Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବିଜେଡିର ମିଶନ ଖୋର୍ଦ୍ଧା ଜିଲ୍ଲା, ଏଥର ଭୁବନେଶ୍ବର ଓ ଜଟଣୀ ଆସନ ଛଡାଇ ଆଣିବାକୁ ଯୋଜନା
ବିଶେଷ ଖବର

ବିଜେଡିର ମିଶନ ଖୋର୍ଦ୍ଧା ଜିଲ୍ଲା, ଏଥର ଭୁବନେଶ୍ବର ଓ ଜଟଣୀ ଆସନ ଛଡାଇ ଆଣିବାକୁ ଯୋଜନା

July 14, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବିଜେଡିର ମିଶନ ଖୋର୍ଦ୍ଧା ଜିଲ୍ଲା, ଭୁବନେଶ୍ବର ଲୋକସଭା ଓ ଜଟଣୀ ଆସନ ଛଡାଇ ଆଣିବାକୁ ଯୋଜନା

ଭୁବନେଶ୍ବର: ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜ୍ୟ ରାଜନୀତି ସେତିକି ଗରମ ହେବାରେ ଲାଗିଛି। ସେହି କ୍ରମରେ ବିଜେଡି ତାହାର ରଣନୀତି ଆରମ୍ଭ କରିବାରେ ଲାଗିଛି। ବିଭିନ୍ନ ସଂଗଠନର ନୂଆ କର୍ମକର୍ତ୍ତା ନିଯୁକ୍ତି ପରେ ଏବେ ଜିଲ୍ଲା ସ୍ତରୀୟ ସମୀକ୍ଷା ଆରମ୍ଭ ହୋଇଛି। ଗତକାଲି ଶଙ୍ଖ ଭବନରେ ଖୋର୍ଦ୍ଧା ଜିଲ୍ଲା ବିଜେଡି ସଂଗଠନ ମଜବୁତ ନେଇ ରଣନୀତି ପ୍ରସ୍ତୁତ ହୋଇଥିଲା।

ଭୁବନେଶ୍ବର ଉତ୍ତର ନିର୍ବାଚନ ମଣ୍ଡଳିର ବିଧାୟକ ସୁଶାନ୍ତ ରାଉତଙ୍କ ଅଧକ୍ଷ୍ୟତାରେ ବସିଥିଲା ଏହି ବୈଠକ। ଏଥିରେ ଖୋର୍ଦ୍ଧା ଜିଲ୍ଲା ତଥା ଭୁବନେଶ୍ବରର ସମସ୍ତ ବିଜେଡି ବିଧାୟକ ଏବଂ ନିର୍ବାଚିତ ପ୍ରତିନିଧି ଯୋଗଦେଇ ଆଗାମୀ ଦିନରେ ସଂଗଠନକୁ କିପରି ମଜବୁତ କରାଯିବ ସେ ନେଇ ଆଲୋଚନା ହୋଇଥିଲା। ଖୋର୍ଦ୍ଧା ଜିଲ୍ଲାରେ ଥିବା ହଜାରେ ବୁଥକୁ ମଜବୁତ କରିବା ପାଇଁ ଯୋଜନା ପ୍ରସ୍ତୁତ ହୋଇଥିଲା।

ଏଥିରେ ବିଜେଡି ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସ ନେତାମାନଙ୍କୁ ଆହୁରି ଦୃଢ ହୋଇ କାର୍ଯ୍ୟ କରିବା ପାଇଁ ପରାମର୍ଶ ଦେଇଥିଲେ। ସେ କହିଥିଲେ ଯେ, ନବୀନ ପଟ୍ଟନାୟକ ଷଷ୍ଠ ଥର ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ସେଥିପାଇଁ ଦଳର କର୍ମିମାନେ ଏକାକାର ହୋଇ ସଂଗଠନକୁ ମଜବୁତ କରିବା ଆବଶ୍ୟକ ରହିଛି ବୋଲି ପ୍ରଣବ କହିଥିଲେ।

