Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥାନ ବିକାଶ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ,ଖର୍ଚ୍ଚ ହେବ ୬ କୋଟି
ବିଶେଷ ଖବର

ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥାନ ବିକାଶ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ,ଖର୍ଚ୍ଚ ହେବ ୬ କୋଟି

July 15, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
virsurendra
ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥାନ ବିକାଶ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ,ଖର୍ଚ୍ଚ ହେବ ୬ କୋଟି

ଭୁବନେଶ୍ବର: ମହାନ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥାନ ସମ୍ବଲପୁର ଖୀଣ୍ଡାର ବିକାଶ ସହ, ଏହାକୁ ଏକ ପର୍ଯ୍ୟଟନ ସ୍ଥଳ ଭାବେ ଗଢି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ୬ କୋଟି ୪୧ ଲକ୍ଷ ଟଙ୍କା ମଧ୍ୟ ମୁଖ୍ୟମନ୍ତୀ ଅନୁମୋଦନ କରିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ସମ୍ବଲୁପର ଗସ୍ତରେ ଥିବା 5T ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଆଜି ଖୀଣ୍ଡା ଯାଇ ମହାନ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଦେଇଥିଲେ ଏବଂ ତାଙ୍କ ଜନ୍ମ ପୀଠ ଖୀଣ୍ଡାର ବିକାଶ ସଂପର୍କରେ ଜନସାଧାରଣଙ୍କ ସହ ଆଲୋଚନା କରିଥିଲେ।

ଏ ବିଷୟରେ 5T ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଫୋନ ଯୋଗେ ଅବଗତ କରାଇଥିଲେ। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏ ସଂପର୍କରେ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ ଏବଂ ଏକ ଘଣ୍ଟା ଭିତରେ ନିଷ୍ପତ୍ତି ନେଇ ପ୍ରକଳ୍ପକୁ ଅନୁମୋଦନ କରିଥିଲେ । ଏହି ପ୍ରକଳ୍ପରେ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମ ପୀଠର ବିକାଶ ହେବ।

୧.୯୪୫ ଏକର ଜମିରେ ହେବାକୁ ଥିବା ଏହି ପ୍ରକଳ୍ପରେ ସୁରେନ୍ଦ୍ର ସାଏଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ସହ ସ୍ମୃତି ସଦନ ମଧ୍ୟ ନିର୍ମାଣ କରାଯିବ। ସେଠାରେ ଥିବା ସଂଗ୍ରହାଳୟ ଓ ପାଠାଗାର ର ପୁନରୁଦ୍ଧାର କରାଯିବ। ଲ୍ୟାଣ୍ଡସ୍କେପିଂ ସହ ଉଦ୍ୟାନର ବିକାଶ କରାଯିବ। ସୁନ୍ଦର ଆଲୋକୀକରଣ ମଧ୍ୟ କରାଯିବ। ସେଠାରେ ଥିବା ମଞ୍ଚ ଓ ସମାବେଶ ସ୍ଥଳ ର ଉନ୍ନତିକରଣ କରାଯିବ।

ବୀର ସୁରେନ୍ଦ୍ର ସାଏ ଓଡିଆ ଜାତିର ପ୍ରାତସ୍ମରଣୀୟ ବକ୍ତିତ୍ୱ । ବୀର ସୁରେନ୍ଦ୍ର ସାଏ ତାଙ୍କର ଦୃଢ ନେତୃତ୍ୱ, ବିଚକ୍ଷଣ ରଣ କୌଶଳ ଯୋଗୁଁ ବ୍ରିଟିସ ସରକାରଙ୍କ ନିଦ ହଜାଇ ଦେଇଥିଲେ। ସେହି ମହାନ ସଂଗ୍ରାମୀଙ୍କର ଜନ୍ମସ୍ଥଳୀ ଖୀଣ୍ଡା, ପ୍ରତି ଓଡିଆଙ୍କ ପାଇଁ ଏକ ପବିତ୍ର ପୀଠ। ସ୍ୱାଧିନତା ସଂଗ୍ରାମରେ ତାଙ୍କର ମହାନ ଅବଦାନ ଯୁବସମାଜକୁ ସର୍ବଦା ପ୍ରେରଣା ଦେଇ ଚାଲିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ବୀର ସୁରେନ୍ଦ୍ର ସାଏ ଭି.କେ ପାଣ୍ଡିଆନ
Share. Facebook Twitter LinkedIn Email WhatsApp Copy Link

Related Posts

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ପୋଲିସ୍ ଭବନଠାରେ ‘ଜୁଭେନଟିକା– ଡିଜିଟାଲ୍ ଅଧିକାର ଏବଂ ଶିଶୁଙ୍କ ସୁରକ୍ଷା’ ଶୀର୍ଷକ ଆଲୋଚନା ଚକ୍ର

March 14, 2026

ବଡବାହାଳ ଛକରୁ ଗଂଜେଇ ଜବତ: ୩ ଗିରଫ

March 14, 2026

ରାଜ୍ୟ ସଭା ନିର୍ବାଚନ: କଂଗ୍ରେସ ବିଧାୟିକା ସୋଫିଆ ଫିରୋଦାସଙ୍କ ଆଶ୍ଚର୍ଯ୍ୟଜନକ ବିବୃତ୍ତି

March 14, 2026
Latest News

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ବରରେ ଶୈଶବ ଯତ୍ନ ଓ ଶିକ୍ଷା ଉପରେ ଦୁଇଦିନିଆ କର୍ମଶାଳା

March 15, 2026

ପଶ୍ଚିମ ଏସିଆରେ ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 15, 2026

ବରିଷ୍ଠ ପୁଲିସ ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ମିଳିଲା ଆଗାମୀ ରଥଯାତ୍ରାର ଦାୟିତ୍ୱ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.