋଇଛି। ରାଜ୍ୟ ସରକାର ମୋଟ ୯୦୨ଟି ପଦବୀ ତିଆରି କରିଛନ୍ତି। ଏଥିରେ ୬୪୨ଟି ଶିକ୍ଷକ ଓ ୨୬୦ଟି ଅଣଶିକ୍ଷକ ପଦ ରହିଛି। ଖୁବ୍‌ ଶୀଘ୍ର ଏନେଇ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହେବ।

୬୪୨ ପୋଷ୍ଟ ଗ୍ରାଜୁଏଟ ଟିଚର(ପିଜିଟି) ପଦବୀ ସମେତ ୨୪ ଲାବୋରେଟୋରୀ ଆସିଷ୍ଟାଣ୍ଟ୍‌, ୨୪ ଲାବୋରେଟୋରୀ ଆଟେଣ୍ଡାଣ୍ଟ୍‌, ୧୦୬ ଆସିଷ୍ଟାଣ୍ଟ୍‌ ଲାଇବ୍ରେରିଆନ, ୧୦୬ ଜୁନିୟର କ୍ଲର୍କ ପଦବୀ ସୃଷ୍ଟି ହୋଇଛି।

ସରକାରୀ ବିଦ୍ୟାଳୟରେ ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସବୁବେଳେ ବିଶେଷ ଧ୍ୟାନ ଦେଇଆସୁଛନ୍ତି। ବିଦ୍ୟାଳୟଗୁଡିକର ଭିତ୍ତିଭୂମି ବିକାଶ ସହ ଶିକ୍ଷକ, ଅଣଶିକ୍ଷକ ପଦରେ ନିଯୁକ୍ତି ଦେଉଛନ୍ତି। ଏହି କ୍ରମରେ ୯୦୨ ପଦବୀକୁ ମଞ୍ଜୁରି ଦେଇ ଆଉ ଏକ ପଦକ୍ଷେପ ନେଇଛନ୍ତି।

ଚଳିତ ବର୍ଷ ୧୦୬ ଉଚ୍ଚ ବିଦ୍ୟାଳୟକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭାବେ ସରକାର ଉନ୍ନୀତ କରିଛନ୍ତି। ଏ ସବୁ ବିଦ୍ୟାଳୟରେ ଯୁକ୍ତ-୨ ଖୋଲିଛି। ଦଶମ ପଢ଼ିସାରିବା ପରେ ଛାତ୍ରଛାତ୍ରୀ ସିଧାସଳଖ ନିଜ ବିଦ୍ୟାଳୟରେ ଯୁକ୍ତ-ଦୁଇ ପଢ଼ିପାରିବେ। ସେମାନଙ୍କୁ ଶିକ୍ଷାଦାନ ପାଇଁ ଏହି ନୂତନ ଶିକ୍ଷକ ପଦବୀଗୁଡିକ ସୃଷ୍ଟି ହୋଇଛି।

ସେହିପରି ପ୍ରତି ଉନ୍ନୀତ ମାଧ୍ୟମିକ ବିଦ୍ୟାଳୟରେ ଅଫିସ କାର୍ଯ୍ୟ, ଲାବ୍‌ର ସୁପରିଚାଳନା ଓ ପାଠାଗାର ପରିଚାଳନା ପାଇଁ ମଧ୍ୟ ସରକାର ବିଶେଷ ଧ୍ୟାନ ଦେଇ ଅଣ-ଶିକ୍ଷକ ପଦବୀଗୁଡିକୁ ମଞ୍ଜୁରୀ ଦେଇଛନ୍ତି।

ଶିକ୍ଷକ ନିଯୁକ୍ତି ସ୍କୁଲ
Share. Facebook Twitter LinkedIn Email WhatsApp Copy Link

Related Posts

ଇଏସଆଇସି ଭୁବନେଶ୍ୱରର ୭୫ ତମ ଫାଉଣ୍ଡେସନ ଦିବସ

February 25, 2026

ମାର୍ଚ୍ଚ ୨ ତାରିଖ ସନ୍ଧ୍ୟା ୮ରୁ ଜୀ ସାର୍ଥକରେ ମେଗା ଧାରାବାହିକ ‘କିଛି ସତ କିଛି ମିଛ’ର ଶୁଭାରମ୍ଭ

February 25, 2026

ରିଲାଏନ୍ସ ଫାଉଣ୍ଡେସନ ସହାୟତାରେ ଢେଙ୍କାନାଳର ସୋରଟ ଗାଁରେ ୨୦ ବର୍ଷ ପରେ ପୁଣି ଚାଷ ଆରମ୍ଭ

February 25, 2026

“ଆମେ ନ୍ୟାୟପାଳିକାକୁ ବଦନାମ କରିବା ପାଇଁ ଦେବୁ ନାହିଁ…”: NCERT ପୁସ୍ତକ ଉପରେ CJI କ୍ଷୁବ୍ଧ

February 25, 2026
Latest News

ଇଏସଆଇସି ଭୁବନେଶ୍ୱରର ୭୫ ତମ ଫାଉଣ୍ଡେସନ ଦିବସ

February 25, 2026

ମାର୍ଚ୍ଚ ୨ ତାରିଖ ସନ୍ଧ୍ୟା ୮ରୁ ଜୀ ସାର୍ଥକରେ ମେଗା ଧାରାବାହିକ ‘କିଛି ସତ କିଛି ମିଛ’ର ଶୁଭାରମ୍ଭ

February 25, 2026

ଜିମ୍ବାୱେ ବିପକ୍ଷରେ କେହଳିବେ ନାହିଁ ରିଙ୍କୁ ସିଂହ!: ଜାଣନ୍ତୁ କାହାକୁ ମିଳିବ ସୁଯୋଗ?

February 25, 2026

ରିଲାଏନ୍ସ ଫାଉଣ୍ଡେସନ ସହାୟତାରେ ଢେଙ୍କାନାଳର ସୋରଟ ଗାଁରେ ୨୦ ବର୍ଷ ପରେ ପୁଣି ଚାଷ ଆରମ୍ଭ

February 25, 2026

“ଆମେ ନ୍ୟାୟପାଳିକାକୁ ବଦନାମ କରିବା ପାଇଁ ଦେବୁ ନାହିଁ…”: NCERT ପୁସ୍ତକ ଉପରେ CJI କ୍ଷୁବ୍ଧ

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.