ତେବେ ଏହି ବୈଠକରେ ଆଗାମୀ ନିର୍ବାଚନରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଧାନସଭା ଆସନ ଏବଂ ଭୁବନେଶ୍ବର ଲୋକସଭା ଆସନ ଯେପରି ବିଜେଡି ଅକ୍ତିଆର କରିବ ସେ ନେଇ ରଣନୀତି କରାଯାଇଥିଲା। ଖୋର୍ଦ୍ଧା ଜିଲ୍ଲାର କେବଳ ଜଟଣୀ ବିଧାନସଭା ଆସନ ଏବଂ ଭୁବନେଶ୍ବର ଲୋକସଭା ଆସନ ବ୍ୟତିତ ଅନ୍ୟ ସବୁ ଆସନରେ ବିଜେଡି ଜିତିଛି। ଏଥର ଏହି ଦୁଇ ଆସନକୁ କିପରି ଛଡାଇ ଆଣାଯିବ ସେ ପଦକ୍ଷେପ ଗ୍ରହଣ କରାଯିବ ବୋଲି ନିଷ୍ପତି ହୋଇଛି।

ଏହି ବୈଠକରେ ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀ, ଏକାମ୍ର ବିଧାୟକ ଅଶୋକ ପଣ୍ଡା, ଭୁବନେଶ୍ବର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଜୟଦେବ ବିଧାୟକ ଅରବିନ୍ଦ ଢାଲି, ଖୋର୍ଦ୍ଧା ବିଧାୟକ ଜିତୁ ମିତ୍ର, ବେଗୁନିଆ ବିଧାୟକ ରାଜେନ୍ଦ୍ର ସାହୁ, ଭୁବନେଶ୍ବର ମେୟର ସୁଲୋଚନା ଦାସ, ଖୋର୍ଦ୍ଧା ଜିଲ୍ଲା ପର୍ଯ୍ୟବେକ୍ଷକ ରବିନ୍ଦ୍ର ଜେନା, ଖୋର୍ଦ୍ଧା ବିଜେଡି ସଭାପତି ବିଭୂତି ବଳବନ୍ତରାୟ, ସାଂସଦ ମାନସ ମଙ୍ଗରାଜ, ସାଂସଦ ମୁନ୍ନା ଖାଁ, ପୂର୍ବତନ ବିଧାୟକ ରଘୁ ସାହୁ ଏବଂ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ପତ୍ନୀ ସ୍ବାଗତିକା ଜଗଦ୍ଦେବ ପ୍ରମୁଖ ଯୋଗ ଦେଇଥିଲେ।

ଖୋର୍ଦ୍ଧା ଜିଲ୍ଲା ଚିଲିକା ପ୍ରଶାନ୍ତ ଜଗଦ୍ଦେବ ରଘୁ ସାହୁ
Share. Facebook Twitter LinkedIn Email WhatsApp Copy Link

Related Posts

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଏଇ ରବିବାର ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ” 

March 25, 2026

ପ୍ରଶାସନିକ ଦକ୍ଷତା ବୃଦ୍ଧି ପାଇଁ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଏଆଇ କର୍ମଶାଳା

March 25, 2026

ଜିଲ୍ଲାପାଳଙ୍କ ସହ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବୈଠକ: ସ୍ୱାସ୍ଥ୍ୟ ପ୍ରତିଷ୍ଠାନଗୁଡ଼ିକରେ ଅଗ୍ନି ନିରାପତ୍ତା ଉପରେ ଗୁରୁତ୍ଵ

March 25, 2026

ବାଲେଶ୍ବର ରାଜନୀତିରେ ହଲଚଲ, ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି, ଜୀବନ ପ୍ରଦୀପ ଦାସ

March 25, 2026
Latest News

ପ୍ରିଜିମ୍‍-ଏସଜି ପୋର୍ଟାଲର ଶୁଭାରମ୍ଭ

March 26, 2026

ଇମିଗ୍ରେସନ, ଭିସା, ବିଦେଶୀ ପଞ୍ଜୀକରଣ ଏବଂ ଟ୍ରାକିଂ ଯୋଜନା ଜାରି ରଖିବାକୁ କ୍ୟାବିନେଟ ମଞ୍ଜୁରି

March 26, 2026

ଆଜି ମାର୍ଚ୍ଚ ୨୬ ତାରିଖ ଗୁରୁବାରରେ ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନେ କଥାବାର୍ତ୍ତାରେ ସାବଧାନ ରୁହନ୍ତୁ

March 26, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଏଇ ରବିବାର ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ” 

March 25, 2026

ପ୍ରଶାସନିକ ଦକ୍ଷତା ବୃଦ୍ଧି ପାଇଁ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଏଆଇ କର୍ମଶାଳା

March 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.